କଟକ ଏସ୍‌ଡିଜେଏମ୍‌ କୋର୍ଟରେ ଶାଶୁଘର ଚାବି ଫେରାଇଲେ ବର୍ଷା ପ୍ରିୟଦର୍ଶିନୀ, ନଭେମ୍ୱର ୨ ସୁଦ୍ଧା ଦେବାକୁ ଥିଲା କୋର୍ଟଙ୍କ ନିର୍ଦ୍ଦେଶ

The Sakala Picture
Published On

କଟକ : ଶାଶୁଘର ଚାବି ଫେରାଇଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। କଟକ ଏସ୍‌ଡିଜେଏମ୍‌ କୋର୍ଟରେ ସେ ଆଜି ଚାବି ଦାଖଲ କରିଛନ୍ତି। ଅନ୍ୟପକ୍ଷରେ ପରିବାର ଅଦାଲତରେ ମଧ୍ୟ ଆଜି ବର୍ଷାଙ୍କ ସାକ୍ଷ୍ୟଗ୍ରହଣ ହୋଇଛି। ତେବେ ନଭେମ୍ୱର ୨ ତାରିଖ ସୁଦ୍ଧା ଅନୁଭବଙ୍କ ଘରର ଚାବି ଫେରାଇବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହି ଚାବି ଅନୁଭବ କିମ୍ବା ତାଙ୍କ ଓକିଲଙ୍କୁ ପ୍ରଦାନ କରିବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଯଦି ଅନୁଭବ ଏହି ଚାବିକୁ ଗ୍ରହଣ ନ କରନ୍ତି, ତାହେଲେ […]

କଟକ : ଶାଶୁଘର ଚାବି ଫେରାଇଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। କଟକ ଏସ୍‌ଡିଜେଏମ୍‌ କୋର୍ଟରେ ସେ ଆଜି ଚାବି ଦାଖଲ କରିଛନ୍ତି। ଅନ୍ୟପକ୍ଷରେ ପରିବାର ଅଦାଲତରେ ମଧ୍ୟ ଆଜି ବର୍ଷାଙ୍କ ସାକ୍ଷ୍ୟଗ୍ରହଣ ହୋଇଛି। ତେବେ ନଭେମ୍ୱର ୨ ତାରିଖ ସୁଦ୍ଧା ଅନୁଭବଙ୍କ ଘରର ଚାବି ଫେରାଇବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହି ଚାବି ଅନୁଭବ କିମ୍ବା ତାଙ୍କ ଓକିଲଙ୍କୁ ପ୍ରଦାନ କରିବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଯଦି ଅନୁଭବ ଏହି ଚାବିକୁ ଗ୍ରହଣ ନ କରନ୍ତି, ତାହେଲେ ବର୍ଷା କୋର୍ଟରେ ଜମା କରିବାକୁ ଏସ୍‌ଡିଜେଏମ୍ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଆଜି ବର୍ଷା ଚାବି କୋର୍ଟରେ ଚାବି ଫେରାଇଛନ୍ତି।

ଆହୁରି ପଢ଼ନ୍ତୁ: ନବୀନଙ୍କ ନେତୃତ୍ୱକୁ ବ୍ୟାଡ୍‌ମିଣ୍ଟନ ଖେଳାଳି ପିଭି ସିନ୍ଧୁଙ୍କ ପ୍ରଶଂସା

ଗତ ଅକ୍ଟୋବର ୨ ତାରିଖରେ କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଶାଶୂଘର ଛାଡିଥିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ନିର୍ଦ୍ଧାରିତ ସମୟ ପୂର୍ବରୁ ଘର ଛାଡ଼ିବା ସତ୍ୱେ ତାଲା ପକାଇ ସାଙ୍ଗରେ ନେଇଯାଇଥିଲେ ଚାବି ।କୋର୍ଟଙ୍କ ପୂର୍ବ ଆଦେଶ ସତ୍ତ୍ୱେ ବର୍ଷା ତାଙ୍କ ଶାଶୁଘର ଚାବି ପ୍ରଦାନ ନ କରିବାରୁ ଅନୁଭବ କୋର୍ଟରେ ବର୍ଷାଙ୍କ ବିରୋଧରେ ମାମଲା ରୁଜୁ କରିଥିଲେ। ଉଭୟ ପକ୍ଷଙ୍କୁ ଶୁଣିବା ପରେ ଏହି ନିର୍ଦ୍ଦେଶ ଦେଇଛନ୍ତି ଅଦାଲତ। ଏହାସହ ବର୍ଷା ରୁଜୁ କରିଥିବା ଅନ୍ୟ ୨ ମାମଲାକୁ ମଧ୍ୟ କୋର୍ଟ ଖାରଜ କରି ଦେଇଥିଲେ। ଅନ୍ୟପଟେ ଅନୁଭବଙ୍କ ପିଟିସନର ଉତ୍ତରରେ ବର୍ଷା କହିଥିଲେ ଘର ଛାଡ଼ିବା ପରେ ଏହାର ସୁରକ୍ଷା ପାଇଁ ସେ ତାଲା ପକାଇ ଚାବି ନିଜ ପାଖରେ ରଖିଥିଲେ । ତେବେ କୋର୍ଟଙ୍କ ପୂର୍ବ ଆଦେଶ ପରେ ବର୍ଷା ଆଜି ଚାବି ଫେରାଇଛନ୍ତି।

ଆହୁରି ପଢ଼ନ୍ତୁ: ଅଗଷ୍ଟ ୧୬ରେ ପୋଲିସ ଡିଜି ୱାଇ.ବି ଖୁରାନିଆଙ୍କ ଅବସର ଗ୍ରହଣକୁ ସରକାରଙ୍କ ଅନୁମତି, ଅଗଷ୍ଟ ୭ରେ ନୂଆ ଡିଜିପି ଚୟନ ପାଇଁ ବୈଠକ

02 Nov 2022 By The Sakala

କଟକ ଏସ୍‌ଡିଜେଏମ୍‌ କୋର୍ଟରେ ଶାଶୁଘର ଚାବି ଫେରାଇଲେ ବର୍ଷା ପ୍ରିୟଦର୍ଶିନୀ, ନଭେମ୍ୱର ୨ ସୁଦ୍ଧା ଦେବାକୁ ଥିଲା କୋର୍ଟଙ୍କ ନିର୍ଦ୍ଦେଶ

କଟକ : ଶାଶୁଘର ଚାବି ଫେରାଇଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। କଟକ ଏସ୍‌ଡିଜେଏମ୍‌ କୋର୍ଟରେ ସେ ଆଜି ଚାବି ଦାଖଲ କରିଛନ୍ତି। ଅନ୍ୟପକ୍ଷରେ ପରିବାର ଅଦାଲତରେ ମଧ୍ୟ ଆଜି ବର୍ଷାଙ୍କ ସାକ୍ଷ୍ୟଗ୍ରହଣ ହୋଇଛି। ତେବେ ନଭେମ୍ୱର ୨ ତାରିଖ ସୁଦ୍ଧା ଅନୁଭବଙ୍କ ଘରର ଚାବି ଫେରାଇବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହି ଚାବି ଅନୁଭବ କିମ୍ବା ତାଙ୍କ ଓକିଲଙ୍କୁ ପ୍ରଦାନ କରିବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଯଦି ଅନୁଭବ ଏହି ଚାବିକୁ ଗ୍ରହଣ ନ କରନ୍ତି, ତାହେଲେ ବର୍ଷା କୋର୍ଟରେ ଜମା କରିବାକୁ ଏସ୍‌ଡିଜେଏମ୍ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଆଜି ବର୍ଷା ଚାବି କୋର୍ଟରେ ଚାବି ଫେରାଇଛନ୍ତି।

ଗତ ଅକ୍ଟୋବର ୨ ତାରିଖରେ କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଶାଶୂଘର ଛାଡିଥିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ନିର୍ଦ୍ଧାରିତ ସମୟ ପୂର୍ବରୁ ଘର ଛାଡ଼ିବା ସତ୍ୱେ ତାଲା ପକାଇ ସାଙ୍ଗରେ ନେଇଯାଇଥିଲେ ଚାବି ।କୋର୍ଟଙ୍କ ପୂର୍ବ ଆଦେଶ ସତ୍ତ୍ୱେ ବର୍ଷା ତାଙ୍କ ଶାଶୁଘର ଚାବି ପ୍ରଦାନ ନ କରିବାରୁ ଅନୁଭବ କୋର୍ଟରେ ବର୍ଷାଙ୍କ ବିରୋଧରେ ମାମଲା ରୁଜୁ କରିଥିଲେ। ଉଭୟ ପକ୍ଷଙ୍କୁ ଶୁଣିବା ପରେ ଏହି ନିର୍ଦ୍ଦେଶ ଦେଇଛନ୍ତି ଅଦାଲତ। ଏହାସହ ବର୍ଷା ରୁଜୁ କରିଥିବା ଅନ୍ୟ ୨ ମାମଲାକୁ ମଧ୍ୟ କୋର୍ଟ ଖାରଜ କରି ଦେଇଥିଲେ। ଅନ୍ୟପଟେ ଅନୁଭବଙ୍କ ପିଟିସନର ଉତ୍ତରରେ ବର୍ଷା କହିଥିଲେ ଘର ଛାଡ଼ିବା ପରେ ଏହାର ସୁରକ୍ଷା ପାଇଁ ସେ ତାଲା ପକାଇ ଚାବି ନିଜ ପାଖରେ ରଖିଥିଲେ । ତେବେ କୋର୍ଟଙ୍କ ପୂର୍ବ ଆଦେଶ ପରେ ବର୍ଷା ଆଜି ଚାବି ଫେରାଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର