ପିପିଲି ଉପନିର୍ବାଚନ: ‘ବିଜେପି ହିଂସାର ରାସ୍ତା ଛାଡୁ, ଓଡ଼ିଶା ପରି ଶାନ୍ତିପ୍ରିୟ ରାଜ୍ୟରେ ଶାନ୍ତିର ସହ ନିର୍ବାଚନ ଲଢ଼ନ୍ତୁ’

The Sakala Picture
Published On

ଭୁବନେଶ୍ୱର: ରକ୍ତ ମୁଖା ହୋଇଛି ଭାରତୀୟ ଜନତା ପାର୍ଟି । ବିଜୁ ଜନତା ଦଳର ନିର୍ବାଚନ କାର୍ଯ୍ଯକ୍ରମ ଚାଲିଥିବା ବେଳେ ଭାରତୀୟ ଜନତା ପାର୍ଟି(ବିଜେପି )ର କର୍ମୀମାନେ ଆମ କର୍ମୀଙ୍କୁ ଆକ୍ରମଣ କରିଛନ୍ତି । ଏହି ଆକ୍ରମଣରେ ଆମର ଦୁଇ ଜଣ କର୍ମୀ ଗୁରୁତର ଅବସ୍ଥାରେ ଡେଲାଙ୍ଗ ଏବଂ ଆନ୍ୟ କର୍ମୀ ଅତି ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ବିଜେପି କର୍ମୀ ଯେଉଁ ହିଂସା ଭିଆଇଛନ୍ତି ତାହାର ପ୍ରମାଣ ଆମେ ରାଜ୍ୟ ନିର୍ବାଚନ […]

ଭୁବନେଶ୍ୱର: ରକ୍ତ ମୁଖା ହୋଇଛି ଭାରତୀୟ ଜନତା ପାର୍ଟି । ବିଜୁ ଜନତା ଦଳର ନିର୍ବାଚନ କାର୍ଯ୍ଯକ୍ରମ ଚାଲିଥିବା ବେଳେ ଭାରତୀୟ ଜନତା ପାର୍ଟି(ବିଜେପି )ର କର୍ମୀମାନେ ଆମ କର୍ମୀଙ୍କୁ ଆକ୍ରମଣ କରିଛନ୍ତି । ଏହି ଆକ୍ରମଣରେ ଆମର ଦୁଇ ଜଣ କର୍ମୀ ଗୁରୁତର ଅବସ୍ଥାରେ ଡେଲାଙ୍ଗ ଏବଂ ଆନ୍ୟ କର୍ମୀ ଅତି ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ବିଜେପି କର୍ମୀ ଯେଉଁ ହିଂସା ଭିଆଇଛନ୍ତି ତାହାର ପ୍ରମାଣ ଆମେ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଦେଇଛୁ ବୋଲି କହିଛନ୍ତି ବିଜେଡି ମୁଖପାତ୍ର ଡ. ସସ୍ମିତ ପାତ୍ର ।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି: ୫ଟି ଆଲମିରା ଯାଞ୍ଚ ଶେଷ, ଅତ୍ୟାଧୁନିକ ୩ଡି ମ୍ୟାପିଂରେ ରହିବ ସବୁ ତଥ୍ୟ

କେବଳ ଆମ କର୍ମୀଙ୍କୁ ଆକମ୍ରଣ କରିବାରେ ବିଜେପି କର୍ମୀ ସୀମିତ ନ ଥିଲେ, ସେହି ପରିବାର ମହିଳାମାନେ ଯେତେବେଳେ ତାଙ୍କ ଅବସ୍ଥା ଜାଣିବାକୁ ହସ୍ପିଟାଲରେ ପହଞ୍ଚିଲେ ସେଠାରେ ମଧ୍ୟ ତାଙ୍କୁ ଆକ୍ରମଣ କରାଗଲା । ଏଭଳି କି ସେମାନଙ୍କ ଲୁଗାପଟାକୁ ମଧ୍ୟ ଟାଣଟଣି କରିଛନ୍ତି । ଏଥିସହିତ ମେଡିକାଲକୁ ଭେଟିବାକୁ ଯାଇଥିବା ରାଜ୍ୟ ସରକାରଙ୍କ ବରିଷ୍ଠ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ମଧ୍ୟ ଆକ୍ରମଣ କରିଛନ୍ତି ବିଜେପି କର୍ମୀ ଏବଂ ତାଙ୍କ ଗାଡ଼ି ଭଙ୍ଗାରୁଜା କରିଛନ୍ତି ।

ଆହୁରି ପଢ଼ନ୍ତୁ: ଓଡ଼ିଶାର ପ୍ରତି ଚାଷୀ ପରିବାର ଉପରେ ୩୨,୭୨୧ଟଙ୍କା ଋଣ: କେନ୍ଦ୍ର

ବିଜେପି ବିହାର ଏବଂ ୟୁପି ଭଳି ହିଂସାକୁ ପ୍ରଶୟ ଦେବାକୁ ଚାହୁଁଛନ୍ତି । ଭାରତୀୟ ଜନତା ପାର୍ଟି ନିର୍ବାଚନ ହାରିବାକୁ ଯାଉଛି । ଏହା ସେମାନେ ସ୍ପଷ୍ଟ ଭାବେ ଜାଣିସାରିଛନ୍ତି । ଏଣୁ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି । ଭାରତୀୟ ଜନତା ପାର୍ଟି ହିଂସାର ରାସ୍ତା ଛାଡ଼ନ୍ତୁ, ଓଡ଼ିଶା ପରି ଶାନ୍ତିପ୍ରିୟ ରାଜ୍ୟରେ ଶାନ୍ତିର ସହ ନିର୍ବାଚନ ଲଢ଼ନ୍ତୁ ବୋଲି କହିଛନ୍ତି ଡ. ସସ୍ମିତ ପାତ୍ର ।

ଆହୁରି ପଢ଼ନ୍ତୁ: ସେଣ୍ଟ୍ରିଂ କାଢ଼ିବା ବେଳେ ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୩ ଶ୍ରମିକ ମୃତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର