ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ୨୪ଘଣ୍ଟା ମଧ୍ୟରେ ଲଘୁଚାପ ସମ୍ଭାବନା

The Sakala Picture
Published On

ଭୁବନେଶ୍ୱର: ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ସମୁଦ୍ରପତ୍ତନ ଠାରୁ ବାୟୁମଣ୍ଡଳର ୫.୮କିମି ଉଚ୍ଚତା ଯାଏଁ ଏହା ବ୍ୟାପିଛି। ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତାକାଲିଠୁ ଆରମ୍ଭ ହେବ ବର୍ଷା । ୯ ତାରିଖ ମଧ୍ୟରେ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ୧୩ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ସେହିଭଳି ୯ ରୁ ୧୦ ତାରିଖ ମଧ୍ୟରେ ବର୍ଷାର ପରିମାଣ ବୃଦ୍ଧି […]

ଭୁବନେଶ୍ୱର: ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ସମୁଦ୍ରପତ୍ତନ ଠାରୁ ବାୟୁମଣ୍ଡଳର ୫.୮କିମି ଉଚ୍ଚତା ଯାଏଁ ଏହା ବ୍ୟାପିଛି। ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତାକାଲିଠୁ ଆରମ୍ଭ ହେବ ବର୍ଷା । ୯ ତାରିଖ ମଧ୍ୟରେ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ୧୩ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ସେହିଭଳି ୯ ରୁ ୧୦ ତାରିଖ ମଧ୍ୟରେ ବର୍ଷାର ପରିମାଣ ବୃଦ୍ଧି ହେବା ସହ ବିସ୍ତୃତି ବଢିବ। ଏଥିପାଇଁ ଉପକୂଳ ଓଡ଼ିଶାର ୮ ଜିଲ୍ଲା ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୧୨ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ତିନି ଦିନ ମଧ୍ୟରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ଯନ୍ତ ବର୍ଷା ହେବ ବୋଲି ଆକଳନ କରାଯାଇଛି ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଏଫ୍‌ସିଆଇ ଚାଉଳ ନ ଉଠାଇବା ପ୍ରସଙ୍ଗ: ସରକାରଙ୍କ ଅପାରଗତା ପାଇଁ ଯୋଗାଣ ବ୍ୟବସ୍ଥା ଫେଲ୍‌ ମାରିଛି କହିଲା ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର