ଛୋଟ ପିଲାଙ୍କଠାରୁ ଆରମ୍ଭ କରି ବୁଢା ପର୍ଯ୍ୟନ୍ତ ସମସ୍ତଙ୍କୁ ପୁଷ୍ଟି ଯୋଗାଉଛି ମାଣ୍ଡିଆ: ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ପୁଷ୍ଟି ସହ ସମୃଦ୍ଧି ଯୋଡି ହୋଇରହିଛି । ଆଜି ହେଉଛି ସମୃଦ୍ଧିର ଦେବୀ ମା’ ଲକ୍ଷ୍ମୀଙ୍କ ପୂଜାର ଦିନ । ଆଜି ଦିନଟିକୁ ଓଡିଶା ସରକାର ମାଣ୍ଡିଆ ଦିବସ ଭାବରେ ପାଳନ କରୁଛନ୍ତି। ପ୍ରତିବର୍ଷ ନଭେମ୍ବର ୧୦ ତାରିଖକୁ ଆମେ ମାଣ୍ଡିଆ ଦିବସ ଭାବରେ ପାଳନ କରିବା ପାଇଁ ସରକାର ନିଷ୍ପତ୍ତି କରିଛନ୍ତି। ମାଣ୍ଡିଆ ହେଉଛି ପୁଷ୍ଟିର ଭଣ୍ଡାର । ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୁଢା ପର୍ଯ୍ୟନ୍ତ ସମସ୍ତଙ୍କୁ ଏହା ପୁଷ୍ଟି ଯୋଗାଉଛି […]

ଭୁବନେଶ୍ବର: ପୁଷ୍ଟି ସହ ସମୃଦ୍ଧି ଯୋଡି ହୋଇରହିଛି । ଆଜି ହେଉଛି ସମୃଦ୍ଧିର ଦେବୀ ମା’ ଲକ୍ଷ୍ମୀଙ୍କ ପୂଜାର ଦିନ । ଆଜି ଦିନଟିକୁ ଓଡିଶା ସରକାର ମାଣ୍ଡିଆ ଦିବସ ଭାବରେ ପାଳନ କରୁଛନ୍ତି। ପ୍ରତିବର୍ଷ ନଭେମ୍ବର ୧୦ ତାରିଖକୁ ଆମେ ମାଣ୍ଡିଆ ଦିବସ ଭାବରେ ପାଳନ କରିବା ପାଇଁ ସରକାର ନିଷ୍ପତ୍ତି କରିଛନ୍ତି। ମାଣ୍ଡିଆ ହେଉଛି ପୁଷ୍ଟିର ଭଣ୍ଡାର । ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୁଢା ପର୍ଯ୍ୟନ୍ତ ସମସ୍ତଙ୍କୁ ଏହା ପୁଷ୍ଟି ଯୋଗାଉଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଣ୍ଡିଆ ଦିବସ ଅବସରରେ କହିଛନ୍ତି ।

ଆହୁରି ପଢ଼ନ୍ତୁ: ଆଜି ମା'ଙ୍କ ଭସାଣି: ସୁରକ୍ଷା ପାଇଁ ଭୁବନେଶ୍ୱରରେ ମୁତୟନ ହେବେ ୪୮ ପ୍ଲାଟୁନ୍ ପୋଲିସ, DJ ଉପରେ କଟକଣା

ଆମ ରାଜ୍ୟରେ ଛୋଟ ଚାଷୀ, ଗରିବ ଆଦିବାସୀ ଚାଷୀ ମାଣ୍ଡିଆ ଚାଷ କରିଥାନ୍ତି । ସେମାନଙ୍କ ଅବସ୍ଥାରେ ଉନ୍ନତି ଏବଂ ଲୋକଙ୍କୁ ପୁଷ୍ଟି ଯୋଗାଣ – ଏ ଦୁଇଟି ବିଷୟକୁ ଧ୍ୟାନ ଦେଇ ଆମେ ମିଲେଟ ମିଶନ ଆରମ୍ଭ କରିଛୁ । ଏଥିରେ ପାଞ୍ଚ ବର୍ଷରେ ଦୁଇ ହଜାର ଆଠ ଶହ କୋଟି ଟଙ୍କା ଖର୍ଚ୍ଚ କରାଯିବ।

ଆହୁରି ପଢ଼ନ୍ତୁ: ପ୍ରଧାନମନ୍ତ୍ରୀ ମୋଦୀଙ୍କ ଓଡ଼ିଶା ଗସ୍ତ: RBI ପ୍ରକଳ୍ପର କରିବେ ଉଦଘାଟନ, ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

ଆମର ମିଲେଟ ମିଶନ ସାରା ବିଶ୍ବର ଦୃଷ୍ଟି ଆକର୍ଷଣ କରିବାରେ ସଫଳ ହୋଇଛି । ୟୁନାଇଟେ ନେସନ ମଧ୍ୟ ଏହି କାର୍ଯ୍ୟକ୍ରମର ପ୍ରଶଂସା କରିଛି । ଅନ୍ୟ ରାଜ୍ୟ ମାନଙ୍କ ପାଇଁ ଆଦର୍ଶ ହୋଇଛି । ରାଜ୍ୟର ସବୁ ଜିଲ୍ଲାରେ ମିଲେଟ ମିଶନ କାର୍ଯ୍ୟକାରି କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି କରିଛନ୍ତି । ଏବେ ଏହି ମିଶନ ସହ ୨ ଲକ୍ଷ ଚାଷୀ, ୮୨ଟି FPO ଓ ୧୨୦୦ ମିଶନ ଶକ୍ତି ଗ୍ରୁପ ସାମିଲ ହୋଇଛନ୍ତି । ଆଗକୁ ଆହୁରି ଚାଷୀ ଓ ମିଶନ ଶକ୍ତି ଗ୍ରୁପ ଏହି କାର୍ଯ୍ୟକ୍ରମରେ ସାମିଲ ହେବେ । ମାଣ୍ଡିଆକୁ ଶ୍ରେଷ୍ଠ ଆହାର ଭାବରେ ଲୋକପ୍ରିୟ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ କରିଛନ୍ତି।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା: ଅକ୍ଟୋବର ୨୪ ସୁଦ୍ଧା ଉପକୂଳକୁ ଫେରିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର