ଡ. ଗାୟତ୍ରୀବାଳା ପଣ୍ଡାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କାର

The Sakala Picture
Published On

ଭୁବନେଶ୍ବର: ୨୦୨୨ ମସିହା ପାଇଁ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କାର ଓଡ଼ିଆ ଭାଷାରେ କବି ଡ. ଗାୟତ୍ରୀବାଳା ପଣ୍ଡାଙ୍କୁ ମିଳିଛି । ତାଙ୍କର କବିତା ସଂକଳନ “ଦୟାନଦୀ” ପାଇଁ ଏହି ମର୍ଯ୍ୟାଦାଜନକ ପୁରସ୍କାର ତାଂକୁ ମିଳିଥିବା ଘୋଷଣା କରାଯାଇଛି । ପୁରସ୍କାର ସ୍ୱରୂପ ୧,୦୦,୦୦୦ ଟଙ୍କାର ଅର୍ଥରାଶି ଓ ତାମ୍ର ଫଳକ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପକ୍ଷରୁ ଏକ ସ୍ୱତନ୍ତ୍ର ଉତ୍ସବରେ ତାଂକୁ ପ୍ରଦାନ କରାଯିବ । କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କୃତ କବିତା ସଂକଳନ “ଦୟାନଦୀ”୨୦୧୭ରେ […]

ଭୁବନେଶ୍ବର: ୨୦୨୨ ମସିହା ପାଇଁ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କାର ଓଡ଼ିଆ ଭାଷାରେ କବି ଡ. ଗାୟତ୍ରୀବାଳା ପଣ୍ଡାଙ୍କୁ ମିଳିଛି । ତାଙ୍କର କବିତା ସଂକଳନ “ଦୟାନଦୀ” ପାଇଁ ଏହି ମର୍ଯ୍ୟାଦାଜନକ ପୁରସ୍କାର ତାଂକୁ ମିଳିଥିବା ଘୋଷଣା କରାଯାଇଛି । ପୁରସ୍କାର ସ୍ୱରୂପ ୧,୦୦,୦୦୦ ଟଙ୍କାର ଅର୍ଥରାଶି ଓ ତାମ୍ର ଫଳକ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପକ୍ଷରୁ ଏକ ସ୍ୱତନ୍ତ୍ର ଉତ୍ସବରେ ତାଂକୁ ପ୍ରଦାନ କରାଯିବ । କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କୃତ କବିତା ସଂକଳନ “ଦୟାନଦୀ”୨୦୧୭ରେ ପକ୍ଷୀଘର ପ୍ରକାଶନ ସଂସ୍ଥା ଦ୍ୱାରା ପ୍ରକାଶ ପାଇଥିଲା । କବିତା ସଂକଳନ ‘ଦୟାନଦୀ’ କଳିଙ୍ଗ ଯୁଦ୍ଧ ଉପରେ ଆଧାରିତ । ଏଥିରେ ଉତ୍ସର୍ଗ ଓ ପରିଶିଷ୍ଟକୁ ମିଶେଇ ୬୪ଟି କବିତା ରହିଛି । ଯୁଦ୍ଧର ସମସ୍ତ ବିଭୀଷିକା, ସମସ୍ତ ସ୍ପର୍ଦ୍ଧା ଓ ସମସ୍ତ ଅହଂକାର ଭିତରେ କେବଳ ଗୋଟିଏ ଅନୁଚ୍ଚାରିତ ସ୍ୱର ହିଁ ଗୁଂଜରିତ ହୁଏ, ତାହା ହେଉଛି ପରାଜୟର ।

ଆହୁରି ପଢ଼ନ୍ତୁ: ଓଡ଼ିଶା ପୋଲିସର ‘ଅପରେସନ ସାଇବର କବଚ’: ୩୭,୦୯୪ଟି ବେନାମୀ ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ, ୩୬୫ଜଣ ଅଭିଯୁକ୍ତ ଗିରଫ

ଏହି କବିତାସବୁ ଇତିହାସର କୌଣସି ତାତ୍ତ୍ୱିକ ଆଲୋଚନା ବା କାବ୍ୟରୂପ ନୁହେଁ, ବରଂ ଏହା ଇତିହାସର ନଈରେ ନୌଯାତ୍ରା କରୁଥିବା ଏକ କାବି୍ୟକ ସମ୍ବେଦନା । କଳିଙ୍ଗ ଯୁଦ୍ଧର ଏକମାତ୍ର ସାକ୍ଷୀ ଭାବରେ ଆଜି ବି ଅଛି ଦୟାନଦୀ । ଆଜି ବି ପ୍ରତି ଓଡ଼ିଆର ରକ୍ତରେ ରକ୍ତହେଇ ବହୁଛି । ମଣିଷକୁ ମଣିଷପଣିଆ ଆଡ଼େ ବାଟ ଦେଖାଉଛି । ଶାନ୍ତି, ପ୍ରୀତି, ମୈତ୍ରୀର ଜୟଗାନ କରୁଛି । ଦୀର୍ଘ ତିନି ଦଶନ୍ଧିରୁ ଉଦ୍ଧ୍ୱର୍ ସମୟ କାଳ କବିତା, ଗପ, ଉପନ୍ୟାସ, ପ୍ରବନ୍ଧ ଓ ଖବରକାଗଜରେ ସ୍ତମ୍ଭ ରଚନା କରି ଯଥେଷ୍ଟ ପାଠକୀୟ ସ୍ୱୀକୃତି ହାସଲ କରିଥିବା କବି ଗାୟତ୍ରୀବାଳା ପଣ୍ଡାଙ୍କର ଅଦ୍ୟାବଧି ୨୫ଖଣ୍ଡ ପୁସ୍ତକ ପ୍ରକାଶ ପାଇଛି । ସେଥିମଧ୍ୟରୁ ଓଡ଼ିଆ ଭାଷାରେ ବାରଟି କବିତା ସଂକଳନ, ଦୁଇଟି ଗଳ୍ପ ସଂକଳନ, ଦୁଇଟି ଉପନ୍ୟାସ ଏବଂ ଗୋଟିଏ ପ୍ରବନ୍ଧ ସଂକଳନ ପ୍ରକାଶ ପାଇଛି ।

ଆହୁରି ପଢ଼ନ୍ତୁ: କୋରାପୁଟକୁ ବନ୍ଦେ ଭାରତ ସ୍ଲିପର ବା ସ୍ପେସାଲ୍‌ ଟ୍ରେନ୍‌ ଚଳାଚଳ କରିବା ପାଇଁ ରାଜ୍ୟସଭାରେ ଦାବି କଲେ ସାଂସଦ ମାନସ

ଏତଦ୍ବ୍ୟତୀତ ହିନ୍ଦୀ ଭାଷାରେ ପାଞ୍ଚଟି କବିତା ସଂକଳନ ଓ ଇଂରାଜୀ ଭାଷାରେ ଦୁଇଟି କବିତା ସଂକଳନ, ଗୋଟିଏ ଗଳ୍ପ ସଂକଳନ ପ୍ରକାଶ ପାଇଛି । କବିତା ସଂକଳନଗୁଡ଼ିକ ହେଲା ଆହତ ପ୍ରତିଶ୍ରୁତି, ଅସ୍ପଷ୍ଟ ଈଶ୍ୱର, ଅଣାୟତ୍ତ, ଗାଁ, ଯେତିକି ଦିଶୁଚି ଆକାଶ, ଆଖି ନାଇଁ କାନ ନାଇଁ, ଏ ରାତିର ଯେତେ ତାରା, ବାଘ, ଦୟାନଦୀ, ମହେଞ୍ଜୋଦାରୋ, ନିର୍ବାଚିତ କବିତା ଓ ପ୍ରାର୍ଥନାର ଶବ୍ଦପରି । ବିସର୍ଜନ ଓ ନିଜକୁ ନେଇ ସତ ଗପ ତାଂକର ଦୁଇଟି ଗଳ୍ପ ସଂକଳନ । ମମ୍ମି ଯାହା ଜାଣେ ନାହିଁ, ରାସ୍ତା, ରିପୋର୍ଟର ଓ ମାୟାଜାଲ ତାଂକର ଚାରୋଟି ଉପନ୍ୟାସ ତଥା ବିଚାର ବିମର୍ଶ ତାଂକର ପ୍ରବନ୍ଧ ସଂକଳନ । କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କାର ପାଇବା ପୂର୍ବରୁ ଗାୟତ୍ରୀବାଳା ୨୦୧୧ରେ କବିତା ସଂକଳନ “ଗାଁ” ପାଇଁ ପ୍ରଥମ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ଯୁବ ପୁରସ୍କାର ପାଇଥିଲେ ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱର କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ, ସନ୍ଧାନୀ କୁକୁର ଓ ବମ୍‌ ସ୍କ୍ୱାର୍ଡର ତଦନ୍ତ

ଏହାବ୍ୟତୀତ ସେ ରାଜ୍ୟ ଯୁବ ପୁରସ୍କାର, ରାଜୀବ ଗାନ୍ଧୀ ସଦ୍ଭାବନା ପୁରସ୍କାର, ଉକ୍ରଳ ସାହିତ୍ୟ ସମାଜ ଯୁବ ସାହିତି୍ୟକ ସମ୍ମାନ, ଶାରଳା କାବ୍ୟ ସମ୍ମାନ, କାଦମ୍ବିନୀ କବିତା ସମ୍ମାନ, ଫକୀର ମୋହନ ସାହିତ୍ୟ ସମ୍ମାନ, ବସନ୍ତ ମୁଦୁଲି କବିତା ସମ୍ମାନ, ମନ୍ଥନ ଯୁବ କବି ସମ୍ମାନ, ଲେଖାଲେଖି ଯୁବ କବି ସମ୍ମାନ, ଟାଇମ୍ ପାସ୍ ସ୍ୱୟଂଶ୍ରୀ ସମ୍ମାନ, ତାଳପଦେଶ୍ୱରୀ ସାରସ୍ୱତ ସମ୍ମାନ, ଇସ୍ତାହାର କବିତା ସମ୍ମାନ, ଦୀପକ ମିଶ୍ର କବିତା ସମ୍ମାନ, “ରାଇଟର୍ସ-ଇନ୍-ରେସିଡେନ୍ସ” ଆଟ୍ ରାଷ୍ଟ୍ରପତି ଭବନ-୨୦୧୫, ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ, ରାଜ୍ୟ ସରକାରଙ୍କ ପକ୍ଷରୁ ଦୁର୍ନୀତି ନିବାରଣ ଉପରେ ରଚିତ ପ୍ରବନ୍ଧ ପାଇଁ ପୁରସ୍କୃତ ହେବାସହିତ ସତ୍ୟବାଦୀ ସାହିତ୍ୟ ସମ୍ମାନ, ରାଜକନ୍ୟା ରତ୍ନମାଳୀ ଜେମା ସାରସ୍ୱତ ସମ୍ମାନ, ଆର୍ଯ୍ୟା ସମ୍ମାନ, କଳିଙ୍ଗ ବୀରାଙ୍ଗନା ସମ୍ମାନ, ଭଞ୍ଜ ଭାରତୀ ଜୟଦେବ ଷଡ଼ଙ୍ଗୀ ସ୍ମୃତି ସମ୍ମାନ, ଟାଇମ୍ସ ପାୱାର ୱିମେନ୍ ସମ୍ମାନ ଓ ଅକ୍ଷୟ ସାହିତ୍ୟ ସମ୍ମାନ ଇତ୍ୟାଦି ବହୁ ପୁରସ୍କାର ଓ ସମ୍ମାନରେ ସମ୍ମାନିତ ହୋଇଛନ୍ତି ।

ଏହି ମର୍ଯ୍ୟାଦାଜନକ ସାହିତ୍ୟ ଏକାଡେମୀ ପୁରସ୍କାର ମତେ ନୁହେଁ, ମୋ ଲିଖିତ କବିତା ପୁସ୍ତକ ‘ଦୟାନଦୀ’ ପାଇଁ ମତେ ମିଳିଛି ଓ ଏହି ପୁରସ୍କାର ହେଉଛି ପାଠକଙ୍କ ଶ୍ରଦ୍ଧା ଓ ସଦିଚ୍ଛା ବୋଲି ଗାୟତ୍ରୀବାଳା ତାଙ୍କ ପ୍ରତିକ୍ରିୟାରେ କହିବା ସହ ଏହା ତାଙ୍କୁ ତାଙ୍କର ଲେଖନୀ ପ୍ରତି ଆହୁରି ଦାୟିତ୍ୱବଦ୍ଧ କରିବ ବୋଲି କହିଛନ୍ତି । ତେବେ ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ, ଅଗ୍ରଜ ସାହିତି୍ୟକ ଓ ସତୀର୍ଥଙ୍କ ଶୁଭେଚ୍ଛା, ପରିବାରର ପ୍ରେରଣା ଓ ସହଯୋଗ ଯୋଗୁଁ ଏହି ସମ୍ମାନ ତାଂକୁ ମିଳିପାରିଛି ବୋଲି ସେ କହିଛନ୍ତି । ଜଗତସିଂହପୁର ଜିଲ୍ଲାର ସାଦେଇପୁରରେ ୧୯୭୭ରେ ଜନ୍ମଗ୍ରହଣ କରିଥିବା ଗାୟତ୍ରୀବାଳା ଗୋଲକ ବିହାରୀ ପଣ୍ଡା ଓ ଅରୁଣିମା ପଣ୍ଡାଙ୍କ କନ୍ୟା ତଥା ରାଜ୍ୟସଭା ସାଂସଦ ମାନସ ରଂଜନ ମଙ୍ଗରାଜଙ୍କ ଧର୍ମପତ୍ନୀ ।

22 Dec 2022 By The Sakala

ଡ. ଗାୟତ୍ରୀବାଳା ପଣ୍ଡାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କାର

ଭୁବନେଶ୍ବର: ୨୦୨୨ ମସିହା ପାଇଁ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କାର ଓଡ଼ିଆ ଭାଷାରେ କବି ଡ. ଗାୟତ୍ରୀବାଳା ପଣ୍ଡାଙ୍କୁ ମିଳିଛି । ତାଙ୍କର କବିତା ସଂକଳନ “ଦୟାନଦୀ” ପାଇଁ ଏହି ମର୍ଯ୍ୟାଦାଜନକ ପୁରସ୍କାର ତାଂକୁ ମିଳିଥିବା ଘୋଷଣା କରାଯାଇଛି । ପୁରସ୍କାର ସ୍ୱରୂପ ୧,୦୦,୦୦୦ ଟଙ୍କାର ଅର୍ଥରାଶି ଓ ତାମ୍ର ଫଳକ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପକ୍ଷରୁ ଏକ ସ୍ୱତନ୍ତ୍ର ଉତ୍ସବରେ ତାଂକୁ ପ୍ରଦାନ କରାଯିବ । କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କୃତ କବିତା ସଂକଳନ “ଦୟାନଦୀ”୨୦୧୭ରେ ପକ୍ଷୀଘର ପ୍ରକାଶନ ସଂସ୍ଥା ଦ୍ୱାରା ପ୍ରକାଶ ପାଇଥିଲା । କବିତା ସଂକଳନ ‘ଦୟାନଦୀ’ କଳିଙ୍ଗ ଯୁଦ୍ଧ ଉପରେ ଆଧାରିତ । ଏଥିରେ ଉତ୍ସର୍ଗ ଓ ପରିଶିଷ୍ଟକୁ ମିଶେଇ ୬୪ଟି କବିତା ରହିଛି । ଯୁଦ୍ଧର ସମସ୍ତ ବିଭୀଷିକା, ସମସ୍ତ ସ୍ପର୍ଦ୍ଧା ଓ ସମସ୍ତ ଅହଂକାର ଭିତରେ କେବଳ ଗୋଟିଏ ଅନୁଚ୍ଚାରିତ ସ୍ୱର ହିଁ ଗୁଂଜରିତ ହୁଏ, ତାହା ହେଉଛି ପରାଜୟର ।

ଏହି କବିତାସବୁ ଇତିହାସର କୌଣସି ତାତ୍ତ୍ୱିକ ଆଲୋଚନା ବା କାବ୍ୟରୂପ ନୁହେଁ, ବରଂ ଏହା ଇତିହାସର ନଈରେ ନୌଯାତ୍ରା କରୁଥିବା ଏକ କାବି୍ୟକ ସମ୍ବେଦନା । କଳିଙ୍ଗ ଯୁଦ୍ଧର ଏକମାତ୍ର ସାକ୍ଷୀ ଭାବରେ ଆଜି ବି ଅଛି ଦୟାନଦୀ । ଆଜି ବି ପ୍ରତି ଓଡ଼ିଆର ରକ୍ତରେ ରକ୍ତହେଇ ବହୁଛି । ମଣିଷକୁ ମଣିଷପଣିଆ ଆଡ଼େ ବାଟ ଦେଖାଉଛି । ଶାନ୍ତି, ପ୍ରୀତି, ମୈତ୍ରୀର ଜୟଗାନ କରୁଛି । ଦୀର୍ଘ ତିନି ଦଶନ୍ଧିରୁ ଉଦ୍ଧ୍ୱର୍ ସମୟ କାଳ କବିତା, ଗପ, ଉପନ୍ୟାସ, ପ୍ରବନ୍ଧ ଓ ଖବରକାଗଜରେ ସ୍ତମ୍ଭ ରଚନା କରି ଯଥେଷ୍ଟ ପାଠକୀୟ ସ୍ୱୀକୃତି ହାସଲ କରିଥିବା କବି ଗାୟତ୍ରୀବାଳା ପଣ୍ଡାଙ୍କର ଅଦ୍ୟାବଧି ୨୫ଖଣ୍ଡ ପୁସ୍ତକ ପ୍ରକାଶ ପାଇଛି । ସେଥିମଧ୍ୟରୁ ଓଡ଼ିଆ ଭାଷାରେ ବାରଟି କବିତା ସଂକଳନ, ଦୁଇଟି ଗଳ୍ପ ସଂକଳନ, ଦୁଇଟି ଉପନ୍ୟାସ ଏବଂ ଗୋଟିଏ ପ୍ରବନ୍ଧ ସଂକଳନ ପ୍ରକାଶ ପାଇଛି ।

ଏତଦ୍ବ୍ୟତୀତ ହିନ୍ଦୀ ଭାଷାରେ ପାଞ୍ଚଟି କବିତା ସଂକଳନ ଓ ଇଂରାଜୀ ଭାଷାରେ ଦୁଇଟି କବିତା ସଂକଳନ, ଗୋଟିଏ ଗଳ୍ପ ସଂକଳନ ପ୍ରକାଶ ପାଇଛି । କବିତା ସଂକଳନଗୁଡ଼ିକ ହେଲା ଆହତ ପ୍ରତିଶ୍ରୁତି, ଅସ୍ପଷ୍ଟ ଈଶ୍ୱର, ଅଣାୟତ୍ତ, ଗାଁ, ଯେତିକି ଦିଶୁଚି ଆକାଶ, ଆଖି ନାଇଁ କାନ ନାଇଁ, ଏ ରାତିର ଯେତେ ତାରା, ବାଘ, ଦୟାନଦୀ, ମହେଞ୍ଜୋଦାରୋ, ନିର୍ବାଚିତ କବିତା ଓ ପ୍ରାର୍ଥନାର ଶବ୍ଦପରି । ବିସର୍ଜନ ଓ ନିଜକୁ ନେଇ ସତ ଗପ ତାଂକର ଦୁଇଟି ଗଳ୍ପ ସଂକଳନ । ମମ୍ମି ଯାହା ଜାଣେ ନାହିଁ, ରାସ୍ତା, ରିପୋର୍ଟର ଓ ମାୟାଜାଲ ତାଂକର ଚାରୋଟି ଉପନ୍ୟାସ ତଥା ବିଚାର ବିମର୍ଶ ତାଂକର ପ୍ରବନ୍ଧ ସଂକଳନ । କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କାର ପାଇବା ପୂର୍ବରୁ ଗାୟତ୍ରୀବାଳା ୨୦୧୧ରେ କବିତା ସଂକଳନ “ଗାଁ” ପାଇଁ ପ୍ରଥମ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ଯୁବ ପୁରସ୍କାର ପାଇଥିଲେ ।

ଏହାବ୍ୟତୀତ ସେ ରାଜ୍ୟ ଯୁବ ପୁରସ୍କାର, ରାଜୀବ ଗାନ୍ଧୀ ସଦ୍ଭାବନା ପୁରସ୍କାର, ଉକ୍ରଳ ସାହିତ୍ୟ ସମାଜ ଯୁବ ସାହିତି୍ୟକ ସମ୍ମାନ, ଶାରଳା କାବ୍ୟ ସମ୍ମାନ, କାଦମ୍ବିନୀ କବିତା ସମ୍ମାନ, ଫକୀର ମୋହନ ସାହିତ୍ୟ ସମ୍ମାନ, ବସନ୍ତ ମୁଦୁଲି କବିତା ସମ୍ମାନ, ମନ୍ଥନ ଯୁବ କବି ସମ୍ମାନ, ଲେଖାଲେଖି ଯୁବ କବି ସମ୍ମାନ, ଟାଇମ୍ ପାସ୍ ସ୍ୱୟଂଶ୍ରୀ ସମ୍ମାନ, ତାଳପଦେଶ୍ୱରୀ ସାରସ୍ୱତ ସମ୍ମାନ, ଇସ୍ତାହାର କବିତା ସମ୍ମାନ, ଦୀପକ ମିଶ୍ର କବିତା ସମ୍ମାନ, “ରାଇଟର୍ସ-ଇନ୍-ରେସିଡେନ୍ସ” ଆଟ୍ ରାଷ୍ଟ୍ରପତି ଭବନ-୨୦୧୫, ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ, ରାଜ୍ୟ ସରକାରଙ୍କ ପକ୍ଷରୁ ଦୁର୍ନୀତି ନିବାରଣ ଉପରେ ରଚିତ ପ୍ରବନ୍ଧ ପାଇଁ ପୁରସ୍କୃତ ହେବାସହିତ ସତ୍ୟବାଦୀ ସାହିତ୍ୟ ସମ୍ମାନ, ରାଜକନ୍ୟା ରତ୍ନମାଳୀ ଜେମା ସାରସ୍ୱତ ସମ୍ମାନ, ଆର୍ଯ୍ୟା ସମ୍ମାନ, କଳିଙ୍ଗ ବୀରାଙ୍ଗନା ସମ୍ମାନ, ଭଞ୍ଜ ଭାରତୀ ଜୟଦେବ ଷଡ଼ଙ୍ଗୀ ସ୍ମୃତି ସମ୍ମାନ, ଟାଇମ୍ସ ପାୱାର ୱିମେନ୍ ସମ୍ମାନ ଓ ଅକ୍ଷୟ ସାହିତ୍ୟ ସମ୍ମାନ ଇତ୍ୟାଦି ବହୁ ପୁରସ୍କାର ଓ ସମ୍ମାନରେ ସମ୍ମାନିତ ହୋଇଛନ୍ତି ।

ଏହି ମର୍ଯ୍ୟାଦାଜନକ ସାହିତ୍ୟ ଏକାଡେମୀ ପୁରସ୍କାର ମତେ ନୁହେଁ, ମୋ ଲିଖିତ କବିତା ପୁସ୍ତକ ‘ଦୟାନଦୀ’ ପାଇଁ ମତେ ମିଳିଛି ଓ ଏହି ପୁରସ୍କାର ହେଉଛି ପାଠକଙ୍କ ଶ୍ରଦ୍ଧା ଓ ସଦିଚ୍ଛା ବୋଲି ଗାୟତ୍ରୀବାଳା ତାଙ୍କ ପ୍ରତିକ୍ରିୟାରେ କହିବା ସହ ଏହା ତାଙ୍କୁ ତାଙ୍କର ଲେଖନୀ ପ୍ରତି ଆହୁରି ଦାୟିତ୍ୱବଦ୍ଧ କରିବ ବୋଲି କହିଛନ୍ତି । ତେବେ ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ, ଅଗ୍ରଜ ସାହିତି୍ୟକ ଓ ସତୀର୍ଥଙ୍କ ଶୁଭେଚ୍ଛା, ପରିବାରର ପ୍ରେରଣା ଓ ସହଯୋଗ ଯୋଗୁଁ ଏହି ସମ୍ମାନ ତାଂକୁ ମିଳିପାରିଛି ବୋଲି ସେ କହିଛନ୍ତି । ଜଗତସିଂହପୁର ଜିଲ୍ଲାର ସାଦେଇପୁରରେ ୧୯୭୭ରେ ଜନ୍ମଗ୍ରହଣ କରିଥିବା ଗାୟତ୍ରୀବାଳା ଗୋଲକ ବିହାରୀ ପଣ୍ଡା ଓ ଅରୁଣିମା ପଣ୍ଡାଙ୍କ କନ୍ୟା ତଥା ରାଜ୍ୟସଭା ସାଂସଦ ମାନସ ରଂଜନ ମଙ୍ଗରାଜଙ୍କ ଧର୍ମପତ୍ନୀ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର