ଦାନା ବାନ୍ଧୁଛି ବାତ୍ୟା, ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ପରେ ବଢିଲା ବାତ୍ୟା ଆଶଙ୍କା

The Sakala Picture
Published On

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୁର୍ଣ୍ଣିବଳୟ। ସୋମବାର ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ବାୟୁମଣ୍ଡଳର ୩.୧ କିମି ଯାଏଁ ବ୍ୟାପିଛି। ଘୁର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ୨୦ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ସୋମବାର ମଧ୍ୟାହ୍ନ ବୁଲେଟିନରେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ପରେ ବାତ୍ୟା […]

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୁର୍ଣ୍ଣିବଳୟ। ସୋମବାର ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ବାୟୁମଣ୍ଡଳର ୩.୧ କିମି ଯାଏଁ ବ୍ୟାପିଛି। ଘୁର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ୨୦ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ସୋମବାର ମଧ୍ୟାହ୍ନ ବୁଲେଟିନରେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ପରେ ବାତ୍ୟା ଆଶଙ୍କା ସୃଷ୍ଟି ହୋଇଛି । ଏଭଳି ସମୟରେ ବିଭିନ୍ନ ଅନ୍ତର୍ଜାତୀୟ ପାଣିପାଗ ମଡେଲର ଆକଳନ ଆଶଙ୍କାକୁ ଆହୁରି ବଢ଼ାଇ ଦେଇଛି । ଅଧିକାଂଶ ମଡେଲର ଆକଳନ ବାତ୍ୟା ନିଶ୍ଚିତ ହେବ । ଇସିଏମ ମଡେଲକୁ ଅନୁଧ୍ୟାନ କରି ପାଣିପାଗ ଆକଳନକାରୀ ସଂସ୍ଥା ୱିଣ୍ଡି ୨୬ ତାରିଖରେ ବାତ୍ୟା ପଶ୍ଚିମବଙ୍ଗର ସୁନ୍ଦରବନ ଅଞ୍ଚଳରେ ସ୍ଥଳଭାଗ ଅତିକ୍ରମ କରିବ ବୋଲି ଦର୍ଶାଇଛି । ସେହିପରି ଜିଏଫଏସ ମଡେଲ ଅନୁସାରେ ବାତ୍ୟା ଉତ୍ତର ଆନ୍ଧ୍ରପ୍ରଦେଶରେ ସ୍ଥଳଭାଗ ଛୁଇଁବ ବୋଲି କୁହାଯାଇଛି । କିନ୍ତୁ ଭାରତୀୟ ପାଣିପାଗ ସଂସ୍ଥା ଏପର୍ଯ୍ୟନ୍ତ ବାତ୍ୟା ନେଇ କୌଣସି ପୂର୍ବାନୁମାନ କରିନାହିଁ । କେବଳ ୨୦ ତାରିଖରେ ଲଘୁଚାପ ହେବ ବୋଲି ପୂର୍ବାନୁମାନ କରିଛି ଏବଂ ୨୦ ପରେ ବାତ୍ୟା ନେଇ ସ୍ପଷ୍ଟ ଚିତ୍ର ମିଳିବ ବୋଲି କହିଛି ଆଇଏମଡି ।

ଆହୁରି ପଢ଼ନ୍ତୁ: ରସିକିଆ ହିନ୍ଦୀ ଶିକ୍ଷକଙ୍କ ବିରୋଧରେ ଛାତ୍ରୀଙ୍କ ଅସଦାଚରଣ ଅଭିଯୋଗ, ଥାନାରେ ଅଟକ

ଗତ ୭ ଦିନ ଧରି ବାତ୍ୟା ଚର୍ଚ୍ଚା ଚାଲିଥିବା ବେଳେ ପୂର୍ବରୁ ଆକଳନ କରିପାରିନଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆଜି କିନ୍ତୁ ଆଭାସ ଦେଇଛି । ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ସମୁଦ୍ର ପତ୍ତନଠାରୁ ୩.୧ କିଲୋମିଟର ପର୍ୟ୍ୟନ୍ତ ଲମ୍ବିଛି । ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ୨୦ ତାରିଖରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି । ୨୧ ତାରିଖ ବେଳକୁ ବାତ୍ୟା ଫନିର ଗତିପଥକୁ ଫଲୋ କରିପାରେ ଲଘୁଚାପ । ୨୪ ରୁ ୨୬ ତାରିଖ ମଧ୍ୟରେ ଓଡ଼ିଶାରେ ବାତ୍ୟା ସମ୍ଭାବନା ରହିଛି । ଲଘୁଚାପ ଧିରେ ଧିରେ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗକୁ ଗତି କରି କେନ୍ଦ୍ରୀୟ ଓ ତତ୍ ସଲଗ୍ନ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଆଡକୁ ମୁହାଁଇବ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ସହ ପବନର ବେଗ ମଧ୍ୟ ଅଧିକ ରହିବ ।

ସେପଟେ ବିଭିନ୍ନ ମଡେଲ୍ ଭିନ୍ନ ଭିନ୍ନ ତଥ୍ୟ ଦେଉଛନ୍ତି।ଇସିଏମଡବ୍ଲ୍ୟଏଫ ମଡେଲର ଆକଳନ ଅନୁସାରେ ବଙ୍ଗୋପସାଗରେ ଘନୀଭୂତ ହେବାକୁ ଥିବା ଲଘୁଚାପ ୨୪ ତାରିଖକୁ ବାତ୍ୟାର ରୂପ ନେଇ ଉତ୍ତର-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ୨୫ ତାରିଖବେଳକୁ, ଉତ୍ତର- ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ-ଓଡିଶା ଉପକୂଳର ନିକଟତର ହେବ । ସେହିପରି ଜିଏଫଏସ ମଡେଲର ଆକଳନ ଅନୁସାରେ, ୨୪ ତାରିଖକୁ ଉତ୍ତର- ପଶ୍ଚିମ ବଙ୍ଗୋପସାଗରରେ ବାତ୍ୟାଟି ଥିବ । ୨୫ ତାରିଖରେ ଏହା ଅଧିକ ଘନୀଭୂତ ହୋଇ ଭୀଷଣ ବାତ୍ୟାର ରୂପ ନେବ । ଏହି ସମୟରେ ଉତ୍ତର- ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡିଶା ଉପକୂଳ ନିକଟତର ହେବାର ପୂର୍ବାନୁମାନ କରିଛି ।

ଅନ୍ୟପଟେ ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକଙ୍କ ଅକଳନ ଅନୁଯାୟୀ ୨୦ ତାରିଖର ଲଘୁଚାପଟି ୨୨ରେ ଅବପାତ ଓ ୨୪ କିମ୍ବା ୨୫ ସକାଳ ସୁଦ୍ଧା ବାତ୍ୟାର ରୂପ ନେବ ।୨୧ ପରେ ଉତ୍ତର ବଙ୍ଗୋପସାଗର ଓ କେନ୍ଦ୍ର ବଙ୍ଗୋପସାଗରର ପଶ୍ଚିମ ଅଞ୍ଚଳ ଆନ୍ଧ୍ରପ୍ରଦେଶ, ଓଡିଶା ଓ ପଶ୍ଚିମବଙ୍ଗ ଏହି ଅଞ୍ଚଳରେ ବାତ୍ୟା ସୃଷ୍ଟି ପାଇଁ ଅନୁକୂଳ ବାତାବରଣ ରହିଛି। ତେବେ, ଭୀଷଣ ବାତ୍ୟା ହୋଇ ନପାରେ; କିନ୍ତୁ ବାତ୍ୟା ହେବା ସୁନିଶ୍ଚିତ। ବାତ୍ୟାଟି କେଉଁଠି ସ୍ଥଳଭାଗ ଛୁଇଁବ ବା ଲ୍ୟାଣ୍ଡଫଲ କରିବ, ତାହା ସ୍ପଷ୍ଟ ହୋଇନି। କିନ୍ତୁ, ଓଡିଶାରେ ବାତ୍ୟା ହେବାର ବହୁ ସମ୍ଭାବନା ରହିଛି; ଏହାକୁ ଏଡ଼ାଇ ଦେଇ ହେବନି।

ବାତ୍ୟାଟି ସମୁଦ୍ରରେ ଥିଲା ବେଳେ ପବନର ବେଗ ଅଧିକ ରହିବ। ସ୍ଥଳ ଭାଗରେ ପହଞ୍ଚିବା ବେଳକୁ ପବନର ବେଗ କମିବ। ସ୍ଥଳ ଭାଗରେ ପବନର ବେଗ ଘଣ୍ଟାପ୍ରତି ୫୦ ରୁ ୬୦ କିଲୋମିଟର ରହିପାରେ। ଓଡିଶାରେ ଲ୍ୟାଣ୍ଡଫଲ ହେଲେ ପବନର ବେଗ ଘଣ୍ଟାପ୍ରତି ୭୦ କିଲୋମିଟର ହୋଇପାରେ। ତେବେ, ବାତ୍ୟାର ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ୮୦ ମିଲିମିଟରରୁ ୧୦୦ ମିଲିମିଟର ପର୍ୟ୍ୟନ୍ତ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛନ୍ତି ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ।

17 Oct 2022 By The Sakala

https://www.thesakala.in/latest-odisha-news/threat-of-a-storm-has-increased-after-the-formation-of-a-cyclone-in-the-bay-of-bengal/article-15820
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର