ଭଦ୍ରକରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ, ଧାମନଗର ଉପ-ନିର୍ବାଚନ ପ୍ରସ୍ତୁତିର କଲେ ସମୀକ୍ଷା

The Sakala Picture
Published On

ଭଦ୍ରକ: ଧାମନଗର ବିଧାନସଭା ଉପ-ନିର୍ବାଚନ ଲାଗି ଆଜି ଭଦ୍ରକ ଆସିଥିଲେ ଓଡିଶା ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନି । ଭଦ୍ରକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଂଚିବା ପରେ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଲୋହାନି ଜିଲାପାଳ ତଥା ଜିଲ୍ଲା ମୁଖ୍ୟ ନିର୍ବାଚନ ଅଧିକାରୀ ସିଧେଶ୍ୱର ବଳିରାମ ବୋନ୍ଦର, ବାଲେଶ୍ୱର ପୋଲିସ ଆଇଜି ହିମାଂଶୁ ଲାଲ, ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତ୍ରୁଘ୍ନ କର, ଭଦ୍ରକ ଏସପି ଚରଣ ସିଂ ମିନା ଓ ଜିଲ୍ଲା ସ୍ତରୀୟ ଅଧିକାରୀଙ୍କ […]

ଭଦ୍ରକ: ଧାମନଗର ବିଧାନସଭା ଉପ-ନିର୍ବାଚନ ଲାଗି ଆଜି ଭଦ୍ରକ ଆସିଥିଲେ ଓଡିଶା ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନି । ଭଦ୍ରକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଂଚିବା ପରେ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଲୋହାନି ଜିଲାପାଳ ତଥା ଜିଲ୍ଲା ମୁଖ୍ୟ ନିର୍ବାଚନ ଅଧିକାରୀ ସିଧେଶ୍ୱର ବଳିରାମ ବୋନ୍ଦର, ବାଲେଶ୍ୱର ପୋଲିସ ଆଇଜି ହିମାଂଶୁ ଲାଲ, ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତ୍ରୁଘ୍ନ କର, ଭଦ୍ରକ ଏସପି ଚରଣ ସିଂ ମିନା ଓ ଜିଲ୍ଲା ସ୍ତରୀୟ ଅଧିକାରୀଙ୍କ ସହ ଆସନ୍ତା ୩ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଉପ ନିର୍ବାଚନ ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଥିଲେ ।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଶିକ୍ଷକଙ୍କୁ ମିଳିବନି ସମ୍ମାନ; ଅନିର୍ଦ୍ଦିଷ୍ଟ କାଳ ଘୁଞ୍ଚିଲା ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ

ସେହିଭଳି ଇଭିଏମ ଓ ଭିଭିପ୍ୟାଡ ମହଜୁଦ ଥିବା ଷ୍ଟ୍ରଙ୍ଗ ରୁମ ପରିଦର୍ଶନ କରିଥିଲେ । ଆସନ୍ତା ଉପ-ନିର୍ବାଚନ ଅବାଧ, ସ୍ୱଚ୍ଛ ଓ ନିରପେକ୍ଷ ଭାବେ କରାଯିବ ଓ କେହି ଏଥିରେ ବ୍ୟତିକ୍ରମ କଲେ କଡା ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଲୋହାନି ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖିଥିଲେ ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ରକରି ବାପାଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ନିଶାସକ୍ତ ପୁଅ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର