ଧାମନଗର ଉପନିର୍ବାଚନ: ସରିଲା ମତଦାନ, ଇଭିଏମରେ ସିଲ ହେଲା ପ୍ରାର୍ଥୀଙ୍କ ଭାଗ୍ୟ

The Sakala Picture
Published On

ଧାମନଗର: ଧାମନଗର ଉପନିର୍ବାଚନ ପାଇଁ ସରିଲା ମତଦାନ । ଇଭିଏମରେ ସିଲ ହେଲା ନେତାଙ୍କ ଭାଗ୍ୟ । ନିଜର ନୂଆ ବିଧାୟକ କିଏ ହେବ, ତାଙ୍କୁ ବାଛିବା ପକ୍ରିୟା ପୂର୍ଣ୍ଣ କରିଛନ୍ତି ଧାମନଗରବାସୀ । ତେବେ ଯେଉଁମାନେ ମତଦାନ କେନ୍ଦ୍ର ଭିତରେ ରହିଛନ୍ତି ସେମାନେ ଏବେବି ଭୋଟ ଦେଉଛନ୍ତି । ଭୋଟ ଦାନ ପକ୍ରିୟା ଯଦି ବା ସପାପ୍ତ ହୋଇଛି କିନ୍ତୁ ପ୍ରବେଶ କରିଥିବା ମତଦାତାଙ୍କ ଭୋଟ ଦେବା ପର୍ଯ୍ୟନ୍ତ ପକ୍ରିୟା ଜାରି ରହିବ । ତେବେ […]

ଧାମନଗର: ଧାମନଗର ଉପନିର୍ବାଚନ ପାଇଁ ସରିଲା ମତଦାନ । ଇଭିଏମରେ ସିଲ ହେଲା ନେତାଙ୍କ ଭାଗ୍ୟ । ନିଜର ନୂଆ ବିଧାୟକ କିଏ ହେବ, ତାଙ୍କୁ ବାଛିବା ପକ୍ରିୟା ପୂର୍ଣ୍ଣ କରିଛନ୍ତି ଧାମନଗରବାସୀ । ତେବେ ଯେଉଁମାନେ ମତଦାନ କେନ୍ଦ୍ର ଭିତରେ ରହିଛନ୍ତି ସେମାନେ ଏବେବି ଭୋଟ ଦେଉଛନ୍ତି । ଭୋଟ ଦାନ ପକ୍ରିୟା ଯଦି ବା ସପାପ୍ତ ହୋଇଛି କିନ୍ତୁ ପ୍ରବେଶ କରିଥିବା ମତଦାତାଙ୍କ ଭୋଟ ଦେବା ପର୍ଯ୍ୟନ୍ତ ପକ୍ରିୟା ଜାରି ରହିବ ।

ଆହୁରି ପଢ଼ନ୍ତୁ: ନିଶା ଔଷଧ ସ୍ପ୍ରେ କରି ଘରୁ ୨୫ ଲକ୍ଷର ସୁନା ଗହଣା ସହ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ତେବେ ଅନ୍ୟପଟେ ପ୍ରାୟ ଅଧିକାଂଶ ସ୍ଥାନରେ ଶାନ୍ତିପୂର୍ଣ୍ଣ ଭାବରେ ଉପନିର୍ବାଚନ ହୋଇଥିବା ବେଳେ ଗୋଟେ ଦୁଇଟି ସ୍ଥାନରେ ଆଇନ ଶୃଙ୍ଖଳା ପରିସ୍ଥିତି ଉପୁଜିଥିବା ଦେଖିବାକୁ ମିଳିଥିଲା । ୨୦୧୯ ସାଧାରଣ ନିର୍ବାଚନରେ ଧାମନଗର ନିର୍ବାଚନ ମଣ୍ଡଳୀରେ ୭୨.୦୧ ପ୍ରତିଶତ ଭୋଟିଂ ହୋଇଥିବାବେଳେ ଚଳିତଥର ଏହାଠୁ ଅଧିକ କିମ୍ବା ପାଖାପାଖି ଭୋଟିଂ ହେବ ବୋଲି ଆଶା କରାଯାଉଛି ବୋଲି କହିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ମିଳିଥିବା ସୂଚନା ମୁତାବକ ସନ୍ଧ୍ୟା ୫ଟା ସୁଦ୍ଧା ୫୮.୫୩ ପ୍ରତିଶତ ଭୋଟିଂ ହୋଇଛି ।

ଆହୁରି ପଢ଼ନ୍ତୁ: ସମ୍ବଲପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସିମେଣ୍ଟ ମିକ୍ସଚର ଟ୍ରକ୍ ଧକ୍କାରେ ବାପା ଓ ଝିଅଙ୍କ ମୃତ୍ୟୁ

ପିଙ୍କ୍ ବୁଥକୁ ନେଇ ଭୋଟର ସନ୍ତୋଷ ବ୍ୟକ୍ତ କରିଛନ୍ତି । ଆଗାମୀ ନିର୍ବାଚନରେ ପିଙ୍କ ବୁଥ ସଂଖ୍ୟା ବଢାଇବା ଲାଗି ଯୋଜନା କରାଯାଉଛି ବୋଲି କହିଛନ୍ତି ସିଇଓ । ଧାମନଗରର ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ନହେବା ନେଇ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା । ନିଜେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଧାମନଗର ଯାଇ ପରିସ୍ଥିତି ସମୀକ୍ଷା କରିଥିଲେ । ମତଦାନକୁ ନେଇ କିଭଳି ସୂଚାରୁ ରୂପେ କାର୍ଯ୍ୟ କରାଯିବ ସେନେଇ ସ୍ଥିତି ତଦାରଖ କରିଥିଲେ ।

ଆହୁରି ପଢ଼ନ୍ତୁ: ବାଲିଅନ୍ତା ସୌମ୍ୟ ହତ୍ୟା ମାମଲା: ପୋଷ୍ଟମର୍ଟମ ରିପୋର୍ଟରେ ସାମ୍ନାକୁ ଆସିଲା ମୃତ୍ୟୁର ଅସଲ କାରଣ...

03 Nov 2022 By The Sakala

ଧାମନଗର ଉପନିର୍ବାଚନ: ସରିଲା ମତଦାନ, ଇଭିଏମରେ ସିଲ ହେଲା ପ୍ରାର୍ଥୀଙ୍କ ଭାଗ୍ୟ

ଧାମନଗର: ଧାମନଗର ଉପନିର୍ବାଚନ ପାଇଁ ସରିଲା ମତଦାନ । ଇଭିଏମରେ ସିଲ ହେଲା ନେତାଙ୍କ ଭାଗ୍ୟ । ନିଜର ନୂଆ ବିଧାୟକ କିଏ ହେବ, ତାଙ୍କୁ ବାଛିବା ପକ୍ରିୟା ପୂର୍ଣ୍ଣ କରିଛନ୍ତି ଧାମନଗରବାସୀ । ତେବେ ଯେଉଁମାନେ ମତଦାନ କେନ୍ଦ୍ର ଭିତରେ ରହିଛନ୍ତି ସେମାନେ ଏବେବି ଭୋଟ ଦେଉଛନ୍ତି । ଭୋଟ ଦାନ ପକ୍ରିୟା ଯଦି ବା ସପାପ୍ତ ହୋଇଛି କିନ୍ତୁ ପ୍ରବେଶ କରିଥିବା ମତଦାତାଙ୍କ ଭୋଟ ଦେବା ପର୍ଯ୍ୟନ୍ତ ପକ୍ରିୟା ଜାରି ରହିବ ।

ତେବେ ଅନ୍ୟପଟେ ପ୍ରାୟ ଅଧିକାଂଶ ସ୍ଥାନରେ ଶାନ୍ତିପୂର୍ଣ୍ଣ ଭାବରେ ଉପନିର୍ବାଚନ ହୋଇଥିବା ବେଳେ ଗୋଟେ ଦୁଇଟି ସ୍ଥାନରେ ଆଇନ ଶୃଙ୍ଖଳା ପରିସ୍ଥିତି ଉପୁଜିଥିବା ଦେଖିବାକୁ ମିଳିଥିଲା । ୨୦୧୯ ସାଧାରଣ ନିର୍ବାଚନରେ ଧାମନଗର ନିର୍ବାଚନ ମଣ୍ଡଳୀରେ ୭୨.୦୧ ପ୍ରତିଶତ ଭୋଟିଂ ହୋଇଥିବାବେଳେ ଚଳିତଥର ଏହାଠୁ ଅଧିକ କିମ୍ବା ପାଖାପାଖି ଭୋଟିଂ ହେବ ବୋଲି ଆଶା କରାଯାଉଛି ବୋଲି କହିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ମିଳିଥିବା ସୂଚନା ମୁତାବକ ସନ୍ଧ୍ୟା ୫ଟା ସୁଦ୍ଧା ୫୮.୫୩ ପ୍ରତିଶତ ଭୋଟିଂ ହୋଇଛି ।

ପିଙ୍କ୍ ବୁଥକୁ ନେଇ ଭୋଟର ସନ୍ତୋଷ ବ୍ୟକ୍ତ କରିଛନ୍ତି । ଆଗାମୀ ନିର୍ବାଚନରେ ପିଙ୍କ ବୁଥ ସଂଖ୍ୟା ବଢାଇବା ଲାଗି ଯୋଜନା କରାଯାଉଛି ବୋଲି କହିଛନ୍ତି ସିଇଓ । ଧାମନଗରର ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ନହେବା ନେଇ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା । ନିଜେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଧାମନଗର ଯାଇ ପରିସ୍ଥିତି ସମୀକ୍ଷା କରିଥିଲେ । ମତଦାନକୁ ନେଇ କିଭଳି ସୂଚାରୁ ରୂପେ କାର୍ଯ୍ୟ କରାଯିବ ସେନେଇ ସ୍ଥିତି ତଦାରଖ କରିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର