କାଲି ଦିଲ୍ଲୀରୁ ଫେରିବେ ମୁଖ୍ୟମନ୍ତ୍ରୀ : ବିମାନବନ୍ଦରରେ ଦିଆଯିବ ସ୍ୱାଗତ ସମ୍ବର୍ଦ୍ଧନା, ସାମିଲ ହେବେ ୫୦ ହଜାରରୁ ଅଧିକ ଲୋକ

The Sakala Picture
Published On

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତ ଶେଷ କରି ଆସନ୍ତାକାଲି ପୂର୍ବାହ୍ନରେ ଭୁବନେଶ୍ବର ଫେରିବେ। ଜନସେବା ଓ ବଳିଷ୍ଠ ନେତୃତ୍ବ ପାଇଁ କ୍ୟାପିଟାଲ ଫାଉଣ୍ଡେସନ ସୋସାଇଟି ପକ୍ଷରୁ ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ ହୋଇଥିବା ମୁଖ୍ୟମନ୍ତ୍ରୀଙ୍କ ପାଇଁ ବିଜେଡି ପକ୍ଷରୁ ଏକ ବିଶାଳ ସ୍ବାଗତ ଶୋଭାଯାତ୍ରାର ଆୟୋଜନ କରାଯାଉଛି। ଦଳୀୟ ସାଂସଦ, ବିଧାୟକ ଓ ସବୁ ଛାମୁଆ ସଂଗଠନର କର୍ମକର୍ତ୍ତାମାନେ ଏଥିପାଇଁ ପ୍ରସ୍ତୁତିରେ ଲାଗି ପଡ଼ିଛନ୍ତି। ସୂଚନା ଅନୁସାରେ କାଲି ପୂର୍ବାହ୍ନ ୧୧.୨୫ରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର […]

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତ ଶେଷ କରି ଆସନ୍ତାକାଲି ପୂର୍ବାହ୍ନରେ ଭୁବନେଶ୍ବର ଫେରିବେ। ଜନସେବା ଓ ବଳିଷ୍ଠ ନେତୃତ୍ବ ପାଇଁ କ୍ୟାପିଟାଲ ଫାଉଣ୍ଡେସନ ସୋସାଇଟି ପକ୍ଷରୁ ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ ହୋଇଥିବା ମୁଖ୍ୟମନ୍ତ୍ରୀଙ୍କ ପାଇଁ ବିଜେଡି ପକ୍ଷରୁ ଏକ ବିଶାଳ ସ୍ବାଗତ ଶୋଭାଯାତ୍ରାର ଆୟୋଜନ କରାଯାଉଛି। ଦଳୀୟ ସାଂସଦ, ବିଧାୟକ ଓ ସବୁ ଛାମୁଆ ସଂଗଠନର କର୍ମକର୍ତ୍ତାମାନେ ଏଥିପାଇଁ ପ୍ରସ୍ତୁତିରେ ଲାଗି ପଡ଼ିଛନ୍ତି।

ଆହୁରି ପଢ଼ନ୍ତୁ: ଫୁଲନଖରାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ହାଇୱା ଧକ୍କାରେ ୩ ବାଇକ୍ ଆରୋହୀ ମୃତ

ସୂଚନା ଅନୁସାରେ କାଲି ପୂର୍ବାହ୍ନ ୧୧.୨୫ରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ଏହାପରେ ଏକ ବିରାଟ ପଟୁଆରରେ ବିମାନବନ୍ଦରରୁ ନବୀନ ନିବାସ ଯାଏ ମୁଖ୍ୟମନ୍ତ୍ରୀଙ୍କୁ ହଜାର ହଜାର ଦଳୀୟ କର୍ମୀ ପାଛୋଟି ନେବେ। ରାଜ୍ୟର ବିଭିନ୍ନ ଲୋକକଳା ପଦର୍ଶନ କରାଯିବା ସହ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିବାକୁ ରାଜ୍ୟର ବିଭିନ୍ନ କୋଣଅନୁକୋଣରୁ ପ୍ରାୟ ୫୦ ହଜାରରୁ ଅଧିକ ଲୋକ ଭୁବନେଶ୍ବର ଆସୁଥିବା ଜଣାପଡିଛି।

ଆହୁରି ପଢ଼ନ୍ତୁ: ଆଜି T-20 ବିଶ୍ଵକପର ଦ୍ଵିତୀୟ ସେମିଫାଇନାଲ: ଫାଇନାଲ ଟିକେଟ ପାଇଁ ମୁହାଁମୁହିଁ ହେବେ ଭାରତ-ଇଂଲଣ୍ଡ

ତେବେ ଏହି ସ୍ୱାଗତ ଶୋଭାଯାତ୍ରା ପାଇଁ କମିସନରେଟ ପୁଲିସ ପକ୍ଷରୁ ମଧ୍ୟ ବ୍ୟାପକ ପ୍ରସ୍ତୁତି କରାଯାଇଛି । ୫୦ ହଜାର ଲୋକ ସ୍ୱାଗତ ପାଇଁ ଆସିବାକୁ ଥିବାବେଳେ ସବୁ ଛକରେ ପୁଲିସ ଫୋର୍ସ ମୁତୟନ ହେବେ ।ପାର୍କିଂ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ ଓ ଅନ୍ୟ ଯାତ୍ରୀଙ୍କ ଯିବା ଆସିବାରେ ଯେଭଳି କୌଣସି ଅସୁବିଧା ନ ହେବ ସେନେଇ ମଧ୍ୟ ବ୍ୟବସ୍ଥା କରାଯାଇଛି। ୧ ଘଣ୍ଟାର କାର୍ଯ୍ୟକ୍ରମ ଥିବାବେଳେ ୩୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହେବେ। ୧୦୦ ରୁ ଅଧିକ ବରିଷ୍ଠ ପୁଲିସ ଅଧିକାରୀ ସୁରକ୍ଷା ଉପରେ ନଜର ରଖିବେ।

ଆହୁରି ପଢ଼ନ୍ତୁ: ମହଙ୍ଗା ହେଲା ରୋଷେଇ ଗ୍ୟାସ୍: ଘରୋଇ ସିଲିଣ୍ଡର ପିଛା ବଢିଲା ୬୦ ଟଙ୍କା, କମର୍ସିଆଲ୍ ୧୧୫ଟଙ୍କା ବୃଦ୍ଧି

ଅନ୍ୟପଟେ ରାଜ୍ୟର ବିଭିନ୍ନ କୋଣଅନୁକୋଣରୁ ଲୋକ ମୁଖ୍ୟମନ୍ତ୍ରୀଙ୍କ ସ୍ବାଗତ ପାଇଁ ଆସୁଥିବାରୁ କମିଶନରେଟ ପୁଲିସ ପକ୍ଷରୁ ରାଜଧାନୀର ଭିନ୍ନ ସ୍ଥାନରେ ୩ଟି ଅତିରିକ୍ତ ଟ୍ରାଫିକ୍ ପାର୍କିଂ ବ୍ୟବସ୍ଥା କରାଯାଇଛି। ଆବଶ୍ୟକସ୍ଥଳେ ଟ୍ରାଫିକ୍ ଡାଇଭର୍ସନ ଓ ବ୍ୟାରିକେଡ୍ ବ୍ୟବସ୍ଥା ହେବ ବୋଲି କମିଶନରେଟ ପୁଲିସ ପକ୍ଷରୁ କୁହାଯାଇଛି। ଏହି କାର୍ୟ୍ୟକ୍ରମକୁ ଦୃଷ୍ଟିରେ ରଖି ଭୁବନେଶ୍ୱରରୁ ବିମାନରେ ଯାତ୍ରା କରିବାକୁ ଥିବା ଯାତ୍ରୀଙ୍କ ପାଇଁ ପୁଲିସ ସ୍ୱତନ୍ତ୍ର ପରାମର୍ଶ ଜାରି କରିଛି। ଧାର୍ଯ୍ୟ ବିମାନ ସମୟର ୩ ଘଣ୍ଟା ପୂର୍ବରୁ ଯାତ୍ରୀମାନେ ବିମାନବନ୍ଦରରେ ପହଞ୍ଚିବାକୁ ପରାମର୍ଶ ଦିଆଯାଇଥିବା କମିଶନରେଟ ପୁଲିସ ପକ୍ଷରୁ କୁହାଯାଇଛି।

ଉଲ୍ଲେଖ ଥାଉ କି କ୍ୟାପିଟାଲ ଫାଉଣ୍ଡେସନ ସୋସାଇଟି ପକ୍ଷରୁ ରବିବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମର୍ଯ୍ୟାଦାଜନକ ‘ଜୀବନବ୍ୟାପୀ ସାଧନା ସମ୍ମାନ’ ପ୍ରଦାନ କରାଯାଇଥିଲା । ନୂଆଦିଲ୍ଲୀର ଇଣ୍ଡିଆ ଇଣ୍ଟରନ୍ୟାସନାଲ ସେଣ୍ଟର(ଆଇଆଇସି)ରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଶ୍ରୀ ପଟ୍ଟନାୟକଙ୍କୁ ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଜଷ୍ଟିସ ଏନ୍‌. ଭି. ରମଣା ଏହି ସମ୍ମାନ ପ୍ରଦାନ କରିଥିଲେ । ଆଉ ଏଥିପାଇଁ ନବୀନଙ୍କୁ ଶୁଭେଚ୍ଛା ଜଣାଇବାକୁ ରାଜଧାନୀରେ ବ୍ୟାପକ ପ୍ରସ୍ତୁତି କରାଯାଇଛି ।

05 Sep 2022 By The Sakala

କାଲି ଦିଲ୍ଲୀରୁ ଫେରିବେ ମୁଖ୍ୟମନ୍ତ୍ରୀ : ବିମାନବନ୍ଦରରେ ଦିଆଯିବ ସ୍ୱାଗତ ସମ୍ବର୍ଦ୍ଧନା, ସାମିଲ ହେବେ ୫୦ ହଜାରରୁ ଅଧିକ ଲୋକ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତ ଶେଷ କରି ଆସନ୍ତାକାଲି ପୂର୍ବାହ୍ନରେ ଭୁବନେଶ୍ବର ଫେରିବେ। ଜନସେବା ଓ ବଳିଷ୍ଠ ନେତୃତ୍ବ ପାଇଁ କ୍ୟାପିଟାଲ ଫାଉଣ୍ଡେସନ ସୋସାଇଟି ପକ୍ଷରୁ ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ ହୋଇଥିବା ମୁଖ୍ୟମନ୍ତ୍ରୀଙ୍କ ପାଇଁ ବିଜେଡି ପକ୍ଷରୁ ଏକ ବିଶାଳ ସ୍ବାଗତ ଶୋଭାଯାତ୍ରାର ଆୟୋଜନ କରାଯାଉଛି। ଦଳୀୟ ସାଂସଦ, ବିଧାୟକ ଓ ସବୁ ଛାମୁଆ ସଂଗଠନର କର୍ମକର୍ତ୍ତାମାନେ ଏଥିପାଇଁ ପ୍ରସ୍ତୁତିରେ ଲାଗି ପଡ଼ିଛନ୍ତି।

ସୂଚନା ଅନୁସାରେ କାଲି ପୂର୍ବାହ୍ନ ୧୧.୨୫ରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ଏହାପରେ ଏକ ବିରାଟ ପଟୁଆରରେ ବିମାନବନ୍ଦରରୁ ନବୀନ ନିବାସ ଯାଏ ମୁଖ୍ୟମନ୍ତ୍ରୀଙ୍କୁ ହଜାର ହଜାର ଦଳୀୟ କର୍ମୀ ପାଛୋଟି ନେବେ। ରାଜ୍ୟର ବିଭିନ୍ନ ଲୋକକଳା ପଦର୍ଶନ କରାଯିବା ସହ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିବାକୁ ରାଜ୍ୟର ବିଭିନ୍ନ କୋଣଅନୁକୋଣରୁ ପ୍ରାୟ ୫୦ ହଜାରରୁ ଅଧିକ ଲୋକ ଭୁବନେଶ୍ବର ଆସୁଥିବା ଜଣାପଡିଛି।

ତେବେ ଏହି ସ୍ୱାଗତ ଶୋଭାଯାତ୍ରା ପାଇଁ କମିସନରେଟ ପୁଲିସ ପକ୍ଷରୁ ମଧ୍ୟ ବ୍ୟାପକ ପ୍ରସ୍ତୁତି କରାଯାଇଛି । ୫୦ ହଜାର ଲୋକ ସ୍ୱାଗତ ପାଇଁ ଆସିବାକୁ ଥିବାବେଳେ ସବୁ ଛକରେ ପୁଲିସ ଫୋର୍ସ ମୁତୟନ ହେବେ ।ପାର୍କିଂ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ ଓ ଅନ୍ୟ ଯାତ୍ରୀଙ୍କ ଯିବା ଆସିବାରେ ଯେଭଳି କୌଣସି ଅସୁବିଧା ନ ହେବ ସେନେଇ ମଧ୍ୟ ବ୍ୟବସ୍ଥା କରାଯାଇଛି। ୧ ଘଣ୍ଟାର କାର୍ଯ୍ୟକ୍ରମ ଥିବାବେଳେ ୩୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହେବେ। ୧୦୦ ରୁ ଅଧିକ ବରିଷ୍ଠ ପୁଲିସ ଅଧିକାରୀ ସୁରକ୍ଷା ଉପରେ ନଜର ରଖିବେ।

ଅନ୍ୟପଟେ ରାଜ୍ୟର ବିଭିନ୍ନ କୋଣଅନୁକୋଣରୁ ଲୋକ ମୁଖ୍ୟମନ୍ତ୍ରୀଙ୍କ ସ୍ବାଗତ ପାଇଁ ଆସୁଥିବାରୁ କମିଶନରେଟ ପୁଲିସ ପକ୍ଷରୁ ରାଜଧାନୀର ଭିନ୍ନ ସ୍ଥାନରେ ୩ଟି ଅତିରିକ୍ତ ଟ୍ରାଫିକ୍ ପାର୍କିଂ ବ୍ୟବସ୍ଥା କରାଯାଇଛି। ଆବଶ୍ୟକସ୍ଥଳେ ଟ୍ରାଫିକ୍ ଡାଇଭର୍ସନ ଓ ବ୍ୟାରିକେଡ୍ ବ୍ୟବସ୍ଥା ହେବ ବୋଲି କମିଶନରେଟ ପୁଲିସ ପକ୍ଷରୁ କୁହାଯାଇଛି। ଏହି କାର୍ୟ୍ୟକ୍ରମକୁ ଦୃଷ୍ଟିରେ ରଖି ଭୁବନେଶ୍ୱରରୁ ବିମାନରେ ଯାତ୍ରା କରିବାକୁ ଥିବା ଯାତ୍ରୀଙ୍କ ପାଇଁ ପୁଲିସ ସ୍ୱତନ୍ତ୍ର ପରାମର୍ଶ ଜାରି କରିଛି। ଧାର୍ଯ୍ୟ ବିମାନ ସମୟର ୩ ଘଣ୍ଟା ପୂର୍ବରୁ ଯାତ୍ରୀମାନେ ବିମାନବନ୍ଦରରେ ପହଞ୍ଚିବାକୁ ପରାମର୍ଶ ଦିଆଯାଇଥିବା କମିଶନରେଟ ପୁଲିସ ପକ୍ଷରୁ କୁହାଯାଇଛି।

ଉଲ୍ଲେଖ ଥାଉ କି କ୍ୟାପିଟାଲ ଫାଉଣ୍ଡେସନ ସୋସାଇଟି ପକ୍ଷରୁ ରବିବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମର୍ଯ୍ୟାଦାଜନକ ‘ଜୀବନବ୍ୟାପୀ ସାଧନା ସମ୍ମାନ’ ପ୍ରଦାନ କରାଯାଇଥିଲା । ନୂଆଦିଲ୍ଲୀର ଇଣ୍ଡିଆ ଇଣ୍ଟରନ୍ୟାସନାଲ ସେଣ୍ଟର(ଆଇଆଇସି)ରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଶ୍ରୀ ପଟ୍ଟନାୟକଙ୍କୁ ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଜଷ୍ଟିସ ଏନ୍‌. ଭି. ରମଣା ଏହି ସମ୍ମାନ ପ୍ରଦାନ କରିଥିଲେ । ଆଉ ଏଥିପାଇଁ ନବୀନଙ୍କୁ ଶୁଭେଚ୍ଛା ଜଣାଇବାକୁ ରାଜଧାନୀରେ ବ୍ୟାପକ ପ୍ରସ୍ତୁତି କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର