ଆସୁଛି କାର୍ତ୍ତିକ ବ୍ରତ; ପୁରୀରେ ହବିଷ୍ୟାଳିଙ୍କ ସୁରକ୍ଷିତ ରହଣି ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ

The Sakala Picture
Published On

ପୁରୀ: ଅକ୍ଟୋବର ୧୦ରୁ ଆରମ୍ଭ ହେବ କାର୍ତ୍ତିକ ବ୍ରତ । ହବିଷ୍ୟାଳି ଯୋଜନା ପାଇଁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଚୁଡାନ୍ତ ବୈଠକ। ବର୍ତମାନ ସୁଦ୍ଧା ସମଗ୍ର ରାଜ୍ୟରୁ ପଞ୍ଜିକରଣ କରିଛନ୍ତି ୨୯୧୯ ଜଣ ହବିଷ୍ୟାଳି । ବୈଠକରେ ସମସ୍ତ ବିଭାଗର ବରିଷ୍ଠ ଅଧିକାରୀ ଯୋଗଦେଇ ହବିଷ୍ୟାଳିଙ୍କ ରହଣି, ପୂଜା, ଶୃଙ୍ଖଳିତ ମହାପ୍ରଭୁଙ୍କ ଦର୍ଶନ, ଭଜନ କୀର୍ତନ, ସୁରକ୍ଷା ଏବଂ ମହାପ୍ରସାଦ ସେବନ ଆଦି ବ୍ୟବସ୍ଥାର କରାଯାଇଛି ସମୀକ୍ଷା | ବିଭିନ୍ନ ବିଭାଗର ଅଧିକାରୀ ମାନଙ୍କୁ ଯେଉଁ ଦାୟିତ୍ୱ ଦିଆଯାଇଛି […]

ପୁରୀ: ଅକ୍ଟୋବର ୧୦ରୁ ଆରମ୍ଭ ହେବ କାର୍ତ୍ତିକ ବ୍ରତ । ହବିଷ୍ୟାଳି ଯୋଜନା ପାଇଁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଚୁଡାନ୍ତ ବୈଠକ। ବର୍ତମାନ ସୁଦ୍ଧା ସମଗ୍ର ରାଜ୍ୟରୁ ପଞ୍ଜିକରଣ କରିଛନ୍ତି ୨୯୧୯ ଜଣ ହବିଷ୍ୟାଳି । ବୈଠକରେ ସମସ୍ତ ବିଭାଗର ବରିଷ୍ଠ ଅଧିକାରୀ ଯୋଗଦେଇ ହବିଷ୍ୟାଳିଙ୍କ ରହଣି, ପୂଜା, ଶୃଙ୍ଖଳିତ ମହାପ୍ରଭୁଙ୍କ ଦର୍ଶନ, ଭଜନ କୀର୍ତନ, ସୁରକ୍ଷା ଏବଂ ମହାପ୍ରସାଦ ସେବନ ଆଦି ବ୍ୟବସ୍ଥାର କରାଯାଇଛି ସମୀକ୍ଷା |

ଆହୁରି ପଢ଼ନ୍ତୁ: SCBରେ ଯୁବକଙ୍କ ହାଇଡ୍ରାମା, ପାଣି ଟାଙ୍କି ଉପରୁ ତଳକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ

ବିଭିନ୍ନ ବିଭାଗର ଅଧିକାରୀ ମାନଙ୍କୁ ଯେଉଁ ଦାୟିତ୍ୱ ଦିଆଯାଇଛି ତାକୁ ନିଷ୍ଠାର ସହ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଚଳିତ ବର୍ଷ ଅକ୍ଟୋବର ୧୦ ତାରିଖ ଠାରୁ ନଭେମ୍ବର ୮ ପର୍ଯ୍ୟନ୍ତ ହବିଷ୍ୟାଳୀ ମାନଙ୍କର ରହିବା ବ୍ୟବସ୍ଥା କରାଯାଇଛି । ହବିଷ୍ୟାଳୀ ମାନଙ୍କୁ ବୃନ୍ଦାବତୀ ନିବାସ,ବଗଲା ଧର୍ମଶାଳା, ଅକ୍ଷୟ ପାତ୍ର ଓ ମୋଚି ସାହି ସ୍ଥିତ ମୁନିସିପାଲିଟି କଲ୍ୟାଣ ମଣ୍ଡପ ଠାରେ ରଖାଯିବ । ରହଣି ସମୟରେ ସ୍ୱାସ୍ଥ୍ୟ, ପରିମଳ, ପାନୀୟ ଜଳ,ବିଦ୍ୟୁତ୍‌ ଯୋଗାଣ, ଆଇନ ଶୃଙ୍ଖଳା ଓ ଦର୍ଶନ ବ୍ୟବସ୍ଥାକୁ ସୁନିୟନ୍ତ୍ରିତ କରାଯିବାର ବ୍ୟବସ୍ଥା ହୋଇଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ଆସନ୍ତା ୩ ଦିନ ଯାଏଁ ବର୍ଷା ଓ ଘଡ଼ଘଡ଼ି ସମ୍ଭାବନା: ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର