ଛୋଟ ପିଲାଙ୍କଠାରୁ ଆରମ୍ଭ କରି ବୁଢା ପର୍ଯ୍ୟନ୍ତ ସମସ୍ତଙ୍କୁ ପୁଷ୍ଟି ଯୋଗାଉଛି ମାଣ୍ଡିଆ: ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ପୁଷ୍ଟି ସହ ସମୃଦ୍ଧି ଯୋଡି ହୋଇରହିଛି । ଆଜି ହେଉଛି ସମୃଦ୍ଧିର ଦେବୀ ମା’ ଲକ୍ଷ୍ମୀଙ୍କ ପୂଜାର ଦିନ । ଆଜି ଦିନଟିକୁ ଓଡିଶା ସରକାର ମାଣ୍ଡିଆ ଦିବସ ଭାବରେ ପାଳନ କରୁଛନ୍ତି। ପ୍ରତିବର୍ଷ ନଭେମ୍ବର ୧୦ ତାରିଖକୁ ଆମେ ମାଣ୍ଡିଆ ଦିବସ ଭାବରେ ପାଳନ କରିବା ପାଇଁ ସରକାର ନିଷ୍ପତ୍ତି କରିଛନ୍ତି। ମାଣ୍ଡିଆ ହେଉଛି ପୁଷ୍ଟିର ଭଣ୍ଡାର । ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୁଢା ପର୍ଯ୍ୟନ୍ତ ସମସ୍ତଙ୍କୁ ଏହା ପୁଷ୍ଟି ଯୋଗାଉଛି […]

ଭୁବନେଶ୍ବର: ପୁଷ୍ଟି ସହ ସମୃଦ୍ଧି ଯୋଡି ହୋଇରହିଛି । ଆଜି ହେଉଛି ସମୃଦ୍ଧିର ଦେବୀ ମା’ ଲକ୍ଷ୍ମୀଙ୍କ ପୂଜାର ଦିନ । ଆଜି ଦିନଟିକୁ ଓଡିଶା ସରକାର ମାଣ୍ଡିଆ ଦିବସ ଭାବରେ ପାଳନ କରୁଛନ୍ତି। ପ୍ରତିବର୍ଷ ନଭେମ୍ବର ୧୦ ତାରିଖକୁ ଆମେ ମାଣ୍ଡିଆ ଦିବସ ଭାବରେ ପାଳନ କରିବା ପାଇଁ ସରକାର ନିଷ୍ପତ୍ତି କରିଛନ୍ତି। ମାଣ୍ଡିଆ ହେଉଛି ପୁଷ୍ଟିର ଭଣ୍ଡାର । ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୁଢା ପର୍ଯ୍ୟନ୍ତ ସମସ୍ତଙ୍କୁ ଏହା ପୁଷ୍ଟି ଯୋଗାଉଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଣ୍ଡିଆ ଦିବସ ଅବସରରେ କହିଛନ୍ତି ।

ଆହୁରି ପଢ଼ନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆମ ରାଜ୍ୟରେ ଛୋଟ ଚାଷୀ, ଗରିବ ଆଦିବାସୀ ଚାଷୀ ମାଣ୍ଡିଆ ଚାଷ କରିଥାନ୍ତି । ସେମାନଙ୍କ ଅବସ୍ଥାରେ ଉନ୍ନତି ଏବଂ ଲୋକଙ୍କୁ ପୁଷ୍ଟି ଯୋଗାଣ – ଏ ଦୁଇଟି ବିଷୟକୁ ଧ୍ୟାନ ଦେଇ ଆମେ ମିଲେଟ ମିଶନ ଆରମ୍ଭ କରିଛୁ । ଏଥିରେ ପାଞ୍ଚ ବର୍ଷରେ ଦୁଇ ହଜାର ଆଠ ଶହ କୋଟି ଟଙ୍କା ଖର୍ଚ୍ଚ କରାଯିବ।

ଆହୁରି ପଢ଼ନ୍ତୁ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ନବୀନ

ଆମର ମିଲେଟ ମିଶନ ସାରା ବିଶ୍ବର ଦୃଷ୍ଟି ଆକର୍ଷଣ କରିବାରେ ସଫଳ ହୋଇଛି । ୟୁନାଇଟେ ନେସନ ମଧ୍ୟ ଏହି କାର୍ଯ୍ୟକ୍ରମର ପ୍ରଶଂସା କରିଛି । ଅନ୍ୟ ରାଜ୍ୟ ମାନଙ୍କ ପାଇଁ ଆଦର୍ଶ ହୋଇଛି । ରାଜ୍ୟର ସବୁ ଜିଲ୍ଲାରେ ମିଲେଟ ମିଶନ କାର୍ଯ୍ୟକାରି କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି କରିଛନ୍ତି । ଏବେ ଏହି ମିଶନ ସହ ୨ ଲକ୍ଷ ଚାଷୀ, ୮୨ଟି FPO ଓ ୧୨୦୦ ମିଶନ ଶକ୍ତି ଗ୍ରୁପ ସାମିଲ ହୋଇଛନ୍ତି । ଆଗକୁ ଆହୁରି ଚାଷୀ ଓ ମିଶନ ଶକ୍ତି ଗ୍ରୁପ ଏହି କାର୍ଯ୍ୟକ୍ରମରେ ସାମିଲ ହେବେ । ମାଣ୍ଡିଆକୁ ଶ୍ରେଷ୍ଠ ଆହାର ଭାବରେ ଲୋକପ୍ରିୟ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ କରିଛନ୍ତି।

ଆହୁରି ପଢ଼ନ୍ତୁ: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ଓଡିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ

10 Nov 2022 By The Sakala

ଛୋଟ ପିଲାଙ୍କଠାରୁ ଆରମ୍ଭ କରି ବୁଢା ପର୍ଯ୍ୟନ୍ତ ସମସ୍ତଙ୍କୁ ପୁଷ୍ଟି ଯୋଗାଉଛି ମାଣ୍ଡିଆ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପୁଷ୍ଟି ସହ ସମୃଦ୍ଧି ଯୋଡି ହୋଇରହିଛି । ଆଜି ହେଉଛି ସମୃଦ୍ଧିର ଦେବୀ ମା’ ଲକ୍ଷ୍ମୀଙ୍କ ପୂଜାର ଦିନ । ଆଜି ଦିନଟିକୁ ଓଡିଶା ସରକାର ମାଣ୍ଡିଆ ଦିବସ ଭାବରେ ପାଳନ କରୁଛନ୍ତି। ପ୍ରତିବର୍ଷ ନଭେମ୍ବର ୧୦ ତାରିଖକୁ ଆମେ ମାଣ୍ଡିଆ ଦିବସ ଭାବରେ ପାଳନ କରିବା ପାଇଁ ସରକାର ନିଷ୍ପତ୍ତି କରିଛନ୍ତି। ମାଣ୍ଡିଆ ହେଉଛି ପୁଷ୍ଟିର ଭଣ୍ଡାର । ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୁଢା ପର୍ଯ୍ୟନ୍ତ ସମସ୍ତଙ୍କୁ ଏହା ପୁଷ୍ଟି ଯୋଗାଉଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଣ୍ଡିଆ ଦିବସ ଅବସରରେ କହିଛନ୍ତି ।

ଆମ ରାଜ୍ୟରେ ଛୋଟ ଚାଷୀ, ଗରିବ ଆଦିବାସୀ ଚାଷୀ ମାଣ୍ଡିଆ ଚାଷ କରିଥାନ୍ତି । ସେମାନଙ୍କ ଅବସ୍ଥାରେ ଉନ୍ନତି ଏବଂ ଲୋକଙ୍କୁ ପୁଷ୍ଟି ଯୋଗାଣ – ଏ ଦୁଇଟି ବିଷୟକୁ ଧ୍ୟାନ ଦେଇ ଆମେ ମିଲେଟ ମିଶନ ଆରମ୍ଭ କରିଛୁ । ଏଥିରେ ପାଞ୍ଚ ବର୍ଷରେ ଦୁଇ ହଜାର ଆଠ ଶହ କୋଟି ଟଙ୍କା ଖର୍ଚ୍ଚ କରାଯିବ।

ଆମର ମିଲେଟ ମିଶନ ସାରା ବିଶ୍ବର ଦୃଷ୍ଟି ଆକର୍ଷଣ କରିବାରେ ସଫଳ ହୋଇଛି । ୟୁନାଇଟେ ନେସନ ମଧ୍ୟ ଏହି କାର୍ଯ୍ୟକ୍ରମର ପ୍ରଶଂସା କରିଛି । ଅନ୍ୟ ରାଜ୍ୟ ମାନଙ୍କ ପାଇଁ ଆଦର୍ଶ ହୋଇଛି । ରାଜ୍ୟର ସବୁ ଜିଲ୍ଲାରେ ମିଲେଟ ମିଶନ କାର୍ଯ୍ୟକାରି କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି କରିଛନ୍ତି । ଏବେ ଏହି ମିଶନ ସହ ୨ ଲକ୍ଷ ଚାଷୀ, ୮୨ଟି FPO ଓ ୧୨୦୦ ମିଶନ ଶକ୍ତି ଗ୍ରୁପ ସାମିଲ ହୋଇଛନ୍ତି । ଆଗକୁ ଆହୁରି ଚାଷୀ ଓ ମିଶନ ଶକ୍ତି ଗ୍ରୁପ ଏହି କାର୍ଯ୍ୟକ୍ରମରେ ସାମିଲ ହେବେ । ମାଣ୍ଡିଆକୁ ଶ୍ରେଷ୍ଠ ଆହାର ଭାବରେ ଲୋକପ୍ରିୟ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ କରିଛନ୍ତି।

https://www.thesakala.in/latest-odisha-news/mandia-provides-nutrition-to-everyone-from-small-children-to-old-people/article-16447
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର