ପଦ୍ମପୁର ଉପନିର୍ବାଚନ: ନାମାଙ୍କନ ଭରିଲେ ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରିହା

The Sakala Picture
Published On

ପଦ୍ମପୁର: ଆଜି ନାମାଙ୍କର ଶେଷ ଦିନ ରହିଛି। ନାମାଙ୍କର ଭରିଛନ୍ତି ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରିହା । ଉପଜିଲ୍ଲାପାଳଙ୍କ ଅଫିସରେ ନାମାଙ୍କ ଭରିଛନ୍ତି ବର୍ଷା । ଦଳୀୟ ନେତାଙ୍କ ଉପସ୍ଥିତିରେ ନାମାଙ୍କନ ଭରିଛନ୍ତି ବର୍ଷା ସିଂହ ବରିହା । ସାଙ୍ଗରେ ସ୍ନେହାଙ୍ଗିନୀ ଛୁରିଆ, ଶ୍ରୀମୟୀ ମିଶ୍ର, ମନ୍ତ୍ରୀ ରୀତୀ ସୀହୁ, ବହୁ ସମର୍ଥକ ଓ ଦଳର ବରିଷ୍ଠ ନେତାମାନେ ଉପସ୍ଥିତ ରହିଛନ୍ତି। ଏହା ପୂର୍ବରୁ  ପୂଜାର୍ଚ୍ଚନା ପାଇଁ ମାଣ୍ଡୋସିଲ ନିକଟ ବୁଢ଼ାରଜା ମନ୍ଦିର ଠାରେ ପୂଜା […]

ପଦ୍ମପୁର: ଆଜି ନାମାଙ୍କର ଶେଷ ଦିନ ରହିଛି। ନାମାଙ୍କର ଭରିଛନ୍ତି ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରିହା । ଉପଜିଲ୍ଲାପାଳଙ୍କ ଅଫିସରେ ନାମାଙ୍କ ଭରିଛନ୍ତି ବର୍ଷା । ଦଳୀୟ ନେତାଙ୍କ ଉପସ୍ଥିତିରେ ନାମାଙ୍କନ ଭରିଛନ୍ତି ବର୍ଷା ସିଂହ ବରିହା । ସାଙ୍ଗରେ ସ୍ନେହାଙ୍ଗିନୀ ଛୁରିଆ, ଶ୍ରୀମୟୀ ମିଶ୍ର, ମନ୍ତ୍ରୀ ରୀତୀ ସୀହୁ, ବହୁ ସମର୍ଥକ ଓ ଦଳର ବରିଷ୍ଠ ନେତାମାନେ ଉପସ୍ଥିତ ରହିଛନ୍ତି।

ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖସିଗଲା ହୁଲକ୍ ଗିବନ୍, ପର୍ଯ୍ୟଟକ ପାଟି ଶୁଣି ପୁଣି ନିଜେ ଫେରିଲା ଖୁଆଡ଼କୁ

ଏହା ପୂର୍ବରୁ  ପୂଜାର୍ଚ୍ଚନା ପାଇଁ ମାଣ୍ଡୋସିଲ ନିକଟ ବୁଢ଼ାରଜା ମନ୍ଦିର ଠାରେ ପୂଜା କରିଥିଲେ। ପୂର୍ବରୁ ମଧ୍ୟ ଏହି ମନ୍ଦିରରେ ଦିବଂଗତ ନେତା ତଥା ବାପା ବିଜୟ ରଂଜନ ସିଂହ ବରିହା ପୂଜାର୍ଚ୍ଚନା କଲା ପରେ ନାମାଙ୍କନ ଦାଖଲ କରୁଥିଲେ। ବରିହା ପରିବାରର ପ୍ରତ୍ୟେକ ଶୁଭ କାର୍ଯ୍ଯ ପୂର୍ବରୁ ଏହି ମନ୍ଦିରରେ ପୂଜାର୍ଚ୍ଚନା ହୁଏ। ଏହି ସ୍ଥାନରେ ଅଞ୍ଚଳବାସୀ ଓ ବିଜେଡ଼ି କର୍ମୀ ମାନେ ଉପସ୍ଥିତ ଥିଲେ। ଗତକାଲି ପଦମପୁର, ପଶ୍ଚିମ ଓଡ଼ିଶା ସହ ଉପକୂଳ ଓଡ଼ିଶା ଦେଖିଥିଲା ଦିବଂଗତ ବିଧାୟକ ବିଜୟ ରଂଜନ ସିଂହ ବରିହାଙ୍କ ସୁପୁତ୍ରୀ ବର୍ଷାଙ୍କ ପଲିଟିକାଲ ଇମେଜ। ମଞ୍ଚ ଉପରୁ ଦଳର ହେଭିୱେଟଙ୍କ ଉପସ୍ଥିତିରେ ବାପାଙ୍କୁ ମନେ ପକାଇ ଲୁହ ଭିଜା ଆଖିରେ ବର୍ଷା ପଦମପୁରର ଆଶୀର୍ବାଦ ଲୋଡିଥିଲେ।

ଆହୁରି ପଢ଼ନ୍ତୁ: ଉପମୁଖ୍ୟମନ୍ତ୍ରୀଙ୍କ PA ପରିଚୟ ଦେଇ ୧ କୋଟି ଟଙ୍କା ଠକେଇ, ଦୀଘାରୁ ମହାଠକକୁ ଗିରଫ କଲା ପୋଲିସ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର