ବିଶିଷ୍ଟ ଅଭିନେତ୍ରୀ ଝରଣା ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ମର୍ଯ୍ୟଦା ସହ ସମ୍ପନ୍ନ ହେବ ଶେଷକୃତ୍ୟ

The Sakala Picture
Published On

ଭୁବନେଶ୍ବର: ଓଡ଼ିଆ ଚଳଚ୍ଚିତ୍ର ଜଗତର ସୁନାମଧନ୍ୟ ଅଭିନେତ୍ରୀ ଝରଣା ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ସ୍ଵର୍ଗତ ଝରଣା ଦାସଙ୍କୁ ଜଣେ ଯଶସ୍ବୀ କଳାକାର ଭାବରେ ବର୍ଣ୍ଣନା କରିଛନ୍ତି। ଆକାଶବାଣୀ ସହିତ ଉଭୟ ମଞ୍ଚ ଓ ଚଳଚ୍ଚିତ୍ରରେ ବିଭିନ୍ନ ଭୂମିକାରେ ତାଙ୍କର ପ୍ରଭାବଶାଳୀ ଅଭିନୟ ତାଙ୍କୁ ବିପୁଳ ଲୋକପ୍ରିୟତା ଆଣି ଦେଇଥିଲା । ଝରଣା ଦାସଙ୍କ ସ୍ଵର ଓ ଚମତ୍କାର ଅଭିନୟ ତାଙ୍କୁ ଜଣେ […]

ଭୁବନେଶ୍ବର: ଓଡ଼ିଆ ଚଳଚ୍ଚିତ୍ର ଜଗତର ସୁନାମଧନ୍ୟ ଅଭିନେତ୍ରୀ ଝରଣା ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ସ୍ଵର୍ଗତ ଝରଣା ଦାସଙ୍କୁ ଜଣେ ଯଶସ୍ବୀ କଳାକାର ଭାବରେ ବର୍ଣ୍ଣନା କରିଛନ୍ତି। ଆକାଶବାଣୀ ସହିତ ଉଭୟ ମଞ୍ଚ ଓ ଚଳଚ୍ଚିତ୍ରରେ ବିଭିନ୍ନ ଭୂମିକାରେ ତାଙ୍କର ପ୍ରଭାବଶାଳୀ ଅଭିନୟ ତାଙ୍କୁ ବିପୁଳ ଲୋକପ୍ରିୟତା ଆଣି ଦେଇଥିଲା । ଝରଣା ଦାସଙ୍କ ସ୍ଵର ଓ ଚମତ୍କାର ଅଭିନୟ ତାଙ୍କୁ ଜଣେ କିମ୍ବଦନ୍ତୀ ଅଭିନେତ୍ରୀ ଭାବରେ ଅଜସ୍ର ସୁନାମ ଦେଇଥିଲା। ତାଙ୍କର ବିୟୋଗ ଓଡ଼ିଆ ଚଳଚ୍ଚିତ୍ର ତଥା ସାଂସ୍କୃତିକ, ଜଗତରେ ବିରାଟ ଶୂନ୍ୟତା ସ୍ରୁଷ୍ଟି କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦ୍ ଗତି କାମନା କରିଛନ୍ତି।ସ୍ଵର୍ଗତଃ ଝରଣା ଦାସ ଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟଦା ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା  କରିଛନ୍ତି ।

ଆହୁରି ପଢ଼ନ୍ତୁ: ଆଜି T-20 ବିଶ୍ଵକପର ଦ୍ଵିତୀୟ ସେମିଫାଇନାଲ: ଫାଇନାଲ ଟିକେଟ ପାଇଁ ମୁହାଁମୁହିଁ ହେବେ ଭାରତ-ଇଂଲଣ୍ଡ

02 Dec 2022 By The Sakala

ବିଶିଷ୍ଟ ଅଭିନେତ୍ରୀ ଝରଣା ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ମର୍ଯ୍ୟଦା ସହ ସମ୍ପନ୍ନ ହେବ ଶେଷକୃତ୍ୟ

ଭୁବନେଶ୍ବର: ଓଡ଼ିଆ ଚଳଚ୍ଚିତ୍ର ଜଗତର ସୁନାମଧନ୍ୟ ଅଭିନେତ୍ରୀ ଝରଣା ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ସ୍ଵର୍ଗତ ଝରଣା ଦାସଙ୍କୁ ଜଣେ ଯଶସ୍ବୀ କଳାକାର ଭାବରେ ବର୍ଣ୍ଣନା କରିଛନ୍ତି। ଆକାଶବାଣୀ ସହିତ ଉଭୟ ମଞ୍ଚ ଓ ଚଳଚ୍ଚିତ୍ରରେ ବିଭିନ୍ନ ଭୂମିକାରେ ତାଙ୍କର ପ୍ରଭାବଶାଳୀ ଅଭିନୟ ତାଙ୍କୁ ବିପୁଳ ଲୋକପ୍ରିୟତା ଆଣି ଦେଇଥିଲା । ଝରଣା ଦାସଙ୍କ ସ୍ଵର ଓ ଚମତ୍କାର ଅଭିନୟ ତାଙ୍କୁ ଜଣେ କିମ୍ବଦନ୍ତୀ ଅଭିନେତ୍ରୀ ଭାବରେ ଅଜସ୍ର ସୁନାମ ଦେଇଥିଲା। ତାଙ୍କର ବିୟୋଗ ଓଡ଼ିଆ ଚଳଚ୍ଚିତ୍ର ତଥା ସାଂସ୍କୃତିକ, ଜଗତରେ ବିରାଟ ଶୂନ୍ୟତା ସ୍ରୁଷ୍ଟି କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦ୍ ଗତି କାମନା କରିଛନ୍ତି।ସ୍ଵର୍ଗତଃ ଝରଣା ଦାସ ଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟଦା ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା  କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର