ଓଡ଼ିଶାକୁ କୋଭିଡ ଟିକା ଯୋଗାଇବା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: କୋଭିଡି–୧୯ ର ନୂଆ ପ୍ରଜାତି ବିଏଫ୍-୭ ଏବେ ପୃଥ‌ିବୀର ବିଭିନ୍ନ ଦେଶ ଯଥା ଚୀନ୍, ଜାପାନ, ୟୁଏସ୍ଏ, ବ୍ରାଜିଲ୍, କୋରିଆରେ କାୟା ବିସ୍ତାର କରିଥିବାବେଳେ ଭାରତରେ ମଧ୍ୟ ଏହି ପ୍ରଜାତି ଚିହ୍ନଟ ହେବା ଅତି ଉଦ୍‌ବେଗର ବିଷୟ । ରାଜ୍ୟରେ ୧୨ ବର୍ଷରୁ ଊର୍ଦ୍ଧ୍ବ ଲୋକଙ୍କୁ ୮.୧୪ କୋଟି ପ୍ରଥମ ଡୋଜ୍ ୩.୩୦ କୋଟି ଦ୍ଵିତୀୟ ଡୋଜ୍ ୧୮ ବର୍ଷରୁ ଊର୍ଦ୍ଧ୍ବ ଲୋକଙ୍କୁ ୧.୩୧ କୋଟି ପ୍ରିକସନ୍ ଡୋଜ୍ ଦିଆଯାଇଛି । ବର୍ତ୍ତମାନ ସୁଦ୍ଧା ଏହି […]

ଭୁବନେଶ୍ବର: କୋଭିଡି–୧୯ ର ନୂଆ ପ୍ରଜାତି ବିଏଫ୍-୭ ଏବେ ପୃଥ‌ିବୀର ବିଭିନ୍ନ ଦେଶ ଯଥା ଚୀନ୍, ଜାପାନ, ୟୁଏସ୍ଏ, ବ୍ରାଜିଲ୍, କୋରିଆରେ କାୟା ବିସ୍ତାର କରିଥିବାବେଳେ ଭାରତରେ ମଧ୍ୟ ଏହି ପ୍ରଜାତି ଚିହ୍ନଟ ହେବା ଅତି ଉଦ୍‌ବେଗର ବିଷୟ । ରାଜ୍ୟରେ ୧୨ ବର୍ଷରୁ ଊର୍ଦ୍ଧ୍ବ ଲୋକଙ୍କୁ ୮.୧୪ କୋଟି ପ୍ରଥମ ଡୋଜ୍ ୩.୩୦ କୋଟି ଦ୍ଵିତୀୟ ଡୋଜ୍ ୧୮ ବର୍ଷରୁ ଊର୍ଦ୍ଧ୍ବ ଲୋକଙ୍କୁ ୧.୩୧ କୋଟି ପ୍ରିକସନ୍ ଡୋଜ୍ ଦିଆଯାଇଛି । ବର୍ତ୍ତମାନ ସୁଦ୍ଧା ଏହି ପ୍ରିକସନ୍ ଡୋଜ୍ ୪୧ ପ୍ରତିଶତ ଲୋକଙ୍କୁ ଦିଆଯାଇଛି ଏବେ ରାଜ୍ୟରେ କୌଣସି ଭ୍ୟାକସିନର ଷ୍ଟକ ନାହିଁ । ତେବେ ବିଭିନ୍ନ ବର୍ଗର ନାଗରିକଙ୍କର ଆବଶ୍ୟକତା ଦୃଷ୍ଟିରୁ ଟିକାକରଣରୁ ବଞ୍ଚିତ ୧.୯୩ କୋଟି ଲୋକଙ୍କୁ ଦିଆଯିବାକୁ ଥିବା ପ୍ରିକସନ ଡୋଜ ଆବଶ୍ୟକ ।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଏହି ପରିପ୍ରେକ୍ଷୀରେ ଟିକାକରଣରୁ ବଞ୍ଚିତ ଲୋକମାନଙ୍କ ପାଇଁ ମାର୍ଗଦର୍ଶିକା ଜାରି କରିବା ସହିତ ଆବଶ୍ୟକ ଟିକା ରାଜ୍ୟର ବିଭିନ୍ନ ସରକାରୀ ନିରୁପିତ ଟୀକାକରଣ କେନ୍ଦ୍ରଗୁଡିକୁ ଯୋଗାଇଦେବା ପାଇଁ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋକ ଦାସ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ମନସୁଖ ମାଣ୍ଡଭ୍ୟଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି।

ଆହୁରି ପଢ଼ନ୍ତୁ: ଆବାସିକ ଦ୍ୟାଳୟରେ ରାଗିଂ: ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ନିର୍ଧୁମ ମାଡ଼ ମାରିବା ସହ କାମ କରାଇଲେ ଦଶମ ଶ୍ରେଣୀ ଛାତ୍ର !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର