ଅର୍ଚ୍ଚନା ନାଗ ମାମଲାର ତଦନ୍ତ କରିବ ଇଡି; ୨ଟି ଏଫଆଇଆର କପି ହସ୍ତାନ୍ତର କଲା କମିଶନରେଟ୍ ପୁଲିସ୍

The Sakala Picture
Published On

ଭୁବନେଶ୍ବର : ବହୁଚର୍ଚ୍ଚିତ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ଗିରଫ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ତଦନ୍ତ କରିବ। କମିସନରେଟ ପୁଲିସ ପକ୍ଷରୁ ତାଙ୍କ ନାମରେ ଥିବା ୨ଟି ଏଫଆଇଆରର କପି ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟକୁ ହସ୍ତାନ୍ତର କରାଯାଇଛି। ମିଳିଥିବା ସୂଚନା ଅନୁସାରେ କମିସନରେଟ ପୁଲିସ ଖଣ୍ଡଗିରି ଓ ନୟାପଲ୍ଲୀ ଥାନାରେ ହୋଇଥିବା ଏତଲାର କପି ଇଡିକୁ ହସ୍ତାନ୍ତର କରିଛି। ବେଆଇନ୍‌ ଆର୍ଥିକ କାରବାର ନେଇ ଇଡି ତଦନ୍ତ କରିପାରେ। ଏଥିପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କମିସନରେଟ ପୁଲିସକୁ […]

ଭୁବନେଶ୍ବର : ବହୁଚର୍ଚ୍ଚିତ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ଗିରଫ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ତଦନ୍ତ କରିବ। କମିସନରେଟ ପୁଲିସ ପକ୍ଷରୁ ତାଙ୍କ ନାମରେ ଥିବା ୨ଟି ଏଫଆଇଆରର କପି ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟକୁ ହସ୍ତାନ୍ତର କରାଯାଇଛି। ମିଳିଥିବା ସୂଚନା ଅନୁସାରେ କମିସନରେଟ ପୁଲିସ ଖଣ୍ଡଗିରି ଓ ନୟାପଲ୍ଲୀ ଥାନାରେ ହୋଇଥିବା ଏତଲାର କପି ଇଡିକୁ ହସ୍ତାନ୍ତର କରିଛି।

ଆହୁରି ପଢ଼ନ୍ତୁ: ବୌଦ୍ଧରେ BLOଙ୍କ ଆତ୍ମହତ୍ୟା: SIR କାର୍ଯ୍ୟ ପାଇଁ ମାନସିକ ଚାପ ଓ ଅଧିକାରୀଙ୍କ ଧମକ ଯୋଗୁଁ ଜୀବନ ହାରିଥିବା ଅଭିଯୋଗ

ବେଆଇନ୍‌ ଆର୍ଥିକ କାରବାର ନେଇ ଇଡି ତଦନ୍ତ କରିପାରେ। ଏଥିପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କମିସନରେଟ ପୁଲିସକୁ ଅର୍ଚ୍ଚନାର ବିରୋଧରେ ନୟାପଲ୍ଲୀ ଓ ଖଣ୍ଡଗିରି ଥାନାରେ ହୋଇଥିବା ଏତଲାର କପି ମାଗିଥିଲା। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅର୍ଚ୍ଚନା ଓ ତାଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କ ଆର୍ଥିକ କାରବାର ନେଇ ଖୋଳତାଡ କରିବ ବୋଲି ଆଶା କରାଯାଉଛି। ଉଭୟ ସ୍ବାମୀ ଓ ସ୍ତ୍ରୀ ଏବେ ସେକ୍ସେଟୋର୍ସନ ମାମଲାରେ ଗିରଫ ହୋଇ ଝାରପଡ଼ା ଜେଲରେ ଅଛନ୍ତି। ଗତ ୭ ତାରିଖରେ ଅର୍ଚ୍ଚନା ଗିରଫ ହେବାର ୧୫ ଦିନ ପରେ ସ୍ୱାମୀ ଜଗବନ୍ଧୁଙ୍କୁ ପୁଲିସ ଗିରଫ କରିଥିଲା।

ଆହୁରି ପଢ଼ନ୍ତୁ: ଘୁଞ୍ଚିଲା OSSSC CRE-2025 ପରୀକ୍ଷା ତାରିଖ: ଜୁନ୍ ୨୮ରେ ହେବ ପରୀକ୍ଷା, ଏହି ଦିନରୁ ମିଳିବ ଆଡମିଟ୍ କାର୍ଡ

ପ୍ରବର୍ତନ ନିର୍ଦ୍ଦେଶାଳୟ ଅର୍ଚ୍ଚନା ଓ ତାଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କ ଆର୍ଥିକ କାରବାର ଦେଇ ଖୋଳତାଡ଼ କରିବ ବୋଲି ଜଣାପଡିଛି। ଗତ ୨୧ ତାରିଖରେ ଅର୍ଚ୍ଚନାର ସ୍ବାମୀ ଜଗବନ୍ଧୁ ଚାନ୍ଦ ଗିରଫ ହୋଇ ଝାରପଡ଼ା ଜେଲ୍‌ ଯିବା ପରେ ଡିସିପି ପ୍ରତୀକ ସିଂ ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖିଥିଲେ। ସେ କହିଥିଲେ ଯେ, ଅର୍ଚ୍ଚନାର ଅପରାଧିକ ଷଡଯନ୍ତ୍ରରେ ଜଗବନ୍ଧୁ ସାମିଲ ଥିଲେ। ଫଟୋ, ଭଡ଼ିଓ ଭାଇରଲ ସହ ବ୍ଲାକମେଲର ଜଗବନ୍ଧୁ ସମ୍ପର୍କ ରହିଛି। ୪ଟି ମୋବାଇଲ ଫୋନ୍‌, ଲାପଟପ ଓ ଡାଏରି ସହ ଅନ୍ୟ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ ହୋଇଛି। ସେହିପରି ପୀଡ଼ିତାଙ୍କର ୧୬୪ ଧାରରେ ବୟାନ ରେକର୍ଡ ହୋଇଛି। ଏ ଘଟଣାକୁ ଖଣ୍ଡଗିରି ଥାନା ଅଧିକାରୀ ତଦନ୍ତ କରୁଛନ୍ତି। ଅର୍ଚ୍ଚନାଙ୍କ ବିରୋଧରେ ନୟାପଲ୍ଲୀ ଥାନାରେ ଥିବା ପ୍ରଯୋଜକଙ୍କ ଅଭିଯୋଗର ରିମାଣ୍ଡ ଟ୍ୟାଗ ପାଇଁ କୋର୍ଟରେ ପ୍ରୋସେସ କରାଯାଉଛି। ଏଦିଗରେ ଅଧିକ ତଦନ୍ତ କରାଯାଉଛି।

ଆହୁରି ପଢ଼ନ୍ତୁ: ପୁରୀ ରଥଯାତ୍ରା ପାଇଁ ବ୍ୟାପକ ସୁରକ୍ଷା: ମୁତୟନ ହେବେ ୨୨୦ ପ୍ଲାଟୁନ୍ ଫୋର୍ସ ଏବଂ ଗଡ଼ିବ ୩୭୦ ସ୍ୱତନ୍ତ୍ର ଟ୍ରେନ୍

27 Oct 2022 By The Sakala

ଅର୍ଚ୍ଚନା ନାଗ ମାମଲାର ତଦନ୍ତ କରିବ ଇଡି; ୨ଟି ଏଫଆଇଆର କପି ହସ୍ତାନ୍ତର କଲା କମିଶନରେଟ୍ ପୁଲିସ୍

ଭୁବନେଶ୍ବର : ବହୁଚର୍ଚ୍ଚିତ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ଗିରଫ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ତଦନ୍ତ କରିବ। କମିସନରେଟ ପୁଲିସ ପକ୍ଷରୁ ତାଙ୍କ ନାମରେ ଥିବା ୨ଟି ଏଫଆଇଆରର କପି ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟକୁ ହସ୍ତାନ୍ତର କରାଯାଇଛି। ମିଳିଥିବା ସୂଚନା ଅନୁସାରେ କମିସନରେଟ ପୁଲିସ ଖଣ୍ଡଗିରି ଓ ନୟାପଲ୍ଲୀ ଥାନାରେ ହୋଇଥିବା ଏତଲାର କପି ଇଡିକୁ ହସ୍ତାନ୍ତର କରିଛି।

ବେଆଇନ୍‌ ଆର୍ଥିକ କାରବାର ନେଇ ଇଡି ତଦନ୍ତ କରିପାରେ। ଏଥିପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କମିସନରେଟ ପୁଲିସକୁ ଅର୍ଚ୍ଚନାର ବିରୋଧରେ ନୟାପଲ୍ଲୀ ଓ ଖଣ୍ଡଗିରି ଥାନାରେ ହୋଇଥିବା ଏତଲାର କପି ମାଗିଥିଲା। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅର୍ଚ୍ଚନା ଓ ତାଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କ ଆର୍ଥିକ କାରବାର ନେଇ ଖୋଳତାଡ କରିବ ବୋଲି ଆଶା କରାଯାଉଛି। ଉଭୟ ସ୍ବାମୀ ଓ ସ୍ତ୍ରୀ ଏବେ ସେକ୍ସେଟୋର୍ସନ ମାମଲାରେ ଗିରଫ ହୋଇ ଝାରପଡ଼ା ଜେଲରେ ଅଛନ୍ତି। ଗତ ୭ ତାରିଖରେ ଅର୍ଚ୍ଚନା ଗିରଫ ହେବାର ୧୫ ଦିନ ପରେ ସ୍ୱାମୀ ଜଗବନ୍ଧୁଙ୍କୁ ପୁଲିସ ଗିରଫ କରିଥିଲା।

ପ୍ରବର୍ତନ ନିର୍ଦ୍ଦେଶାଳୟ ଅର୍ଚ୍ଚନା ଓ ତାଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କ ଆର୍ଥିକ କାରବାର ଦେଇ ଖୋଳତାଡ଼ କରିବ ବୋଲି ଜଣାପଡିଛି। ଗତ ୨୧ ତାରିଖରେ ଅର୍ଚ୍ଚନାର ସ୍ବାମୀ ଜଗବନ୍ଧୁ ଚାନ୍ଦ ଗିରଫ ହୋଇ ଝାରପଡ଼ା ଜେଲ୍‌ ଯିବା ପରେ ଡିସିପି ପ୍ରତୀକ ସିଂ ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖିଥିଲେ। ସେ କହିଥିଲେ ଯେ, ଅର୍ଚ୍ଚନାର ଅପରାଧିକ ଷଡଯନ୍ତ୍ରରେ ଜଗବନ୍ଧୁ ସାମିଲ ଥିଲେ। ଫଟୋ, ଭଡ଼ିଓ ଭାଇରଲ ସହ ବ୍ଲାକମେଲର ଜଗବନ୍ଧୁ ସମ୍ପର୍କ ରହିଛି। ୪ଟି ମୋବାଇଲ ଫୋନ୍‌, ଲାପଟପ ଓ ଡାଏରି ସହ ଅନ୍ୟ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ ହୋଇଛି। ସେହିପରି ପୀଡ଼ିତାଙ୍କର ୧୬୪ ଧାରରେ ବୟାନ ରେକର୍ଡ ହୋଇଛି। ଏ ଘଟଣାକୁ ଖଣ୍ଡଗିରି ଥାନା ଅଧିକାରୀ ତଦନ୍ତ କରୁଛନ୍ତି। ଅର୍ଚ୍ଚନାଙ୍କ ବିରୋଧରେ ନୟାପଲ୍ଲୀ ଥାନାରେ ଥିବା ପ୍ରଯୋଜକଙ୍କ ଅଭିଯୋଗର ରିମାଣ୍ଡ ଟ୍ୟାଗ ପାଇଁ କୋର୍ଟରେ ପ୍ରୋସେସ କରାଯାଉଛି। ଏଦିଗରେ ଅଧିକ ତଦନ୍ତ କରାଯାଉଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର