ଆକାଶ ମାର୍ଗରୁ ୫ ଜିଲ୍ଲାର ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର ଅବସ୍ଥାରେ ରହିଛି। ଲଘୁଚାପ ବର୍ଷା ପରେ ମହାନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା ଫଳରେ ରାଜ୍ୟରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଥିଲା। ଏବେ ରାଜ୍ୟର ୫ ଜିଲ୍ଲା ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଆଦିରେ ବହୁ ଲୋକ ଜଳବନ୍ଦୀ ଜୀବନ କାଟୁଛନ୍ତି। ଆଉ ରାଜ୍ୟର ଏଭଳି ସମୟରେ ବନ୍ୟା ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀ ଆଜି ୫ଟି ଜିଲ୍ଲାର […]

ଭୁବନେଶ୍ବର : ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର ଅବସ୍ଥାରେ ରହିଛି। ଲଘୁଚାପ ବର୍ଷା ପରେ ମହାନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା ଫଳରେ ରାଜ୍ୟରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଥିଲା। ଏବେ ରାଜ୍ୟର ୫ ଜିଲ୍ଲା ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଆଦିରେ ବହୁ ଲୋକ ଜଳବନ୍ଦୀ ଜୀବନ କାଟୁଛନ୍ତି। ଆଉ ରାଜ୍ୟର ଏଭଳି ସମୟରେ ବନ୍ୟା ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀ ଆଜି ୫ଟି ଜିଲ୍ଲାର ବନ୍ୟାସ୍ଥିତି ସମୀକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ଫାଇଭ-ଟି ସଚିବ ଭିକେ ପାଣ୍ଡିଆନ୍‌ ମଧ୍ୟ ବନ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି: ୫ଟି ଆଲମିରା ଯାଞ୍ଚ ଶେଷ, ଅତ୍ୟାଧୁନିକ ୩ଡି ମ୍ୟାପିଂରେ ରହିବ ସବୁ ତଥ୍ୟ

ସୂଚନାଯୋଗ୍ୟ ଗତ କିଛି ଦିନ ହେବ ରାଜ୍ୟରେ ଲଗାଣ ବର୍ଷା ପ୍ରଭାବରୁ ତଳିଆ ଅଞ୍ଚଳର ଗାଁ ଦାଣ୍ଡରେ ଏବେ ବର୍ଷା ପାଣି ଢେଉ ଖେଳୁଛି। ଯୁଆଡ଼େ ଚାହିଁଲେ କେବଳ ପାଣି ଆଉ ପାଣି । ଜମି ଓ ରାସ୍ତା ଏକାକାର ହୋଇଯାଇଛି । କିଛି ଅଞ୍ଚଳରେ ଲୋକେ ବନ୍ୟା ପାଇଁ ଛାତ ଉପରେ ଆଶ୍ରୟ ନେଉଛନ୍ତି । ଆଉ କେତେକ ସ୍ଥାନରେ ନଦୀ ବନ୍ଧରେ ତମ୍ବୁଟାଣି ଜୀବନ ବଞ୍ଚାଇବାକୁ ସଂଗ୍ରାମ କରୁଛନ୍ତି । ଓଡ୍ରାଫ୍‌, ଏନଡିଆରଏଫ୍‌ ଓ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଜଳବନ୍ଦି ଲୋକଙ୍କୁ ଉଦ୍ଧାର କରିବାକୁ ଉଦ୍ୟମ ଜାରି ରଖିଛନ୍ତି ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ପୁଣି ବନ୍ୟା ସ୍ଥିତି: ବିପଦ ସଙ୍କେତ ଉପରେ ସୁବର୍ଣ୍ଣରେଖା ଓ ବୈତରଣୀ, ଅନେକ ଗାଁ ଜଳମଗ୍ନ

ସେପଟେ ପୁଣିଗୋଟେ ଲଘୁଚାପ ଆସୁଥିବାରୁ ଲୋକଙ୍କ ଚିନ୍ତା ବଢିଯାଇଛି। ପାଣିପାଗ ବିଭାଗ ପୂର୍ବାନୁମାନ ଅନୁସାରେ ଆଜିଠୁ ପ୍ରବଳ ବର୍ଷା ହେବ । ଏଣୁ ନଦୀ ବନ୍ଧ ହେଉ କି ଛାତ ଉପରେ ରହୁଥିବା ଲୋକଙ୍କ ଦୁର୍ଦ୍ଦଶା ବହୁଗୁଣିତ ହେବ। ବର୍ଷା ହେଲେ ପାଣି ବଢିବା ସହ ଲୋକଙ୍କ କଷ୍ଟ ଆହୁରି ବଢିଯିବ।

ଆହୁରି ପଢ଼ନ୍ତୁ: MKCG ମେଡିକାଲ ପରିସର ନର୍ସିଂ ଛାତ୍ରାବାସରେ ଅଗ୍ନିକାଣ୍ଡ: ଅଳ୍ପକେ ବର୍ତ୍ତିଲେ ଛାତ୍ର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର