ଆସନ୍ତାକାଲି ହାଇଦ୍ରାବାଦରେ ନିବେଶକ ସମ୍ମିଳନୀ: ପୁଞ୍ଜିପତିଙ୍କୁ ରାଜ୍ୟରେ ନିବେଶ ପାଇଁ ନିମନ୍ତ୍ରଣ କରିବା ସହ ଓ୍ବାନ ଟୁ ଓ୍ବାନ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ସୋମବାର ହାଇଦ୍ରାବାଦରେ ନିବେଶ ସମ୍ମିଳନୀ।  କାଲି ଇନଭେଷ୍ଟର୍ସ ମିଟରେ ଯୋଗ ଦେବା ପାଇଁ ହାଇଦ୍ରାବାଦରେ ପହଞ୍ଚିଛନ୍ତି ନବୀନ। ପୁଞ୍ଜିପତିଙ୍କୁ ରାଜ୍ୟରେ ନିବେଶ ପାଇଁ ନିମନ୍ତ୍ରଣ କରିବା ସହ ଓ୍ବାନ ଟୁ ଓ୍ବାନ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ। ଓଡ଼ିଶା ଶିଳ୍ପାୟନ ପାଇଁ ସର୍ବୋକୃଷ୍ଟ। ବିଶାଳ ବେଳାଭୂମି, ଖଣିଜ ଶିଳ୍ପରେ ସମୃଦ୍ଧ ରାଜ୍ୟ ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଉତ୍ତମ ପରିବେଶ ରହିଛି। ଶିଳ୍ପପତିଙ୍କ ସହ ଓ୍ବାନ ଟୁ ଓ୍ବାନ ଆଲୋଚନା କରିବେ ନବୀନ। ଏହପୂର୍ବରୁ ଆଜି ବିଭିନ୍ନ କମ୍ପାନୀର […]

ଭୁବନେଶ୍ୱର: ସୋମବାର ହାଇଦ୍ରାବାଦରେ ନିବେଶ ସମ୍ମିଳନୀ।  କାଲି ଇନଭେଷ୍ଟର୍ସ ମିଟରେ ଯୋଗ ଦେବା ପାଇଁ ହାଇଦ୍ରାବାଦରେ ପହଞ୍ଚିଛନ୍ତି ନବୀନ। ପୁଞ୍ଜିପତିଙ୍କୁ ରାଜ୍ୟରେ ନିବେଶ ପାଇଁ ନିମନ୍ତ୍ରଣ କରିବା ସହ ଓ୍ବାନ ଟୁ ଓ୍ବାନ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ। ଓଡ଼ିଶା ଶିଳ୍ପାୟନ ପାଇଁ ସର୍ବୋକୃଷ୍ଟ। ବିଶାଳ ବେଳାଭୂମି, ଖଣିଜ ଶିଳ୍ପରେ ସମୃଦ୍ଧ ରାଜ୍ୟ ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଉତ୍ତମ ପରିବେଶ ରହିଛି। ଶିଳ୍ପପତିଙ୍କ ସହ ଓ୍ବାନ ଟୁ ଓ୍ବାନ ଆଲୋଚନା କରିବେ ନବୀନ। ଏହପୂର୍ବରୁ ଆଜି ବିଭିନ୍ନ କମ୍ପାନୀର ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟ ଶସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ୧୩ ଉଦ୍ୟୋଗର ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ସୁରେଶ ମହାପାତ୍ର। ଓଡ଼ିଶାର ବ୍ଯବସାୟ ପାଇଁ ବ୍ଯବସ୍ଥା ଥିବା ନେଇ ଆଲୋଚନା କରିଛନ୍ତି।

ଆହୁରି ପଢ଼ନ୍ତୁ: ଇ-କମର୍ସ ପାର୍ସଲ ଜରିଆରେ କରୁଥିଲେ ଗଞ୍ଜେଇ କାରବାର, ଆନ୍ତଃରାଜ୍ୟ ଡ୍ରଗ୍ସ ରାକେଟ୍ ଠାବ

ନଭେମ୍ବର ୩୦ରୁ ଡିସେମ୍ବର ୪ପର୍ଯ୍ଯନ୍ତ ଭୁବନେଶ୍ବରରେ ଅନୁଷ୍ଠିତ ହେବ ମେକ୍ ଇନ୍ ଓଡ଼ିଶାର ତୃତୀୟ ସଂସ୍କରଣ। ଏହାକୁ ସଫଳ କରିବାକୁ ଅଣ୍ଟା ଭିଡ଼ିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଇନଭେଷ୍ଟର୍ସ ମିଟ ଜରିଆରେ ପୁଞ୍ଜିପତିଙ୍କ ସହ ଆଲୋଚନା କରି ଶିଳ୍ପପତିଙ୍କୁ ପୁଞ୍ଜିନିବେଶ ପାଇଁ ଆକୃଷ୍ଟ କରୁଛନ୍ତି ନବୀନ । ଆସନ୍ତା ୧୮ ତାରିଖରେ ୪ଦେଶର ରାଷ୍ଟ୍ରଦୂତ ଓଡ଼ିଶା ଆସିବେ। ମେକ ଇନ ଓଡ଼ିଶା କନକ୍ଲେଭ ସଂସ୍କରଣ ଥ୍ରୀ ପୂର୍ବରୁ ଆସିଆନାର ଏକ ପ୍ରତିନିଧି ଦଳ ଓଡ଼ିଶା ଗସ୍ତରେ ଆସିବେ। ଏହି ଦଳରେ ମିଆଁମାର, ଇଣ୍ଡୋନେସିଆ, ଫିଲିଫାଇନ୍ସ, ଥାଇଲାଣ୍ଡ, ମାଲେସିଆ ଭିଏତନାମ ଆଦି ଦେଶର ପ୍ରତିନିଧିମାନେ ସାମିଲ ହେବେ ।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ କୋଠା ଭୁଶୁଡିବା ପରେ ରାଜ୍ୟ ସରକାର ତତ୍ପର; ସହରରେ ଭଙ୍ଗାଯିବ ଦୁର୍ବଳ ଓ ଅସୁରକ୍ଷିତ କୋଠା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର