ଓଡିଶାରେ ଏକ ଲକ୍ଷ କୋଟି ପୁଞ୍ଜି ନିବେଶ କରିବ ଜେଏସଡବ୍ଲ୍ୟୁ; ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍‌ରେ ଘୋଷଣା କଲେ ଅଧ୍ୟକ୍ଷ ସଜ୍ଜନ ଜିନ୍ଦଲ

The Sakala Picture
Published On

ଭୁବନେଶ୍ଵର: ମେକ୍ ଇନ୍ ଓଡ଼ିଶା କନକ୍ଲେଭରେ ଜେଏସଡବ୍ଲ୍ୟୁ ଅଧ୍ୟକ୍ଷ ସଜ୍ଜନ ଜିନ୍ଦଲଙ୍କ ବଡ ଘୋଷଣା । ଓଡ଼ିଶାରେ ଆଉ ୧ ଲକ୍ଷ କୋଟିର ପୁଞ୍ଜି ନିବେଶ କରିବ ଜେଏସଡବ୍ଲ୍ୟୁ । ଷ୍ଟିଲ୍ ଓ ସୋଲାର କ୍ଷେତ୍ରରେ ପୁଞ୍ଜି ନିବେଶ କରାଯିବ । ଏହାପୂର୍ବରୁ ୨୦୧୮ ରେ ୬୦ ହଜାର କୋଟି ଟଙ୍କା ନିବେଶ ଲାଗି ଜେଏସଡବ୍ଲ୍ୟୁ ପ୍ରତିଶ୍ରୁତିବଦ୍ଧ ହୋଇଥିଲା । ସେଥିମଧ୍ୟରୁ ୩୦ ହଜାର କୋଟି ନିବେଶ ହୋଇସାରିଛି । ଏବେ ଆଉ ୧ ଲକ୍ଷ କୋଟି […]

ଭୁବନେଶ୍ଵର: ମେକ୍ ଇନ୍ ଓଡ଼ିଶା କନକ୍ଲେଭରେ ଜେଏସଡବ୍ଲ୍ୟୁ ଅଧ୍ୟକ୍ଷ ସଜ୍ଜନ ଜିନ୍ଦଲଙ୍କ ବଡ ଘୋଷଣା । ଓଡ଼ିଶାରେ ଆଉ ୧ ଲକ୍ଷ କୋଟିର ପୁଞ୍ଜି ନିବେଶ କରିବ ଜେଏସଡବ୍ଲ୍ୟୁ । ଷ୍ଟିଲ୍ ଓ ସୋଲାର କ୍ଷେତ୍ରରେ ପୁଞ୍ଜି ନିବେଶ କରାଯିବ । ଏହାପୂର୍ବରୁ ୨୦୧୮ ରେ ୬୦ ହଜାର କୋଟି ଟଙ୍କା ନିବେଶ ଲାଗି ଜେଏସଡବ୍ଲ୍ୟୁ ପ୍ରତିଶ୍ରୁତିବଦ୍ଧ ହୋଇଥିଲା । ସେଥିମଧ୍ୟରୁ ୩୦ ହଜାର କୋଟି ନିବେଶ ହୋଇସାରିଛି । ଏବେ ଆଉ ୧ ଲକ୍ଷ କୋଟି ଟଙ୍କା ନିବେଶ କରିବାକୁ ସଜ୍ଜନ ଜିନ୍ଦଲ ଘୋଷଣା କରିଛନ୍ତି ।

ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖସିଗଲା ହୁଲକ୍ ଗିବନ୍, ପର୍ଯ୍ୟଟକ ପାଟି ଶୁଣି ପୁଣି ନିଜେ ଫେରିଲା ଖୁଆଡ଼କୁ

ସଜ୍ଜନ ଜିନ୍ଦଲ କହିଛନ୍ତି ଓଡିଶାର ମାନବ ସମ୍ବଳ ବିକାଶ, ସ୍କୁଲରେ ଡିଜିଟାଲ ବ୍ୟବସ୍ଥା, ସ୍ଵାସ୍ଥ୍ୟବସ୍ଥା, ମନ୍ଦିରକୁ ନବୀକରଣ ତାଙ୍କୁ ବହୁତ ଆକର୍ଷିତ କରୁଛି। ଓଡିଶା ସରକାର କ୍ରୀଡା କ୍ଷେତ୍ରରେ ଯେମିତି ପଦକ୍ଷେପ ନେଇଛନ୍ତି ସେମିତି କୌଣସି ରାଜ୍ୟ ନେଇନାହାନ୍ତି। ଓଡ଼ିଶାରେ ଏକ ସ୍ଥିର ସରକାର ଅଛି। ଶିକ୍ଷା ଓ ସ୍ୱାସ୍ଥ୍ୟ ପାଇଁ ଢେର ଅର୍ଥ ଖର୍ଚ୍ଚ କରୁଛନ୍ତି। ହକି ଗୌରବ ହରାଇଥିଲା, କିନ୍ତୁ ଓଡିଶା ପାଇଁ ଅଲମ୍ପିକ ପଦକ ହାସଲ କରିପାରିଛି।

ଆହୁରି ପଢ଼ନ୍ତୁ: ଗୋପାଳପୁର ଗାଁରୁ ବିଡ଼ା ବିଡ଼ା ଟଙ୍କା ସହ ୧ କ୍ବିଣ୍ଟାଲ ଗଞ୍ଜେଇ ଜବତ, ଦୁଇ ଗିରଫ

ଶିଳ୍ପାୟନରେ ଓଡ଼ିଶା ଏବେ ଦେଶର ନେତୃତ୍ୱ ନେଉଛି । ନବୀନଙ୍କ ନେତୃତ୍ୱରେ ଏହି ଧାରା ଆଗକୁ ବଢୁଛି । ଓଡ଼ିଶା ପାଖରେ ପ୍ରାକୃତିକ ସମ୍ପଦ, ବିସ୍ତୀର୍ଣ୍ଣ ଜଳରାଶି ଓ ବନ୍ଦର ରହିଛି । ଯାହାର ଫାଇଦା ଓଡ଼ିଶାକୁ ମିଳୁଛି । ସେ ଆହୁରି ମଧ୍ୟ କହିଛନ୍ତି କି, କୋଭିଡ ସମୟରେ ଅମ୍ଳଜାନ ଯୋଗେଇବାରେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିଲା ଓଡିଶା। ଓଡିଶା ହେଉଛି ଭାରତର ଆଧୁନିକ ମନ୍ଦିର। ଆମର ବିଶ୍ୱର ସବୁଠୁ ବଡ଼ ପ୍ଲାଣ୍ଟ ଓଡିଶାରେ ତିଆରି କରୁଛୁ। ଏନେଇ ସମସ୍ତଙ୍କର ଆଶୀର୍ବାଦ ଦରକାର।ଓଡିଶା ହେଉଛି ତାଙ୍କ ପାଇଁ ଦ୍ଵିତୀୟ ଘର ଏବଂ ପ୍ରଥମ କର୍ମ ଭୂମି।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଗାନ୍ଧିମାର୍ଗରେ ସ୍କୁଲ ଓ କଲେଜ ଶିକ୍ଷକଙ୍କ ବିକ୍ଷୋଭ, ଗ୍ରାଣ୍ଟ-ଇନ୍-ଏଡ୍ ସମେତ ବିଭିନ୍ନ ଦାବି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର