କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଶାଶୂଘର ଛାଡିଲେ ବର୍ଷା, ଘରେ ପ୍ରବେଶ ପାଇଁ ପୁଲିସ ସହାୟତା ମାଗିଲେ ଅନୁଭବ

The Sakala Picture
Published On

କଟକ : କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଶାଶୂଘର ଛାଡ଼ିଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ମାସେ ମଧ୍ୟରେ ଶାଶୁ ଘର ଛାଡ଼ିବା ପାଇଁ ଗତ ଅଗଷ୍ଟ ୩୦ ତାରିଖରେ ବର୍ଷାଙ୍କୁ ନିର୍ଦ୍ଦେଶ ଦେଇଥିଲେ କଟକ ଜିଲ୍ଲା ଜଜ୍‌ଙ୍କ କୋର୍ଟ। ଶୁକ୍ରବାର ଦିନ ସମୟସୀମା ପୂରଣ ହୋଇଥିବା ବେଳେ ବର୍ଷା ଶାଶୂ ଘର ଛାଡି ନିଜ ଘରକୁ ଚାଲି ଯାଇଛନ୍ତି। ବର୍ଷା ନିଜ ଘରକୁ ଚାଲିଯାଇଥିବା ବେଳେ ପୁଲିସ୍ ଉପସ୍ଥିତିରେ ପରିବାର ସହ ଘରେ ପ୍ରବେଶ କରିବା ପାଇଁ ପୁରୀଘାଟ ଥାନାରେ […]

କଟକ : କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଶାଶୂଘର ଛାଡ଼ିଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ମାସେ ମଧ୍ୟରେ ଶାଶୁ ଘର ଛାଡ଼ିବା ପାଇଁ ଗତ ଅଗଷ୍ଟ ୩୦ ତାରିଖରେ ବର୍ଷାଙ୍କୁ ନିର୍ଦ୍ଦେଶ ଦେଇଥିଲେ କଟକ ଜିଲ୍ଲା ଜଜ୍‌ଙ୍କ କୋର୍ଟ। ଶୁକ୍ରବାର ଦିନ ସମୟସୀମା ପୂରଣ ହୋଇଥିବା ବେଳେ ବର୍ଷା ଶାଶୂ ଘର ଛାଡି ନିଜ ଘରକୁ ଚାଲି ଯାଇଛନ୍ତି।

ଆହୁରି ପଢ଼ନ୍ତୁ: ଓପିଏସ୍‌ସି ପରୀକ୍ଷାରେ କପି କରିବା ଅଭିଯୋଗରେ ପରୀକ୍ଷାର୍ଥୀ ସହ ଅନ୍ୟ ୩ ଗିରଫ

ବର୍ଷା ନିଜ ଘରକୁ ଚାଲିଯାଇଥିବା ବେଳେ ପୁଲିସ୍ ଉପସ୍ଥିତିରେ ପରିବାର ସହ ଘରେ ପ୍ରବେଶ କରିବା ପାଇଁ ପୁରୀଘାଟ ଥାନାରେ ଲିଖିତ ଆବେଦନ କରିଛନ୍ତି ସାଂସଦ ଅନୁଭବ ମହାନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ପ୍ରକାରେ ବର୍ଷାଙ୍କ ବିକଳ୍ପ ରହଣୀ ବାବଦକୁ ଅନୁଭବ ମହାନ୍ତି ମାସିକ ୩୦ ହଜାର ଟଙ୍କା ପ୍ରଦାନ କରିବେ। ଏହି ଟଙ୍କା ସେ ପ୍ରତିମାସର ୧୦ ତାରିଖ ବା ତା’ପୂର୍ବରୁ ଦେବେ।

ଆହୁରି ପଢ଼ନ୍ତୁ: କୁବେର ITDA ସହକାରୀ ନିର୍ବାହୀ ଯନ୍ତ୍ରୀ: ମିଳିଲାଣି ୧କେଜିରୁ ଉର୍ଦ୍ଧ୍ୱ ସୁନା, ଦୁଇ କୋଟି ଟଙ୍କା ସହ ୫ଟି ଆଲିସାନ କୋଠା ଓ ୧୪ଟି ପ୍ଲଟ ଠାବ

ଖବର ଅନୁଯାୟୀ, ଅକ୍ଟୋବର ୩୦ ତାରିଖ ସୁଦ୍ଧା ଶାଶୂ ଘର ଛାଡିବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ । ଏହିପ୍ରରିପେକ୍ଷୀରେ ଏବେ ସେ ଘର ଛାଡିଛନ୍ତି । ତେବେ କୋର୍ଟରେ ଚାଲିଥିବା ସ୍ୱାମୀ-ସ୍ତ୍ରୀଙ୍କ ପାରିବାରିକ ବିବାଦରେ ଅନୁଭବଙ୍କୁ ବଡ ଆଶ୍ବସ୍ତି ମିଳିଛି । କାରଣ ସେ ଦୀର୍ଘଦିନ ହେଲା ଚାହୁଁଥିଲେ ଯେ, ତାଙ୍କ ପତ୍ନୀ ଶାଶୂ ଘର ତୁରନ୍ତ ଛାଡନ୍ତୁ ।

ଆହୁରି ପଢ଼ନ୍ତୁ: ମାଲକାନଗିରି କେରିମେଟି ଜଙ୍ଗଲରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଓ ବିସ୍ଫୋରକ ଜବତ

ସୂଚନାଯୋଗ୍ୟ, ଏବେ କଟକ ପରିବାର ଅଦାଲତରେ ମାମଲାର ବିଚାର ଚାଲିଛି। ପୂର୍ବରୁ ଦୁଇଟି ପର୍ଯ୍ୟାୟରେ ଉଭୟଙ୍କ ମଧ୍ୟରେ ମଧ୍ୟସ୍ଥତା ଜରିଆରେ ବିବାଦର ସମାଧାନ ପାଇଁ ଉଦ୍ୟମ କରାଯାଇଥିଲେ ବି ତାହା ବିଫଳ ହୋଇଛି। ଏହାସହ ମଧ୍ୟସ୍ଥତା ନକରି ମାମଲାର ଶୁଣାଣି ଶୀଘ୍ର ସାରିବାକୁ ଗତ ସେପ୍ଟେମ୍ବର ୨୭ ତାରିଖରେ ଫ୍ୟାମିଲ କୋର୍ଟଙ୍କୁ ନିବେଦନ କରିଛନ୍ତି ଅନୁଭବ। ସେପଟେ କୋର୍ଟ ଯାହା ନିଷ୍ପତ୍ତି ନେବେ ସେଥିରେ ସେ ସହଯୋଗ କରିବେ ବୋଲି କହିଛନ୍ତି ବର୍ଷା।

02 Oct 2022 By The Sakala

କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଶାଶୂଘର ଛାଡିଲେ ବର୍ଷା, ଘରେ ପ୍ରବେଶ ପାଇଁ ପୁଲିସ ସହାୟତା ମାଗିଲେ ଅନୁଭବ

କଟକ : କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଶାଶୂଘର ଛାଡ଼ିଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ମାସେ ମଧ୍ୟରେ ଶାଶୁ ଘର ଛାଡ଼ିବା ପାଇଁ ଗତ ଅଗଷ୍ଟ ୩୦ ତାରିଖରେ ବର୍ଷାଙ୍କୁ ନିର୍ଦ୍ଦେଶ ଦେଇଥିଲେ କଟକ ଜିଲ୍ଲା ଜଜ୍‌ଙ୍କ କୋର୍ଟ। ଶୁକ୍ରବାର ଦିନ ସମୟସୀମା ପୂରଣ ହୋଇଥିବା ବେଳେ ବର୍ଷା ଶାଶୂ ଘର ଛାଡି ନିଜ ଘରକୁ ଚାଲି ଯାଇଛନ୍ତି।

ବର୍ଷା ନିଜ ଘରକୁ ଚାଲିଯାଇଥିବା ବେଳେ ପୁଲିସ୍ ଉପସ୍ଥିତିରେ ପରିବାର ସହ ଘରେ ପ୍ରବେଶ କରିବା ପାଇଁ ପୁରୀଘାଟ ଥାନାରେ ଲିଖିତ ଆବେଦନ କରିଛନ୍ତି ସାଂସଦ ଅନୁଭବ ମହାନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ପ୍ରକାରେ ବର୍ଷାଙ୍କ ବିକଳ୍ପ ରହଣୀ ବାବଦକୁ ଅନୁଭବ ମହାନ୍ତି ମାସିକ ୩୦ ହଜାର ଟଙ୍କା ପ୍ରଦାନ କରିବେ। ଏହି ଟଙ୍କା ସେ ପ୍ରତିମାସର ୧୦ ତାରିଖ ବା ତା’ପୂର୍ବରୁ ଦେବେ।

ଖବର ଅନୁଯାୟୀ, ଅକ୍ଟୋବର ୩୦ ତାରିଖ ସୁଦ୍ଧା ଶାଶୂ ଘର ଛାଡିବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ । ଏହିପ୍ରରିପେକ୍ଷୀରେ ଏବେ ସେ ଘର ଛାଡିଛନ୍ତି । ତେବେ କୋର୍ଟରେ ଚାଲିଥିବା ସ୍ୱାମୀ-ସ୍ତ୍ରୀଙ୍କ ପାରିବାରିକ ବିବାଦରେ ଅନୁଭବଙ୍କୁ ବଡ ଆଶ୍ବସ୍ତି ମିଳିଛି । କାରଣ ସେ ଦୀର୍ଘଦିନ ହେଲା ଚାହୁଁଥିଲେ ଯେ, ତାଙ୍କ ପତ୍ନୀ ଶାଶୂ ଘର ତୁରନ୍ତ ଛାଡନ୍ତୁ ।

ସୂଚନାଯୋଗ୍ୟ, ଏବେ କଟକ ପରିବାର ଅଦାଲତରେ ମାମଲାର ବିଚାର ଚାଲିଛି। ପୂର୍ବରୁ ଦୁଇଟି ପର୍ଯ୍ୟାୟରେ ଉଭୟଙ୍କ ମଧ୍ୟରେ ମଧ୍ୟସ୍ଥତା ଜରିଆରେ ବିବାଦର ସମାଧାନ ପାଇଁ ଉଦ୍ୟମ କରାଯାଇଥିଲେ ବି ତାହା ବିଫଳ ହୋଇଛି। ଏହାସହ ମଧ୍ୟସ୍ଥତା ନକରି ମାମଲାର ଶୁଣାଣି ଶୀଘ୍ର ସାରିବାକୁ ଗତ ସେପ୍ଟେମ୍ବର ୨୭ ତାରିଖରେ ଫ୍ୟାମିଲ କୋର୍ଟଙ୍କୁ ନିବେଦନ କରିଛନ୍ତି ଅନୁଭବ। ସେପଟେ କୋର୍ଟ ଯାହା ନିଷ୍ପତ୍ତି ନେବେ ସେଥିରେ ସେ ସହଯୋଗ କରିବେ ବୋଲି କହିଛନ୍ତି ବର୍ଷା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର