କାଲି ଅବପାତର ରୂପ ନେବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ; ଓଡ଼ିଶା ଉପରେ ନାହିଁ ବିଶେଷ ପ୍ରଭାବ

The Sakala Picture
Published On

ଭୁବନେଶ୍ୱର: ଦକ୍ଷିଣପୂର୍ବ ବଙ୍ଗୋପସାଗର ସଂଲଗ୍ନ ଆଣ୍ଡାମାନ ସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଗୁରୁବାର ସକାଳେ ଏହି ଲଘୁଚାପ ସୃଷ୍ଟି ହୋଇଥିବା ବେଳେ ଧୀରେ ଧୀରେ ଏହା ଅଧିକ ଶକ୍ତିଶାଳୀ ହେଉଛି। ଏହି ଲଘୁଚାପ କ୍ଷେତ୍ରଟି ଆସନ୍ତା କାଲି ସୁଦ୍ଧା ଶକ୍ତିଶାଳୀ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ଥିବା ବେଳେ ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ପଡ଼ିବ ନାହିଁ ବୋଲି ଆକଳନ କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଏହି ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ […]

ଭୁବନେଶ୍ୱର: ଦକ୍ଷିଣପୂର୍ବ ବଙ୍ଗୋପସାଗର ସଂଲଗ୍ନ ଆଣ୍ଡାମାନ ସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଗୁରୁବାର ସକାଳେ ଏହି ଲଘୁଚାପ ସୃଷ୍ଟି ହୋଇଥିବା ବେଳେ ଧୀରେ ଧୀରେ ଏହା ଅଧିକ ଶକ୍ତିଶାଳୀ ହେଉଛି। ଏହି ଲଘୁଚାପ କ୍ଷେତ୍ରଟି ଆସନ୍ତା କାଲି ସୁଦ୍ଧା ଶକ୍ତିଶାଳୀ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ଥିବା ବେଳେ ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ପଡ଼ିବ ନାହିଁ ବୋଲି ଆକଳନ କରାଯାଇଛି।

ଆହୁରି ପଢ଼ନ୍ତୁ: ପବିତ୍ର ଅକ୍ଷୟ ତୃତୀୟାରେ ଚାଷୀଙ୍କ ଆକାଉଣ୍ଟକୁ ଗଲା ସିଏମ୍‌ କିଷାନ ଟଙ୍କା

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଏହି ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ ଓ କାଲି ଅବପାତରେ ପରଣତ ହୋଇ ପରବର୍ତ୍ତୀ ୩ଦିନ ଯାଏଁ ତାମିଲନାଡୁ-ପୁଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହେବ। ଏହା ପ୍ରଭାବରେ ୨୧ ତାରିଖରେ ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଆଦି ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର କହିଛି।

ଆହୁରି ପଢ଼ନ୍ତୁ: ବିଜେଡି ସାଂସଦଙ୍କ କଡ଼ା ସମାଲୋଚନା: ସୀମା ପୁନଃନିର୍ଦ୍ଧାରଣ ବିଲ୍‌ ପାରିତ କରିବାରେ କେନ୍ଦ୍ର ସରକାର ବିଫଳ

ଅନ୍ୟପଟେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ଶୀତ ଆରମ୍ଭ ହୋଇଯାଇଛି। ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତର ପ୍ରକୋପ ଅଧିକ ରହୁଛି। ଗତ ୨୪ ଘଣ୍ଟାରେ ଶେମିଳିଗୁଡ଼ାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ଏଠାରେ ପାରଦ ୭.୬ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ସେହିପରି ଜି ଉଦୟଗିରିରେ ତାମପାତ୍ରା ୮.୨ ଡିଗ୍ରୀ ରହିଥିବା ବେଳେ ମୋଟ୍‍ ୯ ଟି ସହରରେ ପାରଦ ୧୫ ଡିଗ୍ରୀ ତଳେ ରହିଛି।

ଆହୁରି ପଢ଼ନ୍ତୁ: ଭିସୁଟରେ ପୁଣି ରାଗିଂ ଅଭିଯୋଗ, ଅଭିଯୁକ୍ତ ୪ ସିନିଅର ଛାତ୍ରଙ୍କୁ ଅର୍ଥଦଣ୍ଡରେ ଦଣ୍ଡିତ କଲା କର୍ତ୍ତୃପକ୍ଷ

18 Nov 2022 By The Sakala

କାଲି ଅବପାତର ରୂପ ନେବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ; ଓଡ଼ିଶା ଉପରେ ନାହିଁ ବିଶେଷ ପ୍ରଭାବ

ଭୁବନେଶ୍ୱର: ଦକ୍ଷିଣପୂର୍ବ ବଙ୍ଗୋପସାଗର ସଂଲଗ୍ନ ଆଣ୍ଡାମାନ ସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଗୁରୁବାର ସକାଳେ ଏହି ଲଘୁଚାପ ସୃଷ୍ଟି ହୋଇଥିବା ବେଳେ ଧୀରେ ଧୀରେ ଏହା ଅଧିକ ଶକ୍ତିଶାଳୀ ହେଉଛି। ଏହି ଲଘୁଚାପ କ୍ଷେତ୍ରଟି ଆସନ୍ତା କାଲି ସୁଦ୍ଧା ଶକ୍ତିଶାଳୀ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ଥିବା ବେଳେ ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ପଡ଼ିବ ନାହିଁ ବୋଲି ଆକଳନ କରାଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଏହି ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ ଓ କାଲି ଅବପାତରେ ପରଣତ ହୋଇ ପରବର୍ତ୍ତୀ ୩ଦିନ ଯାଏଁ ତାମିଲନାଡୁ-ପୁଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହେବ। ଏହା ପ୍ରଭାବରେ ୨୧ ତାରିଖରେ ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଆଦି ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର କହିଛି।

ଅନ୍ୟପଟେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ଶୀତ ଆରମ୍ଭ ହୋଇଯାଇଛି। ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତର ପ୍ରକୋପ ଅଧିକ ରହୁଛି। ଗତ ୨୪ ଘଣ୍ଟାରେ ଶେମିଳିଗୁଡ଼ାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ଏଠାରେ ପାରଦ ୭.୬ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ସେହିପରି ଜି ଉଦୟଗିରିରେ ତାମପାତ୍ରା ୮.୨ ଡିଗ୍ରୀ ରହିଥିବା ବେଳେ ମୋଟ୍‍ ୯ ଟି ସହରରେ ପାରଦ ୧୫ ଡିଗ୍ରୀ ତଳେ ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର