ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗର ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମଙ୍କ ସୁନ୍ଦରଗଡ଼ ଗସ୍ତ

The Sakala Picture
Published On

ସୁନ୍ଦରଗଡ଼: ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗର ମାନ୍ୟବର ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ୍ ଦିନିକିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଆସିଥିଲେ। ମଙ୍ଗଳବାର ଦିନ ମାନ୍ୟବର ମନ୍ତ୍ରୀ ମିଶନ ଶକ୍ତି ମା’ମାନଙ୍କ ଜୀବିକା ଏବଂ ଅଙ୍ଗନବାଡ଼ି କେନ୍ଦ୍ର ମାଧ୍ୟମରେ ଚାଲିଥିବା ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ। ସୁନ୍ଦରଗଡ଼ସ୍ଥିତ ସଦଭାବନା ଭବନଠାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ମାନ୍ୟବର ମନ୍ତ୍ରୀ ଯୋଗଦେଇ ମହିଳା ଓ ଶିଶୁ ବିକାଶ ଏବଂ ମିଶନ […]

ସୁନ୍ଦରଗଡ଼: ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗର ମାନ୍ୟବର ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ୍ ଦିନିକିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଆସିଥିଲେ। ମଙ୍ଗଳବାର ଦିନ ମାନ୍ୟବର ମନ୍ତ୍ରୀ ମିଶନ ଶକ୍ତି ମା’ମାନଙ୍କ ଜୀବିକା ଏବଂ ଅଙ୍ଗନବାଡ଼ି କେନ୍ଦ୍ର ମାଧ୍ୟମରେ ଚାଲିଥିବା ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ।

ଆହୁରି ପଢ଼ନ୍ତୁ: ଆଜିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ସୁନ୍ଦରଗଡ଼ସ୍ଥିତ ସଦଭାବନା ଭବନଠାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ମାନ୍ୟବର ମନ୍ତ୍ରୀ ଯୋଗଦେଇ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ, ଓଡ଼ିଶା ଜୀବିକା ମିଶନ ପକ୍ଷରୁ ଚାଲିଥିବା ବିଭିନ୍ନ କାର୍ଯ୍ୟକ୍ରମର ଅଗ୍ରଗତି ଉପରେ ସମୀକ୍ଷା କରିଥିଲେ। ଏହାସହ ଜିଲ୍ଲାରେ ସାନ ସାନ ପିଲାଙ୍କ ପୋଷଣ ପାଇଁ ଅଙ୍ଗନବାଡ଼ି କେନ୍ଦ୍ର ଜରିଆରେ ଚାଲିଥିବା ସ୍ପିରୁଲିନା ଏବଂ ମାଣ୍ଡିଆ ଲଡୁ ବଣ୍ଟନ କାର୍ଯ୍ୟକ୍ରମ ବିଷୟରେ ବିଭାଗୀୟ ଅଧିକାରୀଙ୍କଠାରୁ ସେ ପଚାରି ବୁଝିଥିଲେ।

ଆହୁରି ପଢ଼ନ୍ତୁ: କଲେଜକୁ ପରୀକ୍ଷା ଦେବାକୁ ଯାଉଥିଲେ ଛାତ୍ରୀ, ବ୍ଲେଡରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର

ଏହି ସମୀକ୍ଷା ବୈଠକରେ ମନ୍ତ୍ରୀଙ୍କ ସହିତ ସମନ୍ୱିତ ଶିଶୁ ବିକାଶ ଯୋଜନାର (ଆଇସିଡିଏସ୍) ନିର୍ଦ୍ଦେଶକ ଶ୍ରୀଯୁକ୍ତ ଅରବିନ୍ଦ ଅଗ୍ରୱାଲ ଉପସ୍ଥିତ ଥିଲେ। ଜନ୍ମରୁ ୬ ବର୍ଷ ବୟସ ପର୍ଯ୍ୟନ୍ତ ପିଲା, କିଶୋରୀ ବାଳିକା, ଗର୍ଭବତୀ ଏବଂ ପ୍ରସୂତି ମା’ମାନଙ୍କ ସୁବିଧା ପାଇଁ ସେମାନଙ୍କ ଆଧାର କାର୍ଡକୁ ସରକାରଙ୍କ ‘ପୋଷଣ ଟ୍ରାକର’ ସହ ସଂଯୋଗ କରିବାକୁ ସେ ସିଡିପିଓମାନଙ୍କୁ ପରାମର୍ଶ ଦେଇଥିଲେ। ଏହାସହ ଅଙ୍ଗନବାଡ଼ି କେନ୍ଦ୍ର ପରିସରରେ ପୋଷଣ ବଗିଚା କରିବା ଲାଗି ସେ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଆହୁରି ପଢ଼ନ୍ତୁ: ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର

ଏହି ବୈଠକରେ ସୁନ୍ଦରଗଡ଼ ମାନ୍ୟବର ବିଧାୟିକା ଶ୍ରୀମତୀ କୁସୁମ ଟେଟେ, ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲିଙ୍କ ସହିତ ଜିଲ୍ଲାର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଏହି ଅବସରରେ ମାନ୍ୟବର ମନ୍ତ୍ରୀ ସୁନ୍ଦରଗଡ଼ ସଦର ଏବଂ ଟାଙ୍ଗରପାଲି ବ୍ଳକରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟକ୍ରମର କ୍ଷେତ୍ରସ୍ତରୀୟ ଅନୁଧ୍ୟାନ କରିଥିଲେ। ସୁନ୍ଦରଗଡ଼ ରଙ୍ଗାଢ଼ିପାଠାରେ ଥିବା ସ୍ପିରୁଲିନା ଚିକି ପ୍ରସ୍ତୁତି କେନ୍ଦ୍ର ବୁଲି ଦେଖିଥିଲେ ମନ୍ତ୍ରୀ। ଚିକି ପ୍ରସ୍ତୁତିରେ ନିୟୋଜିତ ଏସଏଚଜି ମା’ମାନଙ୍କୁ ସେମାନଙ୍କ ଜୀବିକା ବିଷୟରେ ସେ ପଚାରି ବୁଝିଥିଲେ।

ମହୁଲପାଲିଠାରେ ଗ୍ରାମପଞ୍ଚାୟତସ୍ତରୀୟ ମହାସଂଘ ପକ୍ଷରୁ କୁକୁଡ଼ା ଛୁଆ ବଢ଼ିବା ପାଇଁ ବ୍ରୁଡ଼ିଂ ଆଣ୍ଡ ଗ୍ରୋଇଙ୍ଗ ୟୁନିଟ୍ ସ୍ଥାପନ କରାଯାଇଛି। ଏହାର ପରିଚାଳନା ଦାୟିତ୍ୱ ସ୍ଥାନୀୟ ଏସଏଚଜି ମା’ମାନଙ୍କୁ ଦିଆଯାଇଛି। ଏଥିରେ ପ୍ରାୟ ୫୦୦୦ କୁକୁଡ଼ା ଛୁଆ ରହିପାରିବାର କ୍ଷମତା ରହିଛି। ମନ୍ତ୍ରୀ ଏହି ପ୍ରକଳ୍ପସ୍ଥଳ ବୁଲି ଦେଖିବା ସହ ଏସଏଚଜି ମା’ଙ୍କୁ ସେମାନଙ୍କ ଜୀବିକା ବିଷୟରେ ସିଧାସଳଖ ପଚାରି ବୁଝିଥିଲେ।

ସୁନ୍ଦରଗଡ଼ ଜିଲ୍ଲାରେ ଆନୁଷ୍ଠାନିକ ପ୍ରସବକୁ ସୁନିଶ୍ଚିତ କରିବା ପାଇଁ ବିଭିନ୍ନ ଦୁର୍ଗମ ଅଞ୍ଚଳରେ ମା’ଗୃହ ସ୍ଥାପନ କରାଯାଇଛି। ମାନ୍ୟବର ମନ୍ତ୍ରୀ ଟାଙ୍ଗରପାଲି ବ୍ଲକର ବନ୍ଧପାଲିସ୍ଥିତ ମା’ଗୃହକୁ ଯାଇ ସେଠାରେ ଗର୍ଭବତୀ ଓ ପ୍ରସୁତି ମା’ମାନଙ୍କୁ ମିଳୁଥିବା ସେବା ସମ୍ପର୍କରେ ପଚାରି ବୁଝିଥିଲେ। ବର୍ତ୍ତମାନ ଜିଲ୍ଲାରେ ୨୦ଟି ମା’ଗୃହ ରହିଛି।

ଏହାସହ ମନ୍ତ୍ରୀ ବେଲସରାସ୍ଥିତ ଜୟଶଙ୍କର ସେବାଶ୍ରମ ପରିଦର୍ଶନ କରିଥିଲେ। ସେଠାରେ ଅନ୍ତେବାସୀମାନଙ୍କ ସୁବିଧା ପାଇଁ ସରକାରଙ୍କ ପକ୍ଷରୁ ଯେଉଁସବୁ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି ତା’ର ସେ ଅନୁଧ୍ୟାନ କରିଥିଲେ।

ସୁନ୍ଦରଗଡ଼ ଜିଲ୍ଲାରେ ପିଲାମାନଙ୍କ ପାଇଁ ବାଲା ମଡେଲ ଢାଞ୍ଚାରେ ଆଧୁନିକ ଅଙ୍ଗନବାଡ଼ି କେନ୍ଦ୍ର ନିର୍ମାଣ କରାଯାଇଛି। ମନ୍ତ୍ରୀ ଭବାନୀପୁର, ଜବରଦସ୍ତପଡା ଓ କିରେଇ ଅଙ୍ଗନବାଡ଼ି କେନ୍ଦ୍ର ବୁଲି ଦେଖିବା ସହ ପିଲାମାନଙ୍କ ପୋଷଣ, ପରିଚ୍ଛନ୍ନତା ଆଦି ବିଷୟରେ ଅଙ୍ଗନବାଡ଼ି କର୍ମୀଙ୍କ ସହ କଥା ହୋଇଥିଲେ।

ଏହି ଗସ୍ତ ସମୟରେ ମାନ୍ୟବର ମନ୍ତ୍ରୀଙ୍କ ସହିତ ସୁନ୍ଦରଗଡ଼ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି, ଜିଲ୍ଲା ପରିଷଦ ଅଧ୍ୟକ୍ଷା ସୁଶ୍ରୀ କୁନ୍ତୀ ପ୍ରଧାନ, ଉପାଧ୍ୟକ୍ଷ ଶ୍ରୀଯୁକ୍ତ କମଲ ଲାକ୍ରା, ଡିଏମଏଫ ସିଇଓ ଶ୍ରୀମତୀ ରିତା ଡାଙ୍ଗ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ସରୋଜ କୁମାର ମିଶ୍ର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ପ୍ରବାସିନୀ ଚକ୍ର ପ୍ରମୁଖ ଉପସ୍ଥିତ ଥିଲେ।

23 Aug 2022 By The Sakala

ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗର ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମଙ୍କ ସୁନ୍ଦରଗଡ଼ ଗସ୍ତ

ସୁନ୍ଦରଗଡ଼: ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗର ମାନ୍ୟବର ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ୍ ଦିନିକିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଆସିଥିଲେ। ମଙ୍ଗଳବାର ଦିନ ମାନ୍ୟବର ମନ୍ତ୍ରୀ ମିଶନ ଶକ୍ତି ମା’ମାନଙ୍କ ଜୀବିକା ଏବଂ ଅଙ୍ଗନବାଡ଼ି କେନ୍ଦ୍ର ମାଧ୍ୟମରେ ଚାଲିଥିବା ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ।

ସୁନ୍ଦରଗଡ଼ସ୍ଥିତ ସଦଭାବନା ଭବନଠାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ମାନ୍ୟବର ମନ୍ତ୍ରୀ ଯୋଗଦେଇ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ, ଓଡ଼ିଶା ଜୀବିକା ମିଶନ ପକ୍ଷରୁ ଚାଲିଥିବା ବିଭିନ୍ନ କାର୍ଯ୍ୟକ୍ରମର ଅଗ୍ରଗତି ଉପରେ ସମୀକ୍ଷା କରିଥିଲେ। ଏହାସହ ଜିଲ୍ଲାରେ ସାନ ସାନ ପିଲାଙ୍କ ପୋଷଣ ପାଇଁ ଅଙ୍ଗନବାଡ଼ି କେନ୍ଦ୍ର ଜରିଆରେ ଚାଲିଥିବା ସ୍ପିରୁଲିନା ଏବଂ ମାଣ୍ଡିଆ ଲଡୁ ବଣ୍ଟନ କାର୍ଯ୍ୟକ୍ରମ ବିଷୟରେ ବିଭାଗୀୟ ଅଧିକାରୀଙ୍କଠାରୁ ସେ ପଚାରି ବୁଝିଥିଲେ।

ଏହି ସମୀକ୍ଷା ବୈଠକରେ ମନ୍ତ୍ରୀଙ୍କ ସହିତ ସମନ୍ୱିତ ଶିଶୁ ବିକାଶ ଯୋଜନାର (ଆଇସିଡିଏସ୍) ନିର୍ଦ୍ଦେଶକ ଶ୍ରୀଯୁକ୍ତ ଅରବିନ୍ଦ ଅଗ୍ରୱାଲ ଉପସ୍ଥିତ ଥିଲେ। ଜନ୍ମରୁ ୬ ବର୍ଷ ବୟସ ପର୍ଯ୍ୟନ୍ତ ପିଲା, କିଶୋରୀ ବାଳିକା, ଗର୍ଭବତୀ ଏବଂ ପ୍ରସୂତି ମା’ମାନଙ୍କ ସୁବିଧା ପାଇଁ ସେମାନଙ୍କ ଆଧାର କାର୍ଡକୁ ସରକାରଙ୍କ ‘ପୋଷଣ ଟ୍ରାକର’ ସହ ସଂଯୋଗ କରିବାକୁ ସେ ସିଡିପିଓମାନଙ୍କୁ ପରାମର୍ଶ ଦେଇଥିଲେ। ଏହାସହ ଅଙ୍ଗନବାଡ଼ି କେନ୍ଦ୍ର ପରିସରରେ ପୋଷଣ ବଗିଚା କରିବା ଲାଗି ସେ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଏହି ବୈଠକରେ ସୁନ୍ଦରଗଡ଼ ମାନ୍ୟବର ବିଧାୟିକା ଶ୍ରୀମତୀ କୁସୁମ ଟେଟେ, ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲିଙ୍କ ସହିତ ଜିଲ୍ଲାର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଏହି ଅବସରରେ ମାନ୍ୟବର ମନ୍ତ୍ରୀ ସୁନ୍ଦରଗଡ଼ ସଦର ଏବଂ ଟାଙ୍ଗରପାଲି ବ୍ଳକରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟକ୍ରମର କ୍ଷେତ୍ରସ୍ତରୀୟ ଅନୁଧ୍ୟାନ କରିଥିଲେ। ସୁନ୍ଦରଗଡ଼ ରଙ୍ଗାଢ଼ିପାଠାରେ ଥିବା ସ୍ପିରୁଲିନା ଚିକି ପ୍ରସ୍ତୁତି କେନ୍ଦ୍ର ବୁଲି ଦେଖିଥିଲେ ମନ୍ତ୍ରୀ। ଚିକି ପ୍ରସ୍ତୁତିରେ ନିୟୋଜିତ ଏସଏଚଜି ମା’ମାନଙ୍କୁ ସେମାନଙ୍କ ଜୀବିକା ବିଷୟରେ ସେ ପଚାରି ବୁଝିଥିଲେ।

ମହୁଲପାଲିଠାରେ ଗ୍ରାମପଞ୍ଚାୟତସ୍ତରୀୟ ମହାସଂଘ ପକ୍ଷରୁ କୁକୁଡ଼ା ଛୁଆ ବଢ଼ିବା ପାଇଁ ବ୍ରୁଡ଼ିଂ ଆଣ୍ଡ ଗ୍ରୋଇଙ୍ଗ ୟୁନିଟ୍ ସ୍ଥାପନ କରାଯାଇଛି। ଏହାର ପରିଚାଳନା ଦାୟିତ୍ୱ ସ୍ଥାନୀୟ ଏସଏଚଜି ମା’ମାନଙ୍କୁ ଦିଆଯାଇଛି। ଏଥିରେ ପ୍ରାୟ ୫୦୦୦ କୁକୁଡ଼ା ଛୁଆ ରହିପାରିବାର କ୍ଷମତା ରହିଛି। ମନ୍ତ୍ରୀ ଏହି ପ୍ରକଳ୍ପସ୍ଥଳ ବୁଲି ଦେଖିବା ସହ ଏସଏଚଜି ମା’ଙ୍କୁ ସେମାନଙ୍କ ଜୀବିକା ବିଷୟରେ ସିଧାସଳଖ ପଚାରି ବୁଝିଥିଲେ।

ସୁନ୍ଦରଗଡ଼ ଜିଲ୍ଲାରେ ଆନୁଷ୍ଠାନିକ ପ୍ରସବକୁ ସୁନିଶ୍ଚିତ କରିବା ପାଇଁ ବିଭିନ୍ନ ଦୁର୍ଗମ ଅଞ୍ଚଳରେ ମା’ଗୃହ ସ୍ଥାପନ କରାଯାଇଛି। ମାନ୍ୟବର ମନ୍ତ୍ରୀ ଟାଙ୍ଗରପାଲି ବ୍ଲକର ବନ୍ଧପାଲିସ୍ଥିତ ମା’ଗୃହକୁ ଯାଇ ସେଠାରେ ଗର୍ଭବତୀ ଓ ପ୍ରସୁତି ମା’ମାନଙ୍କୁ ମିଳୁଥିବା ସେବା ସମ୍ପର୍କରେ ପଚାରି ବୁଝିଥିଲେ। ବର୍ତ୍ତମାନ ଜିଲ୍ଲାରେ ୨୦ଟି ମା’ଗୃହ ରହିଛି।

ଏହାସହ ମନ୍ତ୍ରୀ ବେଲସରାସ୍ଥିତ ଜୟଶଙ୍କର ସେବାଶ୍ରମ ପରିଦର୍ଶନ କରିଥିଲେ। ସେଠାରେ ଅନ୍ତେବାସୀମାନଙ୍କ ସୁବିଧା ପାଇଁ ସରକାରଙ୍କ ପକ୍ଷରୁ ଯେଉଁସବୁ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି ତା’ର ସେ ଅନୁଧ୍ୟାନ କରିଥିଲେ।

ସୁନ୍ଦରଗଡ଼ ଜିଲ୍ଲାରେ ପିଲାମାନଙ୍କ ପାଇଁ ବାଲା ମଡେଲ ଢାଞ୍ଚାରେ ଆଧୁନିକ ଅଙ୍ଗନବାଡ଼ି କେନ୍ଦ୍ର ନିର୍ମାଣ କରାଯାଇଛି। ମନ୍ତ୍ରୀ ଭବାନୀପୁର, ଜବରଦସ୍ତପଡା ଓ କିରେଇ ଅଙ୍ଗନବାଡ଼ି କେନ୍ଦ୍ର ବୁଲି ଦେଖିବା ସହ ପିଲାମାନଙ୍କ ପୋଷଣ, ପରିଚ୍ଛନ୍ନତା ଆଦି ବିଷୟରେ ଅଙ୍ଗନବାଡ଼ି କର୍ମୀଙ୍କ ସହ କଥା ହୋଇଥିଲେ।

ଏହି ଗସ୍ତ ସମୟରେ ମାନ୍ୟବର ମନ୍ତ୍ରୀଙ୍କ ସହିତ ସୁନ୍ଦରଗଡ଼ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି, ଜିଲ୍ଲା ପରିଷଦ ଅଧ୍ୟକ୍ଷା ସୁଶ୍ରୀ କୁନ୍ତୀ ପ୍ରଧାନ, ଉପାଧ୍ୟକ୍ଷ ଶ୍ରୀଯୁକ୍ତ କମଲ ଲାକ୍ରା, ଡିଏମଏଫ ସିଇଓ ଶ୍ରୀମତୀ ରିତା ଡାଙ୍ଗ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ସରୋଜ କୁମାର ମିଶ୍ର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ପ୍ରବାସିନୀ ଚକ୍ର ପ୍ରମୁଖ ଉପସ୍ଥିତ ଥିଲେ।

https://www.thesakala.in/latest-odisha-news/visit-of-honble-minister-of-women-and-child-development-and-mission-shakti-department-to-sundergarh/article-14376
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର