ଓଡିଶା ଉପକୂଳ ଛୁଇଁବନି ବାତ୍ୟା: ଧାମରା ଠାରୁ ୨୦୦ କିମି ଦୂରରେ ଅତିକ୍ରମ କରି ପଶ୍ଚିମବଙ୍ଗ-ବାଂଲାଦେଶ ମଧ୍ୟରେ କରିପାରେ ଲ୍ୟାଣ୍ଡଫଲ

The Sakala Picture
Published On

ଭୁବନେଶ୍ବର : ଓଡ଼ିଶା ଉପକୂଳ ଛୁଇଁବ ନାହିଁ ବାତ୍ୟା ‘ସିତ୍ରାଙ୍ଗ’। ଧାମରା ଠାରୁ ୨୦୦ କିମି ଦୂରରେ ଅତିକ୍ରମ କରି ପଶ୍ଚିମବଙ୍ଗ-ବାଂଲାଦେଶ ମଧ୍ୟରେ  ଲ୍ୟାଣ୍ଡଫଲ କରିପାରେ ବାତ୍ୟା । ଲଘୁଚାପଟି ଆସନ୍ତା କାଲି ଅବପାତର ରୂପ ନେବ । ୨୩ ଅକ୍ଟୋବରର ସୁଦ୍ଧା ତୀବ୍ର ଅବପାତ ରୂପ ନେବ ବୋଲି ଆକଳନ କରାଯାଇଛି। ୨୪ ତାରିଖରେ ଏହା ସାମୁଦ୍ରିକ ଝଡ ରୂପ ନେବା ପରେ ବାତ୍ୟା ଉତ୍ତର-ଉତ୍ତର ପୂର୍ବ ଦିଗକୁ ଗତି କରିବ । ୨୫ ସନ୍ଧ୍ୟା ସୁଦ୍ଧା […]

ଭୁବନେଶ୍ବର : ଓଡ଼ିଶା ଉପକୂଳ ଛୁଇଁବ ନାହିଁ ବାତ୍ୟା ‘ସିତ୍ରାଙ୍ଗ’। ଧାମରା ଠାରୁ ୨୦୦ କିମି ଦୂରରେ ଅତିକ୍ରମ କରି ପଶ୍ଚିମବଙ୍ଗ-ବାଂଲାଦେଶ ମଧ୍ୟରେ  ଲ୍ୟାଣ୍ଡଫଲ କରିପାରେ ବାତ୍ୟା । ଲଘୁଚାପଟି ଆସନ୍ତା କାଲି ଅବପାତର ରୂପ ନେବ । ୨୩ ଅକ୍ଟୋବରର ସୁଦ୍ଧା ତୀବ୍ର ଅବପାତ ରୂପ ନେବ ବୋଲି ଆକଳନ କରାଯାଇଛି। ୨୪ ତାରିଖରେ ଏହା ସାମୁଦ୍ରିକ ଝଡ ରୂପ ନେବା ପରେ ବାତ୍ୟା ଉତ୍ତର-ଉତ୍ତର ପୂର୍ବ ଦିଗକୁ ଗତି କରିବ । ୨୫ ସନ୍ଧ୍ୟା ସୁଦ୍ଧା ପଶ୍ଚିମବଙ୍ଗ ଓ ବାଂଲାଦେଶ ମଧ୍ୟବର୍ତ୍ତୀ ଅଞ୍ଚଳରେ ସ୍ଥଳ ଭାଗ ଛୁଇଁପାରେ ବାତ୍ୟା। ଏହି ବାତ୍ୟା ଓଡିଶା ସ୍ଥଳଭାଗ ନାହିଁ ବୋଲି ଏସଆରସି ପ୍ରଦୀପ ଜେନା କହିଛନ୍ତି।

ଆହୁରି ପଢ଼ନ୍ତୁ: ୨୫ ବର୍ଷ ପରେ ସମୁଦ୍ର ଗର୍ଭରୁ ବାହାରିଲା ଗଙ୍ଗା ଦେବୀ ମନ୍ଦିର ! ବାଲି ଭିତରୁ ହଠାତ୍ ଦୃଶ୍ୟମାନ ହେଲା ମନ୍ଦିରର ଚୂଡା

ସାମ୍ଭବ୍ୟ ବାତ୍ୟାକୁ ନେଇ ବିସ୍ତୃତ ସୂଚନା ଦେଇ ସ୍ଵତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା କହିଛନ୍ତି ଯେ, ବାତ୍ୟା ପ୍ରଭାବରେ ଉପକୂଳର କିଛି ଜିଲ୍ଲାରେ ବର୍ଷା ସହ ପବନ ହେବ । ବାତ୍ୟା ‘ସିତ୍ରାଙ୍ଗ’ ଓଡ଼ିଶା ଉପକୂଳ ଛୁଇଁବାର ଆଶଙ୍କା ନଥିଲେ ମଧ୍ୟ ପ୍ରଶାସନ ସଜାଗ ରହିଛି । ବାତ୍ୟା ଦ୍ୱାରା ପ୍ରଭାବିତ ହେବାକୁ ଥିବା ୮ ଜିଲ୍ଲାକୁ ସଜାଗ କରାଯାଇଥିବା ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ।

ଆହୁରି ପଢ଼ନ୍ତୁ: ରାଉରକେଲାରେ ଚାଞ୍ଚଲ୍ୟ: ଯୁବକଙ୍କ ମୁଣ୍ଡକୁ ଛେଚି ହତ୍ୟା ପରେ ଡ୍ରେନରେ ଫିଙ୍ଗିଦେଲେ ଦୁର୍ବୃତ୍ତ !

ଆହୁରି ପଢ଼ନ୍ତୁ: ବାଲେଶ୍ୱର ଜଙ୍ଗଲରେ ୫ଟି ବିରଳ ଓରାଙ୍ଗଓଟାନ ଠାବ: ଉଦ୍ଧାର ପରେ ବନ ବିଭାଗର ତଦନ୍ତ ଆରମ୍ଭ

ପାଣିପାଗ ବିଭାଗର ସୂଚନା ଅନୁସାରେ, ବାତ୍ୟା ‘ସିତ୍ରଙ୍ଗ’ ଧାମରାରୁ ଦକ୍ଷିଣପୂର୍ବ ଦିଗରେ ୨୦୦ କିଲୋମିଟର ଦୂରରେ ଅତିକ୍ରମ କରିବ । ପ୍ରଭାବରେ ଜଗତସିଂହପୁର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ଘଣ୍ଟାପ୍ରତି ୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ଅନ୍ୟ ସ୍ଥାନରେ ଘଣ୍ଟାପ୍ରତି ୩୦ କିଲୋମିଟର ବେଗରେ ପବନ ବହିପାରେ ବୋଲି ସେ କହିଛନ୍ତି। ୨୪ ତାରିଖରେ ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ହେବ । ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା କହିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର । ଓଡ଼ିଶା ଉପକୂଳରୁ ଦୂରରେ ଯିବ ବାତ୍ୟା ‘ସିତ୍ରଙ୍ଗ’ । ଏଥିପ୍ରତି ସରକାର ଓ ଜିଲ୍ଲା ପ୍ରଶାସନ ସଜାଗ ଅଛନ୍ତି । ୮ଟି ଜିଲ୍ଲାକୁ ସତର୍କ କରାଯାଇଛି । ସତର୍କତାମୂଳକ ପଦକ୍ଷେପ ଅନୁସାରେ, ଓଡ୍ରାଫ୍ ସହ ଏନଡିଆରଏଫ୍ ଓ ଅଗ୍ନିଶମ ବାହିନୀ ଆବଶ୍ୟକ ସ୍ଥାନରେ ମୁତୟନ କରାଯିବ ।

୮ ଜିଲ୍ଲାର ଜିଲ୍ଲାପାଳଙ୍କୁ ସଜାଗ ରହିବାକୁ କୁହାଯାଇଛି । ବାତ୍ୟା ‘ସିତ୍ରଙ୍ଗ’ ଦ୍ୱାରା ବିଶେଷ ଅସୁବିଧା ହେବାର ଆଶଙ୍କା ନାହିଁ । ତେବେ ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ୨୨ ତାରିଖ ସକାଳ ସୁଦ୍ଧା ମତ୍ସ୍ୟଜୀବୀଙ୍କୁ ଫେରି ଆସିବା ସହ ୨୬ ତାରିଖ ଯାଏ ସମୁଦ୍ର ମନା କରାଯାଇଛି । ବାତ୍ୟାକୁ ନେଇ ଲୋକ ଆତଙ୍କିତ ନହେବାକୁ ଏସ୍ଆରସି କହିଛନ୍ତି । ଏବେ ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସକ୍ରିୟ ରହିଛି । ଏହା କ୍ରମଶଃ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଦକ୍ଷିଣପୂର୍ବ ଓ ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ୨୨ ତାରିଖରେ ଅବପାତର ରୂପ ନେବ । ଏହାପରେ ଅବପାତ ଉତ୍ତରପଶ୍ଚିମ ଦିଗରେ ଗତି କରି ପୂର୍ବକେନ୍ଦ୍ରୀୟ ଓ ସଂଲଗ୍ନ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ୨୩ ତାରିଖରେ ଗଭୀର ଅବପାତରେ ପରିଣତ ହେବ । ଏହାପରେ ରିକର୍ଭ ହୋଇ ଉତ୍ତର ଆଡ଼କୁ ଗତି କରି ୨୪ ତାରିଖରେ ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ‘ସିତ୍ରାଙ୍ଗ’ରେ ପରିଣତ ହେବ । ଏହା ପରେ ବାତ୍ୟା ସିତ୍ରଙ୍ଗ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରି ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ୨୫ ତାରିଖ ସନ୍ଧ୍ୟାରେ ଛୁଇଁବା ନେଇ ପାଣିପାଗ ବିଭାଗ ଆକଳନ କରିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର