ବିରୋଧୀଙ୍କୁ ନବୀନଙ୍କ ଜବାବ: କହିଲେ ‘ମୁଁ କାହିଁକି ଗଲି ପଦମପୁର’….

The Sakala Picture
Published On

ଭୁବନେଶ୍ବର: ପଦମପୁରରେ ବିଜେଡିର ବଡ ବିଜୟ ହୋଇଛି।  ପଦମପୁର ବାସୀଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଧନ୍ୟବାଦ ଜଣାଇଛନ୍ତି। ଏହି ବିଜୟ ଆଉ କାହାର ବିଜୟ ନୁହେଁ ଏହା ପଦମପୁରବାସୀଙ୍କ ବିଜୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିସହ ବିଜେଡିର ଲକ୍ଷ ଲକ୍ଷ କର୍ମୀମାନଙ୍କୁ ମଧ୍ଯ ଧନ୍ୟବାଦ ଜଣାଇଛନ୍ତି। ଆପଣମାନେ ବହୁତ ନିଷ୍ଠାର ସହ କାମ କରିଛନ୍ତି। ସରକାରଙ୍କ ଭଲ ଭଲ ଯୋଜନା ଗୁଡିକୁ ଲୋକଙ୍କ ପାଖରେ ରଖିଛନ୍ତି ଓ ବିରୋଧୀ ଦଳର ସବୁ ମିଛ କଥାକୁ ଲୋକଙ୍କ ସମ୍ମୁଖରେ ରଖିଛନ୍ତି । […]

ଭୁବନେଶ୍ବର: ପଦମପୁରରେ ବିଜେଡିର ବଡ ବିଜୟ ହୋଇଛି।  ପଦମପୁର ବାସୀଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଧନ୍ୟବାଦ ଜଣାଇଛନ୍ତି। ଏହି ବିଜୟ ଆଉ କାହାର ବିଜୟ ନୁହେଁ ଏହା ପଦମପୁରବାସୀଙ୍କ ବିଜୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିସହ ବିଜେଡିର ଲକ୍ଷ ଲକ୍ଷ କର୍ମୀମାନଙ୍କୁ ମଧ୍ଯ ଧନ୍ୟବାଦ ଜଣାଇଛନ୍ତି। ଆପଣମାନେ ବହୁତ ନିଷ୍ଠାର ସହ କାମ କରିଛନ୍ତି। ସରକାରଙ୍କ ଭଲ ଭଲ ଯୋଜନା ଗୁଡିକୁ ଲୋକଙ୍କ ପାଖରେ ରଖିଛନ୍ତି ଓ ବିରୋଧୀ ଦଳର ସବୁ ମିଛ କଥାକୁ ଲୋକଙ୍କ ସମ୍ମୁଖରେ ରଖିଛନ୍ତି ।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିରରେ ଆରମ୍ଭ ହେବ 'ଇ-ହୁଣ୍ଡି' ବ୍ୟବସ୍ଥା: ଘରେ ବସି ଶ୍ରୀଜୀଉଙ୍କୁ ଦାନ କରିପାରିବେ ଦେଶବିଦେଶର ଭକ୍ତ

କିଛି ଲୋକ ମୋତେ ପଚାରୁଛନ୍ତି, ଆପଣ ତ ପଞ୍ଚାୟତ ଇଲେକ୍‌ସନରେ ଯାଇ ନ ଥିଲେ, ବିଭିନ୍ନ ବାଇ-ଇଲେକ୍‌ସନରେ ବି ଯାଇ ନ ଥିଲେ, ଏ ପଦମପୁର ଇଲେକ୍‌ସନରେ କାହିଁକି ଗଲେ ? ମୁଁ କହିବାକୁ ଚାହୁଁଛି ଯେଭଳି ଭାବରେ ଜଣେ ମହିଳାଙ୍କୁ, ଜଣେ ଶିକ୍ଷିତ ଅଳ୍ପ ବୟସର ମହିଳାଙ୍କୁ, ଜଣେ ବାପା ହରାଇ ଦୁଃଖରେ ଥିବା ମହିଳାଙ୍କୁ  ରାଜ୍ୟ ବିଜେପିର କିଛି ନେତୃମଣ୍ଡଳୀ ଅସମ୍ମାନ କଲେ, ତାହା ମୋତେ ବହୁତ ଦୁଃଖ ଦେଲା । ମୁଁ ଭାବୁଛି, ଏହା କେବଳ ମୋ ପାଇଁ ଦୁଃଖ ନୁହେଁ । ଓଡିଶାର ସବୁ ମହିଳା ମାନଙ୍କ ପାଇଁ ଦୁଃଖର କଥା। ରାଜନୀତିରେ ହାରିବା ଓ ଜିତିବା, ଇଲେକସ୍‌ନ ଲଢିବା ଅଲଗା କଥା । କିନ୍ତୁ ଜଣେ ମହିଳାଙ୍କୁ ଏଭଳି ଭାବରେ ଅସମ୍ମାନ କରିବା, ଅତି ନିନ୍ଦନୀୟ। ସେଥିପାଇଁ ମୁଁ ନିଷ୍ପତ୍ତି ନେଲି, ମୁଁ ନିଜେ ଯାଇ ବର୍ଷା ସିଂ ପାଖରେ ଠିଆ ହେବି – ଜଣେ ବାପା ଭଳି, ଜଣେ ଭାଇ ଭଳି, ଜଣେ ବନ୍ଧୁ ଭଳି । ବାପା ହରାଇଥିବା ବର୍ଷା ସାଙ୍ଗରେ ଠିଆ ହେବି ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ TPCODL ଲାଇନମ୍ୟାନ୍, ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ

ମୁଁ ବିରୋଧୀ ଦଳକୁ  ରାଜ୍ୟର ବିଜେପି ନେତୃମଣ୍ଡଳୀ ଙ୍କୁ ନମ୍ରତାର ସହ ଜଣାଇ ଦେବାକୁ ଚାହୁଁଛି ଯେ, ରାଜନୀତି କରିବା ବାହାନାରେ ଯଦି ମହିଳା ମାନଙ୍କୁ ଅସମ୍ମାନ କରାଯିବ, ତାକୁ କେବେ ଓଡିଶାବାସୀ ସମର୍ଥନ କରିବେ ନାହିଁ । ଆଜି ନୁହେଁ  ସଦା ବେଳେ ଆଉ ଗୋଟେ ଗୁରୁତ୍ବପର୍ଣ୍ଣ କଥା ହେଲା  କେନ୍ଦ୍ର ମନ୍ତ୍ରୀମଣ୍ଡଳର କିଛି ମନ୍ତ୍ରୀମାନେ, ଓଡିଶାବାସୀଙ୍କୁ, ପଦମପୁରବାସୀଙ୍କୁ ଭୁଆଁ ବୁଲାଇବାକୁ ଚେଷ୍ଟା କଲେ । ସେ ଆବାସ ଯୋଜନା ହେଉ, ବା କେନ୍ଦୁପତ୍ରର ଜିଏସଟି ହେଉ, ବା ଫସଲ ବୀମାର ବିଳମ୍ବ ହେଉ, ଏମଏସପି ପ୍ରସଙ୍ଗ ହେଉ, ବା ରେଲ କନେକ୍ଟଭିଟି ହେଉ ଏହା ଠିକ୍‌ ନୁହେଁ । ଆପଣ କେନ୍ଦ୍ରରେ ଅଛନ୍ତି, ଆମେ ରାଜ୍ୟରେ ଅଛୁ । ମିଶିକରି ଲୋକଙ୍କ ମଙ୍ଗଳ ପାଇଁ କାମ କରିବା । ଓଡିଶାର ଉନ୍ନତି ପାଇଁ କାମ କରିବା । ଆଜି ମୁଁ ପଦମପୁରବାସୀଙ୍କ ପାଖରେ ଋଣୀ । ବିନମ୍ରତାର ସହ କହିବାକୁ ଚାହେଁ ଯେ ଆପଣମାନଙ୍କୁ ଦେଇଥିବା ସମସ୍ତ ପ୍ରତିଶ୍ରୁତି ପାଳନ ହେବ। ଆଉ ଥରେ ସମସ୍ତଙ୍କୁ ଜୁହାର। ମୁଁ ବହୁତ ଶୀଘ୍ର ପଦମପୁରକୁ ଆସିବି। ଆପଣମାନଙ୍କର ଆଶୀର୍ବାଦ ନେବି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଆହୁରି ପଢ଼ନ୍ତୁ: ବାଲିଅନ୍ତା ସୌମ୍ୟ ହତ୍ୟା ମାମଲା: ପୋଷ୍ଟମର୍ଟମ ରିପୋର୍ଟରେ ସାମ୍ନାକୁ ଆସିଲା ମୃତ୍ୟୁର ଅସଲ କାରଣ...

08 Dec 2022 By The Sakala

ବିରୋଧୀଙ୍କୁ ନବୀନଙ୍କ ଜବାବ: କହିଲେ ‘ମୁଁ କାହିଁକି ଗଲି ପଦମପୁର’….

ଭୁବନେଶ୍ବର: ପଦମପୁରରେ ବିଜେଡିର ବଡ ବିଜୟ ହୋଇଛି।  ପଦମପୁର ବାସୀଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଧନ୍ୟବାଦ ଜଣାଇଛନ୍ତି। ଏହି ବିଜୟ ଆଉ କାହାର ବିଜୟ ନୁହେଁ ଏହା ପଦମପୁରବାସୀଙ୍କ ବିଜୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିସହ ବିଜେଡିର ଲକ୍ଷ ଲକ୍ଷ କର୍ମୀମାନଙ୍କୁ ମଧ୍ଯ ଧନ୍ୟବାଦ ଜଣାଇଛନ୍ତି। ଆପଣମାନେ ବହୁତ ନିଷ୍ଠାର ସହ କାମ କରିଛନ୍ତି। ସରକାରଙ୍କ ଭଲ ଭଲ ଯୋଜନା ଗୁଡିକୁ ଲୋକଙ୍କ ପାଖରେ ରଖିଛନ୍ତି ଓ ବିରୋଧୀ ଦଳର ସବୁ ମିଛ କଥାକୁ ଲୋକଙ୍କ ସମ୍ମୁଖରେ ରଖିଛନ୍ତି ।

କିଛି ଲୋକ ମୋତେ ପଚାରୁଛନ୍ତି, ଆପଣ ତ ପଞ୍ଚାୟତ ଇଲେକ୍‌ସନରେ ଯାଇ ନ ଥିଲେ, ବିଭିନ୍ନ ବାଇ-ଇଲେକ୍‌ସନରେ ବି ଯାଇ ନ ଥିଲେ, ଏ ପଦମପୁର ଇଲେକ୍‌ସନରେ କାହିଁକି ଗଲେ ? ମୁଁ କହିବାକୁ ଚାହୁଁଛି ଯେଭଳି ଭାବରେ ଜଣେ ମହିଳାଙ୍କୁ, ଜଣେ ଶିକ୍ଷିତ ଅଳ୍ପ ବୟସର ମହିଳାଙ୍କୁ, ଜଣେ ବାପା ହରାଇ ଦୁଃଖରେ ଥିବା ମହିଳାଙ୍କୁ  ରାଜ୍ୟ ବିଜେପିର କିଛି ନେତୃମଣ୍ଡଳୀ ଅସମ୍ମାନ କଲେ, ତାହା ମୋତେ ବହୁତ ଦୁଃଖ ଦେଲା । ମୁଁ ଭାବୁଛି, ଏହା କେବଳ ମୋ ପାଇଁ ଦୁଃଖ ନୁହେଁ । ଓଡିଶାର ସବୁ ମହିଳା ମାନଙ୍କ ପାଇଁ ଦୁଃଖର କଥା। ରାଜନୀତିରେ ହାରିବା ଓ ଜିତିବା, ଇଲେକସ୍‌ନ ଲଢିବା ଅଲଗା କଥା । କିନ୍ତୁ ଜଣେ ମହିଳାଙ୍କୁ ଏଭଳି ଭାବରେ ଅସମ୍ମାନ କରିବା, ଅତି ନିନ୍ଦନୀୟ। ସେଥିପାଇଁ ମୁଁ ନିଷ୍ପତ୍ତି ନେଲି, ମୁଁ ନିଜେ ଯାଇ ବର୍ଷା ସିଂ ପାଖରେ ଠିଆ ହେବି – ଜଣେ ବାପା ଭଳି, ଜଣେ ଭାଇ ଭଳି, ଜଣେ ବନ୍ଧୁ ଭଳି । ବାପା ହରାଇଥିବା ବର୍ଷା ସାଙ୍ଗରେ ଠିଆ ହେବି ।

ମୁଁ ବିରୋଧୀ ଦଳକୁ  ରାଜ୍ୟର ବିଜେପି ନେତୃମଣ୍ଡଳୀ ଙ୍କୁ ନମ୍ରତାର ସହ ଜଣାଇ ଦେବାକୁ ଚାହୁଁଛି ଯେ, ରାଜନୀତି କରିବା ବାହାନାରେ ଯଦି ମହିଳା ମାନଙ୍କୁ ଅସମ୍ମାନ କରାଯିବ, ତାକୁ କେବେ ଓଡିଶାବାସୀ ସମର୍ଥନ କରିବେ ନାହିଁ । ଆଜି ନୁହେଁ  ସଦା ବେଳେ ଆଉ ଗୋଟେ ଗୁରୁତ୍ବପର୍ଣ୍ଣ କଥା ହେଲା  କେନ୍ଦ୍ର ମନ୍ତ୍ରୀମଣ୍ଡଳର କିଛି ମନ୍ତ୍ରୀମାନେ, ଓଡିଶାବାସୀଙ୍କୁ, ପଦମପୁରବାସୀଙ୍କୁ ଭୁଆଁ ବୁଲାଇବାକୁ ଚେଷ୍ଟା କଲେ । ସେ ଆବାସ ଯୋଜନା ହେଉ, ବା କେନ୍ଦୁପତ୍ରର ଜିଏସଟି ହେଉ, ବା ଫସଲ ବୀମାର ବିଳମ୍ବ ହେଉ, ଏମଏସପି ପ୍ରସଙ୍ଗ ହେଉ, ବା ରେଲ କନେକ୍ଟଭିଟି ହେଉ ଏହା ଠିକ୍‌ ନୁହେଁ । ଆପଣ କେନ୍ଦ୍ରରେ ଅଛନ୍ତି, ଆମେ ରାଜ୍ୟରେ ଅଛୁ । ମିଶିକରି ଲୋକଙ୍କ ମଙ୍ଗଳ ପାଇଁ କାମ କରିବା । ଓଡିଶାର ଉନ୍ନତି ପାଇଁ କାମ କରିବା । ଆଜି ମୁଁ ପଦମପୁରବାସୀଙ୍କ ପାଖରେ ଋଣୀ । ବିନମ୍ରତାର ସହ କହିବାକୁ ଚାହେଁ ଯେ ଆପଣମାନଙ୍କୁ ଦେଇଥିବା ସମସ୍ତ ପ୍ରତିଶ୍ରୁତି ପାଳନ ହେବ। ଆଉ ଥରେ ସମସ୍ତଙ୍କୁ ଜୁହାର। ମୁଁ ବହୁତ ଶୀଘ୍ର ପଦମପୁରକୁ ଆସିବି। ଆପଣମାନଙ୍କର ଆଶୀର୍ବାଦ ନେବି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର