ସୃଷ୍ଟି ହେଲା ଘୂର୍ଣ୍ଣିବଳୟ : କାଲିଠୁ ୩ ଦିନ ପ୍ରବଳ ବର୍ଷିବ, ପାଣିପାଗ ବିଭାଗ ପକ୍ଷରୁ ଜାରି ହେଲା ୟେଲୋ ୱାର୍ଣ୍ଣିଂ

The Sakala Picture
Published On

ଭୁବନେଶ୍ବର : ପୂର୍ବକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ୪.୫ ରୁ ୫.୬ କିମି ମଧ୍ୟରେ ଆଜି ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୨୦ ବେଳକୁ ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ସୃଷ୍ଟି ହେଲା ଘୁର୍ଣ୍ଣିବଳୟ !!! ୨୦ବେଳକୁ ଲଘୁଚାପ !! pic.twitter.com/UfMEc0fLN7 — […]

ଭୁବନେଶ୍ବର : ପୂର୍ବକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ୪.୫ ରୁ ୫.୬ କିମି ମଧ୍ୟରେ ଆଜି ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୨୦ ବେଳକୁ ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

ପାଣିପାଗ ବିଭାଗର ସୂଚନା ମୁତାବକ, ଆସନ୍ତା ୧୯ ଓ ୨୦ତାରିଖର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ୨୦ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି ।

୧୮ ତାରିଖ ଦିନ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ଗଞ୍ଜାମ, ଗଜପତି, ପୁରୀ ଓ ଜଗତସିଂହପୁର ଆଦି ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷିବ । ୧୯ ତାରିଖ ଦିନ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

୨୦ ତାରିଖରୁ ବର୍ଷାର ବିସ୍ତୃତି ଓ ପରିମାଣ ବଢ଼ିବ । କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ ଓ ସୋନପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ଏଥିସହ ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କଟକ, ନୟା‌ଗଡ଼, ଢେଙ୍କାନାଳ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର, ବଲାଙ୍ଗୀର, ବରଗଡ଼, ରାୟଗଡ଼ା ଓ ନୂଆପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

17 Sep 2022 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର