ଜଗନ୍ନାଥଙ୍କ ଦର୍ଶନ ସାରି ଫେରିବା ବେଳେ ଓଲଟିଲା ତୀର୍ଥଯାତ୍ରୀ ବସ୍, ୧୯ ଆହତ

The Sakala Picture
Published On

ଯାଜପୁର: ଓଲଟିଲା ତୀର୍ଥଯାତ୍ରୀ ବସ୍ । ଜଗନ୍ନାଥ ଦର୍ଶନ ସାରି ଫେରୁଥିବା ବେଳେ ଭାରସାମ୍ୟ ହରାଇ ଓଲଟିଲା ତୀର୍ଥଯାତ୍ରୀ ବସ୍। ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ୧୬ ନଂ ଜାତୀୟ ରାଜପଥର ସାହାପୁର ନିକଟରେ ଆଜି ଭୋର ସମୟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଫଳରେ ବସ୍‌ରେ ଥିବା ୮୦ ଜଣ ଯାତ୍ରୀଙ୍କ ମଧ୍ୟରୁ ୧୯ ଜଣ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ପାଣିକୋଇଲି ପୋଲିସ ପହଞ୍ଚି ଆହତଙ୍କୁ ଚିକିତ୍ସା ପାଇଁ ଯାଜପୁର ରୋଡ ମେଡିକାଲରେ ଭର୍ତ୍ତି କରିଛି […]

ଯାଜପୁର: ଓଲଟିଲା ତୀର୍ଥଯାତ୍ରୀ ବସ୍ । ଜଗନ୍ନାଥ ଦର୍ଶନ ସାରି ଫେରୁଥିବା ବେଳେ ଭାରସାମ୍ୟ ହରାଇ ଓଲଟିଲା ତୀର୍ଥଯାତ୍ରୀ ବସ୍। ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ୧୬ ନଂ ଜାତୀୟ ରାଜପଥର ସାହାପୁର ନିକଟରେ ଆଜି ଭୋର ସମୟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଫଳରେ ବସ୍‌ରେ ଥିବା ୮୦ ଜଣ ଯାତ୍ରୀଙ୍କ ମଧ୍ୟରୁ ୧୯ ଜଣ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ପାଣିକୋଇଲି ପୋଲିସ ପହଞ୍ଚି ଆହତଙ୍କୁ ଚିକିତ୍ସା ପାଇଁ ଯାଜପୁର ରୋଡ ମେଡିକାଲରେ ଭର୍ତ୍ତି କରିଛି ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଏଫ୍‌ସିଆଇ ଚାଉଳ ନ ଉଠାଇବା ପ୍ରସଙ୍ଗ: ସରକାରଙ୍କ ଅପାରଗତା ପାଇଁ ଯୋଗାଣ ବ୍ୟବସ୍ଥା ଫେଲ୍‌ ମାରିଛି କହିଲା ବିଜେଡି

ସୂଚନା ଅନୁସାରେ ୧୬ ନମ୍ବର ଜାତୀୟ ରାଜପଥର ଯାଜପୁର ଜିଲ୍ଲା ପାଣିକୋଇଲି ସାହାପୁର ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ତୀର୍ଥଯାତ୍ରୀ ବସ୍ । ଏକ ଘରୋଇ ବସରେ ଉତ୍ତରପ୍ରଦେଶ ଅଞ୍ଚଳର ୮୦ ଜଣ ପୁରୁଷ ଓ ମହିଳା ପୁରୀ ଆସିଥିଲେ। ପୁରୀରେ ଜଗନ୍ନାଥ ଦର୍ଶନ ସାରି ସମସ୍ତ ଯାତ୍ରୀ ଉତ୍ତରପ୍ରଦେଶ ଫେରୁଥିବା ବେଳେ ପାଣିକୋଇଲି ନିକଟରେ ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡ଼ିଥିଲା ଏହି ତୀର୍ଥଯାତ୍ରୀ ବସ୍ । ଫଳରେ ବସ୍‌ ଭିତରେ ଥିବା ପ୍ରାୟ ଯାତ୍ରୀ ଆହତ ହୋଇଥିଲେ।

ଆହୁରି ପଢ଼ନ୍ତୁ: ଯାତ୍ରା ମଞ୍ଚରେ ଉତ୍ତେଜନା: ଅଭିନେତ୍ରୀ ନିଶା ମହାରଣାଙ୍କ ଉପରକୁ ଚେୟାର ଓ ପାଣି ବୋତଲ ମାଡ଼

ଦୁର୍ଘଟଣା ସମ୍ପର୍କରେ ସ୍ଥାନୀୟ ଲୋକେ ନିକଟସ୍ଥ ପାଣିକୋଇଲି ପୋଲିସକୁ ଖବର ଦେଇଥିଲେ। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଗୁରୁତର ଆହତଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଯାଜପୁର ରୋଡ ମେଡିକାଲକୁ ପଠାଇଥିଲେ। ମୋଟ ୧୯ ଜଣ ଆହତଙ୍କ ମଧ୍ୟରୁ  ୨ ମହିଳା ଓ ଜଣେ ପୁରୁଷଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ଯାଜପୁର ଟାଉନ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

ଆହୁରି ପଢ଼ନ୍ତୁ: କନ୍ଧମାଳରେ ସଶସ୍ତ୍ର ଲୁଟେରା ଗ୍ୟାଙ୍ଗ୍‌ ଠାବ: ୩ ଗିରଫ, ବନ୍ଧୁକ ସହ ବିପୁଳ ପରିମାଣର ଗଞ୍ଜେଇ ଜବତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର