୨୪ ଘଣ୍ଟାରେ ବାତ୍ୟାର ରୂପ ନେବ ଗଭୀର ଅବପାତ : ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ, ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ବହିବ ପବନ

The Sakala Picture
Published On

ଭୁବନେଶ୍ବର : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ରବିବାର ତୀବ୍ର ଅବପାତରେ ପରିଣତ ହେବ । ୨୪ ସକାଳ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ବାତ୍ୟା ରୂପ ନେବ । ୨୫ ତାରିଖ ସକାଳୁ ବାଂଲାଦେଶ ଉପକୂଳ ଛୁଇଁବ ସି-ତ୍ରଙ୍ଗ । ଏହାର ପ୍ରଭାବରେ ଓଡ଼ିଶାରେ ୨୩ ଓ ୨୪ ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା ଅଛି । ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ ଅନୁଯାୟୀ, ସୃଷ୍ଟି ହୋଇଥିବା ଅବପାତ ଘନୀଭୂତ […]

ଭୁବନେଶ୍ବର : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ରବିବାର ତୀବ୍ର ଅବପାତରେ ପରିଣତ ହେବ । ୨୪ ସକାଳ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ବାତ୍ୟା ରୂପ ନେବ । ୨୫ ତାରିଖ ସକାଳୁ ବାଂଲାଦେଶ ଉପକୂଳ ଛୁଇଁବ ସି-ତ୍ରଙ୍ଗ । ଏହାର ପ୍ରଭାବରେ ଓଡ଼ିଶାରେ ୨୩ ଓ ୨୪ ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା ଅଛି ।

ଆହୁରି ପଢ଼ନ୍ତୁ: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ଓଡିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ

ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ ଅନୁଯାୟୀ, ସୃଷ୍ଟି ହୋଇଥିବା ଅବପାତ ଘନୀଭୂତ ହୋଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ତୀବ୍ର ଅବପାତ ହେବ । ପରେ ସାମାନ୍ୟ ଦିଗ ବଦଳାଇ ଉତ୍ତର ଓ ଉତ୍ତର ପୂର୍ବ ଆଡ଼କୁ ଗତି କରି ବାତ୍ୟା ରୂପ ନେବ । ବାତ୍ୟା ସୃଷ୍ଟି ପରେ ଉତ୍ତର ଓ ଉତ୍ତର ପୂର୍ବ ମୁହାଁ ହୋଇ ଆଗକୁ ବଢିବ। ୨୫ ତାରିଖ ସକାଳୁ ବାଂଲାଦେଶ ଉପକୂଳର ତିଙ୍କୋଣା ଦ୍ୱୀପ ଓ ସାଣ୍ଡୱିପ୍‌ ମଝିରେ ସ୍ଥଳଭାଗ ଛୁଇଁବ ବୋଲି ଆକଳନରେ ଦର୍ଶାଯାଇଛି । ଓଡ଼ିଶା ଉପକୂଳର ବହୁ ଦୂରରେ ବାତ୍ୟା ଅତିକ୍ରମ କରିବ । ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୨୩ ତାରିଖରେ ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଉପରୋକ୍ତ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାବ୍ୟତୀତ ଉତ୍ତର ଏବଂ ଉପକୂଳ ଓଡ଼ିଶାର ଅନ୍ୟ କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିପରି ୨୪ ତାରିଖରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉପରୋକ୍ତ ଜିଲ୍ଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଆସାମରେ ବାୟୁସେନାର ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍ ଶହୀଦ

୨୫ରେ ବାଂଲାଦେଶ ସ୍ଥଳଭାଗ ଛୁଇଁବ ସିତ୍ରାଙ୍ଗ

ଆହୁରି ପଢ଼ନ୍ତୁ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ନବୀନ

ବାତ୍ୟା ସିତ୍ରାଙ୍ଗକୁ ନେଇ ସମ୍ପୂର୍ଣ୍ଣ ଚିତ୍ର ସ୍ପଷ୍ଟ ହୋଇଛି। ଏହି ଅବପାତ ପର୍ଯ୍ୟାୟକ୍ରମେ ବାତ୍ୟାର ରୂପ ନେଇ ଆସନ୍ତା ୨୫ ତାରିଖ ସକାଳେ ବାଂଲାଦେଶର ତିନକୋଣା ଦ୍ୱୀପ ଓ ସାନଦ୍ୱୀପ ମଝି ଅଞ୍ଚଳରେ ସ୍ଥଳଭାଗ ଅତିକ୍ରମ କରିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଣ୍ଡମାନ ସାଗର ନିକଟବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଅବପାତ ସୃଷ୍ଟି ହୋଇଛି। ଏହି ଅବପାତଟି ଉତ୍ତର-ପଶ୍ଚିମ ଦିଗରେ ଗତି କରି ୨୩ ତାରିଖ ସକାଳେ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ପରେ ଏହି ଗଭୀର ଅବପାତଟି ଦିଗ ବଦଳାଇବା ସହ ଉତ୍ତର, ଉତ୍ତର-ପୂର୍ବ ଦିଗରେ ଗତି କରି ୨୪ ତାରିଖ ସକାଳେ ସାମୁଦ୍ରିକ ଝଡ଼ରେ ରୂପାନ୍ତରିତ ହେବ। ଏହି ସାମୁଦ୍ରିକ ଝଡ଼ ସମାନ ଦିଗରେ ସମୁଦ୍ର ଭିତରେ ଗତି କରିବା ସହ ୨୫ ତାରିଖ ସକାଳେ ବାଂଲାଦେଶ ଉପକୂଳରେ ସ୍ଥଳଭାଗ ଅତିକ୍ରମ କରିବ। ବାଂଲାଦେଶର ତିନକୋଣା ଓ ସାନଦ୍ୱୀପ ମଝି ଅଞ୍ଚଳରେ ବାତ୍ୟା ସିତ୍ରାଙ୍ଗ ସ୍ଥଳଭାଗ ଅତିକ୍ରମ କରିବ ବୋଲି ଆଇଏମଡି ପକ୍ଷରୁ ସୂଚନା ଦିଆଯାଇଛି।

ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବା ବାରଣ

ସମ୍ଭାବ୍ୟ ବାତ୍ୟା ସିତ୍ରାଙ୍ଗ ପରିପ୍ରେକ୍ଷୀରେ ସୁରକ୍ଷା ଦୃଷ୍ଟିରୁ ଚଳିତ ମାସ ୨୨ରୁ ୨୬ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ଉପକୂଳ ଏବଂ ଚିଲିକାକୁ ଡଙ୍ଗାନେଇ ମାଛ ଧରିବାକୁ ଯିବା ପାଇଁ ନିଷେଧ କରାଯାଇଛି। ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଅନୁମୋଦନ କ୍ରମେ ଓଡ଼ିଶା ମାରାଇନ୍‌‌ ଫିସ୍‌‌ ରେଗୁଲେସନ୍‌‌ ଆକଫ ୧୯୮୨ ଅନୁଯାୟୀ ଶନିବାର ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି କରାଯାଇଛି।

ମତ୍ସ୍ୟଜୀବୀମାନଙ୍କ ଧନଜୀବନର ସୁରକ୍ଷା ପାଇଁ ରାଜ୍ୟର ସମଗ୍ର ଉପକୂଳରେ ଏବଂ ଚିଲିକା ହ୍ରଦରେ ଯନ୍ତ୍ରଚାଳିତ ତଥା ମୋଟରଚାଳିତ ଡଙ୍ଗା ଏବଂ ଦେଶୀ ଡଙ୍ଗା ନେଇ ମାଛ ଧରିବା ପାଇଁ ବାରଣ କରାଯାଇଛି। ଅକ୍ଟୋବର ୨୨ରୁ ୨୬ ତାରିଖ ୫ ଦିନ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ମାଛ ଧରିବା ପାଇଁ ସମୁଦ୍ର ଓ ଚିଲିକାକୁ ନ ଯିବା ପାଇଁ କୁହାଯାଇଛି। ସମ୍ଭାବ୍ୟ ବାତ୍ୟା ଯୋଗୁଁ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକର ମତ୍ସ୍ୟ ଅଧିକାରୀମାନଙ୍କୁ ଏ ଦିଗରେ ସମସ୍ତ ପ୍ରକାର ପ୍ରତିଷେଧମୂଳକ ପଦକ୍ଷେପ ଗ୍ରହଣ କରିବା ପାଇଁ ମତ୍ସ୍ୟ ନିର୍ଦ୍ଦେଶାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ମତ୍ସ୍ୟ ବିଭାଗ ପକ୍ଷରୁ ଡାକବାଜି ଯନ୍ତ୍ର ଯୋଗେ ଘୋଷଣା କରାଯାଇ ସମୁଦ୍ର ଭିତରକୁ ନ ଯିବା ପାଇଁ ସମସ୍ତଙ୍କୁ ସତର୍କ କରାଯାଇଛି। ବିଭାଗୀୟ ଅଧିକାରୀ ଏବଂ ମାରାଇନ୍‌‌ ପୋଲିସ୍‌‌ଙ୍କ ଦ୍ୱାରା ମିଳିତ ଭାବେ ଉପକୂଳରେ ପାଟ୍ରୋଲିଂ କରାଯାଉଛି।

ଏଥି ସହିତ କୋଷ୍ଟାଗାର୍ଡ ପକ୍ଷରୁ ମଧ୍ୟ ପାଟ୍ରୋଲିଂ କରାଯାଉଛି। କୌଣସି ମାଛଧରା ଡଙ୍ଗା ଯେପରି ସମୁଦ୍ର ଭିତରକୁ ନ ଯାଇପାରିବ ସେଥି ପାଇଁ ‘ସାଗର ମିତ୍ର’ ଏବଂ ମତ୍ସ୍ୟ ବିଭାଗର ଅଧିକାରୀଙ୍କ ଦ୍ୱାରା ଉପକୂଳରେ ସତର୍କ ଦୃଷ୍ଟି ରଖାଯାଇଛି। ଅନ୍ୟ ରାଜ୍ୟର ମାଛଧରା ଡଙ୍ଗାଗୁଡ଼ିକୁ ରାଜ୍ୟର ମାଛଧରା ବନ୍ଦର ଓ ମତ୍ସ୍ୟ ଅବତରଣ କେନ୍ଦ୍ରଗୁଡ଼ିକରେ ନିରାପଦ ଆଶ୍ରୟ ନିମନ୍ତେ ଅନୁମତି ଦିଆଯାଇଛି। ସାମୁଦ୍ରିକ ମତ୍ସ୍ୟ ସମବାୟ ସମିତି ଏବଂ ମାଛଧରା ଡଙ୍ଗା ଆସୋସିଏସନ୍‌‌ ପକ୍ଷରୁ ବୈଠକ କରାଯାଇ ସମ୍ଭାବ୍ୟ ବାତ୍ୟା ନିମନ୍ତେ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି।

23 Oct 2022 By The Sakala

https://www.thesakala.in/latest-odisha-news/heavy-rain-will-occur-in-all-these-districts-of-odisha-winds-will-blow-at-a-speed-of-40-to-50-km-per-hour/article-15970
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର