ରାଜ୍ୟବାସୀଙ୍କ ପାଇଁ ସଞ୍ଜିବନୀ ସାଜିଛି BSKY : ୫,୪୫,୩୩୯ ହିତାଧିକାରୀ ପାଇଲେଣି ଚିକିତ୍ସା ସୁବିଧା, ଖର୍ଚ୍ଚ ହୋଇଛି ୧୧୯୧ କୋଟି ଟଙ୍କା 

The Sakala Picture
Published On

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସମୀକ୍ଷା କରି ଏହି କାର୍ଯ୍ୟକ୍ରମରେ ସନ୍ତୋଷ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ସରକାର ପ୍ଲାଟଫର୍ମରେ ଏହି ଯୋଜନା ସଂପର୍କରେ ବହୁତ ଭଲ ଫିଡ୍‌ବ୍ୟାକ୍‌ ମିଳିଛି। ସାମାଜିକ ସୁରକ୍ଷା କ୍ଷେତ୍ରରେ ଏହା ଏକ ଭଲ ଯୋଜନା ଏବଂ ରାଜ୍ୟର ଲୋକଙ୍କୁ ବିନା ପଇସାରେ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା କ୍ଷେତ୍ରରେ ଏହା ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। […]

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସମୀକ୍ଷା କରି ଏହି କାର୍ଯ୍ୟକ୍ରମରେ ସନ୍ତୋଷ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ସରକାର ପ୍ଲାଟଫର୍ମରେ ଏହି ଯୋଜନା ସଂପର୍କରେ ବହୁତ ଭଲ ଫିଡ୍‌ବ୍ୟାକ୍‌ ମିଳିଛି। ସାମାଜିକ ସୁରକ୍ଷା କ୍ଷେତ୍ରରେ ଏହା ଏକ ଭଲ ଯୋଜନା ଏବଂ ରାଜ୍ୟର ଲୋକଙ୍କୁ ବିନା ପଇସାରେ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା କ୍ଷେତ୍ରରେ ଏହା ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଆହୁରି ପଢ଼ନ୍ତୁ: ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର

ସମୀକ୍ଷାରୁ ଜଣାଯାଇଛି ଯେ ରାଜ୍ୟର ୯୬.୫ ଲକ୍ଷ ପରିବାରକୁ ଏହି ଯୋଜନାରେ ସ୍ମର୍ଟ ହେଲ୍ଥ କାର୍ଡ ଯୋଗାଇ ଦିଆଯାଇଛି। ଏହାଦ୍ବାରା ରାଜ୍ୟର ୩.୩୦ କୋଟି ଲୋକ ଉପକୃତ ହେଉଛନ୍ତି। ହିତାଧିକାରୀ ମାନଙ୍କ ଚିକିତ୍ସା ପାଇଁ ଘରୋଇ ହସପିଟାଲ ମାନଙ୍କୁ ତାଲିକାଭୁକ୍ତ କରାଯାଇଛି। ଏଥିରେ ପ୍ରତି ପରିବାରକୁ ବାର୍ଷିକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଦିଆଯାଉଛି ଏବଂ ମହିଳା ହିତାଧିକାରୀଙ୍କ କ୍ଷେତ୍ରରେ ଏହି ସୁବିଧା ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମିଳିପାରୁଛି ।

ଆହୁରି ପଢ଼ନ୍ତୁ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ବର୍ତ୍ତମାନ ସୁଦ୍ଧା ୫୦୦ଟି ଘରୋଇ ହସପିଟାଲକୁ ତାଲିକାଭୁକ୍ତ କରାଯାଇଛି ଏବଂ ସେଥିମଧ୍ୟରୁ ୯୮ଟି ହସପିଟାଲ ରାଜ୍ୟ ବାହାରେ ଅଛନ୍ତି। ରାଜ୍ୟ ବାହାରେ ଥିବା ହସପିଟାଲ ଗୁଡିକ ମଧ୍ୟରେ ଜାତୀୟ ସ୍ତରରେ ସୁନାମ ଅର୍ଜନ କରିଥିବା ଟାଟା ମେମୋରିଆଲ ହସପିଟାଲ, ସିଏମସି ଭେଲୋର, ଶ୍ରୀ ଶଂକର କ୍ୟାନସର ହସପିଟାଲ ବାଙ୍ଗାଲୋର, ନାରାୟଣ ହୃଦୟାଳୟ ହସପିଟାଲ, ଫର୍ଟିସ ହସପିଟାଲ, ଆପୋଲ ହସପିଟାଲ ଇତ୍ୟାଦି ରହିଛନ୍ତି । ୧୭ଟି ରାଜ୍ୟରେ ଏହି ହସପିଟାଲ ଗୁଡିକ BSKY ଯୋଜନାରେ ସେବା ଯୋଗାଇ ଦେଉଛନ୍ତି। ସିଏମସି ଭେଲୋରରେ ୭୬ ଜଣ ଓ ଟାଟା ମେମୋରିଆଲ ହସପିଟାଲ ମୁମ୍ବାଇରେ ୯୭୯ ଜଣ ହିତାଧିକାରୀ ଚିକିତ୍ସା ସୁବିଧା ପାଇଛନ୍ତି।

ଆହୁରି ପଢ଼ନ୍ତୁ: ରସିକିଆ ହିନ୍ଦୀ ଶିକ୍ଷକଙ୍କ ବିରୋଧରେ ଛାତ୍ରୀଙ୍କ ଅସଦାଚରଣ ଅଭିଯୋଗ, ଥାନାରେ ଅଟକ

୨୦୨୧ ସେପ୍ଟେମ୍ବର ୧ ରେ ଏହି ଯୋଜନା ଆରମ୍ଭ ହେବା ଠାରୁ ଆଜି ପର୍ଯ୍ୟନ୍ତ ୫,୪୫,୩୩୯ ଜଣ ହିତାଧିକାରୀ ୧୨୯୧ କୋଟି ଟଙ୍କାର ଚିକିତ୍ସା ସୁବିଧା ପାଇଛନ୍ତି। ଏଥିମଧ୍ୟରୁ ରାଜ୍ୟ ବାହାର ହସ୍‌ପିଟାଲ ଗୁଡିକରେ ୨୩,୧୧୯ ଜଣ ହିତାଧିକାରୀ ୬୪.୨୫ କୋଟି ଟଙ୍କାର ଚିକିତ୍ସା ସୁବିଧା ପାଇଛନ୍ତି। ଘରୋଇ ହସପିଟାଲ ଗୁଡିକର ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ସଂପୂର୍ଣ୍ଣ ଭାବେ ବହନ କରୁଛନ୍ତି। ସମୁଦାୟ ୫,୪୫,୩୩୯ ହିତାଧିକାରୀଙ୍କ ମଧ୍ୟରୁ ଅଢେଇ ଲକ୍ଷ ହିତାଧିକାରୀ ପ୍ରତ୍ୟେକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପାଇଥିବା ବେଳେ ୨୨୫ ଜଣ ମହିଳା ରୋଗୀ ପ୍ରତ୍ୟେକ ୫ ଲକ୍ଷ ଟଙ୍କାରୁ ଅଧିକ ଚିକିତ୍ସା ସୁବିଧା ପାଇଛନ୍ତି। ୨୭ ଜଣ ମହିଳା ପ୍ରତ୍ୟେକ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଗ୍ରହଣ କରିଛନ୍ତି।

ବର୍ତ୍ତମାନ ମାସକୁ ପ୍ରାୟ ୭୩ ହଜାର ରୋଗୀ ତାଲିକାଭୁକ୍ତ ହସପିଟାଲ ଗୁଡିକରେ ଚିକିତ୍ସା ପାଉଥିବା ବେଳେ, ଏଥିପାଇଁ ରାଜ୍ୟ ସରକାର ମାସକୁ ୧୬୫ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି।ବିଭିନ୍ନ ତାଲିକାଭୁକ୍ତ ଡାକ୍ତରଖାନାରେ ଚିକିତ୍ସାଧୀନ ହିତାଧିକାରୀ ମାନଙ୍କ ସହିତ BSKY କର୍ତ୍ତୃପକ୍ଷ ସଂପୂର୍ଣ୍ଣ ଯୋଗାଯୋଗରେ ଅଛନ୍ତି। ରୋଗୀଙ୍କ ସନ୍ତୋଷ ହାର ୯୭ ପ୍ରତିଶତ ରହିଛି ବୋଲି ଜଣାଯାଇଛି । ଏହାସହିତ ରୋଗୀମାନଙ୍କ ଆଡମିଶନ ତଥା ଅନ୍ୟାନ୍ୟ ସହାୟତା ପାଇଁ ଏହି ଘରୋଇ ହସ୍‌ପିଟାଲ ଗୁଡିକରେ ସ୍ବାସ୍ଥ୍ୟମିତ୍ର ମାନଙ୍କୁ ରଖାଯାଇଛି।

02 Nov 2022 By The Sakala

ରାଜ୍ୟବାସୀଙ୍କ ପାଇଁ ସଞ୍ଜିବନୀ ସାଜିଛି BSKY : ୫,୪୫,୩୩୯ ହିତାଧିକାରୀ ପାଇଲେଣି ଚିକିତ୍ସା ସୁବିଧା, ଖର୍ଚ୍ଚ ହୋଇଛି ୧୧୯୧ କୋଟି ଟଙ୍କା 

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସମୀକ୍ଷା କରି ଏହି କାର୍ଯ୍ୟକ୍ରମରେ ସନ୍ତୋଷ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ସରକାର ପ୍ଲାଟଫର୍ମରେ ଏହି ଯୋଜନା ସଂପର୍କରେ ବହୁତ ଭଲ ଫିଡ୍‌ବ୍ୟାକ୍‌ ମିଳିଛି। ସାମାଜିକ ସୁରକ୍ଷା କ୍ଷେତ୍ରରେ ଏହା ଏକ ଭଲ ଯୋଜନା ଏବଂ ରାଜ୍ୟର ଲୋକଙ୍କୁ ବିନା ପଇସାରେ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା କ୍ଷେତ୍ରରେ ଏହା ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସମୀକ୍ଷାରୁ ଜଣାଯାଇଛି ଯେ ରାଜ୍ୟର ୯୬.୫ ଲକ୍ଷ ପରିବାରକୁ ଏହି ଯୋଜନାରେ ସ୍ମର୍ଟ ହେଲ୍ଥ କାର୍ଡ ଯୋଗାଇ ଦିଆଯାଇଛି। ଏହାଦ୍ବାରା ରାଜ୍ୟର ୩.୩୦ କୋଟି ଲୋକ ଉପକୃତ ହେଉଛନ୍ତି। ହିତାଧିକାରୀ ମାନଙ୍କ ଚିକିତ୍ସା ପାଇଁ ଘରୋଇ ହସପିଟାଲ ମାନଙ୍କୁ ତାଲିକାଭୁକ୍ତ କରାଯାଇଛି। ଏଥିରେ ପ୍ରତି ପରିବାରକୁ ବାର୍ଷିକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଦିଆଯାଉଛି ଏବଂ ମହିଳା ହିତାଧିକାରୀଙ୍କ କ୍ଷେତ୍ରରେ ଏହି ସୁବିଧା ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମିଳିପାରୁଛି ।

ବର୍ତ୍ତମାନ ସୁଦ୍ଧା ୫୦୦ଟି ଘରୋଇ ହସପିଟାଲକୁ ତାଲିକାଭୁକ୍ତ କରାଯାଇଛି ଏବଂ ସେଥିମଧ୍ୟରୁ ୯୮ଟି ହସପିଟାଲ ରାଜ୍ୟ ବାହାରେ ଅଛନ୍ତି। ରାଜ୍ୟ ବାହାରେ ଥିବା ହସପିଟାଲ ଗୁଡିକ ମଧ୍ୟରେ ଜାତୀୟ ସ୍ତରରେ ସୁନାମ ଅର୍ଜନ କରିଥିବା ଟାଟା ମେମୋରିଆଲ ହସପିଟାଲ, ସିଏମସି ଭେଲୋର, ଶ୍ରୀ ଶଂକର କ୍ୟାନସର ହସପିଟାଲ ବାଙ୍ଗାଲୋର, ନାରାୟଣ ହୃଦୟାଳୟ ହସପିଟାଲ, ଫର୍ଟିସ ହସପିଟାଲ, ଆପୋଲ ହସପିଟାଲ ଇତ୍ୟାଦି ରହିଛନ୍ତି । ୧୭ଟି ରାଜ୍ୟରେ ଏହି ହସପିଟାଲ ଗୁଡିକ BSKY ଯୋଜନାରେ ସେବା ଯୋଗାଇ ଦେଉଛନ୍ତି। ସିଏମସି ଭେଲୋରରେ ୭୬ ଜଣ ଓ ଟାଟା ମେମୋରିଆଲ ହସପିଟାଲ ମୁମ୍ବାଇରେ ୯୭୯ ଜଣ ହିତାଧିକାରୀ ଚିକିତ୍ସା ସୁବିଧା ପାଇଛନ୍ତି।

୨୦୨୧ ସେପ୍ଟେମ୍ବର ୧ ରେ ଏହି ଯୋଜନା ଆରମ୍ଭ ହେବା ଠାରୁ ଆଜି ପର୍ଯ୍ୟନ୍ତ ୫,୪୫,୩୩୯ ଜଣ ହିତାଧିକାରୀ ୧୨୯୧ କୋଟି ଟଙ୍କାର ଚିକିତ୍ସା ସୁବିଧା ପାଇଛନ୍ତି। ଏଥିମଧ୍ୟରୁ ରାଜ୍ୟ ବାହାର ହସ୍‌ପିଟାଲ ଗୁଡିକରେ ୨୩,୧୧୯ ଜଣ ହିତାଧିକାରୀ ୬୪.୨୫ କୋଟି ଟଙ୍କାର ଚିକିତ୍ସା ସୁବିଧା ପାଇଛନ୍ତି। ଘରୋଇ ହସପିଟାଲ ଗୁଡିକର ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ସଂପୂର୍ଣ୍ଣ ଭାବେ ବହନ କରୁଛନ୍ତି। ସମୁଦାୟ ୫,୪୫,୩୩୯ ହିତାଧିକାରୀଙ୍କ ମଧ୍ୟରୁ ଅଢେଇ ଲକ୍ଷ ହିତାଧିକାରୀ ପ୍ରତ୍ୟେକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପାଇଥିବା ବେଳେ ୨୨୫ ଜଣ ମହିଳା ରୋଗୀ ପ୍ରତ୍ୟେକ ୫ ଲକ୍ଷ ଟଙ୍କାରୁ ଅଧିକ ଚିକିତ୍ସା ସୁବିଧା ପାଇଛନ୍ତି। ୨୭ ଜଣ ମହିଳା ପ୍ରତ୍ୟେକ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଗ୍ରହଣ କରିଛନ୍ତି।

ବର୍ତ୍ତମାନ ମାସକୁ ପ୍ରାୟ ୭୩ ହଜାର ରୋଗୀ ତାଲିକାଭୁକ୍ତ ହସପିଟାଲ ଗୁଡିକରେ ଚିକିତ୍ସା ପାଉଥିବା ବେଳେ, ଏଥିପାଇଁ ରାଜ୍ୟ ସରକାର ମାସକୁ ୧୬୫ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି।ବିଭିନ୍ନ ତାଲିକାଭୁକ୍ତ ଡାକ୍ତରଖାନାରେ ଚିକିତ୍ସାଧୀନ ହିତାଧିକାରୀ ମାନଙ୍କ ସହିତ BSKY କର୍ତ୍ତୃପକ୍ଷ ସଂପୂର୍ଣ୍ଣ ଯୋଗାଯୋଗରେ ଅଛନ୍ତି। ରୋଗୀଙ୍କ ସନ୍ତୋଷ ହାର ୯୭ ପ୍ରତିଶତ ରହିଛି ବୋଲି ଜଣାଯାଇଛି । ଏହାସହିତ ରୋଗୀମାନଙ୍କ ଆଡମିଶନ ତଥା ଅନ୍ୟାନ୍ୟ ସହାୟତା ପାଇଁ ଏହି ଘରୋଇ ହସ୍‌ପିଟାଲ ଗୁଡିକରେ ସ୍ବାସ୍ଥ୍ୟମିତ୍ର ମାନଙ୍କୁ ରଖାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର