ଫ୍ୟାମିଲ କୋର୍ଟରେ ଶେଷ ହେଲା ବର୍ଷା-ଅନୁଭବଙ୍କ କାଉନସେଲିଂ, ମଧ୍ୟସ୍ଥତା ଚାହୁଁନି ଶୁଣାଣି ପ୍ରକ୍ରିୟା ଆରମ୍ଭ ହେଉ : ଅନୁଭବ

The Sakala Picture
Published On

କଟକ : ବର୍ଷା ଅନୁଭବ ପାରିବାରିକ ବିବାଦ ମାମଲାରେ କଟକ ପାରିବାରିକ ଅଦାଲତରେ ଉଭୟଙ୍କ ମଧ୍ୟରେ ଶେଷ ହେଲା ମଧ୍ୟସ୍ଥତା। ଆଜି କରାଯାଉଥିବା କାଉନସେଲିଂ ପରେ । ମଧ୍ୟସ୍ଥତା ଚାହୁଁନଥିବା କହି କୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି ସାଂସଦ ଅନୁଭବ ମହାନ୍ତି। ମଧ୍ୟସ୍ଥତା ବନ୍ଦ କରି ଶୁଣାଣୀ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ସତ୍ୟପାଠରେ ଉଲ୍ଲେଖ କରିଛନ୍ତି ଅନୁଭବ। ଅନ୍ୟପଟେ କୋର୍ଟଙ୍କ ଉପରେ ନିଷ୍ପତ୍ତି ଛାଡ଼ିଛନ୍ତି ବର୍ଷା ପ୍ରିୟଦର୍ଶିନୀ। କୋର୍ଟଙ୍କ ଯାହା ନିଷ୍ପତ୍ତି ଆସିବ ତାକୁ ବର୍ଷା […]

କଟକ : ବର୍ଷା ଅନୁଭବ ପାରିବାରିକ ବିବାଦ ମାମଲାରେ କଟକ ପାରିବାରିକ ଅଦାଲତରେ ଉଭୟଙ୍କ ମଧ୍ୟରେ ଶେଷ ହେଲା ମଧ୍ୟସ୍ଥତା। ଆଜି କରାଯାଉଥିବା କାଉନସେଲିଂ ପରେ । ମଧ୍ୟସ୍ଥତା ଚାହୁଁନଥିବା କହି କୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି ସାଂସଦ ଅନୁଭବ ମହାନ୍ତି। ମଧ୍ୟସ୍ଥତା ବନ୍ଦ କରି ଶୁଣାଣୀ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ସତ୍ୟପାଠରେ ଉଲ୍ଲେଖ କରିଛନ୍ତି ଅନୁଭବ।

ଆହୁରି ପଢ଼ନ୍ତୁ: ଶବ ସତ୍କାରରୁ ଫେରୁଥିଲେ, ନିଜେ ପାଲଟିଗଲେ ଶବ; ବନ୍ୟା ସ୍ରୋତରେ ଚାଲିଗଲା ଜୀବନ

ଅନ୍ୟପଟେ କୋର୍ଟଙ୍କ ଉପରେ ନିଷ୍ପତ୍ତି ଛାଡ଼ିଛନ୍ତି ବର୍ଷା ପ୍ରିୟଦର୍ଶିନୀ। କୋର୍ଟଙ୍କ ଯାହା ନିଷ୍ପତ୍ତି ଆସିବ ତାକୁ ବର୍ଷା ସ୍ବୀକାର କରିବେ ବୋଲି କହିଛନ୍ତି। ତେବେ ପାରିବାରିକ ବିବାଦ ମାମଲାରେ ଉଭୟ ଆଜି କଟକ ପାରିବାରିକ ଅଦାଲତରେ ହାଜର ହୋଇଥିଲେ।

ଆହୁରି ପଢ଼ନ୍ତୁ: ଉଚ୍ଚଶିକ୍ଷା ପାଇଁ ଏଚ୍ଆଇଭି ପ୍ରଭାବିତ ଛାତ୍ରଛାତ୍ରୀଙ୍କୁ ମିଳିବ ଆର୍ଥିକ ସହାୟତା: ଓସାକ୍ସ ଓ ଉଚ୍ଚଶିକ୍ଷା ବିଭାଗର ବଡ଼ ପଦକ୍ଷେପ

ପୂର୍ବରୁ ସେପ୍ଟେମ୍ବର ୧୫ ତାରିଖରେ ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ଓ ତାଙ୍କ ପତ୍ନୀ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ବ୍ୟକ୍ତିଗତ ଭାବେ ହାଜର ହୋଇଥିଲେ। ଚାମ୍ବରରେ ବିଚାରପତିଙ୍କ ନିକଟରେ ଉପସ୍ଥିତ ରହି ଅନୁଭବ ଓ ବର୍ଷା ବ୍ୟକ୍ତିଗତ ଭାବେ ନିଜ ନିଜର ମତ ରଖିଥିଲେ। ଦୀର୍ଘ ସମୟ ଧରି ଉଭୟ ବିଚାରପତିଙ୍କ ଚାମ୍ବରରେ ରହିଥିଲେ। ମଧ୍ୟସ୍ଥତା ପ୍ରକ୍ରିୟା ମାଧ୍ୟମରେ ବିବାଦର ସମାଧାନ ପାଇଁ ଉଦ୍ୟମ କରାଯାଇଥିବା ବେଳେ ମଧ୍ୟ କୌଣସି ସଫଳ ମିଳିପାରିନାହିଁ।

ଆହୁରି ପଢ଼ନ୍ତୁ: ରାଉରକେଲାରେ ଚାଞ୍ଚଲ୍ୟ: ଯୁବକଙ୍କ ମୁଣ୍ଡକୁ ଛେଚି ହତ୍ୟା ପରେ ଡ୍ରେନରେ ଫିଙ୍ଗିଦେଲେ ଦୁର୍ବୃତ୍ତ !

ଏଠାରେ ଉଲ୍ଲେଖଯୋଗ୍ୟ, ଅନୁଭବଙ୍କ ତରଫରୁ ଦାୟର ଛାଡ଼ପତ୍ର ଆବେଦନ ଓ ଦାମ୍ପତ୍ୟଜୀବନ ସୁରକ୍ଷିତ ରଖିବା ପ୍ରସଂଗକୁ ନେଇ ବର୍ଷା ରୁଜୁ କରିଥିବା ଆବେଦନର କଟକ ପରିବାର ଅଦାଲତରେ ଶୁଣାଣି ଚାଲିଛି। ଏହି ମାମଲାରେ ପୂର୍ବରୁ ଅନୁଭବଙ୍କ ସାକ୍ଷ୍ୟ ଗ୍ରହଣ ଶେଷ ହୋଇଥିବା ବେଳେ ବର୍ଷାଙ୍କ ସାକ୍ଷ୍ୟ ଗ୍ରହଣ ଆଗକୁ ହେବ। ଅନୁଭବଙ୍କ ତରଫରୁ ଆଇନଜୀବୀ ଲଳିତେନ୍ଦୁ ମିଶ୍ର, ଶାଶ୍ବତ ଆଚାର୍ଯ୍ୟ ଏବଂ ବର୍ଷାଙ୍କ ପକ୍ଷରୁ ଆଇନଜୀବୀ ସିଦ୍ଧାର୍ଥ ଦାସ ଓ ରାମକୃଷ୍ଣ ରଥ ମାମଲା ପରିଚାଳନା କରୁଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର