ସମ୍ଭାବ୍ୟ ବାତ୍ୟାକୁ ନେଇ ଉଚ୍ଚସ୍ତରୀୟ ବୈଠକ ଶେଷ: ଉପକୂଳବର୍ତ୍ତୀ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ

The Sakala Picture
Published On

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ନେଇ ଉଚ୍ଚସ୍ତରୀୟ ବୈଠକ ଶେଷ ହୋଇଛି। ଏସଆରସିଙ୍କ ଦାୟିତ୍ବରେ ଥିବା ସତ୍ଯବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବୈଠକ ଶେଷ ହୋଇଛି। ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରାଯାଇଛି। ଉପକୂଳବର୍ତ୍ତୀ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏ ପର୍ଯ୍ଯନ୍ତ ଘୂର୍ଣ୍ଣିବଳୟ ପ୍ରଭାବ ଅନୁଭବ ହୋଇ ନାହିଁ । ବାତ୍ୟା ଆସିଲେ ଉଦ୍ଧାର କାର୍ଯ୍ୟକୁ କିପରି ତ୍ବରାନ୍ବିତ କରାଯିବ, ଗ୍ରାଉଣ୍ଡ ଜିରୋରେ କିଭଳି ଲୋକଙ୍କୁ ସତର୍କ କରାଯିବ, ସେନେଇ ଆଲୋଚନା […]

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ନେଇ ଉଚ୍ଚସ୍ତରୀୟ ବୈଠକ ଶେଷ ହୋଇଛି। ଏସଆରସିଙ୍କ ଦାୟିତ୍ବରେ ଥିବା ସତ୍ଯବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବୈଠକ ଶେଷ ହୋଇଛି। ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରାଯାଇଛି। ଉପକୂଳବର୍ତ୍ତୀ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏ ପର୍ଯ୍ଯନ୍ତ ଘୂର୍ଣ୍ଣିବଳୟ ପ୍ରଭାବ ଅନୁଭବ ହୋଇ ନାହିଁ । ବାତ୍ୟା ଆସିଲେ ଉଦ୍ଧାର କାର୍ଯ୍ୟକୁ କିପରି ତ୍ବରାନ୍ବିତ କରାଯିବ, ଗ୍ରାଉଣ୍ଡ ଜିରୋରେ କିଭଳି ଲୋକଙ୍କୁ ସତର୍କ କରାଯିବ, ସେନେଇ ଆଲୋଚନା ହୋଇଛି। ତେବେ ଉଦ୍ଧାର କର୍ଯ୍ୟ ପାଇଁ ଓଡ୍ରାଫ୍, ଏନ୍‌ଡିଆରଏଫ୍‌ ସହ ସ୍ଥାନୀୟ ପୁଲିସକୁ ସଜାଗ କରାଯାଇଛି। ଜିରୋ କାଜୁଆଲିଟିକୁ ସବୁବେଳେ ଗୁରୁତ୍ବ ଦେଉଥିବା ରାଜ୍ୟ ସରକାର ଏବେଠୁ ସଜାଗ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ଅଗଷ୍ଟ ୩ ରୁ ୫ ଯାଏଁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଗତକାଲିର ଘୂର୍ଣ୍ଣିବଳୟ ଆଜି ସକାଳ ସାଢ଼େ ୮ଟାରେ ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୁର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟିହେବାର ସମ୍ଭାବନା ରହିଛି। ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତ ରେ ପରିଣତ ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହା ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ବାତ୍ୟାର ରୂପ ନେବ।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିର ପ୍ରଶାସନର ବଡ଼ ପଦକ୍ଷେପ: 'ମହାପ୍ରସାଦ' ଓ 'ନୀଳଚକ୍ର' ସମେତ ୫ଟି ପବିତ୍ର ନାମକୁ ମିଳିଲା ଟ୍ରେଡମାର୍କ ଅନୁମୋଦନ

ଏହି ବାତ୍ୟାର ନାମ ଶୀ-ତ୍ରାଙ୍ଗ (SI-TRANG) ରଖାଯାଇଛି। ଏହି ବାତ୍ୟାର ନାଁ ଦେଇଛି ଥାଇଲାଣ୍ଡ। ବାତ୍ୟା ନେଇ ଚିତ୍ର ସ୍ପଷ୍ଟ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ, ଏହାପରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୁର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହେବ। ପରବର୍ତ୍ତୀ ସମୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବ। ୨୨ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗର ଅବପାତର ରୂପ ନେବ। ୨୩ କିମ୍ବା ୨୪ ତାରିଖ ବେଳକୁ ନେବ ବାତ୍ୟାର ରୂପ। ଏହାର ପ୍ରଭାବରେ ପ୍ରଭାବରେ ୨୨ ତାରିଖ ସକାଳୁ ଓଡିଶାରେ ବର୍ଷା ଆରମ୍ଭ ହେବ । ଏହି ସମୟରେ ଘଣ୍ଟା ପ୍ରତି ୪୫ ରୁ ୬୫ କିମି ବେଗରେ ରହିବ ପବନର ବେଗ ଏବଂ ସମୁଦ୍ରରେ ଆସିବ ଉଚ୍ଚ ଜୁଆର, ୨ ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ୨୩ ସକାଳୁ ବଢିବ ବର୍ଷାର ପରିମାଣ। ଉପକୂଳ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆହୁରି ପଢ଼ନ୍ତୁ: ରାଜ୍ୟରେ ପ୍ରଥମ: ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପକୁ ଆନ୍ତର୍ଜାତିକ ସ୍ତରରେ ସ୍ୱୀକୃତି ପାଇଁ ଓଡ଼ିଶା ସରକାରଙ୍କ ପ୍ରସ୍ତାବ

18 Oct 2022 By The Sakala

ସମ୍ଭାବ୍ୟ ବାତ୍ୟାକୁ ନେଇ ଉଚ୍ଚସ୍ତରୀୟ ବୈଠକ ଶେଷ: ଉପକୂଳବର୍ତ୍ତୀ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ନେଇ ଉଚ୍ଚସ୍ତରୀୟ ବୈଠକ ଶେଷ ହୋଇଛି। ଏସଆରସିଙ୍କ ଦାୟିତ୍ବରେ ଥିବା ସତ୍ଯବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବୈଠକ ଶେଷ ହୋଇଛି। ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରାଯାଇଛି। ଉପକୂଳବର୍ତ୍ତୀ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏ ପର୍ଯ୍ଯନ୍ତ ଘୂର୍ଣ୍ଣିବଳୟ ପ୍ରଭାବ ଅନୁଭବ ହୋଇ ନାହିଁ । ବାତ୍ୟା ଆସିଲେ ଉଦ୍ଧାର କାର୍ଯ୍ୟକୁ କିପରି ତ୍ବରାନ୍ବିତ କରାଯିବ, ଗ୍ରାଉଣ୍ଡ ଜିରୋରେ କିଭଳି ଲୋକଙ୍କୁ ସତର୍କ କରାଯିବ, ସେନେଇ ଆଲୋଚନା ହୋଇଛି। ତେବେ ଉଦ୍ଧାର କର୍ଯ୍ୟ ପାଇଁ ଓଡ୍ରାଫ୍, ଏନ୍‌ଡିଆରଏଫ୍‌ ସହ ସ୍ଥାନୀୟ ପୁଲିସକୁ ସଜାଗ କରାଯାଇଛି। ଜିରୋ କାଜୁଆଲିଟିକୁ ସବୁବେଳେ ଗୁରୁତ୍ବ ଦେଉଥିବା ରାଜ୍ୟ ସରକାର ଏବେଠୁ ସଜାଗ ହୋଇଛନ୍ତି।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଗତକାଲିର ଘୂର୍ଣ୍ଣିବଳୟ ଆଜି ସକାଳ ସାଢ଼େ ୮ଟାରେ ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୁର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟିହେବାର ସମ୍ଭାବନା ରହିଛି। ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତ ରେ ପରିଣତ ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହା ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ବାତ୍ୟାର ରୂପ ନେବ।

ଏହି ବାତ୍ୟାର ନାମ ଶୀ-ତ୍ରାଙ୍ଗ (SI-TRANG) ରଖାଯାଇଛି। ଏହି ବାତ୍ୟାର ନାଁ ଦେଇଛି ଥାଇଲାଣ୍ଡ। ବାତ୍ୟା ନେଇ ଚିତ୍ର ସ୍ପଷ୍ଟ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ, ଏହାପରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୁର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହେବ। ପରବର୍ତ୍ତୀ ସମୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବ। ୨୨ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗର ଅବପାତର ରୂପ ନେବ। ୨୩ କିମ୍ବା ୨୪ ତାରିଖ ବେଳକୁ ନେବ ବାତ୍ୟାର ରୂପ। ଏହାର ପ୍ରଭାବରେ ପ୍ରଭାବରେ ୨୨ ତାରିଖ ସକାଳୁ ଓଡିଶାରେ ବର୍ଷା ଆରମ୍ଭ ହେବ । ଏହି ସମୟରେ ଘଣ୍ଟା ପ୍ରତି ୪୫ ରୁ ୬୫ କିମି ବେଗରେ ରହିବ ପବନର ବେଗ ଏବଂ ସମୁଦ୍ରରେ ଆସିବ ଉଚ୍ଚ ଜୁଆର, ୨ ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ୨୩ ସକାଳୁ ବଢିବ ବର୍ଷାର ପରିମାଣ। ଉପକୂଳ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର