ହକି ବିଶ୍ୱକପ୍ ପାଇଁ ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ

The Sakala Picture
Published On

ଭୁବନେଶ୍ୱର: ହକି ବିଶ୍ୱକପ୍ ପାଇଁ ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପକ୍ଷରୁ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ହକି ବିଶ୍ୱକପ୍ ପାଇଁ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନଙ୍କୁ ନିମନ୍ତ୍ରଣ କରିଛନ୍ତି । ଭଗୱନ୍ତ ମାନଙ୍କୁ ପ୍ରୀତିରଞ୍ଜନ ଘଡ଼ାଇ ଚଣ୍ଡିଗଡ଼ରେ ସାକ୍ଷାତ କରି ନିମନ୍ତ୍ରଣ ପତ୍ର ପ୍ରଦାନ କରିଥିଲେ । ଆସନ୍ତା ୧୩ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ ରାଉରକେଲା ଓ ଭୁବନେଶ୍ୱରରେ ହକି ବିଶ୍ବକପ୍‌ – ୨୦୨୩ ଖେଳାଯିବ । ଏଥିପାଇଁ ସବୁ […]

ଭୁବନେଶ୍ୱର: ହକି ବିଶ୍ୱକପ୍ ପାଇଁ ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପକ୍ଷରୁ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ହକି ବିଶ୍ୱକପ୍ ପାଇଁ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନଙ୍କୁ ନିମନ୍ତ୍ରଣ କରିଛନ୍ତି । ଭଗୱନ୍ତ ମାନଙ୍କୁ ପ୍ରୀତିରଞ୍ଜନ ଘଡ଼ାଇ ଚଣ୍ଡିଗଡ଼ରେ ସାକ୍ଷାତ କରି ନିମନ୍ତ୍ରଣ ପତ୍ର ପ୍ରଦାନ କରିଥିଲେ ।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ଭୟ: ଓଡ଼ିଶା ମୁହାଁ ହେବ କି ଘୂର୍ଣ୍ଣିବଳୟ?

ଆସନ୍ତା ୧୩ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ ରାଉରକେଲା ଓ ଭୁବନେଶ୍ୱରରେ ହକି ବିଶ୍ବକପ୍‌ – ୨୦୨୩ ଖେଳାଯିବ । ଏଥିପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଉଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପକ୍ଷରୁ ମନ୍ତ୍ରୀମାନେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ନିମନ୍ତ୍ରଣ କରୁଛନ୍ତି ।

ଆହୁରି ପଢ଼ନ୍ତୁ: ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

ସେହିପରି ବିଶ୍ବକପ ହକି ପାଇଁ ଅରୁଣାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପକ୍ଷରୁ ନିମନ୍ତ୍ରଣ ଜଣାଇଛନ୍ତି ମନ୍ତ୍ରୀ ଟୁକୁନି ସାହୁ ।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସୃଷ୍ଟି ହେଲା ସୁଦୃଶ୍ୟ ଲଘୁଚାପ, ଆଜି ନେବ ଅବପାତର ରୂପ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର