ଅଧିକ ଦୃଢ଼ୀଭୂତ ହେବ ବିପର୍ଯ୍ୟୟ ପରିଚାଳନା ଦକ୍ଷତା, ବିନିଯୋଗ ହେବ ୪୦୦ କୋଟି ଟଙ୍କା

The Sakala Picture
Published On

ଭୁବନେଶ୍ୱର : ବିପର୍ଯ୍ୟୟ ପରିଚାଳନାରେ ଆନ୍ତର୍ଜାତିକ ସ୍ୱୀକୃତି ହାସଲ ସହ ରାଜ୍ୟ ସରକାର ବର୍ତ୍ତମାନ ବିପର୍ଯ୍ୟୟ ପରିଚାଳନା ଦକ୍ଷତାକୁ ଅଧିକ ଦୃଢ଼ିଭୁତ ଏବଂ ଶାଣିତ କରିବା ନିମନ୍ତେ ପଦକ୍ଷେପ ଆରମ୍ଭ କରିଛନ୍ତି । ଆଜି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବିପର୍ଯ୍ୟୟ ମୁକାବିଲା ସମ୍ବନ୍ଧିତ ରାଜ୍ୟସ୍ତରୀୟ କାର୍ଯ୍ୟନିର୍ବାହୀ କମିଟି ବୈଠକରେ ଏ ବିଷୟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିମାନ ନିଆଯାଇଛି । ରାଜ୍ୟ ଲୋକସେବା ଭବନରୁ ଡ଼ିଜିଟାଲ୍ ମୋଡ୍‌ରେ ଅନୁଷ୍ଠିତ ଏହି ବୈଠକରେ ଉନ୍ନୟନ […]

ଭୁବନେଶ୍ୱର : ବିପର୍ଯ୍ୟୟ ପରିଚାଳନାରେ ଆନ୍ତର୍ଜାତିକ ସ୍ୱୀକୃତି ହାସଲ ସହ ରାଜ୍ୟ ସରକାର ବର୍ତ୍ତମାନ ବିପର୍ଯ୍ୟୟ ପରିଚାଳନା ଦକ୍ଷତାକୁ ଅଧିକ ଦୃଢ଼ିଭୁତ ଏବଂ ଶାଣିତ କରିବା ନିମନ୍ତେ ପଦକ୍ଷେପ ଆରମ୍ଭ କରିଛନ୍ତି । ଆଜି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବିପର୍ଯ୍ୟୟ ମୁକାବିଲା ସମ୍ବନ୍ଧିତ ରାଜ୍ୟସ୍ତରୀୟ କାର୍ଯ୍ୟନିର୍ବାହୀ କମିଟି ବୈଠକରେ ଏ ବିଷୟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିମାନ ନିଆଯାଇଛି ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

ରାଜ୍ୟ ଲୋକସେବା ଭବନରୁ ଡ଼ିଜିଟାଲ୍ ମୋଡ୍‌ରେ ଅନୁଷ୍ଠିତ ଏହି ବୈଠକରେ ଉନ୍ନୟନ କମିଶନର ତଥା ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ କୁମାର ଜେନା ରାଜ୍ୟରେ ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧିତ ସଦ୍ୟତନ ତଥ୍ୟ ଓ ଭବିଷ୍ୟତ କାର୍ଯ୍ୟପନ୍ଥା ଆଲୋଚନା ନିମନ୍ତେ ଉପସ୍ଥାପନ କରିଥିଲେ ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ଦୃତ ପରିବର୍ତ୍ତନଶୀଳ ଜଳବାୟୁ ପରିପ୍ରେକ୍ଷୀରେ ରାଜ୍ୟର ବିପର୍ଯ୍ୟୟ ପରିଚାଳନା ଦକ୍ଷତାକୁ ଅଧିକ ଦୃଢ଼ ଓ ଶାଣିତ କରିବା ନିମନ୍ତେ ବୈଠକରେ ସ୍ଥିର ହୋଇଥିଲା । ଏଥି ପାଇଁ ଓଡ଼୍ରାଫ୍, ଅଗ୍ନିଶ୍ରମ ସେବା ୟୁନିଟ୍, ପାନୀୟ ଜଳ ଓ ବିଦ୍ୟୁତ ଯୋଗାଣ ୟୁନିଟ୍ ଗୁଡିକୁ ଅତ୍ୟାଧୂନିକ ଯନ୍ତ୍ରପାତି ଓ ଉପକରଣ ଯୋଗାଇ ଦିଆଯିବ । ନିୟମିତ ବ୍ୟବଧାନରେ ତାଲିମ ଦିଆଯାଇ ସେମାନଙ୍କ ଦକ୍ଷତା ବୃଦ୍ଧି କରାଯିବ ।

ଆହୁରି ପଢ଼ନ୍ତୁ: ରସିକିଆ ହିନ୍ଦୀ ଶିକ୍ଷକଙ୍କ ବିରୋଧରେ ଛାତ୍ରୀଙ୍କ ଅସଦାଚରଣ ଅଭିଯୋଗ, ଥାନାରେ ଅଟକ

ସମ୍ଭାବ୍ୟ ସହରାଞ୍ଚଳ ବନ୍ୟା ନିୟନ୍ତ୍ରଣ ନିମନ୍ତେ ବଡ଼ ବଡ଼ ସହରମାନଙ୍କରେ ଥିବା ଡ୍ରେନ୍ ଓ ଜଳ ନିଷ୍କାସନ ବ୍ୟବସ୍ଥାକୁ ସଠିକ୍ ଭାବେ ସଂଯୋଜିତ କରିବା ପାଇଁ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ଗୃହ ଓ ନଗର ଉନ୍ନୟନ ବିଭାଗଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଡ଼୍ରେନ୍ ଗୁଡିକ ଉପରୁ ଜବର ଦଖଲ ହଟାଇବା, ଡ୍ରେନ୍ ପ୍ରଶସ୍ତିକରଣ ଏବଂ ସଂଯୋଗୀକରଣ କାର୍ଯ୍ୟକୁ ଅଗ୍ରାଧିକାର ଭିତ୍ତିରେ କରିବା ପାଇଁ କୁହାଯାଇଥିଲା ।

ବନ୍ୟା ପ୍ରବଣ ଅଞ୍ଚଳମାନଙ୍କରେ ଅଧିକ ବନ୍ୟା ଆଶ୍ରୟ ସ୍ଥଳୀ ନିର୍ମାଣ ପାଇଁ ବୈଠକରେ ନିଷ୍ପତ୍ତି ହୋଇଥିଲା । ବାରମ୍ବାର ବନ୍ୟାରେ ପ୍ରଭାବିତ ହେଉଥିବା ଏବଂ ଆବଶ୍ୟକ ପରିମାଣର ଆଶ୍ରୟସ୍ଥଳୀ ନଥିବା ଗ୍ରାମମାନଙ୍କୁ ଚିହ୍ନଟ କରି ସେଠାରେ ବନ୍ୟା-ଆଶ୍ରୟସ୍ଥଳୀ ନିର୍ମାଣ କରିବା ପାଇଁ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ । ବରି, ଧାମନଗର, ଗୋପ ଆଦି ବନ୍ୟା ପ୍ରବଣ ଅଞ୍ଚଳର ବନ୍ୟା ଘେରିବନ୍ଧକୁ ଅଧିକ ଉଚ୍ଚ ଓ ଦୃଢ଼ କରିବା ପାଇଁ ମଧ୍ୟ ବୈଠକରେ ନିଷ୍ପତ୍ତି ହୋଇଥିଲା ।

ବିପର୍ଯ୍ୟୟ ପରିଚାଳନା ଦକ୍ଷତା ଅବିବୃଦ୍ଧି ବାବଦରେ ପ୍ରାୟ ୪୦୦ କୋଟି ଟଙ୍କା ବିନିଯୋଗ କରାଯିବ ବୋଲି ବୈଠକର ଆଲୋଚନାରୁ ଜଣାପଡିଥିଲା । ଜରୁରୀ ରିଲିଫ୍, ମରାମତି, ପୁନଃ ସ୍ଥାପନ ଏବଂ ପ୍ରଭାବିତ ଲୋକଙ୍କୁ ବିଭିନ୍ନ ପ୍ରକାର ସହାୟତା ବଣ୍ଟନ ଆଦି ବାବଦରେ ବିଭାଗମାନଙ୍କୁ ଦିଆଯାଇଥିବା ଅନୁଦାନର ବିନିଯୋଗ ପ୍ରମାଣପତ୍ର ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଦାଖଲ କରିବା ପାଇଁ ମଧ୍ୟ ଉନ୍ନୟନ କମିଶନର ଶ୍ରୀ ଜେନା ନିର୍ଦ୍ଦେଶ ଦେଇଥିଲେ ।

ବିପର୍ଯ୍ୟୟ ପରବର୍ତ୍ତୀ ଆବଶ୍ୟକତା ଆକଳନ (ପି.ଡ଼ି.ଏନ୍.ଏ) ବିଷୟ ବୈଠକର ଆଲୋଚନାରେ ସ୍ଥାନ ପାଇଥିଲା । ଗତ ଅଗଷ୍ଟ ମାସରେ ହୋଇଥିବା ପ୍ରବଳ ବର୍ଷା ଏବଂ ବନ୍ୟାର ପି.ଡ଼ି.ଏନ୍.ଏ କରିବା ପାଇଁ ନିଷ୍ପତ୍ତି ହୋଇଥିଲା । ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୁପକ୍ଷ ଏବଂ ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରତିଷ୍ଠାନଙ୍କ ବୈଷୟିକ ସହଯୋଗିତାରେ ଏହି ଆକଳନ କରିବା ପାଇଁ ଉନ୍ନୟନ କମିଶନର ଶ୍ରୀ ଜେନା ପରାମର୍ଶ ଦେଇଥିଲେ । ମୁଖ୍ୟତଃ ବାସଗୃହ, ଆଶ୍ରୟସ୍ଥଳୀ, ପୁନର୍ବାସ, ପାନୀୟ ଜଳଯୋଗାଣ, ସ୍ୱାସ୍ଥ୍ୟ ସେବା ଓ ଶିକ୍ଷାନୁଷ୍ଠାନ ଆଦି ସର୍ବସାଧାରଣ ସଂପତ୍ତି, ରାସ୍ତା ଓ ପୋଲ ଆଦି ସ୍ଥାନୀୟ ଗୁରୁତ୍ୱପୂର୍ଣ୍ଣ ଭିତ୍ତିଭୂମି ଆବଶ୍ୟକତା ଆଦି ଭିତ୍ତିରେ ଏହି ବିପର୍ଯ୍ୟୟ ପରବର୍ତ୍ତୀ ଆକଳନ କରାଯିବ ବୋଲି ବୈଠକର ଆଲୋଚନାରୁ ଜଣାପଡିଥିଲା । ଆସନ୍ତା ୧ ମାସ ମଧ୍ୟରେ ଏହି କାମ ସଂପୂର୍ଣ୍ଣ କରିବା ପାଇଁ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ ।

ପୁଲିସ୍ ମହାନିର୍ଦ୍ଦେଶକ ସୁନିଲ୍ କୁମାର ବଂଶଲ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ସ୍ୱତନ୍ତ୍ର ରିଲିଫ୍ କିମଶନର ଶ୍ରୀ ପ୍ରଦୀପ କୁମାର ଜେନା, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଜଳ ସଂପଦ ଅନୁ ଗର୍ଗ, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସଂଜୀବ ଚୋପ୍ରା, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ବିଶାଳ କୁମାର ଦେବ, ଗ୍ରାମ ଉନ୍ନୟନ ଏବଂ ସୂଚନା ଓ ଲୋକସେବା ସଂପର୍କ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂ, ପଂଚାୟତି ରାଜ ଏବଂ ପାନୀୟ ଜଳ ଯୋଗାଣ ପ୍ରମୁଖ ଶାସନ ସଚିବ ସୁଶିଲ୍ କୁମାର ଲୋହାନିଙ୍କ ସମେତ ସଂପୃକ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ବୈଠକର ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

21 Sep 2022 By The Sakala

https://www.thesakala.in/latest-odisha-news/odisha-disaster-management-capacity-will-be-strengthened/article-15160
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର