ଠିକା କର୍ମଚାରୀଙ୍କ ପାଇଁ ଖୁସି ଖବର : ଖୁବ୍‌ ଶିଘ୍ର ଉଠିବ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା, ପ୍ରତିଶ୍ରୁତି ଦେଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର : ଖୁବଶୀଘ୍ର ଠିକା କର୍ମଚାରୀଙ୍କୁ ଖୁସି ଖବର ମିଳିବ। ରାଜ୍ୟରୁ ଖୁବ୍‌ ଶିଘ୍ର ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ଉଠିବ । ଏନେଇ ଆଜି ଓଡ଼ିଶା ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିଶ୍ରୁତି ଦେଇଛନ୍ତି। ଓଡ଼ିଶା ଚୁକ୍ତିଭିତ୍ତିକ କର୍ମଚାରୀ ସଂଘ ସହ ଆଲୋଚନା ପରେ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ଜଣାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଓଡ଼ିଶା ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘ ସହ ଭିଡିଓ କନ୍‌ଫରେନସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଲୋଚନା କରିଛନ୍ତି। ଅଭିଯୋଗ […]

ଭୁବନେଶ୍ବର : ଖୁବଶୀଘ୍ର ଠିକା କର୍ମଚାରୀଙ୍କୁ ଖୁସି ଖବର ମିଳିବ। ରାଜ୍ୟରୁ ଖୁବ୍‌ ଶିଘ୍ର ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ଉଠିବ । ଏନେଇ ଆଜି ଓଡ଼ିଶା ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିଶ୍ରୁତି ଦେଇଛନ୍ତି। ଓଡ଼ିଶା ଚୁକ୍ତିଭିତ୍ତିକ କର୍ମଚାରୀ ସଂଘ ସହ ଆଲୋଚନା ପରେ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ଜଣାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଓଡ଼ିଶା ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘ ସହ ଭିଡିଓ କନ୍‌ଫରେନସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଲୋଚନା କରିଛନ୍ତି।

ଆହୁରି ପଢ଼ନ୍ତୁ: ୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ସହକାରୀ ଡ୍ରଗ୍ସ କଣ୍ଟ୍ରୋଲର

ଅଭିଯୋଗ ଶୁଣିବା ପରେ ଏକ ମାସ ଭିତରେ ଦାବି ପୂରଣ ହେବା ନେଇ ମୁଖ୍ୟମନ୍ତ୍ରୀ ପ୍ରତିଶୃତି ଦେଇଛନ୍ତି।ଏହି ଆଲୋଚନା ବେଳେ ଉପସ୍ଥିତ ୫ଟି ସଚିବ ଭିକେ ପାଣ୍ଡିଆନ୍ ଓ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ଉପସ୍ଥିତ ଥିଲେ। ଅନ୍ୟପଟରେ ଆଗାମୀ ଏକ ମାସ ଭିତରେ ସରକାର ଏବାବଦରେ କୌଣସି ନିଷ୍ପତ୍ତି ନ ନେଲେ ପରବର୍ତ୍ତୀ ପଦକ୍ଷେପ କଣ ହେବ ସେନେଇ ସଂଘ ବୈଠକ ପରେ ନିଷ୍ପତ୍ତି ହେବ ବୋଲି ସଂଘ ପକ୍ଷରୁ କୁହାଯାଇଛି।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଅନ୍ୟପଟେ ମୁଖ୍ୟମନ୍ତ୍ରୀ ଖୁବ୍‌ ଶିଘ୍ର ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ଉଠିବ ବୋଳି ପ୍ରତିଶ୍ରୁତି ଦେବା ପରେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛି ଓଡିଶା ସରକାରୀ ଚୁକ୍ତି ଭିତିକ କର୍ମଚାରୀ ମହାସଂଘ। ଓଡିଶା ସରକାରୀ ଚୁକ୍ତି ଭିତିକ କର୍ମଚାରୀ ମହାସଂଘର ଦୀର୍ଘ ଦିନର ଦାବି ପୂରଣ ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ଖୋଦ ଓଡିଶା ସରକାରୀ ଚୁକ୍ତି ଭିତିକ କର୍ମଚାରୀ ମହାସଂଘର ଦୀର୍ଘ ଦିନର ଦାବି ଶୁଣିବା ସହ ଏହି ସମ୍ପର୍କରେ ଆଲୋଚନା କରିବା ପରେ ଓଡିଶା ସରକାରୀ ଚୁକ୍ତି ଭିତିକ କର୍ମଚାରୀ ମହାସଂଘର ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି।

ଆହୁରି ପଢ଼ନ୍ତୁ: ଚାଷୀଙ୍କୁ ମିଳିଲା 'ସିଏମ୍ କିଷାନ' ଯୋଜନାର ୫ମ କିସ୍ତି, DBT ମାଧ୍ୟମରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର