ତୃତୀୟ ପର୍ଯ୍ୟାୟ ହାଇସ୍କୁଲ ଶିକ୍ଷକ ନିଯୁକ୍ତି ନେଇ ଆରମ୍ଭ ହେଲା ପ୍ରକ୍ରିୟା : ନିଯୁକ୍ତ ହେବେ ୧୯୭୦ କଳା, ୧୪୧୯ ପିସିଏମ, ୧୨୦୫ ସିବିଜେଡ ଶିକ୍ଷକ

The Sakala Picture
Published On

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ଉଚ୍ଚ ବିଦ୍ୟାଳୟରେ ତୃତୀୟ ପର୍ଯ୍ୟାୟ ଶିକ୍ଷକ ନିଯୁକ୍ତି ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ବିଭାଗ ସ୍ତରରେ ଖାଲିଥିବା ପଦ ନେଇ ଆଲୋଚନା ହେବା ପରେ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବଙ୍କୁ ଏ ସଂକ୍ରାନ୍ତୀୟ ଅନୁମୋଦନ ପାଇଁ ଚିଠି ଲେଖିଛନ୍ତି। ତୃତୀୟ ପର୍ଯ୍ୟାୟ ଶିକ୍ଷକ ନିଯୁକ୍ତିରେ ୭ ହଜାର ୫୪୦ ପଦ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବାକୁ ଥିବାବେଳେ ନିର୍ଦ୍ଦେଶାଳୟ ପ୍ରମୁଖ ଶାସନ ସଚିବ […]

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ଉଚ୍ଚ ବିଦ୍ୟାଳୟରେ ତୃତୀୟ ପର୍ଯ୍ୟାୟ ଶିକ୍ଷକ ନିଯୁକ୍ତି ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ବିଭାଗ ସ୍ତରରେ ଖାଲିଥିବା ପଦ ନେଇ ଆଲୋଚନା ହେବା ପରେ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବଙ୍କୁ ଏ ସଂକ୍ରାନ୍ତୀୟ ଅନୁମୋଦନ ପାଇଁ ଚିଠି ଲେଖିଛନ୍ତି। ତୃତୀୟ ପର୍ଯ୍ୟାୟ ଶିକ୍ଷକ ନିଯୁକ୍ତିରେ ୭ ହଜାର ୫୪୦ ପଦ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବାକୁ ଥିବାବେଳେ ନିର୍ଦ୍ଦେଶାଳୟ ପ୍ରମୁଖ ଶାସନ ସଚିବ ଅଶ୍ୱଥୀ ଏସ୍‌ଙ୍କ ନିକଟକୁ ଅନୁମୋଦନ ପାଇଁ ପଠାଇଛି।

ଆହୁରି ପଢ଼ନ୍ତୁ: ଚଳଚଞ୍ଚଳ ରଥଖଳା, ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଲାଗି ଆରମ୍ଭ ହେଲା ରଥ ନିର୍ମାଣ କାର୍ଯ୍ୟ

ଗୁଣାତ୍ମକ ଶିକ୍ଷାକୁ ସର୍ବଦା ପ୍ରାଥମିକତା ଦେଉଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିକ୍ଷାର ରୂପାନ୍ତରଣରେ ଆଉ ଏକ ଅଧ୍ୟାୟ ସୃଷ୍ଟି କରିବାକୁ ଯାଉଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ମତରେ ଶିକ୍ଷା ଦ୍ୱାରା ହିଁ ରାଷ୍ଟ୍ରର ସାମଗ୍ରିକ ବିକାଶ ସମ୍ଭବ। ଶିକ୍ଷା ଜାତିର ଏକ ଭାଗ୍ୟ ପରିବର୍ତ୍ତନ କରିବାର କ୍ଷମତା ରଖେ। ତେଣୁ ଦୁଇ ପର୍ଯ୍ୟାୟର ଶିକ୍ଷକ ନିଯୁକ୍ତି ସାରିବା ପରେ ତୃତୀୟ ପର୍ଯ୍ୟାୟ ହାଇସ୍କୁଲ ଶିକ୍ଷକ ନିଯୁକ୍ତି ପାଇଁ ପ୍ରକ୍ରିୟା ଆରମ୍ଭ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଚଳିତ ବର୍ଷ ଶେଷ ସୁଦ୍ଧା ଆଉ ସାଢ଼େ ସାତ ହଜାର ହାଇସ୍କୁଲ ଶିକ୍ଷକ ନିଯୁକ୍ତି କରିବାକୁ ବିଭାଗ ସ୍ତରରେ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରସ୍ତାବିତ ୭,୫୪୦ ପଦ ମଧ୍ୟରେ ଟିଜିଟି ବର୍ଗର ୧୯୭୦ ପଦ ଥିବାବେଳେ ପିସିଏମ(ବିଜ୍ଞାନ)ର ୧୪୧୯, ସିବିଜେଡ୍(ବିଜ୍ଞାନ) ବର୍ଗର ୧୨୦୫ଟି ପଦ ରହିଛି।

ଆହୁରି ପଢ଼ନ୍ତୁ: ବ୍ୟବସାୟୀଙ୍କୁ ଅପହରଣ କରି ୨ କୋଟି ଦାବି କଲେ ଦୁବୃର୍ତ୍ତ, ପରିବାର ପୁଲିସର ଦ୍ୱାରସ୍ଥ ହେବାରୁ ମାରି ଜଙ୍ଗଲରେ ଫିଙ୍ଗିଦେଲେ

ସେହିପରି ଉଚ୍ଚ ବିଦ୍ୟାଳୟଗୁଡ଼ିକ ପାଇଁ ହିନ୍ଦୀରେ ୧୩୫୨ ପଦରେ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ ପାଇବାକୁ ଥିବାବେଳେ ୭୨୩ ସଂସ୍କୃତ, ୬ ତେଲୁଗୁ, ୮୪୧ ପିଇଟି ଏବଂ ୨୪ଟି ଊର୍ଦ୍ଧୁ ଶିକ୍ଷକ ପଦ ରହିଛି। ନୂଆ ନିଯୁକ୍ତି ପ୍ରକ୍ରିୟା ଓଏସଏସସି(ଓଡ଼ିଶା କର୍ମଚାରୀ ଚୟନ ଆୟୋଗ) ଦ୍ୱରା ତ୍ୱରାନ୍ୱିତ ହେବ। ଚଳିତ ଥର ନିଯୁକ୍ତି ପ୍ରକ୍ରିୟାରେ ମଧ୍ୟ ବ୍ୟାପକ ସ୍ୱଚ୍ଛତା ପଦ୍ଧତ୍ତି ଅବଲମ୍ବନ କରିବାକୁ ନୂଆ ପ୍ରକ୍ରିୟାରେ ମେରିଟ୍ ଟ୍ରାକ୍ ସଂସ୍ଥାକୁ ବାଦ୍ ଦିଆଯିବ। ନିଯୁକ୍ତି ପ୍ରକ୍ରିୟାରେ ସମ୍ପୂର୍ଣ୍ଣ ସ୍ୱଚ୍ଛତା ବଜାୟ ରଖିବା ନେଇ ବିଭାଗ ବିଶେଷ ଗୁରୁତ୍ୱ ଦେଉଛି।

ଆହୁରି ପଢ଼ନ୍ତୁ: ବ୍ଲକସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ: ସାନଅଁଳକୁ ହରାଇ ଚାମ୍ପିୟନ ହେଲା ତିଛିଣି ତ୍ରିଲୋଚନେଶ୍ୱର ଟିମ୍

ସୂଚନାଥାଉକି ବିଗତ ଦୁଇ ପର୍ଯ୍ୟାୟର ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଶେଷ କରିବା ପରେ ମୁଖ୍ୟମନ୍ତ୍ରୀ ତୃତୀୟ ପର୍ଯ୍ୟାୟ ନିଯୁକ୍ତି ଲାଗି ପଦକ୍ଷକ ଗ୍ରହଣ କରିବାକୁ ସ୍କୁଲ ଓ ଗଣଶିକ୍ଷା ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ପ୍ରଥମ ପର୍ଯ୍ୟାୟରେ ୬୦୩୧ ଓ ଦ୍ୱିତୀୟ ପର୍ଯ୍ୟାୟରେ ୬ ହଜାର ୮୯୧ଜଣ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଛି।  ତୃତୀୟ ପର୍ଯ୍ୟାୟ ନିଯୁକ୍ତି ଲାଗି ବିଭାଗ ପକ୍ଷରୁ ପ୍ରକ୍ରିୟା ଜାରି ରହିଥିବାବେଳେ ନଭେମ୍ବର ଶେଷ ସୁଦ୍ଧା ବିଜ୍ଞପ୍ତି ପ୍ରକାଶ କରିବାକୁ ଲକ୍ଷ୍ୟ ରହିଛି। ତେବେ ବିଗତ ଦୁଇ ବର୍ଷ ମଧ୍ୟରେ ରାଜ୍ୟ ସରକାର ୨୦ ହଜାରରୁ ଅଧିକ ମାଧ୍ୟମିକ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଚଳିତ ବର୍ଷ ଶେଷ ସୁଦ୍ଧା ଆହୁରି ପ୍ରାୟ ୭ହଜାର ୫ଶହ ଶିକ୍ଷକ ନିଯୁକ୍ତି ପାଇବେ।

15 Oct 2022 By The Sakala

ତୃତୀୟ ପର୍ଯ୍ୟାୟ ହାଇସ୍କୁଲ ଶିକ୍ଷକ ନିଯୁକ୍ତି ନେଇ ଆରମ୍ଭ ହେଲା ପ୍ରକ୍ରିୟା : ନିଯୁକ୍ତ ହେବେ ୧୯୭୦ କଳା, ୧୪୧୯ ପିସିଏମ, ୧୨୦୫ ସିବିଜେଡ ଶିକ୍ଷକ

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ଉଚ୍ଚ ବିଦ୍ୟାଳୟରେ ତୃତୀୟ ପର୍ଯ୍ୟାୟ ଶିକ୍ଷକ ନିଯୁକ୍ତି ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ବିଭାଗ ସ୍ତରରେ ଖାଲିଥିବା ପଦ ନେଇ ଆଲୋଚନା ହେବା ପରେ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବଙ୍କୁ ଏ ସଂକ୍ରାନ୍ତୀୟ ଅନୁମୋଦନ ପାଇଁ ଚିଠି ଲେଖିଛନ୍ତି। ତୃତୀୟ ପର୍ଯ୍ୟାୟ ଶିକ୍ଷକ ନିଯୁକ୍ତିରେ ୭ ହଜାର ୫୪୦ ପଦ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବାକୁ ଥିବାବେଳେ ନିର୍ଦ୍ଦେଶାଳୟ ପ୍ରମୁଖ ଶାସନ ସଚିବ ଅଶ୍ୱଥୀ ଏସ୍‌ଙ୍କ ନିକଟକୁ ଅନୁମୋଦନ ପାଇଁ ପଠାଇଛି।

ଗୁଣାତ୍ମକ ଶିକ୍ଷାକୁ ସର୍ବଦା ପ୍ରାଥମିକତା ଦେଉଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିକ୍ଷାର ରୂପାନ୍ତରଣରେ ଆଉ ଏକ ଅଧ୍ୟାୟ ସୃଷ୍ଟି କରିବାକୁ ଯାଉଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ମତରେ ଶିକ୍ଷା ଦ୍ୱାରା ହିଁ ରାଷ୍ଟ୍ରର ସାମଗ୍ରିକ ବିକାଶ ସମ୍ଭବ। ଶିକ୍ଷା ଜାତିର ଏକ ଭାଗ୍ୟ ପରିବର୍ତ୍ତନ କରିବାର କ୍ଷମତା ରଖେ। ତେଣୁ ଦୁଇ ପର୍ଯ୍ୟାୟର ଶିକ୍ଷକ ନିଯୁକ୍ତି ସାରିବା ପରେ ତୃତୀୟ ପର୍ଯ୍ୟାୟ ହାଇସ୍କୁଲ ଶିକ୍ଷକ ନିଯୁକ୍ତି ପାଇଁ ପ୍ରକ୍ରିୟା ଆରମ୍ଭ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଚଳିତ ବର୍ଷ ଶେଷ ସୁଦ୍ଧା ଆଉ ସାଢ଼େ ସାତ ହଜାର ହାଇସ୍କୁଲ ଶିକ୍ଷକ ନିଯୁକ୍ତି କରିବାକୁ ବିଭାଗ ସ୍ତରରେ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରସ୍ତାବିତ ୭,୫୪୦ ପଦ ମଧ୍ୟରେ ଟିଜିଟି ବର୍ଗର ୧୯୭୦ ପଦ ଥିବାବେଳେ ପିସିଏମ(ବିଜ୍ଞାନ)ର ୧୪୧୯, ସିବିଜେଡ୍(ବିଜ୍ଞାନ) ବର୍ଗର ୧୨୦୫ଟି ପଦ ରହିଛି।

ସେହିପରି ଉଚ୍ଚ ବିଦ୍ୟାଳୟଗୁଡ଼ିକ ପାଇଁ ହିନ୍ଦୀରେ ୧୩୫୨ ପଦରେ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ ପାଇବାକୁ ଥିବାବେଳେ ୭୨୩ ସଂସ୍କୃତ, ୬ ତେଲୁଗୁ, ୮୪୧ ପିଇଟି ଏବଂ ୨୪ଟି ଊର୍ଦ୍ଧୁ ଶିକ୍ଷକ ପଦ ରହିଛି। ନୂଆ ନିଯୁକ୍ତି ପ୍ରକ୍ରିୟା ଓଏସଏସସି(ଓଡ଼ିଶା କର୍ମଚାରୀ ଚୟନ ଆୟୋଗ) ଦ୍ୱରା ତ୍ୱରାନ୍ୱିତ ହେବ। ଚଳିତ ଥର ନିଯୁକ୍ତି ପ୍ରକ୍ରିୟାରେ ମଧ୍ୟ ବ୍ୟାପକ ସ୍ୱଚ୍ଛତା ପଦ୍ଧତ୍ତି ଅବଲମ୍ବନ କରିବାକୁ ନୂଆ ପ୍ରକ୍ରିୟାରେ ମେରିଟ୍ ଟ୍ରାକ୍ ସଂସ୍ଥାକୁ ବାଦ୍ ଦିଆଯିବ। ନିଯୁକ୍ତି ପ୍ରକ୍ରିୟାରେ ସମ୍ପୂର୍ଣ୍ଣ ସ୍ୱଚ୍ଛତା ବଜାୟ ରଖିବା ନେଇ ବିଭାଗ ବିଶେଷ ଗୁରୁତ୍ୱ ଦେଉଛି।

ସୂଚନାଥାଉକି ବିଗତ ଦୁଇ ପର୍ଯ୍ୟାୟର ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଶେଷ କରିବା ପରେ ମୁଖ୍ୟମନ୍ତ୍ରୀ ତୃତୀୟ ପର୍ଯ୍ୟାୟ ନିଯୁକ୍ତି ଲାଗି ପଦକ୍ଷକ ଗ୍ରହଣ କରିବାକୁ ସ୍କୁଲ ଓ ଗଣଶିକ୍ଷା ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ପ୍ରଥମ ପର୍ଯ୍ୟାୟରେ ୬୦୩୧ ଓ ଦ୍ୱିତୀୟ ପର୍ଯ୍ୟାୟରେ ୬ ହଜାର ୮୯୧ଜଣ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଛି।  ତୃତୀୟ ପର୍ଯ୍ୟାୟ ନିଯୁକ୍ତି ଲାଗି ବିଭାଗ ପକ୍ଷରୁ ପ୍ରକ୍ରିୟା ଜାରି ରହିଥିବାବେଳେ ନଭେମ୍ବର ଶେଷ ସୁଦ୍ଧା ବିଜ୍ଞପ୍ତି ପ୍ରକାଶ କରିବାକୁ ଲକ୍ଷ୍ୟ ରହିଛି। ତେବେ ବିଗତ ଦୁଇ ବର୍ଷ ମଧ୍ୟରେ ରାଜ୍ୟ ସରକାର ୨୦ ହଜାରରୁ ଅଧିକ ମାଧ୍ୟମିକ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଚଳିତ ବର୍ଷ ଶେଷ ସୁଦ୍ଧା ଆହୁରି ପ୍ରାୟ ୭ହଜାର ୫ଶହ ଶିକ୍ଷକ ନିଯୁକ୍ତି ପାଇବେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର