କମ୍ପୁଛି ଧାମନଗର: ଅବନ୍ତୀଙ୍କ ପାଇଁ ପ୍ରଚାର କଲେ ବିଜେଡ଼ି ସୁପ୍ରିମ ନବୀନ ପଟ୍ଟନାୟକ, ୧୮ ମାସରେ ହେବ ୫ ବର୍ଷର କାମ

The Sakala Picture
Published On

ଭୁବନେଶ୍ବର: ପ୍ରଚାରରେ କମ୍ପୁଛି ଧାମନଗର। ଉପନିର୍ବାଚନ ପାଇଁ ସବୁ ଦଳର ପ୍ରାର୍ଥୀ ଏବେ ପ୍ରଚାରପ୍ରସାର ଚଳାଇଛନ୍ତି । ଏହି କ୍ରମରେ ଧାମନଗରରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଚାର କରିଛନ୍ତି। ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସଙ୍କ ପାଇଁ ନବୀନ ପ୍ରଚାର କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଜୁ ଜନତା ଦଳ ସବୁବେଳେ ଆପଣମାନଙ୍କ ସାଥିରେ ଅଛି । ସୁଖ ଦୁଃଖ ସବୁବେଳେ ଆପଣମାନଙ୍କ ପାଖରେ ଅଛି । ଆପଣମାନଙ୍କ ପାଇଁ କାମ କରିଆସୁଛି । ସବୁବର୍ଗର ଲୋକଙ୍କ […]

ଭୁବନେଶ୍ବର: ପ୍ରଚାରରେ କମ୍ପୁଛି ଧାମନଗର। ଉପନିର୍ବାଚନ ପାଇଁ ସବୁ ଦଳର ପ୍ରାର୍ଥୀ ଏବେ ପ୍ରଚାରପ୍ରସାର ଚଳାଇଛନ୍ତି । ଏହି କ୍ରମରେ ଧାମନଗରରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଚାର କରିଛନ୍ତି। ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସଙ୍କ ପାଇଁ ନବୀନ ପ୍ରଚାର କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଜୁ ଜନତା ଦଳ ସବୁବେଳେ ଆପଣମାନଙ୍କ ସାଥିରେ ଅଛି । ସୁଖ ଦୁଃଖ ସବୁବେଳେ ଆପଣମାନଙ୍କ ପାଖରେ ଅଛି । ଆପଣମାନଙ୍କ ପାଇଁ କାମ କରିଆସୁଛି । ସବୁବର୍ଗର ଲୋକଙ୍କ କଲ୍ୟାଣ ପାଇଁ କାମ କରୁଛି । ଧାମନଗର ହେଉଛି ଶାନ୍ତି, ସଦ୍ଭାବର ଭୂମି। ଭାଇଚାରାର ଭୂମି। ଏହା ଧାମନଗରର ସବୁଠାରୁ ବଡ ପରିଚୟ। ଏହି ପରିଚୟର ସୁରକ୍ଷା ପାଇଁ ଆମେ ସମସ୍ତେ କାମ କରୁଛୁ ।

ଆହୁରି ପଢ଼ନ୍ତୁ: ଇ-କମର୍ସ ପାର୍ସଲ ଜରିଆରେ କରୁଥିଲେ ଗଞ୍ଜେଇ କାରବାର, ଆନ୍ତଃରାଜ୍ୟ ଡ୍ରଗ୍ସ ରାକେଟ୍ ଠାବ

ସେ ଆହୁରି ମଧ୍ୟ କହିଛନ୍ତି ଯେ, ମୁଁ ବହୁତ ଖୁସି ଯେ କାଳିଆ ଯୋଜନା ହେଉ, ବା ମିଶନ ଶକ୍ତି, ବା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା – ସବୁ ଯୋଜନାର ସୁବିଧା ଆପଣ ମାନଙ୍କ ପାଖରେ ପହଞ୍ଚି ପାରିଛି । ମାଆ ମାନେ ସଶକ୍ତ ହେଉଛନ୍ତି। ମିଶନ ଶକ୍ତି ସେମାନଙ୍କ ନୂଆ ପରିଚୟ ହୋଇଛି । ମାଆ ମାନଙ୍କ ଭଲ କାମ ହିଁ ମୋତେ ବହୁତ ଖୁସି ଦେଇଛି । ତେଣୁ ଜଣେ ମାକୁ ଆପଣଙ୍କ MLA ଭାବରେ ଦେଖିବାକୁ ମୁଁ ଚାହେଁ । ଆପଣମାନେ ବି ଚାହାନ୍ତି। ମାଆ ମାନେ ସବୁ ଦାୟିତ୍ବକୁ ସୁନ୍ଦର ଭାବରେ ନିର୍ବାହ କରିପାରୁଛନ୍ତି। ଆପଣମାନଙ୍କ ସହଯୋଗରେ ଓଡିଶା ଆଜି ବିକାଶ କ୍ଷେତ୍ରରେ ସାରା ଦେଶରେ ସୁନାମ କରିଛି । ଆପଣାନଙ୍କ ସହଯୋଗରେ ଏ ଧାରା ଆହୁରି ଆଗକୁ ବଢିବ ବୋଲି ମୋର ପୁରା ବିଶ୍ବାସ ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

୨୦୧୯ ନିର୍ବାଚନରେ ଆପଣମାନେ ଯେଉଁ ମତ ରଖିଥିଲେ, ୨୦୨୨ ପଞ୍ଚାୟତ ଓ ପୌର ନିର୍ବାଚନରେ ସେଥିରେ ପରିବର୍ତ୍ତନ କରିଛନ୍ତି। ଶଙ୍ଖ ଚିହ୍ନରେ ବିଶ୍ବାସ ରଖିଛନ୍ତି। ଗତ ପଞ୍ଚାୟତ ଓ ପୌର ନିର୍ବାଚନରେ ଆପଣମାନେ ବିଜୁ ଜନତା ଦଳକୁ, ଶଙ୍ଖ ଚିହ୍ନକୁ ଯେଭଳି ବିପୁଳ ସମର୍ଥନ ଦେଇଛନ୍ତି, ସେବାର ସୁଯୋଗ ଦେଇଛନ୍ତି, ସେଥିପାଇଁ ମୁଁ ଋଣୀ।

ଆହୁରି ପଢ଼ନ୍ତୁ: ନକଲି ଡିଇଫ ରାକେଟ୍‌ ଠାବ; ୧୮୨ ବାଲ୍ଟି ନକଲି ଡିଇଫ ସହ ଗାଡ଼ି ଓ ଉତ୍ପାଦନ ଯନ୍ତ୍ରପାତି ଜବତ, ୪ ଗିରଫ

ଧାମନଗରର ୬ଟି ଜିଲ୍ଲା ପରିଷଦ ଆସନରୁ ସବୁ ଆସନରେ ଆପଣମାନେ ବିଜୁ ଜନତା ଦଳକୁ ସେବାର ସୁଯୋଗ ଦେଇଛନ୍ତି। ସେହିପରି ଧାମନଗର ଏନ.ଏ.ସିର ୧୧ଟି ୱାର୍ଡରୁ ୯ଟି ୱାର୍ଡ ସହିତ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ଦାୟିତ୍ବ ମଧ୍ୟ ଆପଣମାନେ ବିଜେଡିକୁ ଦେଇଛନ୍ତି।

ମୋର ପୁରା ବିଶ୍ବାସ, ଏ ନିର୍ବାଚନରେ ବି ସେ ଧାରା ଜାରି ରହିବ ଏବଂ ଧାମନଗରର ବିକାଶ ଆହୁରି ଆଗକୁ ବଢିବ। ବର୍ତ୍ତମାନ ସାଧାରଣ ନିର୍ବାଚନକୁ ଆଉ ମାତ୍ର ୧୮ ମାସ ରହିଲା । ଏ ସମୟ ଭିତରେ ଆମେ ପାଞ୍ଚ ବର୍ଷର କାମ କରିପାରିବା । ଏହା ମୁଁ ନିଜେ ଦେଖିବି। ଧାମନଗରର ବିକାଶ ଆହୁରି ଆଗକୁ ବଢିବ । ମୋର ଅନୁରୋଧ, ଏ ନିର୍ବାଚନରେ ଆପଣମାନେ ବିଜୁ ଜନତା ଦଳର ପ୍ରାର୍ଥୀଙ୍କୁ ଶଂଖ ଚିହ୍ନରେ ଭୋଟ ଦେଇ ଆଶୀର୍ବାଦ କରନ୍ତୁ । ଆପଣମାନଙ୍କ ଅଞ୍ଚଳର ବିକାଶ ଦାୟିତ୍ବ ମୋର । ଧାମନଗର ନିର୍ବାଚନ ମଣ୍ଡଳୀର ବିକାଶ ଦାୟିତ୍ବ ମୋର ବୋଲି ବିଜେଡି ସୁପ୍ରିମ ନବୀନ ପଟ୍ଟନାୟକ କହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର