କାଲିଠୁ ହାଇଦ୍ରାବାଦରେ ଓଡ଼ିଶା ଇନଭେଷ୍ଟର୍ସ ମିଟ୍‌, ପ୍ରତିଷ୍ଠିତ ଶିଳ୍ପପତିଙ୍କ ସହ ୱାନ ଟୁ ୱାନ ଆଲୋଚନା କରିବେ ନବୀନ

The Sakala Picture
Published On

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହାଇଦ୍ରାବାଦ ଗସ୍ତରେ ଯାଉଛନ୍ତି। ରାଜ୍ୟ ସରକାର ଏବଂ ଫିକିର ମିଳିତ ଆନୁକୂଲ୍ୟରେ ସେଠାର ଚଳିତ ବର୍ଷର ଷଷ୍ଠ ନିବେଶକ ସମ୍ମିଳନୀ ଆୟୋଜିତ ହେବାକୁ ଥିବାବେଳେ ମୁଖ୍ୟମନ୍ତ୍ରୀ ସିଧାସଳଖ ଭାବେ ଶିଳ୍ପପତିମାନଙ୍କ ସହ ଆଲୋଚନା କରିବେ। ଏହି ସମ୍ମିଳନୀରେ ମୁଖ୍ୟତଃ ହେଲ୍ଥ୍‌‌ ଏବଂ ଫାର୍ମା, ଆଇଟି, ମେଟାଲ ଏବଂ ମେଟାଲ ଡାଉନଷ୍ଟ୍ରିମ, ଟେକ୍ସଟାଇଲ, ଫୁଡ ପ୍ରୋସେସିଂ, ମାଇନିଂ ମେସିନାରୀ ଏବଂ ନବୀକରଣ ଯୋଗ୍ୟ ଶକ୍ତି ଉତ୍ସ କ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିଥିବା […]

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହାଇଦ୍ରାବାଦ ଗସ୍ତରେ ଯାଉଛନ୍ତି। ରାଜ୍ୟ ସରକାର ଏବଂ ଫିକିର ମିଳିତ ଆନୁକୂଲ୍ୟରେ ସେଠାର ଚଳିତ ବର୍ଷର ଷଷ୍ଠ ନିବେଶକ ସମ୍ମିଳନୀ ଆୟୋଜିତ ହେବାକୁ ଥିବାବେଳେ ମୁଖ୍ୟମନ୍ତ୍ରୀ ସିଧାସଳଖ ଭାବେ ଶିଳ୍ପପତିମାନଙ୍କ ସହ ଆଲୋଚନା କରିବେ। ଏହି ସମ୍ମିଳନୀରେ ମୁଖ୍ୟତଃ ହେଲ୍ଥ୍‌‌ ଏବଂ ଫାର୍ମା, ଆଇଟି, ମେଟାଲ ଏବଂ ମେଟାଲ ଡାଉନଷ୍ଟ୍ରିମ, ଟେକ୍ସଟାଇଲ, ଫୁଡ ପ୍ରୋସେସିଂ, ମାଇନିଂ ମେସିନାରୀ ଏବଂ ନବୀକରଣ ଯୋଗ୍ୟ ଶକ୍ତି ଉତ୍ସ କ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିଥିବା ପ୍ରମୁଖ କମ୍ପାନୀଙ୍କର ମୁଖ୍ୟମାନଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିବେ ବୋଲି ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ରାଜଧାନୀରେ ମଦ୍ୟପ ଚାଳକଙ୍କ ଉନ୍ମତ୍ତ କାଣ୍ଡ: ଦ୍ରୁତ ଗତିରେ ଆସି ଏକାଧିକ ଗାଡ଼ିକୁ ଧକ୍କା ଦେଲା ବିଳାସପୂର୍ଣ୍ଣ କାର୍, ୫ ଆହତ

ସୂଚନାଯୋଗ୍ୟ ଯେ ଖ୍ୟାତାନାମା ଶିଳ୍ପଦ୍ୟୋଗୀଙ୍କୁ ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଆକୃଷ୍ଟ କରିବା ନିମନ୍ତେ ମୁଖ୍ୟମନ୍ତ୍ରୀ ଚଳିତ ବର୍ଷ ଦୁବାଇରୁ ପ୍ରଥମ ନିବେଶକ ସମ୍ମିଳନୀ ଆରମ୍ଭ କରିବା ପରେ ଅହମ୍ମଦାବାଦ, ଦିଲ୍ଲୀ, ମୁମ୍ବାଇ, ବେଙ୍ଗାଲୁରୁରେ ପରେ ହାଇଦ୍ରାବାଦ ଠାରେ ଷଷ୍ଠ ନିବେଶକ ସମ୍ମିଳନୀ କରିବାକୁ ଯାଉଛନ୍ତି।

ଆହୁରି ପଢ଼ନ୍ତୁ: ଅସୁସ୍ଥ ସ୍ୱାମୀଙ୍କ ପାଖକୁ ନେବା ବାହାନାରେ ଘରୁ ଡାକି ନେଇ ମହିଳାଙ୍କୁ ଦୁଷ୍କର୍ମ, ୨ ଗିରଫ

ପୂର୍ବରୁ ଏହି ଉପରୋକ୍ତ ୬ ଟି ନିବେଶକ ସମ୍ମିଳନୀ ଦ୍ୱାରା ରାଜ୍ୟକୁ ବିଭିନ୍ନ କ୍ଷେତ୍ରରେ ପୁଞ୍ଜି ନିବେଶ ପାଇଁ ପଥ ପରିଷ୍କାର ହୋଇଥିବା ବେଳେ ହାଇଦ୍ରାବାଦଠାରେ ହେବା ଯାଉଥିବା ସମ୍ମେଳନ ମଧ୍ୟ ରାଜ୍ୟରେ ଚାଲିଥିବା ଶିଳ୍ପାନୟନ କ୍ଷେତ୍ରରେ ପ୍ରମୁଖ ଅଂଶ ଗ୍ରହଣ କରିବ ବୋଲି ଆଶା କରାଯାଉଛି। ସବୁଠି ମୁଖ୍ୟମନ୍ତ୍ରୀ ନିଜେ ଶିଳ୍ପପତି, ନିବେଶକମାନଙ୍କ ସହ ଆଲୋଚନା କରୁଛନ୍ତି। ଏହା ଦ୍ୱାରା ସେମାନଙ୍କୁ ଏକ ନିର୍ଭରଯୋଗ୍ୟ ପ୍ରତିଶ୍ରୁତି ମିଳୁଛି ଯାହାର ପରିଣାମ ମେକ୍‌‌ ଇନ୍‌‌ ଓଡ଼ିଶା କନକ୍ଲେଭ୍‌‌ ଏବଂ ପରବର୍ତ୍ତି ସମୟରେ ଦେଖିବାକୁ ମିଳିବ ବୋଲି କୁହାଯାଉଛି।

ଆହୁରି ପଢ଼ନ୍ତୁ: ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ ! ଆସନ୍ତା ୯ ତାରିଖରୁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର