ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ବିଭାଗରେ ୮୦୪ କର୍ମଚାରୀ ନିଯୁକ୍ତ: ୫ଟି ଉପକ୍ରମ ଅବଲମ୍ବନ କରି ତୃଣମୂଳ ସ୍ତରରେ ପରିବର୍ତ୍ତନ ପାଇଁ କାମ କରିବାରୁ ମୁଖ୍ଯମନ୍ତ୍ରୀଙ୍କ ପରାମର୍ଶ

The Sakala Picture
Published On

ଭୁବନେଶ୍ବର: ଆଜି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନବନିଯୁକ୍ତ ପ୍ରାଣୀ ଚିକିତ୍ସକ, ପ୍ରାଣୀଧନ ନିରୀକ୍ଷକ, କନିଷ୍ଠ ମତ୍ସ୍ୟ ବୈଷୟିକ ସହାୟକ ଓ କନିଷ୍ଠ ଯନ୍ତ୍ରୀଙ୍କ ପାଇଁ ଆୟୋଜିତ ଦିଗଦର୍ଶନ କାର୍ଯ୍ୟକ୍ରମରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମତ୍ସ୍ୟ ଓ ପ୍ରାଣୀସଂପଦ କ୍ଷେତ୍ରକୁ ତୃଣମୂଳ ସ୍ତରରେ ଅଭିବୃଦ୍ଧିର ଏକ ଇଞ୍ଜିନ ବୋଲି ମତ ଦେଇଛନ୍ତି। ଏହି କାର୍ଯ୍ୟକ୍ରମ ଏକସଙ୍ଗେ ଭୁବନେଶ୍ବରର ଲୋକସେବା ଭବନ ସମ୍ମିଳନୀ କକ୍ଷ ଏବଂ ଜୟଦେବ ଭବନ ଠାରେ ଆୟୋଜିତ […]

ଭୁବନେଶ୍ବର: ଆଜି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନବନିଯୁକ୍ତ ପ୍ରାଣୀ ଚିକିତ୍ସକ, ପ୍ରାଣୀଧନ ନିରୀକ୍ଷକ, କନିଷ୍ଠ ମତ୍ସ୍ୟ ବୈଷୟିକ ସହାୟକ ଓ କନିଷ୍ଠ ଯନ୍ତ୍ରୀଙ୍କ ପାଇଁ ଆୟୋଜିତ ଦିଗଦର୍ଶନ କାର୍ଯ୍ୟକ୍ରମରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମତ୍ସ୍ୟ ଓ ପ୍ରାଣୀସଂପଦ କ୍ଷେତ୍ରକୁ ତୃଣମୂଳ ସ୍ତରରେ ଅଭିବୃଦ୍ଧିର ଏକ ଇଞ୍ଜିନ ବୋଲି ମତ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଗାନ୍ଧିମାର୍ଗରେ ସ୍କୁଲ ଓ କଲେଜ ଶିକ୍ଷକଙ୍କ ବିକ୍ଷୋଭ, ଗ୍ରାଣ୍ଟ-ଇନ୍-ଏଡ୍ ସମେତ ବିଭିନ୍ନ ଦାବି

ଏହି କାର୍ଯ୍ୟକ୍ରମ ଏକସଙ୍ଗେ ଭୁବନେଶ୍ବରର ଲୋକସେବା ଭବନ ସମ୍ମିଳନୀ କକ୍ଷ ଏବଂ ଜୟଦେବ ଭବନ ଠାରେ ଆୟୋଜିତ ହୋଇଥିଲା। ସମସ୍ତ ଜିଲ୍ଲାର ବିଭାଗୀୟ ଅଧିକାରୀମାନେ ଭିଡିଓ କନଫରେନସିଂ ମାଧ୍ୟମରେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ରାଜ୍ୟ ସରକାରଙ୍କ ଦ୍ଵାରା ମୋଟ ୧୪୬ ପ୍ରାଣୀ ଚିକିତ୍ସକ, ୫୮୮ ପ୍ରାଣୀଧନ ନିରୀକ୍ଷକ, ୬୭ କନିଷ୍ଠ ମତ୍ସ୍ୟ ବୈଷୟିକ ସହାୟକ ଓ ୩ କନିଷ୍ଠ ଯନ୍ତ୍ରୀ ନୂତନ ଭାବରେ ନିଯୁକ୍ତ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ଘରୋଇ ଇଞ୍ଜିନିୟରିଂ କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ ଜାରି

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ଏକ କୃଷି ପ୍ରଧାନ ରାଜ୍ୟ ଓ ଏହାର ଗ୍ରାମାଞ୍ଚଳରେ ୭୦ ପ୍ରତିଶତରୁ ଅଧିକ ଲୋକ ବିଭିନ୍ନ ଚାଷ କାର୍ଯ୍ୟରେ ନିୟୋଜିତ ଅଛନ୍ତି। ସେମାନଙ୍କ ମଧ୍ୟରୁ ଅଧିକାଂଶ ଲୋକ ପ୍ରାଣୀପାଳନ ଓ ମତ୍ସ୍ୟ ଉତ୍ପାଦନ ମାଧ୍ୟମରେ ନିଜର ଆୟ ବୃଦ୍ଧି କରିପାରୁଛନ୍ତି। ରାଜ୍ୟ ସରକାର ଏହି କୃଷକଙ୍କ ଜୀବନକୁ ଅଧିକ ଆରାମଦାୟକ କରିବା, ରୋଜଗାର ବଢାଇବା ଏବଂ ସେମାନଙ୍କ ମୁହଁରେ ହସ ଫୁଟାଇବା ପାଇଁ ନିରନ୍ତର ଉଦ୍ୟମ ଜାରି ରଖିଛନ୍ତି। ସେଥିପାଇଁ ରାଜ୍ୟ ସରକାରଙ୍କ ଦ୍ଵାରା ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ କ୍ଷେତ୍ରକୁ କୃଷକ, ମହିଳା ସ୍ଵୟଂ ସହାୟିକା ଗୋଷ୍ଠୀ ଏବଂ ଉଦ୍ୟୋଗୀମାନଙ୍କ ପାଇଁ ଅଭିବୃଦ୍ଧିର ଏକ ଇଞ୍ଜିନ ଭାବରେ ଚିହ୍ନଟ କରାଯାଇଛି ବୋଲି ସେ କହିଥିଲେ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ରକରି ବାପାଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ନିଶାସକ୍ତ ପୁଅ

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗ୍ରାମାଞ୍ଚଳରେ ଲୋକଙ୍କ ପ୍ରୋଟିନ କ୍ୟାଲୋରୀ ଆବଶ୍ୟକତା ପୂରଣ କରିବା, ପୁଷ୍ଟିସାଧନ ଓ ସର୍ବୋପରି ଖାଦ୍ୟ ସୁରକ୍ଷା ପାଇଁ ମତ୍ସ୍ୟ ଓ ପ୍ରାଣୀସଂପଦ କ୍ଷେତ୍ରର ସ୍ବତନ୍ତ୍ର ଭୂମିକା ରହିଛି । ତେଣୁ ଏହି ବିଭାଗର ଅଧିକାରୀମାନେ ସେମାନଙ୍କ ଦାୟିତ୍ବ କେତେ ଗୁରୁତ୍ବପୂର୍ଣ୍ଣ ତାହା ଅନୁଭବ କରିବା ଉଚିତ ବୋଲି ସେ ମତ ଦେଇଥିଲେ ।

୫-ଟି ଉପକ୍ରମ ଉପରେ ଗୁରୁତ୍ୱାରୋପ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସମ୍ପୂର୍ଣ୍ଣ ସ୍ୱଚ୍ଛତା ବଜାୟ ରଖିବା, ଟିମ୍ ସ୍ପିରିଟ୍‌ରେ କାମ କରିବା ଓ ବୈଷୟିକ ଜ୍ଞାନର ପ୍ରୟୋଗ ଦ୍ବାରା ତୃଣମୂଳ ସ୍ତରରେ ପ୍ରକୃତ ପରିବର୍ତ୍ତନକୁ ସୁନିଶ୍ଚିତ କରିହେବ ଏବଂ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ପାଇଁ ରାସ୍ତା ତିଆରି ହୋଇପାରିବ। ନବନିଯୁକ୍ତ କର୍ମଚାରୀମାନେ ସ୍ୱଚ୍ଛତା ବଜାୟ ରଖିବା ସହ ଉତ୍ସର୍ଗୀକୃତ ଭାବେ କାର୍ଯ୍ୟ କରିବାକୁ ସେ ଆଶା ପ୍ରକଟ କରିଥିଲେ।

ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସଂପନ୍ନ ନେତୃତ୍ବ ଯୋଗୁ ଆଜି ରାଜ୍ୟରେ ପ୍ରାଣୀଜ ଉତ୍ପାଦନ ବୃଦ୍ଧି ପାଇଛି। ଗତ ୨୦ ବର୍ଷ ମଧ୍ୟରେ ରାଜ୍ୟରେ ଦୁଗ୍‌ଧ ଉତ୍ପାଦନ ୩ ଗୁଣ, ମାଂସ ଉତ୍ପାଦନ ୬ ଗୁଣ, ଅଣ୍ଡା ୩ ଗୁଣ ଓ ମାଛ ଉତ୍ପାଦନ ୪ ଗୁଣ ବୃଦ୍ଧି ପାଇଛି ବୋଲି ସେ କହିଥିଲେ। ଏହି ନୂତନ ନିଯୁକ୍ତି ରାଜ୍ୟରେ ପ୍ରାଣୀପାଳନ ଓ ମତ୍ସ୍ୟ ଉତ୍ପାଦନ କ୍ଷେତ୍ରରେ ନିୟୋଜିତ ଚାଷୀଙ୍କ ଜୀବନରେ ଖୁସି ଏବଂ ପରିବର୍ତ୍ତନ ଆଣିପାରିବ ବୋଲି ସେ ଆଶାପ୍ରକାଶ କରିଥିଲେ ।

ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ରାଜ୍ୟରେ ନିଯୁକ୍ତି କାର୍ଯ୍ୟକ୍ରମ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଛନ୍ତି । ରାଜ୍ୟରେ ବିଭିନ୍ନ କମିଶନ ଓ ବିଭାଗ ଦ୍ବାରା ପ୍ରତି ମାସରେ ହଜାର ହଜାର ଯୁବକଯୁବତୀଙ୍କୁ ନିଯୁକ୍ତି ଦିଆଯାଉଛି ବୋଲି ସେ କହିଥିଲେ। ଆନୁସାଙ୍ଗିକ କ୍ଷେତ୍ରରେ ବିକାଶ ଯୋଗୁ ଗ୍ରାମାଞ୍ଚଳରେ ଅଧିକ ଆର୍ଥିକ ଅଭିବୃଦ୍ଧି ଘଟୁଛି ବୋଲି ସେ ମତ ଦେଇଥିଲେ।

କାର୍ଯ୍ୟକ୍ରମରେ ନବନିଯୁକ୍ତ କର୍ମଚାରୀ ଓ ଅଧିକାରୀ – ସହକାରୀ ପ୍ରାଣୀ ଚିକିତ୍ସକ ଡଃ ରିଷି ନନ୍ଦ, କନିଷ୍ଠ ମତ୍ସ୍ୟ ବୈଷୟିକ ସହାୟକ ଶୁଭଶ୍ରୀ ସୌଭାଗ୍ୟଲକ୍ଷ୍ମୀ ବାରିକ ଓ ପ୍ରାଣୀଧନ ନିରୀକ୍ଷକ ସନ୍ତୋଷ କୁମାର ସାହୁ ପ୍ରମୁଖ ନିଯୁକ୍ତି ପ୍ରକ୍ରିୟାରେ ନିଜର ଅଭିଜ୍ଞତା ପ୍ରକାଶ କରି ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବ ଯୁବସମାଜକୁ ଭରସା ଦେଇଛି ବୋଲି ପ୍ରକାଶ କରିଥିଲେ। ରାଜ୍ୟର ରୂପାନ୍ତରର ଯୁଗକୁ ଆହୁରି ତ୍ବରାନ୍ବିତ କରିବା ପାଇଁ ସେମାନେ ସ୍ବଚ୍ଛତାର ସହ ଉତ୍ସର୍ଗୀକୃତ ଭାବରେ କାମ କରିବେ ବୋଲି କହିଥିଲେ ।

ନବନିଯୁକ୍ତ ଅଧିକାରୀ ଓ କର୍ମଚାରୀ ମାନଙ୍କ ସହିତ ମତ ବିନିମୟ କରି ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ପରାମର୍ଶ ଦେଇ କହିଲେ ଯେ ସେମାନେ ଯେଭଳି ଏକ ସ୍ବଚ୍ଛ ପ୍ରକ୍ରିୟାରେ ନିଯୁକ୍ତି ପାଇ ନିଜର ଦକ୍ଷତାର ପରିଚୟ ଦେଇପାରିଛନ୍ତି, ସେହିଭଳି ଚାକିରୀ କ୍ଷେତ୍ରରେ ମଧ୍ୟ ସ୍ବଚ୍ଛତା ବଜାୟ ରଖି ରାଜ୍ୟବାସୀଙ୍କ ସେବା କରିବା ଜରୁରୀ। ରାଜ୍ୟରେ ପ୍ରାଣୀଜ ସଂପଦ ବୃଦ୍ଧି କ୍ଷେତ୍ରରେ ଯଥେଷ୍ଟ ଅଗ୍ରଗତି ହୋଇଛି ଏବଂ ଚାଷୀମାନଙ୍କ ରୋଜଗାର ଦୁଇ ଗୁଣ ବୃଦ୍ଧି ପାଇଁ ପ୍ରାଣୀସଂପଦର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି ବୋଲି ପ୍ରକାଶ କରି ସେ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ପ୍ରାଣୀ ଚିକିତ୍ସକ ପଦବୀକୁ ଗ୍ରୁପ-ବି ରୁ ଗ୍ରୁପ-ଏ କରିଛନ୍ତି। ଏକ୍ଷେତ୍ର ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଛନ୍ତି । ଚାଷୀମାନଙ୍କ ରୋଜଗାର ୩ ଗୁଣ କରିବା ପାଇଁ ବିଭାଗର ସମସ୍ତ କର୍ମଚାରୀ ୫-ଟି ଉପକ୍ରମ ଅନୁସରଣ କରି କାର୍ଯ୍ୟ କରିବାକୁ ସେ ପରାମର୍ଶ ଦେଇଥିଲେ ।

ଏହି ଅବସରରେ କୃଷି ଉତ୍ପାଦନ କମିଶନର ଶ୍ରୀ ସଂଜୀବ ଚୋପ୍ରା ଉପସ୍ଥିତ ଥିଲେ। ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର ଶାସନ ସଚିବ ଶ୍ରୀ ଏସ.କେ ବଶିଷ୍ଟ ସ୍ବାଗତ ଭାଷଣ ଦେଇଥିଲେ ଓ ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ।

ସୂଚନାଯୋଗ୍ୟ ଯେ ପ୍ରାଣୀପାଳନ ଓ ମତ୍ସ୍ୟ ଉତ୍ପାଦନ ଗ୍ରାମୀଣ ପରିବାରକୁ ଜୀବିକା, ରୋଜଗାର, ପ୍ରୋଟିନ୍ ସପ୍ଲିମେଣ୍ଟେସନ୍ ଏବଂ ଖାଦ୍ୟ ନିରାପତ୍ତା ଯୋଗାଉଥିବାରୁ ପ୍ରାଣୀ ଚିକିତ୍ସକ, ପ୍ରାଣୀଧନ ନିରୀକ୍ଷକ ଏବଂ ମତ୍ସ୍ୟ ବିଶେଷଜ୍ଞଙ୍କ ଭୂମିକା ଅପରିହାର୍ଯ୍ୟ ହୋଇପଡିଛି। ପ୍ରାଣୀ ସ୍ବାସ୍ଥ୍ୟସେବା ପରିଚାଳନା, ଗ୍ରାମାଞ୍ଚଳ ଲୋକମାନଙ୍କ ଜୀବିକା, ବିଶେଷକରି ମହିଳା ଏବଂ ଶିଶୁମାନଙ୍କ ପାଇଁ ପୁଷ୍ଟିକର ଖାଦ୍ୟ ସୁରକ୍ଷିତ କରିବା ପାଇଁ ପ୍ରାଣୀ ଚିକିତ୍ସକ ମାନଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କନିଷ୍ଠ ଯନ୍ତ୍ରୀ ମାନେ ରାଜ୍ୟରେ ମାଛ ଉତ୍ପାଦନ ବୃଦ୍ଧି ପାଇଁ ଭିତ୍ତିଭୂମି ନିର୍ମାଣରେ ସହଯୋଗ କରନ୍ତି। ପ୍ରାଣୀଧନ ନିରୀକ୍ଷକ ଓ କନିଷ୍ଠ ମତ୍ସ୍ୟ ବୈଷୟିକ ସହାୟକ ମାନେ ତୃଣମୂଳ ସ୍ତରର ପ୍ରମୁଖ କର୍ମଚାରୀ ଯେଉଁମାନେ ଚାଷୀ ଏବଂ ସରକାରଙ୍କ ମଧ୍ୟରେ ଯୋଗସୂତ୍ର ସ୍ଥାପନ କରିଥାନ୍ତି। ସରକାରଙ୍କ ବିଭିନ୍ନ କାର୍ଯକ୍ରମ ଗୁଡିକର ସଫଳ ରୂପାୟନ ପାଇଁ ସେମାନେ କାର୍ଯ କରିଥାନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର