ରାଜ୍ୟରେ ନିୟମିତ ହେବେ ୫୭ ହଜାରରୁ ଅଧିକ କର୍ମଚାରୀ, ଜନ୍ମଦିନର ଗୋଟିଏ ଦିନ ପୂର୍ବରୁ ନବୀନଙ୍କ ବଡ଼ ଘୋଷଣା

The Sakala Picture
Published On

ଭୁବନେଶ୍ବର : ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିନ। ମୁଖ୍ୟମନ୍ତ୍ରୀ କାଲି ୭୭ ବର୍ଷରେ ପାଦ ଦେବେ। ତେବେ ଜନ୍ମ ଦିନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଆଜି ଏକ  ବଡ଼ ଘୋଷଣା କରିଛନ୍ତି। ଯାହା ରାଜ୍ୟର ୫୭ ହଜାରୁ ଉର୍ଦ୍ଧ୍ବ ପରିବାରେ ଖୁସିର ଲହର ଖେଳାଇଦେଇଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରୁ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥାକୁ ଉଚ୍ଛେଦ କରିଛନ୍ତି। ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ଉଚ୍ଛେଦ ହେବା ପରେ ୫୭ ହଜାରରୁ ଅଧିକ କର୍ମଚାରୀ ନିୟମିତ ହେବେ। […]

ଭୁବନେଶ୍ବର : ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିନ। ମୁଖ୍ୟମନ୍ତ୍ରୀ କାଲି ୭୭ ବର୍ଷରେ ପାଦ ଦେବେ। ତେବେ ଜନ୍ମ ଦିନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଆଜି ଏକ  ବଡ଼ ଘୋଷଣା କରିଛନ୍ତି। ଯାହା ରାଜ୍ୟର ୫୭ ହଜାରୁ ଉର୍ଦ୍ଧ୍ବ ପରିବାରେ ଖୁସିର ଲହର ଖେଳାଇଦେଇଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରୁ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥାକୁ ଉଚ୍ଛେଦ କରିଛନ୍ତି। ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ଉଚ୍ଛେଦ ହେବା ପରେ ୫୭ ହଜାରରୁ ଅଧିକ କର୍ମଚାରୀ ନିୟମିତ ହେବେ। ରାଜ୍ୟ ତହବିଲରୁ ଏନେଇ ଖର୍ଚ୍ଚ ହେବ ୧୩ ଶହ କୋଟି ଟଙ୍କା।

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

ଆଜି ଅପରାହ୍ନ ୪.୩୦ରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍ ବୈଠକ ବସିଥିଲା। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ଉଚ୍ଛେଦ ନେଇ ନିଷ୍ପତ୍ତି ହୋଇଥିଲା। ଯାହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସନ୍ଧ୍ୟା ୬.୩୦ରେ ଘୋଷଣା କରିଥିଲେ। ଆଜି ରାଜ୍ୟବାସୀଙ୍କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡିଶାବାସୀଙ୍କ ଆଶୀର୍ବାଦରେ ସେ ୨୦୦୦ ମସିହାରେ ଓଡିଶା ମା’ର ସେବାର ସୁଯୋଗ ପାଇଥିଲେ । ମହାବାତ୍ୟା ପର ସ୍ଥିତି ଓ ଦୁର୍ବଳ ଆର୍ଥିକ ଅବସ୍ଥା ତାଙ୍କ ପାଇଁ ସବୁଠାରୁ ବଡ ଚ୍ୟାଲେଞ୍ଜ ଥିଲା । ସେତେବେଳେ ରାଜ୍ୟ ଓଭର ଡ୍ରାଫ୍ଟରେ ଚାଲୁଥିଲା। ନିତିଦିନ ଖର୍ଚ୍ଚ ପାଇଁ ସରକାରଙ୍କୁ ରିଜର୍ଭ ବ୍ୟାଙ୍କ ଉପରେ ନିର୍ଭର କରିବାକୁ ପଡୁଥିଲା । ତେବେ ଓଡିଶା ଅର୍ଥନୀତି ପାଇଁ ଏହା ଏକ କଳା ସମୟ ଥିଲା ।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

ଏହି ସମୟରେ ରାଜକୋଷ ଖାଲି ଥିଲା। ଅର୍ଥନୀତି ଉପରେ ବହୁତ ଚାପ ଥିଲା। ଶିକ୍ଷା, ସ୍ବାସ୍ଥ୍ୟ, ଭିତ୍ତିଭୂମି, କୃଷି, ଜଳସେଚନ ଆଦି ବିଭିନ୍ନ କ୍ଷେତ୍ରରେ ଆମେ ବହୁତ ପଛୁଆ ଥିଲୁ । ବନ୍ୟା ବାତ୍ୟା ମରୁଡି ଲାଗି ରହିଥିଲା ଗରିବୀ ମଧ୍ୟ ବହୁ ଅଧିକ ଥିଲା । ସୀମିତ ସମ୍ବଳ ଭିତରେ ଏସବୁ କ୍ଷେତ୍ରରେ ଉନ୍ନତି ଆଣିବା ଥିଲା ଆମ ପାଇଁ ସବୁଠାରୁ ବଡ ପ୍ରାଥମିକତା ଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

“ସେତେବେଳେ ନିଯୁକ୍ତି ପୁରାପୁରି ବନ୍ଦ ଥିଲା । ପୋଷ୍ଟ ସବୁ ଉଚ୍ଛେଦ କରିବାକୁ ପଡୁଥିଲା । ଏହା ମୋ ପାଇଁ ବହୁତ କଷ୍ଟକର ଥିଲା। ମୋ ରାଜ୍ୟର ପିଲାମାନେ ନିଯୁକ୍ତି ନ ପାଇ ହଇରାଣ ହେଉଥିଲେ। ଏହା ମୋତେ ବହୁତ ଦୁଃଖ ଦେଉଥିଲା । ପ୍ରତିଦିନ ମୋ ମନରେ ଚିନ୍ତା ଥିଲା, କେବେ ପରିସ୍ଥିତିରେ ଉନ୍ନତି ଆସିବ ଏବଂ ଆମ ପିଲାମାନେ ରେଗୁଲାର ନିଯୁକ୍ତି ପାଇବେ ? ଆପଣମାନଙ୍କର ସହଯୋଗ ଓ ମହାପ୍ରଭୁଙ୍କ ଆଶୀର୍ବାଦ ହିଁ ଆମର ସବୁଠାରୁ ବଡ ଶକ୍ତି । ଉତ୍ତମ ଆର୍ଥିକ ପରିଚାଳନା ଓ ସୁଶାସନ ଜରିଆରେ ହିଁ ଧିରେ ଧିରେ ପରିସ୍ଥିତିରେ ଉନ୍ନତି ଆସିଲା । ୨୦୧୩ରୁ ଆମେ ଚୁକ୍ତିଭିତ୍ତିକ ନିଯୁକ୍ତି ଆରମ୍ଭ କଲୁ । ଏହା ମଧ୍ୟ ମୋ ପାଇଁ ଏକ କଷ୍ଟକର ନିଷ୍ପତ୍ତି ଥିଲା । ଏବେ ଆମ ଅର୍ଥନୀତିରେ ଉନ୍ନତି ଆସିଛି । ବିକାଶ କ୍ଷେତ୍ରରେ ଓଡିଶା ସାରା ଦେଶରେ ଏକ ନୂଆ ପରିଚୟ ସୃଷ୍ଟି କରିପାରିଛି । ଗତ ବର୍ଷ ଆମେ ଏହି ଚୁକ୍ତିଭିତ୍ତିକ ନିଯୁକ୍ତିକୁ ପରିବର୍ତ୍ତନ କରି ଇନିସିଆଲ ଆପଏଣ୍ଟି କରିଥିଲୁ”, ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏଥିସହିତ ଆଜିଠୁ ରାଜ୍ୟରେ ଏହି ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ଉଚ୍ଛେଦ ହେଉଛି ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏଥିସହିତ ସରକାରୀ କର୍ମଚାରୀମାନେ ସମସ୍ତେ ଭଲ କାମ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି । ନିଷ୍ଠାର ସହ ଲୋକଙ୍କ ସେବା କରିବାକୁ ନବୀନ ନିବେଦନ କରିଛନ୍ତି । ଦାୟିତ୍ବ ପାଳନ କରିବାବେଳେ, ୫-ଟି ଉପକ୍ରମ, ଟିମ୍‌ ୱାର୍କ, ଟେକ୍ନୋଲୋଜି, ଟ୍ରାନ୍ସପ୍ୟାରେନ୍ସି ଓ ଟ୍ରାନସଫରମେସନକୁ ଅନୁସରଣ କରନ୍ତୁ। ସରକାରଙ୍କ ପରିଚୟକୁ ଆହୁରି ଉଜ୍ଜଳ କରନ୍ତୁ ଏବଂ ଓଡିଶାର ରୂପାନ୍ତରରେ ନିଜର ଗୁରୁତ୍ବପୂର୍ଣ୍ଣ ଅବଦାନ ରଖନ୍ତୁ ବୋଲି ନବୀନ କହିଛନ୍ତି ।

15 Oct 2022 By The Sakala

https://www.thesakala.in/latest-odisha-news/naveens-big-announcement-a-day-before-his-birthdaymore-than-57-thousand-employees-will-be-regularized/article-15755
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର