ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

କ୍ୟାପିଟାଲ ହସ୍ପିଟାଲରେ ସ୍ନାତକୋତ୍ତର ମେଡିକାଲ ଶିକ୍ଷାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: କ୍ୟାପିଟାଲ ହସ୍ପିଟାଲରେ ଶୁଭାରମ୍ଭ ହେଲା ସ୍ନାତକୋତ୍ତର, ମେଡିକାଲ ଶିକ୍ଷା ଓ ଗବେଷଣା ଅନୁଷ୍ଠାନ । ପାଠ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁଭାରମ୍ଭ କରିବା ସହିତ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି । ପାଠପଢା ପାଇଁ ସମସ୍ତ ସୁବିଧା ଯୋଗାଇ ଦିଆଯିବ ବୋଲି ନବୀନ ପ୍ରତିଶ୍ରୁତି ଦେଇଛନ୍ତି । ଚଳିତ ୨୦୨୨-୨୩ ଶିକ୍ଷାବର୍ଷରୁ କ୍ୟାପିଟାଲ ହସ୍ପିଟାଲରେ ଆରମ୍ଭ ହୋଇଛି ପ୍ରଥମ ବ୍ୟାଚ ପିଜି ପାଠ୍ୟକ୍ରମ । ମୋଟ ୧୫ ଟି […]

ଭୁବନେଶ୍ୱର: କ୍ୟାପିଟାଲ ହସ୍ପିଟାଲରେ ଶୁଭାରମ୍ଭ ହେଲା ସ୍ନାତକୋତ୍ତର, ମେଡିକାଲ ଶିକ୍ଷା ଓ ଗବେଷଣା ଅନୁଷ୍ଠାନ । ପାଠ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁଭାରମ୍ଭ କରିବା ସହିତ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି । ପାଠପଢା ପାଇଁ ସମସ୍ତ ସୁବିଧା ଯୋଗାଇ ଦିଆଯିବ ବୋଲି ନବୀନ ପ୍ରତିଶ୍ରୁତି ଦେଇଛନ୍ତି । ଚଳିତ ୨୦୨୨-୨୩ ଶିକ୍ଷାବର୍ଷରୁ କ୍ୟାପିଟାଲ ହସ୍ପିଟାଲରେ ଆରମ୍ଭ ହୋଇଛି ପ୍ରଥମ ବ୍ୟାଚ ପିଜି ପାଠ୍ୟକ୍ରମ । ମୋଟ ୧୫ ଟି ବିଭାଗରେ ପାଠ୍ୟକ୍ରମ ଖୋଲିବାକୁ ଥିବାବେଳେ ପ୍ରଥମ ପର୍ଯ୍ୟାୟରେ ୬ଟି ବିଭାଗକୁ ମିଳିଛି ଅନୁମତି । ୬ଟି ବିଭାଗରେ ୨୪ଟି ସିଟ ପାଇଁ ପିଜି ଓ ୬ଟି ସ୍ପେଶାଲ MS / MD ପାଠ୍ୟକ୍ରମ ଅନୁମତି ମିଳିଛି ।

ଆହୁରି ପଢ଼ନ୍ତୁ: ଅଳ୍ପକେ ବର୍ତ୍ତିଲା ବଡ ଦୁର୍ଘଟଣା: ଭୁବନେଶ୍ୱର ଷ୍ଟେସନ ନିକଟରେ ଗୋଟିଏ ଟ୍ରାକ୍‌ରେ ମୁହାଁମୁହିଁ ହେଲା ଦୁଇଟି ଟ୍ରେନ୍‌

ମେଡିସିନ, ସ୍ତ୍ରୀ ଓ ପ୍ରସୂତି ବିଭାଗ ଏବଂ ସର୍ଜରୀ ବିଭାଗକୁ ୫ଟି ଲେଖାଏ ସିଟ ସହିତ, ଅସ୍ଥିଶଲ୍ୟ ବିଭାଗରେ ୨ଟି, ଶିଶୁରୋଗ ବିଭାଗରେ ୪ଟି, ଶ୍ୱାସରୋଗ ବିଭାଗରେ ୩ ଟି ସିଟରେ ପିଜି ପାଠ୍ୟକ୍ରମ ଖୋଲିଛି । ଆଉ ୯ଟି ବିଭାଗ ପର୍ଯ୍ୟାୟକ୍ରମେ ଖୋଲିବାକୁ ଲକ୍ଷ୍ୟ ରଖାଯାଇଛି । ଏଥିପାଇଁ ସ୍ବତନ୍ତ୍ର ନିର୍ଦ୍ଦେଶକ, ପ୍ରଫେସର ଓ କମର୍ଚାରୀଙ୍କ ସହ ପାଖାପାଖି ୭୦ ଜଣଙ୍କୁ ନିଯୁକ୍ତି ଦିଆଯାଇଛି । ଏଠାରେ ସ୍ନାତକୋତ୍ତର ପାଠ୍ୟକ୍ରମ ଆରମ୍ଭ କରିବାକୁ ଦୀର୍ଘଦିନରୁ ଦାବି ହୋଇଆସୁଥିଲା । ଅନୁଷ୍ଠାନ ଖୋଲିବା ଦ୍ୱାରା ସ୍ୱାସ୍ଥ୍ୟ ବ୍ୟବସ୍ଥାରେ ଆହୁରି ସୁଧାର ଆସିବ । ଶିକ୍ଷାନୁଷ୍ଠାନ ଆରମ୍ଭ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଛାତ୍ରଛାତ୍ରୀ ।

ଆହୁରି ପଢ଼ନ୍ତୁ: ତାତିଲେ ଏମ୍ସ ସୁରକ୍ଷାକର୍ମୀ; ଦୁଇ ମାସର ବକେୟା ଦରମା ପ୍ରଦାନ ଦାବିରେ ଧାରଣାରେ ୪୪୦ସିକ୍ୟୁରିଟି ଗାର୍ଡ

30 Dec 2022 By The Sakala

କ୍ୟାପିଟାଲ ହସ୍ପିଟାଲରେ ସ୍ନାତକୋତ୍ତର ମେଡିକାଲ ଶିକ୍ଷାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କ୍ୟାପିଟାଲ ହସ୍ପିଟାଲରେ ଶୁଭାରମ୍ଭ ହେଲା ସ୍ନାତକୋତ୍ତର, ମେଡିକାଲ ଶିକ୍ଷା ଓ ଗବେଷଣା ଅନୁଷ୍ଠାନ । ପାଠ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁଭାରମ୍ଭ କରିବା ସହିତ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି । ପାଠପଢା ପାଇଁ ସମସ୍ତ ସୁବିଧା ଯୋଗାଇ ଦିଆଯିବ ବୋଲି ନବୀନ ପ୍ରତିଶ୍ରୁତି ଦେଇଛନ୍ତି । ଚଳିତ ୨୦୨୨-୨୩ ଶିକ୍ଷାବର୍ଷରୁ କ୍ୟାପିଟାଲ ହସ୍ପିଟାଲରେ ଆରମ୍ଭ ହୋଇଛି ପ୍ରଥମ ବ୍ୟାଚ ପିଜି ପାଠ୍ୟକ୍ରମ । ମୋଟ ୧୫ ଟି ବିଭାଗରେ ପାଠ୍ୟକ୍ରମ ଖୋଲିବାକୁ ଥିବାବେଳେ ପ୍ରଥମ ପର୍ଯ୍ୟାୟରେ ୬ଟି ବିଭାଗକୁ ମିଳିଛି ଅନୁମତି । ୬ଟି ବିଭାଗରେ ୨୪ଟି ସିଟ ପାଇଁ ପିଜି ଓ ୬ଟି ସ୍ପେଶାଲ MS / MD ପାଠ୍ୟକ୍ରମ ଅନୁମତି ମିଳିଛି ।

ମେଡିସିନ, ସ୍ତ୍ରୀ ଓ ପ୍ରସୂତି ବିଭାଗ ଏବଂ ସର୍ଜରୀ ବିଭାଗକୁ ୫ଟି ଲେଖାଏ ସିଟ ସହିତ, ଅସ୍ଥିଶଲ୍ୟ ବିଭାଗରେ ୨ଟି, ଶିଶୁରୋଗ ବିଭାଗରେ ୪ଟି, ଶ୍ୱାସରୋଗ ବିଭାଗରେ ୩ ଟି ସିଟରେ ପିଜି ପାଠ୍ୟକ୍ରମ ଖୋଲିଛି । ଆଉ ୯ଟି ବିଭାଗ ପର୍ଯ୍ୟାୟକ୍ରମେ ଖୋଲିବାକୁ ଲକ୍ଷ୍ୟ ରଖାଯାଇଛି । ଏଥିପାଇଁ ସ୍ବତନ୍ତ୍ର ନିର୍ଦ୍ଦେଶକ, ପ୍ରଫେସର ଓ କମର୍ଚାରୀଙ୍କ ସହ ପାଖାପାଖି ୭୦ ଜଣଙ୍କୁ ନିଯୁକ୍ତି ଦିଆଯାଇଛି । ଏଠାରେ ସ୍ନାତକୋତ୍ତର ପାଠ୍ୟକ୍ରମ ଆରମ୍ଭ କରିବାକୁ ଦୀର୍ଘଦିନରୁ ଦାବି ହୋଇଆସୁଥିଲା । ଅନୁଷ୍ଠାନ ଖୋଲିବା ଦ୍ୱାରା ସ୍ୱାସ୍ଥ୍ୟ ବ୍ୟବସ୍ଥାରେ ଆହୁରି ସୁଧାର ଆସିବ । ଶିକ୍ଷାନୁଷ୍ଠାନ ଆରମ୍ଭ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଛାତ୍ରଛାତ୍ରୀ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର