ଆଜି ବିନା ଟିକେଟରେ ବୁଲିପାରିବେ ଭାରତର ସମସ୍ତ ଐତିହ୍ୟ ସ୍ଥଳ; ବିଶ୍ୱ ଐତିହ୍ୟ ସପ୍ତାହ ଅବସରରେ ଏଏସ୍ଆଇ ପକ୍ଷରୁ ଘୋଷଣା

The Sakala Picture
Published On

ଭୁବନେଶ୍ୱର: ପର୍ଯ୍ୟଟକଙ୍କ ପାଇଁ ଖୁସିଖବର । ଆଜି ବିନା ଟିକେଟରେ ବୁଲିପାରିବେ ଭାରତର ସମସ୍ତ ଐତିହ୍ୟ ସ୍ଥଳ । ବିଶ୍ୱ ଐତିହ୍ୟ ସପ୍ତାହ ଅବସରରେ ଏଏସ୍ଆଇ ପକ୍ଷରୁ ଏହି ଘୋଷଣା କରାଯାଇଛି। ଆର୍କୋଲୋଜିକାଲ୍ ସର୍ଭେ ଅଫ୍ ଇଣ୍ଡିଆ ବା ଏଏସ୍ଆଇ ଅଧିନରେ ଥିବା ସମସ୍ତ ଐତିହ୍ୟ ସ୍ଥଳକୁ ଆଜି ଟିକେଟ୍ ମୁକ୍ତ କରାଯାଇଛି। ବିଶ୍ୱ ଐତିହ୍ୟ ସପ୍ତାହ ସମାରୋହ ପାଳନ ସହିତ ପର୍ଯ୍ୟଟକଙ୍କୁ ଗୋଟିଏ ଦିନ ପାଇଁ ଶୁଳ୍କ ଛାଡ଼ ହୋଇଥିବା ସଂରକ୍ଷଣ ଅଧିକାରୀ ନିରଜ ସିଂ […]

ଭୁବନେଶ୍ୱର: ପର୍ଯ୍ୟଟକଙ୍କ ପାଇଁ ଖୁସିଖବର । ଆଜି ବିନା ଟିକେଟରେ ବୁଲିପାରିବେ ଭାରତର ସମସ୍ତ ଐତିହ୍ୟ ସ୍ଥଳ । ବିଶ୍ୱ ଐତିହ୍ୟ ସପ୍ତାହ ଅବସରରେ ଏଏସ୍ଆଇ ପକ୍ଷରୁ ଏହି ଘୋଷଣା କରାଯାଇଛି। ଆର୍କୋଲୋଜିକାଲ୍ ସର୍ଭେ ଅଫ୍ ଇଣ୍ଡିଆ ବା ଏଏସ୍ଆଇ ଅଧିନରେ ଥିବା ସମସ୍ତ ଐତିହ୍ୟ ସ୍ଥଳକୁ ଆଜି ଟିକେଟ୍ ମୁକ୍ତ କରାଯାଇଛି। ବିଶ୍ୱ ଐତିହ୍ୟ ସପ୍ତାହ ସମାରୋହ ପାଳନ ସହିତ ପର୍ଯ୍ୟଟକଙ୍କୁ ଗୋଟିଏ ଦିନ ପାଇଁ ଶୁଳ୍କ ଛାଡ଼ ହୋଇଥିବା ସଂରକ୍ଷଣ ଅଧିକାରୀ ନିରଜ ସିଂ ପ୍ରକାଶ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଛତା ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ

ସମଗ୍ର ବିଶ୍ବରେ ପାଳନ ହେଉଛି ବିଶ୍ୱ ଐତିହ୍ୟ ସପ୍ତାହ। ଆଜି ଠାରୁ ୨୫ତାରିଖ ପର୍ଯ୍ୟନ୍ତ ଏହି ସପ୍ତାହ ପାଳନ କରାଯାଉଛି। ବିଶ୍ୱ ଐତିହ୍ୟ ସପ୍ତାହର ଆଜି ପ୍ରଥମ ଦିନରେ ଆଗ୍ରା ସ୍ଥିତ ତାଜମହଲ ସମେତ ଦେଶର ସମସ୍ତ ଐତିହ୍ୟ ସ୍ଥଳୀକୁ ପର୍ଯ୍ୟଟକଙ୍କ ପାଇଁ ମାଗଣାରେ ଅର୍ଥାତ ବିନା ଟିକେଟରେ ବୁଲିବାକୁ ଅନୁମତି ଦିଆଯାଇଛି। ଏଏସ୍ଆଇ ଅଧିନରେ ଥିବା ଓଡ଼ିଶାର କୋଣାର୍କ ମନ୍ଦିର ସହ ରାଜାରାଣୀ ପରିଦର୍ଶନ ପାଇଁ ଆଜି ପର୍ଯ୍ୟଟକଙ୍କୁ ଟିକେଟ୍ କରିବାକୁ ପଡ଼ିବନାହିଁ। ଏ ନେଇ ଏଏସ୍ଆଇ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି। ଏହି ଅବସରରେ ଭୁବନେଶ୍ୱର ଖଣ୍ଡଗିରିରେ ପର୍ଯ୍ୟଟକଙ୍କ ବେଶ ଭିଡ଼ ପରିଲକ୍ଷିତ ହୋଇଛି। ଯାହାକୁ ନେଇ ପର୍ଯ୍ୟଟକଙ୍କ ମଧ୍ୟରେ ବେଶ ଉତ୍ସାହ ପରିଲକ୍ଷିତ ହୋଇଛି।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

19 Nov 2022 By The Sakala

ଆଜି ବିନା ଟିକେଟରେ ବୁଲିପାରିବେ ଭାରତର ସମସ୍ତ ଐତିହ୍ୟ ସ୍ଥଳ; ବିଶ୍ୱ ଐତିହ୍ୟ ସପ୍ତାହ ଅବସରରେ ଏଏସ୍ଆଇ ପକ୍ଷରୁ ଘୋଷଣା

ଭୁବନେଶ୍ୱର: ପର୍ଯ୍ୟଟକଙ୍କ ପାଇଁ ଖୁସିଖବର । ଆଜି ବିନା ଟିକେଟରେ ବୁଲିପାରିବେ ଭାରତର ସମସ୍ତ ଐତିହ୍ୟ ସ୍ଥଳ । ବିଶ୍ୱ ଐତିହ୍ୟ ସପ୍ତାହ ଅବସରରେ ଏଏସ୍ଆଇ ପକ୍ଷରୁ ଏହି ଘୋଷଣା କରାଯାଇଛି। ଆର୍କୋଲୋଜିକାଲ୍ ସର୍ଭେ ଅଫ୍ ଇଣ୍ଡିଆ ବା ଏଏସ୍ଆଇ ଅଧିନରେ ଥିବା ସମସ୍ତ ଐତିହ୍ୟ ସ୍ଥଳକୁ ଆଜି ଟିକେଟ୍ ମୁକ୍ତ କରାଯାଇଛି। ବିଶ୍ୱ ଐତିହ୍ୟ ସପ୍ତାହ ସମାରୋହ ପାଳନ ସହିତ ପର୍ଯ୍ୟଟକଙ୍କୁ ଗୋଟିଏ ଦିନ ପାଇଁ ଶୁଳ୍କ ଛାଡ଼ ହୋଇଥିବା ସଂରକ୍ଷଣ ଅଧିକାରୀ ନିରଜ ସିଂ ପ୍ରକାଶ କରିଛନ୍ତି ।

ସମଗ୍ର ବିଶ୍ବରେ ପାଳନ ହେଉଛି ବିଶ୍ୱ ଐତିହ୍ୟ ସପ୍ତାହ। ଆଜି ଠାରୁ ୨୫ତାରିଖ ପର୍ଯ୍ୟନ୍ତ ଏହି ସପ୍ତାହ ପାଳନ କରାଯାଉଛି। ବିଶ୍ୱ ଐତିହ୍ୟ ସପ୍ତାହର ଆଜି ପ୍ରଥମ ଦିନରେ ଆଗ୍ରା ସ୍ଥିତ ତାଜମହଲ ସମେତ ଦେଶର ସମସ୍ତ ଐତିହ୍ୟ ସ୍ଥଳୀକୁ ପର୍ଯ୍ୟଟକଙ୍କ ପାଇଁ ମାଗଣାରେ ଅର୍ଥାତ ବିନା ଟିକେଟରେ ବୁଲିବାକୁ ଅନୁମତି ଦିଆଯାଇଛି। ଏଏସ୍ଆଇ ଅଧିନରେ ଥିବା ଓଡ଼ିଶାର କୋଣାର୍କ ମନ୍ଦିର ସହ ରାଜାରାଣୀ ପରିଦର୍ଶନ ପାଇଁ ଆଜି ପର୍ଯ୍ୟଟକଙ୍କୁ ଟିକେଟ୍ କରିବାକୁ ପଡ଼ିବନାହିଁ। ଏ ନେଇ ଏଏସ୍ଆଇ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି। ଏହି ଅବସରରେ ଭୁବନେଶ୍ୱର ଖଣ୍ଡଗିରିରେ ପର୍ଯ୍ୟଟକଙ୍କ ବେଶ ଭିଡ଼ ପରିଲକ୍ଷିତ ହୋଇଛି। ଯାହାକୁ ନେଇ ପର୍ଯ୍ୟଟକଙ୍କ ମଧ୍ୟରେ ବେଶ ଉତ୍ସାହ ପରିଲକ୍ଷିତ ହୋଇଛି।

https://www.thesakala.in/latest-odisha-news/world-heritage-week-2022-free-entry-to-all-asi-protected-monuments-today/article-16668
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର