ଆଜିଠୁ ମହା କାର୍ତ୍ତିକର ପଞ୍ଚକ ବ୍ରତ; ଲକ୍ଷ୍ମୀନାରାୟଣ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

The Sakala Picture
Published On

ପୁରୀ: ଆଜିଠୁ ଆରମ୍ଭ ହେଲା ମହା କାର୍ତ୍ତିକର ପଞ୍ଚୁକ ବ୍ରତ। ପଞ୍ଚକ ପାଇଁ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ବତନ୍ତ୍ର ନୀତିକାନ୍ତି ଓ ବେଶ ଅନୁଷ୍ଠିତ ହୋଇଛି । ଶ୍ରୀମନ୍ଦିରରେ କାର୍ତ୍ତିକ ଶୁକ୍ଳ ଏକାଦଶୀଠାରୁ କାର୍ତ୍ତିକ ପୂର୍ଣ୍ଣିମା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ପଞ୍ଚୁକ ବେଶ ଅନୁଷ୍ଠିତ ହେବ। ଅନ୍ୟପକ୍ଷରେ ଶୁକ୍ରବାର ହରି ଉତ୍‍ଥାପନ ଏକାଦଶୀ ରହିଛି। ଶ୍ରୀମନ୍ଦିରରେ ହରି ଉତ୍‍ଥାପନ ଏକାଦଶୀ ନୀତି ସମ୍ପନ୍ନ ହେବା ସହିତ ମହାପ୍ରଭୁଙ୍କର ଠିଆକିଆ ତଥା ଲକ୍ଷ୍ମୀନାରାୟଣ ବେଶ ଅନୁଷ୍ଠିତ ହେବ। ସେହିପରି ନଭେମ୍ବର […]

ପୁରୀ: ଆଜିଠୁ ଆରମ୍ଭ ହେଲା ମହା କାର୍ତ୍ତିକର ପଞ୍ଚୁକ ବ୍ରତ। ପଞ୍ଚକ ପାଇଁ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ବତନ୍ତ୍ର ନୀତିକାନ୍ତି ଓ ବେଶ ଅନୁଷ୍ଠିତ ହୋଇଛି । ଶ୍ରୀମନ୍ଦିରରେ କାର୍ତ୍ତିକ ଶୁକ୍ଳ ଏକାଦଶୀଠାରୁ କାର୍ତ୍ତିକ ପୂର୍ଣ୍ଣିମା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ପଞ୍ଚୁକ ବେଶ ଅନୁଷ୍ଠିତ ହେବ। ଅନ୍ୟପକ୍ଷରେ ଶୁକ୍ରବାର ହରି ଉତ୍‍ଥାପନ ଏକାଦଶୀ ରହିଛି। ଶ୍ରୀମନ୍ଦିରରେ ହରି ଉତ୍‍ଥାପନ ଏକାଦଶୀ ନୀତି ସମ୍ପନ୍ନ ହେବା ସହିତ ମହାପ୍ରଭୁଙ୍କର ଠିଆକିଆ ତଥା ଲକ୍ଷ୍ମୀନାରାୟଣ ବେଶ ଅନୁଷ୍ଠିତ ହେବ। ସେହିପରି ନଭେମ୍ବର ୫ରେ ବାଙ୍କଚୁଡ଼ ବା ବାମନ ବେଶ ଥିବାବେଳେ ଏହିଦିନ ଗରୁଡ଼ ଉତ୍‍ଥାପନ ନୀତି ରହିଛି। ୬ରେ ଡାଳିକିଆ ବା ତ୍ରିବିକ୍ରମ ବେଶ, ୭ରେ ଲକ୍ଷ୍ମୀନୃସିଂହ ବେଶ ଏବଂ ପଞ୍ଚକର ଶେଷ ଦିନ ଅର୍ଥାତ୍‍ ନଭେମ୍ବର ୮ରେ ମହାପ୍ରଭୁଙ୍କ ସୁନାବେଶ ତଥା ରାଜାଧିରାଜ ବେଶ ଅନୁଷ୍ଠିତ ହେବ। କାର୍ତ୍ତିକର ଶେଷ ପାଞ୍ଚଦିନକୁ ପଞ୍ଚୁକ କୁହାଯାଏ, ଯାହା ଶୁକ୍ରବାରଠାରୁ ଆରମ୍ଭ ହେଉଛି। ଦୀର୍ଘ ୨୫ ଦିନ ଧରି ଚାଲିଥିବା ମହାପ୍ରଭୁଙ୍କ ରାଧାଦାମୋଦର ବେଶର ଗୁରୁବାର ଥିଲା ଶେଷ ଦିନ।

ଆହୁରି ପଢ଼ନ୍ତୁ: ଶବ ସତ୍କାରରୁ ଫେରୁଥିଲେ, ନିଜେ ପାଲଟିଗଲେ ଶବ; ବନ୍ୟା ସ୍ରୋତରେ ଚାଲିଗଲା ଜୀବନ

ତେବେ ପଞ୍ଚୁକ ପାଞ୍ଚଦିନ ଭିନ୍ନ ଭିନ୍ନ ବେଶରେ ସଜେଇ ହେବେ ମହାପ୍ରଭୁ। ପ୍ରଥମ ଦିନ ଅର୍ଥାତ୍‍ କାର୍ତ୍ତିକ ଶୁକ୍ଳ ଏକାଦଶୀରେ ଶ୍ରୀବିଗ୍ରହମାନଙ୍କର ଅବକାଶ ନୀତି ପରେ ଲକ୍ଷ୍ମୀନାରାୟଣ ବା ଠିଆକିଆ ବେଶ ହୋଇଥାଏ। ଏହି ବେଶ ଥାଇ ଠାକୁରମାନଙ୍କର ଗୋପାଳବଲ୍ଲଭ, ସକାଳଧୂପ, ବାଳଧୂପ, ଭୋଗମଣ୍ଡପ ଇତ୍ୟାଦି ନୀତି ସମ୍ପନ୍ନ ହେବ। ସ୍ୱର୍ଣ୍ଣ ଅଳଙ୍କାର, ପୁଷ୍ପମାଲ୍ୟ, ପାଟବସ୍ତ୍ର ଇତ୍ୟାଦିରେ ପୁଷ୍ପାଳକ ସେବକମାନେ ଶ୍ରୀବିଗ୍ରହଙ୍କୁ ବେଶ କରିବେ। କାର୍ତ୍ତିକ ମାସରେ ଅନୁଷ୍ଠିତ ରାଧାଦାମୋଦର ବେଶରେ ଠାକୁରମାନେ ଶ୍ରୀହସ୍ତରେ ନଳୀଭୁଜ ଧାରଣ କରୁଥିବାବେଳେ ଲକ୍ଷ୍ମୀନାରାୟଣ ବେଶରେ ଶ୍ରୀଭୁଜ ଓ ଶଙ୍ଖ, ଚକ୍ର, ହଳ, ମୁଷଳ ଓ କେତେକ ଅଧିକ ସ୍ୱର୍ଣ୍ଣ ଅଳଙ୍କାର ଧାରଣ କରିଥାନ୍ତି। ସୁଭଦ୍ରାଙ୍କ ବେଶରେ କିଛି ପରିବର୍ତ୍ତନ ହୁଏ ନାହିଁ। ଏତଦବ୍ୟତୀତ ସୁନାବେଶ ଭଳି ଏହି ବେଶରେ ଠାକୁରମାନଙ୍କ ମସ୍ତକରେ ସ୍ୱର୍ଣ୍ଣ କିରୀଟ ଶୋଭାପାଏ ଓ କିରୀଟ ପଛ ପାର୍ଶ୍ୱରେ ସୁବର୍ଣ୍ଣ କିଆ ଖଞ୍ଜା ଯାଇଥାଏ।

ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖସିଗଲା ହୁଲକ୍ ଗିବନ୍, ପର୍ଯ୍ୟଟକ ପାଟି ଶୁଣି ପୁଣି ନିଜେ ଫେରିଲା ଖୁଆଡ଼କୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର