ନିବେଶକଙ୍କ ପସନ୍ଦ ଓଡ଼ିଶା, ମେକ୍ ଇନ୍ ଓଡ଼ିଶା କନକ୍ଳେଭରୁ ଆସିଲା ୧୦ ଲକ୍ଷ ୪୮ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ଆଗ୍ରହ

The Sakala Picture
Published On

ଭୁବନେଶ୍ବର : ଓଡ଼ିଶାର ସାମର୍ଥ୍ୟ ହେଉଛି ଏହାର ପ୍ରାକୃତିକ ସଂପଦ, ଦକ୍ଷ ମାନବ ସମ୍ବଳ ଓ ସ୍ଥିର ସରକାର । ଏଥିପାଇଁ ଓଡ଼ିଶା ଏବେ ନିବେଶ ଓ ଶିଳ୍ପ କ୍ଷେତ୍ରରେ ଦେଶର ଏକ ପସନ୍ଦଯୋଗ୍ୟ କେନ୍ଦ୍ରରେ ପରିଣତ ହୋଇଛି। ଓଡ଼ିଶାରେ ପୁଞ୍ଜିନିବେଶ କରିବା ପାଇଁ ନିବେଶକମାନେ ଆଗ୍ରହ ପ୍ରକାଶ କରୁଛନ୍ତି। ଭୁବନେଶ୍ବରରେ ଗତ ଚାରି ଦିନ ଧରି ଚାଲିଥିବା ମେକ୍‌ ଇନ୍‌ ଓଡ଼ିଶା କନକ୍ଲେଭ୍‌ ୨୦୨୨ରୁ ମୋଟ୍‌ ୧୦ ଲକ୍ଷ ୪୮ ହଜାର ୮୦୭ କୋଟି ଟଙ୍କାର […]

ଭୁବନେଶ୍ବର : ଓଡ଼ିଶାର ସାମର୍ଥ୍ୟ ହେଉଛି ଏହାର ପ୍ରାକୃତିକ ସଂପଦ, ଦକ୍ଷ ମାନବ ସମ୍ବଳ ଓ ସ୍ଥିର ସରକାର । ଏଥିପାଇଁ ଓଡ଼ିଶା ଏବେ ନିବେଶ ଓ ଶିଳ୍ପ କ୍ଷେତ୍ରରେ ଦେଶର ଏକ ପସନ୍ଦଯୋଗ୍ୟ କେନ୍ଦ୍ରରେ ପରିଣତ ହୋଇଛି। ଓଡ଼ିଶାରେ ପୁଞ୍ଜିନିବେଶ କରିବା ପାଇଁ ନିବେଶକମାନେ ଆଗ୍ରହ ପ୍ରକାଶ କରୁଛନ୍ତି। ଭୁବନେଶ୍ବରରେ ଗତ ଚାରି ଦିନ ଧରି ଚାଲିଥିବା ମେକ୍‌ ଇନ୍‌ ଓଡ଼ିଶା କନକ୍ଲେଭ୍‌ ୨୦୨୨ରୁ ମୋଟ୍‌ ୧୦ ଲକ୍ଷ ୪୮ ହଜାର ୮୦୭ କୋଟି ଟଙ୍କାର ପୁଞ୍ଜିନିବେଶ ପାଇଁ ଆଗ୍ରହ ଆସିଛି। ଆଜି ଉଦଯାପନୀ ସନ୍ଧ୍ୟାରେ ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

ଆହୁରି ପଢ଼ନ୍ତୁ: ଓଡ଼ିଶାର ପ୍ରତି ଚାଷୀ ପରିବାର ଉପରେ ୩୨,୭୨୧ଟଙ୍କା ଋଣ: କେନ୍ଦ୍ର

ମେକ୍ ଇନ୍ ଓଡ଼ିଶା କନକ୍ଲେଭ-୨୦୨୨ର ଉଦ୍‌ଯାପନୀ ସନ୍ଧ୍ୟାରେ ଶନିବାର ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, ୧୦ ଲକ୍ଷ ୩୭ ହଜାର ୭୦୧ ପ୍ରତ୍ୟକ୍ଷ ଓ ପରୋକ୍ଷ କର୍ମନିଯୁକ୍ତି ସୃଷ୍ଟି ହେବା ନେଇ ଆଶା କରାଯାଉଛି। ସେହିପରି ୭୪୧ଟି ପ୍ରସ୍ତାବ ଆସିଛି। ଏହି କନକ୍ଲେଭ ଉଭୟ ନିବେଶକ ଓ ରାଜ୍ୟ ପାଇଁ ୱିନ ୱିନ ସିଚୁଏସନ୍ ଆଣିବ। ନିବେଶକଙ୍କ ଲାଗି ଆମେ ଆବଶ୍ୟକସ୍ଥଳେ ଅଧିକ କାର୍ଯ୍ୟ କରିବୁ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏଥି ସହିତ ମୁଖ୍ୟମନ୍ତ୍ରୀ କହିଛନ୍ତି ମେକ୍‌ ଇନ୍‌ ଓଡ଼ିଶା ର ୩ୟ ସଂସ୍କରଣ ଆଶାଠୁ ଅଧିକ ସଫଳ ହୋଇଛି। ଓଡ଼ିଶାରେ ନିବେଶ କରିବାକୁ ପୁଞ୍ଜିପତିମାନେ ଆଗ୍ରହ ପ୍ରକାଶ କରିଛନ୍ତି। ରାଜ୍ୟକୁ ୧୦ ଲକ୍ଷ ୪୮ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ଆଗ୍ରହ ପ୍ରସ୍ତାବ ଆସିଛି। ଏହାକୁ ଠିକଣା ଭାବେ କାର୍ଯ୍ୟକାରୀ କରିବାକୁ ହେବ । ବହୁ ପରିଶ୍ରମ କରି ଏ ନିବେଶ ପ୍ରକ୍ରିୟାକୁ ଚୂଡ଼ାନ୍ତ ରୂପ ଦେବାକୁ ସମସ୍ତେ ସହଯୋଗ କରନ୍ତୁ । ମେକ ଇନ ଓଡ଼ିଶା କନକ୍ଳେଭର ଉଦଯାପନୀ ଉତ୍ସବରେ ଏମିତି ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆହୁରି ପଢ଼ନ୍ତୁ: ନକଲି ଡିଇଫ ରାକେଟ୍‌ ଠାବ; ୧୮୨ ବାଲ୍ଟି ନକଲି ଡିଇଫ ସହ ଗାଡ଼ି ଓ ଉତ୍ପାଦନ ଯନ୍ତ୍ରପାତି ଜବତ, ୪ ଗିରଫ


ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ ଏ ସଂସ୍କରଣରେ ଜାତୀୟ ଓ ଅନ୍ତର୍ଜାତୀୟ ନିବେଶକମାନେ ଓଡ଼ିଶାରେ ପୁଞ୍ଜି ଖଟାଇବାକୁ ଆଗ୍ରହ ଦେଖାଇଛନ୍ତି । ନିବେଶକମାନଙ୍କୁ ମୁଁ ପ୍ରତିଶ୍ରୁତି ଦେଉଛି, ରାଜ୍ୟ ସରକାର ସବୁ ପ୍ରକାର ସହଯୋଗ କରିବେ । ନୂଆ ଓଡ଼ିଶା ଗଠନରେ ସେମାନେ ଭାଗିଦାର ସାଜିବେ । ଫିକିର ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇବା ସହ କଣ୍ଟ୍ରି ପାର୍ଟନର ଜାପାନ, ନରଓ୍ବେ ଓ ଜର୍ମାନୀକୁ ମଧ୍ୟ ଧନ୍ୟବାଦ ଦେଇଥିଲେ । ଏହାଦ୍ବାରା ଶିଳ୍ପ, ବାଣିଜ୍ୟ ନେଇ ଆଗକୁ ସଂପର୍କ ଅଧିକ ସୁଦୃଢ଼ ହେବ । ଏ ଅବସରରରେ ମେକ ଇନ ଓଡ଼ିଶା କନକ୍ଳେଭକୁ ସଫଳ କରାଇବାରେ ସମସ୍ତଙ୍କ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ।


ଏଥି ସହିତ ଆଜି ମେକ୍‌ ଇନ୍‌ ଓଡ଼ିଶା କନକ୍ଲେଭ୍‌ ୨୦୨୨ର ଉଦ୍‌ଯାପନୀ ଅବସରରେ ଆକର୍ଷଣୀୟ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ବୃହତ ଶିଳ୍ପ କ୍ଷେତ୍ରରେ ସର୍ବୋତ୍ତମ ସଂସ୍ଥା ଭାବେ ଆର୍ସେଲର ମିତ୍ତଲ ନିପନ ଷ୍ଟିଲ ଗ୍ରୁପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରସ୍କୃତ କରିଥିଲେ। ସେହିଭଳି ପିଏସୟୁ ବେଷ୍ଟ୍ ଷ୍ଟଲ ଭାବେ ଇଣ୍ଡିଆନ ଅଏଲ କର୍ପୋରେସନ ଲିମିଟେଡ଼କୁ ଏବଂ ବେଷ୍ଟ ଡିପାର୍ଟମେଂଟ ପାଭିଲିଅନ ବିଭାଗରେ ମିଶନ ଶକ୍ତି ଏବଂ ସ୍କିଲଡ଼ ଇନ ଓଡିଶାକୁ ପୁରସ୍କାର ଦିଆଯାଇଥିଲା। ମେକ୍‌ ଇନ୍‌ ଓଡ଼ିଶା କନକ୍ଲେଭରେ ଓଡ଼ିଶାର ୫୭ ଜଣ କ୍ଷୁଦ୍ର ଶିଳ୍ପଦ୍ୟୋଗୀଙ୍କୁ ମଧ୍ୟ ସମ୍ମାନିତ କରାଯାଇଥିଲା । ଏମାନଙ୍କ ମଧ୍ୟରେ ୧୬ ଜଣ ମହିଳା ଉଦ୍ୟୋଗୀ, ୨୩ ଜଣ କୃଷି ଓ ଖାଦ୍ୟ ସଂପର୍କୀତ ଉଦ୍ୟୋଗ, ୧୧ଟି ପ୍ଲାଷ୍ଟିକ ଶିଳ୍ପ ଏବଂ ୫ଟି ଡାଉନ୍‌ଷ୍ଟ୍ରିମ ଇଣ୍ଡଷ୍ଟ୍ରି ରହିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର