ଭୁବନେଶ୍ବରରେ କରୋନାର ବିସ୍ଫୋରଣ : ଆଜି ଚିହ୍ନଟ ହେଲେ ୩୦୭ ପଜିଟିଭ୍‌, ୨୩୮ ଲୋକାଲ୍ କେସ୍‌

The Sakala Picture
Published On

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରେ କରୋନାର ବିସ୍ଫୋରଣ। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ଦ୍ରୁତ ବୃଦ୍ଧି ଘଟୁଥିବା ବେଳେ ଆଜି ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଶହ ପାର୍‌ କରିଛି। ଆଜି ୩୦୭ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୬୯ ଜଣ ଓ ସ୍ଥାନୀୟ ଅଂଚଳରୁ ୨୩୮ ଜଣ କରୋନା ସଂକ୍ରମିତ ହୋଇଛନ୍ତି। ଏନେଇ ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ କରି ଏହି ସୂଚନା ଦିଆଯାଇଛି। ଏଥି ସହିତ ଭୁବନେଶ୍ବରେ […]

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରେ କରୋନାର ବିସ୍ଫୋରଣ। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ଦ୍ରୁତ ବୃଦ୍ଧି ଘଟୁଥିବା ବେଳେ ଆଜି ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଶହ ପାର୍‌ କରିଛି। ଆଜି ୩୦୭ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୬୯ ଜଣ ଓ ସ୍ଥାନୀୟ ଅଂଚଳରୁ ୨୩୮ ଜଣ କରୋନା ସଂକ୍ରମିତ ହୋଇଛନ୍ତି। ଏନେଇ ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ କରି ଏହି ସୂଚନା ଦିଆଯାଇଛି। ଏଥି ସହିତ ଭୁବନେଶ୍ବରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୪ ହଜାର ୨୦୦ରେ ପହଂଚିଛି। ସବୁଠୁ ବଡ କଥା ହେଉଛି ରାଜଧାନୀରେ ସ୍ଥାନୀୟ ସଂକ୍ରମଣ ବୃଦ୍ଧି ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କରିଛି।

ଆହୁରି ପଢ଼ନ୍ତୁ: ଭିତରକନିକା ଜାତୀୟ ଉଦ୍ୟାନରେ ତିନି ଦିନିଆ ପକ୍ଷୀ ଗଣନା ଆରମ୍ଭ


ଭୁବନେଶ୍ବରର ଖଣ୍ଡଗିରି ଅଞ୍ଚଳରୁ  ଆଜି ସର୍ବାଧିକ ୨୪, ନୟାପଲ୍ଲୀ ଅଞ୍ଚଳରୁ ୧୯, ପଟିଆ ଅଞ୍ଚଳରୁ ୧୭, ଚନ୍ଦ୍ରଶେଖରପୁର ଅଞ୍ଚଳରୁ ୮, ପୁରୁଣା ଭୁବନେଶ୍ବରରୁ ୮ , ବଡଗଡ ୭, ଜାଗମରା ଅଞ୍ଚଳରୁ ମଧ୍ୟ ୭ ଜଣ ସ୍ଥାନୀୟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ବିଏମ୍‌ସିର ସୂଚନା ଅନୁସାରେ ଆଜି ଭୁବନେଶ୍ବରରେ ୬୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥି ସହିତ କରୋନା ଆକ୍ରାନ୍ତରୁ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା ୩୨ ହଜାର ୪୪୮ ରେ ପହଂଚିଛି। ଏଯାଏଁ ୨୫୦ ଜଣ ଲୋକଙ୍କର ମୃତ୍ୟୁ ହୋଇଛନ୍ତି। ଏବେ ୧୪୮୧ ଜଣ ସକ୍ରିୟ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର