ବନ୍ୟାଞ୍ଚଳ ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା : କ୍ଷତିଗ୍ରସ୍ତ ଅଞ୍ଚଳରେ ୧୫ ଦିନ ପାଇଁ ରିଲିଫ ସହାୟତା ଘୋଷଣା

The Sakala Picture
Published On

ଭୁବନେଶ୍ୱର :  ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର ଅବସ୍ଥାରେ ରହିଛି। ଲଘୁଚାପ ବର୍ଷା ପରେ ମହାନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା ଫଳରେ ରାଜ୍ୟରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଥିଲା। ଏବେ ରାଜ୍ୟର ୫ ଜିଲ୍ଲା ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଆଦିରେ ବହୁ ଲୋକ ଜଳବନ୍ଦୀ ଜୀବନ କାଟୁଛନ୍ତି। ଆଉ ରାଜ୍ୟର ଏଭଳି ସମୟରେ ବନ୍ୟା ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀ ଆଜି ୫ଟି ଜିଲ୍ଲାର ବନ୍ୟାସ୍ଥିତି […]

ଭୁବନେଶ୍ୱର :  ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର ଅବସ୍ଥାରେ ରହିଛି। ଲଘୁଚାପ ବର୍ଷା ପରେ ମହାନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା ଫଳରେ ରାଜ୍ୟରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଥିଲା। ଏବେ ରାଜ୍ୟର ୫ ଜିଲ୍ଲା ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଆଦିରେ ବହୁ ଲୋକ ଜଳବନ୍ଦୀ ଜୀବନ କାଟୁଛନ୍ତି। ଆଉ ରାଜ୍ୟର ଏଭଳି ସମୟରେ ବନ୍ୟା ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀ ଆଜି ୫ଟି ଜିଲ୍ଲାର ବନ୍ୟାସ୍ଥିତି ସମୀକ୍ଷା କରିଛନ୍ତି।

ଆହୁରି ପଢ଼ନ୍ତୁ: ଆଜି ନବୀନ ପଟ୍ଟନାୟକଙ୍କ ୮୦ତମ ଜନ୍ମଦିନ; ଲୋକପ୍ରିୟତାର ସଂଜ୍ଞା, ଜନ ନାୟକର ପରିଭାଷା ସବୁ ନବୀନଙ୍କ ଭିତରେ ସମାହିତ

ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଆଜି ଆକାଶ ମାର୍ଗରୁ କେନ୍ଦ୍ରାପଡା ଜିଲ୍ଲାର ଲୁଣା, ଚିତ୍ରୋତ୍ପଳା ନଦୀର ଦ୍ୱୀପାଞ୍ଚଳ, ମହାନଦୀର ଶାଖା ପାଇକା ନଦୀର ଦ୍ୱୀପାଞ୍ଚଳ, ଜଗତସିଂହପୁର ଜିଲ୍ଲାର କୁଜଙ୍ଗ, ନାଉଗାଁ ଓ ପୁରୀ ଜିଲ୍ଲାର ଗୋପ, ନିମାପଡା, ଅସ୍ତରଙ୍ଗ, ଡେଲାଙ୍ଗ, ପିପିଲି, କଣାସର ତଳିଆ ଅଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଥିଲେ । ବନ୍ୟାରେ ବ୍ୟାପକ ଅଞ୍ଚଳ, ଜଳମଗ୍ନ ହେଵା ସହିତ ଅନେକ ଚାଷ ଜମି ଓ ବାସଗୃହ କ୍ଷତିଗ୍ରସ୍ତ ହୋଇଥିବା ଘଟଣାରେରେ ମୁଖ୍ୟମନ୍ତ୍ରୀ ଚିନ୍ତାପ୍ରକଟ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ଙ୍କ ସଚିବ 5T  ଭି କେ ପାଣ୍ଡିଆନ ମଧ୍ୟ୍ୟ ବନ୍ୟାଞ୍ଚଳ ପରିଦର୍ଶନରେ ଯାଇଥିଲେ।

ଆହୁରି ପଢ଼ନ୍ତୁ: ସମ୍ବଲପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଡିଭାଇଡରରେ ପିଟି ହେଲା ସ୍କର୍ପିଓ, ଶାଶୂ ଓ ଜ୍ୱାଇଁଙ୍କ ମୃତ୍ୟୁ

ପ୍ରଭାବିତ ଅଞ୍ଚଳରେ ଚାଲିଥିବା ସମସ୍ତ ପ୍ରକାର ସହାୟତା ଯଥା; ରିଲିଫ୍ ଓ ରନ୍ଧା ଖାଦ୍ୟ ଯୋଗାଣ, ସ୍ୱାସ୍ଥ୍ୟସେବା, ପାନୀୟଜଳ ଯୋଗାଣକୁ ତ୍ୱରାନ୍ୱିତ କରିବା ସହିତ ପ୍ରଭାବିତ ଗୋରୁଗାଈମାନଙ୍କୁ ଆବଶ୍ୟକୀୟ ଗୋଖାଦ୍ୟ ଓ ପଶୁଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବନ୍ୟାଂଚଳରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ କ୍ଷତିଗ୍ରସ୍ତ ଅଞ୍ଚଳ ପାଇଁ ରିଲିଫ ସହାୟତା ଘୋଷଣା କରିଛନ୍ତି।

ଆହୁରି ପଢ଼ନ୍ତୁ: ଭୀମଭୋଇ ମେଡିକାଲରେ ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ, ପରିବାରର ପକ୍ଷରୁ ତୀବ୍ର ଉତ୍ତେଜନା

ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜ଼ିଲ୍ଲା ଯେଉଁ ଗାଁ ମାନଙ୍କରେ ପାଣି ପଶିଛି ସେଠାରେ ବିପନ୍ନ ଲୋକ ମାନଙ୍କୁ ୧୫ ଦିନ ରିଲିଫ ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ସେହିପରି ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଓ ଅନୁଗୁଳ ଜ଼ିଲ୍ଲା ର ପାଣି ପଶିଥିବା ଗାଁ ର ଲୋକମାନଙ୍କୁ ସାତ ଦିନ ପାଇଁ ରିଲିଫ ଦିଆଯିବ। ପାଣି ଛାଡିବାର ସାତ ଦିନ ମଧ୍ୟ୍ୟ ରେ କ୍ଷୟକ୍ଷତି ଆକଳନ କରିବା ଏବଂ ତାର 15ଦିନ ଭିତରେ ଘରଭଙ୍ଗା ଓ ଫସଲ କ୍ଷତି ସହାୟତା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ, ପ୍ରଶାସନ କୁ ନିର୍ଦେଶ ଦେଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର