ସିବିଏସଇ ଦଶମ ପରୀକ୍ଷା ବାତିଲ, ଦ୍ବାଦଶ ସ୍ଥଗିତ

The Sakala Picture
Published On

ନୂଆଦିଲ୍ଲୀ: କରୋନା ପାଇଁ  ସିବିଏସଇ ଦଶମ ପରୀକ୍ଷା ବାତିଲ କରାଯାଇଥିବା ବେଳେ ଦ୍ବାଦଶ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । କରୋନା ସଂକ୍ରମଣ ବଢୁଥିବାରୁ କେନ୍ଦ୍ର ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଆଜି ଏ ନେଇ ପ୍ରଧାନମନ୍ତ୍ରୀ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଓ ସଚିବଙ୍କ ସହ ଆଲୋଚନା କରାଯିବା ପରେ ଏହି ନିଷ୍ପତ୍ତି ନିଆଯାଇଛି। ସେପଟେ ବର୍ତ୍ତମାନ ପାଇଁ ସିବିଏସଇ ଯୁକ୍ତ ୨ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । ଜୁନ ୧ରେ […]

ନୂଆଦିଲ୍ଲୀ: କରୋନା ପାଇଁ  ସିବିଏସଇ ଦଶମ ପରୀକ୍ଷା ବାତିଲ କରାଯାଇଥିବା ବେଳେ ଦ୍ବାଦଶ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । କରୋନା ସଂକ୍ରମଣ ବଢୁଥିବାରୁ କେନ୍ଦ୍ର ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଆଜି ଏ ନେଇ ପ୍ରଧାନମନ୍ତ୍ରୀ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଓ ସଚିବଙ୍କ ସହ ଆଲୋଚନା କରାଯିବା ପରେ ଏହି ନିଷ୍ପତ୍ତି ନିଆଯାଇଛି।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ପୋଲିସ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଲୋକେଶ ଆହତ

ସେପଟେ ବର୍ତ୍ତମାନ ପାଇଁ ସିବିଏସଇ ଯୁକ୍ତ ୨ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । ଜୁନ ୧ରେ ବୈଠକ ବସିବା ପରେ ପରୀକ୍ଷା ନେଇ ନିଷ୍ପତ୍ତି ନିଆଯିବ। ଯେବେ ପରୀକ୍ଷା ହେବ ତାର ୧୫ ଦିନ ପୂର୍ବରୁ ଛତ୍ରଛାତ୍ରୀଙ୍କୁ ଜଣାଇ ଦିଆଯିବ।  ଏ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରେମେଶ ପୋଖରିଆଲ ନିଜେ ଟ୍ବିଟ କରି ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ନନ୍ଦନକାନନରେ ଦୁଇ ଏସିଆଟିକ୍ ସିଂହ ଶାବକଙ୍କ ଜନ୍ମ: ମୋଟ ସିଂହ ସଂଖ୍ୟା ୨୪କୁ ବୃଦ୍ଧି


ବୋର୍ଡ ଦ୍ବାରା ନିର୍ଦ୍ଦାରିତ ପଦ୍ଧତିରେ ଦଶମ ଶ୍ରେଣୀ ରେଜେଲ୍ଟ ପ୍ରକାଶ ପାଇବ। ଯଦି ଏହି ରେଜେଲ୍ଟରେ ଛାତ୍ରଛାତ୍ରୀମାନେ ଅସନୁଷ୍ଟ ଥାନ୍ତି ତେବେ ସେମାନେ  ପରୀକ୍ଷା ଦେଇପାରିବେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର