ଜାତୀୟ ପତାକା ତିଆରି କରିବାର ସୁଯୋଗ ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି କୃତଜ୍ଞତା ଜଣାଇଲେ ଛଅ ଜିଲ୍ଲାର ମିଶନ ଶକ୍ତି ମାଆ

The Sakala Picture
Published On

ଭୁବନେଶ୍ବର: ଆଜି ସଂଧ୍ୟାରେ ନବୀନ ନିବାସଠାରେ କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡା ଓ ଅନୁଗୁଳ ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମା’ ମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ଏହି ଅବସରରେ ଗତ ଅଗଷ୍ଟ ୧୫ ତାରିଖ ୭୫ତମ ସ୍ବାଧୀନତା ଦିବସ ପାଳନ ଅବସରରେ ମା ମାନେ ଜାତୀୟ ପତାକା ତିଆରି ଦାୟିତ୍ବ ନେଇ ଦକ୍ଷତାର ସହ ତୁଲାଇ ଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ […]

ଭୁବନେଶ୍ବର: ଆଜି ସଂଧ୍ୟାରେ ନବୀନ ନିବାସଠାରେ କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡା ଓ ଅନୁଗୁଳ ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମା’ ମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ଏହି ଅବସରରେ ଗତ ଅଗଷ୍ଟ ୧୫ ତାରିଖ ୭୫ତମ ସ୍ବାଧୀନତା ଦିବସ ପାଳନ ଅବସରରେ ମା ମାନେ ଜାତୀୟ ପତାକା ତିଆରି ଦାୟିତ୍ବ ନେଇ ଦକ୍ଷତାର ସହ ତୁଲାଇ ଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।

ଆହୁରି ପଢ଼ନ୍ତୁ: କଲେଜକୁ ପରୀକ୍ଷା ଦେବାକୁ ଯାଉଥିଲେ ଛାତ୍ରୀ, ବ୍ଲେଡରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ମିଶନ ଶକ୍ତି ମା’ ମାନଙ୍କ କାର୍ଯ୍ୟର ଉଚ୍ଚପ୍ରଶଂସା କରି କହିଥିଲେ ଯେ ଖୁବ କମ୍‌ ସମୟ ମଧ୍ୟରେ ଜାତୀୟ ପତାକା ପ୍ରସ୍ତୁତ କରିବା ଏକ ଗୁରୁ ଦାୟିତ୍ବ ହୋଇଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀ ଆପଣମାନଙ୍କ ଉପରେ ଭରସା ରଖି ଏ ଦାୟିତ୍ବ ଦେଇଥିଲେ ଏବଂ ଆପଣମାନେ ମଧ୍ୟ ଏହାକୁ ସଫଳତାର ସହ ନିର୍ବାହ କରି ମୁଖ୍ୟମନ୍ତ୍ରୀଙ୍କ ଭରସାକୁ ସାକାର କରିପାରିଛନ୍ତି।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

ଏପରି ଏକ ମର୍ଯ୍ୟାଦାପୂର୍ଣ୍ଣ ଦାୟିତ୍ବ ଅର୍ପଣ କରିଥିବାରୁ ମିଶନ ଶକ୍ତିର ମା ମାନେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇ ଥିଲେ। ମହିଳାମାନଙ୍କ ବିକାଶ ଓ କଲ୍ୟାଣ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ ସେମାନେ ଆଜି ବିଭିନ୍ନ କ୍ଷେତ୍ରରେ ସକ୍ଷମ ହୋଇପାରିଛନ୍ତି ବୋଲି ମତ ଦେଇଥିଲେ । ଏହି ଗୁରୁତ୍ବପୂର୍ଣ୍ଣ ଅବଦାନ ଯୋଗୁ ସେମାନେ ସବୁବେଳେ ମୁଖ୍ୟମନ୍ତ୍ରୀଙ୍କ ସହ ଅଛନ୍ତି ଓ ସବୁବେଳେ ରହିବେ ବୋଲି ସେମାନେ କହିଥିଲେ।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ସ୍ବାଧୀନତାର ୭୫ତମ ପୂର୍ତ୍ତି ଅବସରରେ ରାଜ୍ୟ ସରକାର ମିଶନ ଶକ୍ତି ମା ମାନଙ୍କୁ ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତି ଓ ବଣ୍ଟନ ଦାୟିତ୍ବ ଦେଇଥିଲେ।

19 Sep 2022 By The Sakala

ଜାତୀୟ ପତାକା ତିଆରି କରିବାର ସୁଯୋଗ ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି କୃତଜ୍ଞତା ଜଣାଇଲେ ଛଅ ଜିଲ୍ଲାର ମିଶନ ଶକ୍ତି ମାଆ

ଭୁବନେଶ୍ବର: ଆଜି ସଂଧ୍ୟାରେ ନବୀନ ନିବାସଠାରେ କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡା ଓ ଅନୁଗୁଳ ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମା’ ମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ଏହି ଅବସରରେ ଗତ ଅଗଷ୍ଟ ୧୫ ତାରିଖ ୭୫ତମ ସ୍ବାଧୀନତା ଦିବସ ପାଳନ ଅବସରରେ ମା ମାନେ ଜାତୀୟ ପତାକା ତିଆରି ଦାୟିତ୍ବ ନେଇ ଦକ୍ଷତାର ସହ ତୁଲାଇ ଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ମିଶନ ଶକ୍ତି ମା’ ମାନଙ୍କ କାର୍ଯ୍ୟର ଉଚ୍ଚପ୍ରଶଂସା କରି କହିଥିଲେ ଯେ ଖୁବ କମ୍‌ ସମୟ ମଧ୍ୟରେ ଜାତୀୟ ପତାକା ପ୍ରସ୍ତୁତ କରିବା ଏକ ଗୁରୁ ଦାୟିତ୍ବ ହୋଇଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀ ଆପଣମାନଙ୍କ ଉପରେ ଭରସା ରଖି ଏ ଦାୟିତ୍ବ ଦେଇଥିଲେ ଏବଂ ଆପଣମାନେ ମଧ୍ୟ ଏହାକୁ ସଫଳତାର ସହ ନିର୍ବାହ କରି ମୁଖ୍ୟମନ୍ତ୍ରୀଙ୍କ ଭରସାକୁ ସାକାର କରିପାରିଛନ୍ତି।

ଏପରି ଏକ ମର୍ଯ୍ୟାଦାପୂର୍ଣ୍ଣ ଦାୟିତ୍ବ ଅର୍ପଣ କରିଥିବାରୁ ମିଶନ ଶକ୍ତିର ମା ମାନେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇ ଥିଲେ। ମହିଳାମାନଙ୍କ ବିକାଶ ଓ କଲ୍ୟାଣ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ ସେମାନେ ଆଜି ବିଭିନ୍ନ କ୍ଷେତ୍ରରେ ସକ୍ଷମ ହୋଇପାରିଛନ୍ତି ବୋଲି ମତ ଦେଇଥିଲେ । ଏହି ଗୁରୁତ୍ବପୂର୍ଣ୍ଣ ଅବଦାନ ଯୋଗୁ ସେମାନେ ସବୁବେଳେ ମୁଖ୍ୟମନ୍ତ୍ରୀଙ୍କ ସହ ଅଛନ୍ତି ଓ ସବୁବେଳେ ରହିବେ ବୋଲି ସେମାନେ କହିଥିଲେ।

ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ସ୍ବାଧୀନତାର ୭୫ତମ ପୂର୍ତ୍ତି ଅବସରରେ ରାଜ୍ୟ ସରକାର ମିଶନ ଶକ୍ତି ମା ମାନଙ୍କୁ ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତି ଓ ବଣ୍ଟନ ଦାୟିତ୍ବ ଦେଇଥିଲେ।

https://www.thesakala.in/latest-odisha-news/cm-naveen-patnaik-met-mission-shakti-member-of-6-districts/article-15103
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର