ଧାମନଗର ଉପନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ

The Sakala Picture
Published On

ଧାମନଗର: ଧାମନଗର ଉପନିର୍ବାଚନ ପାଇଁ ଆଜି ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠାରୁ ପ୍ରାର୍ଥୀ ମାନେ ନିଜର ନାମାଙ୍କନ ପତ୍ର ଦାଖଲ କରିପାରିବେ। ଅକ୍ଟୋବର ୧୪ ନାମାଙ୍କନ ଦାଖଲର ଶେଷ ଦିନ ରହିଛି। ଅକ୍ଟୋବର ୧୭ ନାମାଙ୍କନ ପ୍ରତ୍ୟାହାରର ଶେଷ ଦିନ ରହିଛି। ନଭେମ୍ବର ୩ରେ ଭୋଟିଂ ଓ ୬ରେ ଗଣତି ହୋଇ ଫଳାଫଳ ପ୍ରକାଶ ପାଇବ। ନାମାଙ୍କନ ନିମନ୍ତେ ଭଦ୍ରକ ବ୍ଲକ ପରିସରରେ ବ୍ୟାରିକେଡ଼ କରାଯିବା ସହ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ଗତ ସେପ୍ଟେମ୍ବର […]

ଧାମନଗର: ଧାମନଗର ଉପନିର୍ବାଚନ ପାଇଁ ଆଜି ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠାରୁ ପ୍ରାର୍ଥୀ ମାନେ ନିଜର ନାମାଙ୍କନ ପତ୍ର ଦାଖଲ କରିପାରିବେ। ଅକ୍ଟୋବର ୧୪ ନାମାଙ୍କନ ଦାଖଲର ଶେଷ ଦିନ ରହିଛି। ଅକ୍ଟୋବର ୧୭ ନାମାଙ୍କନ ପ୍ରତ୍ୟାହାରର ଶେଷ ଦିନ ରହିଛି। ନଭେମ୍ବର ୩ରେ ଭୋଟିଂ ଓ ୬ରେ ଗଣତି ହୋଇ ଫଳାଫଳ ପ୍ରକାଶ ପାଇବ। ନାମାଙ୍କନ ନିମନ୍ତେ ଭଦ୍ରକ ବ୍ଲକ ପରିସରରେ ବ୍ୟାରିକେଡ଼ କରାଯିବା ସହ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ଗତ ସେପ୍ଟେମ୍ବର ୧୯ରେ ବିଷ୍ଣୁ ସେଠୀଙ୍କ ପରଲୋକ ହୋଇଥିଲା । ବିଷ୍ଣୁଙ୍କ  ବିୟୋଗରେ ଖାଲି ପଡ଼ିଛି ଧାମନଗର ବିଧାନସଭା ଆସନ ।

ଆହୁରି ପଢ଼ନ୍ତୁ: MKCG ମେଡିକାଲ ପରିସର ନର୍ସିଂ ଛାତ୍ରାବାସରେ ଅଗ୍ନିକାଣ୍ଡ: ଅଳ୍ପକେ ବର୍ତ୍ତିଲେ ଛାତ୍ର

ସୂଚନା ଅନୁଯାୟୀ, ନଭେମ୍ବର ୩ରେ ଓଡ଼ିଶା ସମେତ ୬ଟି ରାଜ୍ୟର ୭ଟି ବିଧାନସଭା ଆସନରେ ଉପନିର୍ବାଚନ ହେବ । ଏସବୁ ଉପନିର୍ବାଚନ ପାଇଁ ୨୦୨୨ ଜାନୁଆରୀ ପହିଲା ସୁଦ୍ଧା ଭୋଟର ତାଲିକାରେ ନାଁ ଥିବା ଭୋଟର ଭୋଟ ଦେଇପାରିବେ । ଗଡ଼ ଦଖଲ କରିବାକୁ ରଣନୀତି ପ୍ରସ୍ତୁତି ଜୋରଦାର କରିଛନ୍ତି ସବୁ ଦଳ । ବାଲେଶ୍ୱର ପରି ଧାନନଗରରେ ବଡ଼ ବିଜୟ ବ୍ୟବଧାନରେ ଜିତିବାକୁ ବିଜେଡି ଆରମ୍ଭ କରିଛି ସମରସଜ୍ଜା । ଧାମନଗରରେ ପୁଣି ଥରେ କିପରି ଶଙ୍ଖ ବାଜିବ, ସେନେଇ ସେନାପତିଙ୍କୁ ଗୁରୁମନ୍ତ୍ର ଦେଇଛି ଦଳ । ଅନ୍ୟପଟେ ଉପନିର୍ବାଚନରେ ଭଲ ପ୍ରଦର୍ଶନ କରିବା ପାଇଁ ଉଭୟ ବିଜେପି ଓ କଂଗ୍ରେସ ମଧ୍ୟ ଜୋରଦାର ପ୍ରୟାସ କରିଛନ୍ତି ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରୁ ଓରାଙ୍ଗଉଟାନ୍‌ ଉଦ୍ଧାର ଘଟଣା: ଅନ୍ତର୍ଜାତୀୟ ଚୋରାଚାଲାଣ ଲିଙ୍କ୍ ଆଶଙ୍କା କଲେ ଜଙ୍ଗଲ ମନ୍ତ୍ରୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର