ଶ୍ରୀମନ୍ଦିରରେ ଜନ୍ମାଷ୍ଟମୀ ନୀତି : କାଲି ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

The Sakala Picture
Published On

ପୁରୀ : ଆସନ୍ତାକାଲି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି, ଜନ୍ମାଷ୍ଟମୀ । ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ । ଏଣୁ ଆସନ୍ତାକାଲି ସାନ୍ଧ୍ୟଆଳତୀ ପରେ ପରେ ଶ୍ରୀକୃଷ୍ଣ ଜନ୍ମ ନୀତି ସମ୍ପାଦନ ନିମନ୍ତେ ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ। କାଲି ସନ୍ଧ୍ୟା ୭ଟାରୁ ରାତି ୧୧ଟା ଯାଏଁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ ଆଜି ସନ୍ଧ୍ୟାରୁ ଶ୍ରୀମନ୍ଦିରରେ ଜନ୍ମାଷ୍ଟମୀ ନୀତି ଆରମ୍ଭ ହୋଇଯାଇଛି। […]

ପୁରୀ : ଆସନ୍ତାକାଲି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି, ଜନ୍ମାଷ୍ଟମୀ । ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ । ଏଣୁ ଆସନ୍ତାକାଲି ସାନ୍ଧ୍ୟଆଳତୀ ପରେ ପରେ ଶ୍ରୀକୃଷ୍ଣ ଜନ୍ମ ନୀତି ସମ୍ପାଦନ ନିମନ୍ତେ ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ। କାଲି ସନ୍ଧ୍ୟା ୭ଟାରୁ ରାତି ୧୧ଟା ଯାଏଁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ସାପକାମୁଡ଼ାରେ ଗର୍ଭବତୀଙ୍କ ମୃତ୍ୟୁ! ଚିକିତ୍ସା ଅବହେଳା ଅଭିଯୋଗରେ ମେଡିକାଲ୍‌ରେ ଡାକ୍ତରଙ୍କୁ ଆକ୍ରମଣ

ଅନ୍ୟପଟେ ଆଜି ସନ୍ଧ୍ୟାରୁ ଶ୍ରୀମନ୍ଦିରରେ ଜନ୍ମାଷ୍ଟମୀ ନୀତି ଆରମ୍ଭ ହୋଇଯାଇଛି। ଆଜି ଶ୍ରୀମନ୍ଦିରରେ ସନ୍ଧ୍ୟା ଆଳତି ସମୟରେ ଶ୍ରୀଜୀଉଙ୍କୁ ଛଅମୂର୍ତ୍ତି ଅଳଙ୍କାର ଲାଗି କରାଯାଇଛି । ସନ୍ଧ୍ୟାଧୂପ ନୀତି ବଢିବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇଥିଲା। ଟେରା ବନ୍ଧା ହେବାପରେ ମହାପ୍ରଭୁଙ୍କ ନିକଟରେ ଯେଉଡ ଭୋଗ ଅର୍ଥାତ ସାଗ, ତରକାରୀ, ପିଠା, ଝିଲି, ଖିରି ଆଦି ରୋଷଘରୁ ଆସି ଅଣସର ପିଣ୍ଡିରେ ରଖାଯାଇଥିଲା । ମୁଦିରସ୍ତ ସେବାୟତ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ପ୍ରସାଦ ଲାଗି କରିଥିଲେ । ତିନି ପୂଜାପଣ୍ଡା ପଞ୍ଚାକ୍ଷର ମନ୍ତ୍ରରେ ପୂଜା କରିବା ସହ ପୂଜାପଣ୍ଡା, ପତି ମହାପାତ୍ର ଓ ମୁଦିରସ୍ତ ତିନିବାଡରେ ବନ୍ଦାପନା କରିଥିଲେ । ଏହାକୁ ଗର୍ଭଉଦକ ବନ୍ଦାପନା କୁହାଯାଇଥାଏ । ସ୍ୱୟଂ ଶ୍ରୀଜଗନ୍ନାଥ ମହାପ୍ରଭୁ ଦେବକୀ ରୂପ ଧାରଣକରି ଗର୍ଭଧାରଣ କରିଥିବାରୁ ସୁଖ ପ୍ରସବ ଲାଗି ତାଙ୍କୁ ଯେଉଡ ପ୍ରସାଦ ଲାଗି କରାଯାଇଥାଏ ବୋଲି ବିଶ୍ୱାସ ରହିଛି ।

ଆହୁରି ପଢ଼ନ୍ତୁ: କୋଟପାଡ଼ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି: ୩୨ ପ୍ଲଟ୍, ଫାର୍ମ ହାଉସ୍ ସମେତ ପୁଳା ପୁଳା ଟଙ୍କା ଜବତ

17 Aug 2022 By The Sakala

ଶ୍ରୀମନ୍ଦିରରେ ଜନ୍ମାଷ୍ଟମୀ ନୀତି : କାଲି ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ : ଆସନ୍ତାକାଲି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି, ଜନ୍ମାଷ୍ଟମୀ । ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ । ଏଣୁ ଆସନ୍ତାକାଲି ସାନ୍ଧ୍ୟଆଳତୀ ପରେ ପରେ ଶ୍ରୀକୃଷ୍ଣ ଜନ୍ମ ନୀତି ସମ୍ପାଦନ ନିମନ୍ତେ ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ। କାଲି ସନ୍ଧ୍ୟା ୭ଟାରୁ ରାତି ୧୧ଟା ଯାଏଁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଅନ୍ୟପଟେ ଆଜି ସନ୍ଧ୍ୟାରୁ ଶ୍ରୀମନ୍ଦିରରେ ଜନ୍ମାଷ୍ଟମୀ ନୀତି ଆରମ୍ଭ ହୋଇଯାଇଛି। ଆଜି ଶ୍ରୀମନ୍ଦିରରେ ସନ୍ଧ୍ୟା ଆଳତି ସମୟରେ ଶ୍ରୀଜୀଉଙ୍କୁ ଛଅମୂର୍ତ୍ତି ଅଳଙ୍କାର ଲାଗି କରାଯାଇଛି । ସନ୍ଧ୍ୟାଧୂପ ନୀତି ବଢିବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇଥିଲା। ଟେରା ବନ୍ଧା ହେବାପରେ ମହାପ୍ରଭୁଙ୍କ ନିକଟରେ ଯେଉଡ ଭୋଗ ଅର୍ଥାତ ସାଗ, ତରକାରୀ, ପିଠା, ଝିଲି, ଖିରି ଆଦି ରୋଷଘରୁ ଆସି ଅଣସର ପିଣ୍ଡିରେ ରଖାଯାଇଥିଲା । ମୁଦିରସ୍ତ ସେବାୟତ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ପ୍ରସାଦ ଲାଗି କରିଥିଲେ । ତିନି ପୂଜାପଣ୍ଡା ପଞ୍ଚାକ୍ଷର ମନ୍ତ୍ରରେ ପୂଜା କରିବା ସହ ପୂଜାପଣ୍ଡା, ପତି ମହାପାତ୍ର ଓ ମୁଦିରସ୍ତ ତିନିବାଡରେ ବନ୍ଦାପନା କରିଥିଲେ । ଏହାକୁ ଗର୍ଭଉଦକ ବନ୍ଦାପନା କୁହାଯାଇଥାଏ । ସ୍ୱୟଂ ଶ୍ରୀଜଗନ୍ନାଥ ମହାପ୍ରଭୁ ଦେବକୀ ରୂପ ଧାରଣକରି ଗର୍ଭଧାରଣ କରିଥିବାରୁ ସୁଖ ପ୍ରସବ ଲାଗି ତାଙ୍କୁ ଯେଉଡ ପ୍ରସାଦ ଲାଗି କରାଯାଇଥାଏ ବୋଲି ବିଶ୍ୱାସ ରହିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର