ଓଡ଼ିଶାରୁ ଟଳିଲା ବାତ୍ୟା ବିପଦ! ପଶ୍ଚିମବଙ୍ଗ ଓ ବାଂଲାଦେଶ ମୁହାଁ ହେବ ବାତ୍ୟା ସିତ୍ରାଙ୍ଗ

The Sakala Picture
Published On

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ଓଡ଼ିଶା ଛୁଇଁବ ନାହିଁ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଉତ୍ତର ଆଣ୍ଡାମାନ ସାଗର ଓ ନିକଟବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ବାତ୍ୟା ସୃଷ୍ଟି ହେବା ସ୍ପଷ୍ଟ ହୋଇଛି । ହେଲେ ଓଡିଶା ଉପରେ ଏହି ବାତ୍ୟାର ସେପରି କିଛି ପ୍ରଭାବ ପଡିବ ନାହିଁ । ଏହା ଓଡିଶା ଉପକୂଳ ସ୍ପର୍ଶ କରିବାର ସମ୍ଭାବନା ନାହିଁ । ଓଡିଶା ଉପକୂଳ ପାଖାପାଖି ଗତି କରି ପଶ୍ଚିମବଙ୍ଗ ଓ ବାଙ୍ଗଲାଦେଶ […]

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ଓଡ଼ିଶା ଛୁଇଁବ ନାହିଁ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଉତ୍ତର ଆଣ୍ଡାମାନ ସାଗର ଓ ନିକଟବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ବାତ୍ୟା ସୃଷ୍ଟି ହେବା ସ୍ପଷ୍ଟ ହୋଇଛି । ହେଲେ ଓଡିଶା ଉପରେ ଏହି ବାତ୍ୟାର ସେପରି କିଛି ପ୍ରଭାବ ପଡିବ ନାହିଁ । ଏହା ଓଡିଶା ଉପକୂଳ ସ୍ପର୍ଶ କରିବାର ସମ୍ଭାବନା ନାହିଁ । ଓଡିଶା ଉପକୂଳ ପାଖାପାଖି ଗତି କରି ପଶ୍ଚିମବଙ୍ଗ ଓ ବାଙ୍ଗଲାଦେଶ ଉପକୂଳ ଆଡକୁ ମୁହାଁଇବ ବୋଲି ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ।

ଆହୁରି ପଢ଼ନ୍ତୁ: ଆଜିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଆକଳନ ଅନୁଯାୟୀ, ବର୍ତ୍ତମାନ ସକ୍ରିୟ ଥିବା ଲଘୁଚାପ ଆଣ୍ଡାମାନ ସାଗର ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରି ୨୨ ତାରିଖ ବେଳକୁ ପୂର୍ବ –କେନ୍ଦ୍ରୀୟ ଓ ତତସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପ ସାଗରରେ ଏକ ଅବପାତର ରୂପ ନେବ। ପରେ ଏହା ଘନୀଭୂତ ହୋଇ ୨୩ ତାରିଖ ବେଳକୁ ଗଭୀର ଅବପାତ ଓ ପରବର୍ତ୍ତୀ ୨୪ ଘଣ୍ଟା ଅର୍ଥାତ ୨୪ ତାରିଖ ବେଳକୁ ଏକ ସାମୁଦ୍ରିକ ରୂପ ନେବ। କିନ୍ତୁ ବର୍ଷାର ରୂପରେଖ କ’ଣ ରହିବ, ସେ ନେଇ ବର୍ତ୍ତମାନ ସୁଦ୍ଧା ଆଇଏମଡି ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ ।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

ଏଥିସହ ସେ କହିଛନ୍ତି, ଏହି ବାତ୍ୟା ଓଡିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ନାହିଁ । ଓଡିଶା ଉପକୂଳ ପାଖାପାଖି ଗତି କରି ପଶ୍ଚିମବଙ୍ଗ ଓ ବାଙ୍ଗଲାଦେଶ ଉପକୂଳ ଆଡକୁ ମୁହାଁଇବ । ୨୫ ତାରିଖରେ ଏହା ପଶ୍ଚିମବଙ୍ଗ ଓ ବାଙ୍ଗଲାଦେଶ ଉପକୂଳ ନିକଟ ସମୁଦ୍ରରେ ପହଞ୍ଚିବ । ଏହାର ସବୁଠୁ ଅଧିକ ପ୍ରଭାବ ପଶ୍ଚିମବଙ୍ଗ ଓ ବାଙ୍ଗଲାଦେଶ ଉପରେ ରହିବାର ସମ୍ଭାବନା ରହିଛି । ତେବେ ଏବେଠୁ ଏହାର ତୀବ୍ରତା ଜଣାପଡିନି । ଡିପ୍ରେସନରେ ପରିଣତ ହେଲେ ଏହାର ରୂପରେଖ ଅଧିକ ସ୍ପଷ୍ଟ ହେବ । ଏହା ପ୍ରଭାବରେ ଓଡ଼ିଶାର ଉପକୂଳବର୍ତ୍ତୀ ଜିଲ୍ଲାରେ ୨୪ ଓ ୨୫ରେ ବର୍ଷା ହେବ । ବାତ୍ୟା ପ୍ରଭାବରେ ୨୧ ପାଖରୁ ଦକ୍ଷିଣ ଓ କେନ୍ଦ୍ରୀୟ ବଙ୍ଗୋପସାଗର ଅଶାନ୍ତ ରହିବ । ତେଣୁ ଏହି ସମୟରେ ମତ୍ସ୍ୟଜୀବୀ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

20 Oct 2022 By The Sakala

ଓଡ଼ିଶାରୁ ଟଳିଲା ବାତ୍ୟା ବିପଦ! ପଶ୍ଚିମବଙ୍ଗ ଓ ବାଂଲାଦେଶ ମୁହାଁ ହେବ ବାତ୍ୟା ସିତ୍ରାଙ୍ଗ

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ଓଡ଼ିଶା ଛୁଇଁବ ନାହିଁ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଉତ୍ତର ଆଣ୍ଡାମାନ ସାଗର ଓ ନିକଟବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ବାତ୍ୟା ସୃଷ୍ଟି ହେବା ସ୍ପଷ୍ଟ ହୋଇଛି । ହେଲେ ଓଡିଶା ଉପରେ ଏହି ବାତ୍ୟାର ସେପରି କିଛି ପ୍ରଭାବ ପଡିବ ନାହିଁ । ଏହା ଓଡିଶା ଉପକୂଳ ସ୍ପର୍ଶ କରିବାର ସମ୍ଭାବନା ନାହିଁ । ଓଡିଶା ଉପକୂଳ ପାଖାପାଖି ଗତି କରି ପଶ୍ଚିମବଙ୍ଗ ଓ ବାଙ୍ଗଲାଦେଶ ଉପକୂଳ ଆଡକୁ ମୁହାଁଇବ ବୋଲି ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ।

ଆକଳନ ଅନୁଯାୟୀ, ବର୍ତ୍ତମାନ ସକ୍ରିୟ ଥିବା ଲଘୁଚାପ ଆଣ୍ଡାମାନ ସାଗର ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରି ୨୨ ତାରିଖ ବେଳକୁ ପୂର୍ବ –କେନ୍ଦ୍ରୀୟ ଓ ତତସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପ ସାଗରରେ ଏକ ଅବପାତର ରୂପ ନେବ। ପରେ ଏହା ଘନୀଭୂତ ହୋଇ ୨୩ ତାରିଖ ବେଳକୁ ଗଭୀର ଅବପାତ ଓ ପରବର୍ତ୍ତୀ ୨୪ ଘଣ୍ଟା ଅର୍ଥାତ ୨୪ ତାରିଖ ବେଳକୁ ଏକ ସାମୁଦ୍ରିକ ରୂପ ନେବ। କିନ୍ତୁ ବର୍ଷାର ରୂପରେଖ କ’ଣ ରହିବ, ସେ ନେଇ ବର୍ତ୍ତମାନ ସୁଦ୍ଧା ଆଇଏମଡି ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ ।

ଏଥିସହ ସେ କହିଛନ୍ତି, ଏହି ବାତ୍ୟା ଓଡିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ନାହିଁ । ଓଡିଶା ଉପକୂଳ ପାଖାପାଖି ଗତି କରି ପଶ୍ଚିମବଙ୍ଗ ଓ ବାଙ୍ଗଲାଦେଶ ଉପକୂଳ ଆଡକୁ ମୁହାଁଇବ । ୨୫ ତାରିଖରେ ଏହା ପଶ୍ଚିମବଙ୍ଗ ଓ ବାଙ୍ଗଲାଦେଶ ଉପକୂଳ ନିକଟ ସମୁଦ୍ରରେ ପହଞ୍ଚିବ । ଏହାର ସବୁଠୁ ଅଧିକ ପ୍ରଭାବ ପଶ୍ଚିମବଙ୍ଗ ଓ ବାଙ୍ଗଲାଦେଶ ଉପରେ ରହିବାର ସମ୍ଭାବନା ରହିଛି । ତେବେ ଏବେଠୁ ଏହାର ତୀବ୍ରତା ଜଣାପଡିନି । ଡିପ୍ରେସନରେ ପରିଣତ ହେଲେ ଏହାର ରୂପରେଖ ଅଧିକ ସ୍ପଷ୍ଟ ହେବ । ଏହା ପ୍ରଭାବରେ ଓଡ଼ିଶାର ଉପକୂଳବର୍ତ୍ତୀ ଜିଲ୍ଲାରେ ୨୪ ଓ ୨୫ରେ ବର୍ଷା ହେବ । ବାତ୍ୟା ପ୍ରଭାବରେ ୨୧ ପାଖରୁ ଦକ୍ଷିଣ ଓ କେନ୍ଦ୍ରୀୟ ବଙ୍ଗୋପସାଗର ଅଶାନ୍ତ ରହିବ । ତେଣୁ ଏହି ସମୟରେ ମତ୍ସ୍ୟଜୀବୀ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।

https://www.thesakala.in/latest-odisha-news/there-is-no-danger-of-cyclone-in-odisha/article-15891
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର