ଭୟ ବଢାଉଛି ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରୁ ୧୩୭୯ ନୂଆ ପଜିଟିଭ୍ ଚିହ୍ନଟ

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ ବେକାବୁ ହେଉଛି କରୋନା ମହାମାରୀ। କ୍ରମାଗତ ଭାବେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି। ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି ଯାହା ରାଜ୍ୟବାସୀଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ  ୧୩୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୯୫୬୧ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ […]

ଭୁବନେଶ୍ବର : ରାଜ୍ୟରେ ବେକାବୁ ହେଉଛି କରୋନା ମହାମାରୀ। କ୍ରମାଗତ ଭାବେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି। ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି ଯାହା ରାଜ୍ୟବାସୀଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ  ୧୩୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୯୫୬୧ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୦୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୭୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ପାଞ୍ଚ ବର୍ଷର ନାବାଳକକୁ ଅପହରଣ ପରେ ଗଳା କାଟି ହତ୍ୟା !

ଗତକାଲି ଭଳି ସୁନ୍ଦରଗଡ଼ ଜିଲ୍ଲାରେ ଆଜି ବି ସର୍ବାଧିକ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଜିଲ୍ଲାରୁ ଗତ ୨୪ ଘଣ୍ଟାରେ ୩୧୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ୧୫୮ ଜଣ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ା ଜିଲ୍ଲାରୁ ୯୦ ଜଣ ଚିହ୍ନଟ ହୋଇଛନ୍ତି।ଅନୁଗୋଳ ଜିଲ୍ଲାରୁ ୨୭ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୩, ବରଗଡ଼ରୁ ୬୮, ଭଦ୍ରକରୁ ୩୬, ବଲାଙ୍ଗିରରୁ ୫୪, ବୌଦ୍ଧରୁ ଜଣେ, କଟକରୁ ୫୬, ଦେବଗଡ଼ରୁ ୪, ଢେଙ୍କାନାଳରୁ ୪, ଗଜପତିରୁ ୩, ଗଞ୍ଜାମରୁ ୩୧, ଜଗତସିଂହପୁରରୁ ୬, ଯାଜପୁରରୁ ୧୯, ଝାରସୁଗୁଡ଼ାରୁ ୪୨, କଳାହାଣ୍ଡିରୁ ୩୦, କନ୍ଧମାଳରୁ ୧୦, କେନ୍ଦ୍ରାପଡ଼ାରୁ ୬, କେନ୍ଦୁଝରରୁ ୩୦, କୋରାପୁଟରୁ ୯, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୪୯, ନବରଙ୍ଗପୁରରୁ ୭୧, ନୟାଗଡ଼ରୁ ୧୮, ପୁରୀରୁ ୪୩, ରାୟଗଡ଼ାରୁ ୨୫, ସମ୍ବଲପୁରରୁ ୮୬ ଓ ସୋନପୁର ଜିଲ୍ଲାରୁ ୧୪ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୩୫ ଜଣ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୯୫୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୯୭୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୯୬୦୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୩୭୦୩୫୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

11 Apr 2021 By The Sakala

https://www.thesakala.in/latest-odisha-news/1379-new-corona-case-in-odisha/article-1428
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର