ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା : ରାଜ୍ୟରୁ ଉଚ୍ଛେଦ ହେଲା ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା

The Sakala Picture
Published On

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରୁ ଉଚ୍ଛେଦ ହେଲା ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା। ଆଜି ଅପରାହ୍ନରେ ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ଏହି ଗୁରୁତ୍ବପୁର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା। ଯାହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସନ୍ଧ୍ୟା ୬.୩୦ର ଘୋଷଣା କରିଛନ୍ତି। ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ଉଚ୍ଛେଦ ହେବା ପରେ ୫୭ ହଜାରରୁ ଅଧିକ କର୍ମଚାରୀ ନିୟମିତ ହେବେ। ରାଜ୍ୟ ତହବିଲରୁ ଏନେଇ ଖର୍ଚ୍ଚ ହେବ ୧୩ ଶହ କୋଟି ଟଙ୍କା। ଚୁକ୍ତିଭିତ୍ତିକ ନିଯୁକ୍ତି […]

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରୁ ଉଚ୍ଛେଦ ହେଲା ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା। ଆଜି ଅପରାହ୍ନରେ ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ଏହି ଗୁରୁତ୍ବପୁର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା। ଯାହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସନ୍ଧ୍ୟା ୬.୩୦ର ଘୋଷଣା କରିଛନ୍ତି। ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ଉଚ୍ଛେଦ ହେବା ପରେ ୫୭ ହଜାରରୁ ଅଧିକ କର୍ମଚାରୀ ନିୟମିତ ହେବେ। ରାଜ୍ୟ ତହବିଲରୁ ଏନେଇ ଖର୍ଚ୍ଚ ହେବ ୧୩ ଶହ କୋଟି ଟଙ୍କା। ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ଉଚ୍ଛେଦ ହେବାପରେ ୫-ଟି ଅନୁସାରେ କାମ କରିବା ପାଇଁ କର୍ମଚାରୀଙ୍କୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ସୂଚନାଯୋଗ୍ୟ ଆଜି ଅପରାହ୍ନ ୪.୩୦ରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍ ବୈଠକ ବସିଥିଲା। ଯେଉଁ ବୈଠକରେ ୧୦ରୁ ଅଧିକ ପ୍ରସ୍ତାବ ଉପରେ ମୋହର ବାଜିଛି। ଏହି ପ୍ରସ୍ତାବ ମଧ୍ୟରେ ସବୁଠୁ ବଡ଼ ଘୋଷଣା ହେଉଛି ରାଜ୍ୟରୁ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ଉଚ୍ଛେଦ। ଚୁକ୍ତି ଭିତ୍ତିକ ନିଯୁକ୍ତି ଉଚ୍ଛେଦ ନେଇ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି । ଚୁକ୍ତି ଭିତ୍ତିକ ନିଯୁକ୍ତି ଯୁଗ ଶେଷ ହେଲା ବୋଲି ନବୀନ୍‌ କହିଛନ୍ତି । ଏଥିସହିତ ବର୍ତ୍ତମାନ ଚାକିରୀରେ ଥିବା ୫୭ ହଜାରରୁ ଅଧିକ ଚୁକ୍ତିଭିତ୍ତିକ କର୍ମଚାରୀ ନିୟମିତ ହେବେ । ଏଥିପାଇଁ ହାରାହାରି ଅଧିକ ୧୩ ଶହ କୋଟି ଟଙ୍କା ଖର୍ଚ୍ଚ କରିବେ ରାଜ୍ୟ ସରକାର । ଆସନ୍ତାକାଲି ସରକାରଙ୍କ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇବ ।

ଆହୁରି ପଢ଼ନ୍ତୁ: ୧୪ରେ ଆସୁଛି ଆଉ ଏକ ଲଘୁଚାପ ! ସେପ୍ଟେମ୍ବର ୮ରୁ ରାଜ୍ୟରେ ପୁଣି ବଢିବ ବର୍ଷା

ଏଠାରେ ଉଲ୍ଲେଖଯୋଗ୍ୟ ଗତ ଗୁରୁବାର ଓଡ଼ିଶା ଚୁକ୍ତିଭିତ୍ତିକ କର୍ମଚାରୀ ସଂଘ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଲୋଚନା କରିବା ସହ ଖୁବ୍‌ ଶିଘ୍ର ସେମାନଙ୍କ ନେଇ ବଡ଼ ନିଷ୍ପତ୍ତି ନିଆଯିବ। ଯାହା ମାତ୍ର ଦୁଇ ଦିନ ମଧ୍ୟରେ ବିଚାର କରି ମୁଖ୍ୟମନ୍ତ୍ରୀ ଆଜି ଏହି ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥାକୁ ଉଚ୍ଛେଦ କରିଛନ୍ତି। ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ତାଙ୍କର ୭୭ତମ ଜନ୍ମ ଦିନ ପୁର୍ବରୁ ରାଜ୍ୟର ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ ଏହି ଘୋଷଣା କରିବା ସହ ଦୀପାବଳି ଭେଟି ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ପୋଖରୀରେ ବୁଡ଼ିଯାଉଥିଲେ ୨ ଛୋଟ ଝିଅ, ବଞ୍ଚାଇବାକୁ ଯାଇ ନିଜ ଜୀବନ ହାରିଲେ ସସ୍ମିତା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର